Biblia Todo Logo
Bib sou entènèt

- Piblisite -




ଗାଲାତୀୟ 5:5 - ପବିତ୍ର ବାଇବଲ (CL) NT (BSI)

5 କିନ୍ତୁ ଆମେ ଆଶା ପୋଷଣ କରୁଛୁ ଯେ, ଈଶ୍ୱର ଆମକୁ ତାଙ୍କ ଦୃଷ୍ଟିରେ ନିର୍ଦ୍ଦୋଷ ବିବେଚିତ କରିବେ; ଆମ ବିଶ୍ୱାସର ଫଳ ସ୍ୱରୂପ, ଆମ ଭିତରେ କାର୍ଯ୍ୟ କରୁଥିବା ପରମାତ୍ମାଙ୍କ ଶକ୍ତି ଦ୍ୱାରା ଏହା ସାଧିତ ହେବ ବୋଲି ଅପେକ୍ଷା କରି ରହିଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ଆମ୍ଭେମାନେ ଆତ୍ମାଙ୍କ ଦ୍ଵାରା ବିଶ୍ଵାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ।

Gade chapit la Kopi

ଓଡିଆ ବାଇବେଲ

5 କାରଣ ଆମ୍ଭେମାନେ ଆତ୍ମାଙ୍କ ଦ୍ୱାରା ବିଶ୍ୱାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ବିଶ୍ୱାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ

5 ମୁଁ ଏହା କହେ କାରଣ ଆମେ ଆଶା କରୁ ଯେ, ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବୁ।

Gade chapit la Kopi




ଗାଲାତୀୟ 5:5
17 Referans Kwoze  

ପୁଣି କିପରି ଈଶ୍ୱରଙ୍କ କ୍ରୋଧରୁ ଆମକୁ ରକ୍ଷା କରିବା ପାଇଁ, ମୃତ୍ୟୁରୁ ପୁନରୁତ୍ଥିତ ତାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ପୁନରାଗମନକୁ ତୁମ୍ଭେମାନେ ପ୍ରତୀକ୍ଷା କରି ରହିଛ, ଏ ସବୁ ବିଷୟରେ ସେଠାକାର ଲୋକମାନେ କର୍ତ୍ତବାର୍ତ୍ତା କରୁଛନ୍ତି।


ଏବେ ମୋର ଧର୍ମପରାୟଣତା ପାଇଁ ବିଜୟର ପୁରସ୍କାର ଗଚ୍ଛିତ ଅଛି। ନିର୍ଦ୍ଦିଷ୍ଟ ଦିବସରେ ନ୍ୟାୟବାନ ବିଚାରପତି ପ୍ରଭୁ ନିଜେ ମୋତେ ସେହି ପୁରସ୍କାର ପ୍ରଦାନ କରିବେ - କେବଳ ମୋତେ ନୁହେଁ; ପ୍ରେମ ଭକ୍ତି ସହ ଯେଉଁମାନେ ତାଙ୍କ ଆଗମନର ଅପେକ୍ଷା କରନ୍ତି, ସମସ୍ତେ ଏହି ପୁରସ୍କାର ଲାଭ କରିବେ।


ଅକପଟ ଓ ଧାର୍ମିକ ଜୀବନ ଯାପନ କରିବାକୁ ଆମେ ପ୍ରେରଣା ପାଇଛୁ। ମହାନ୍ ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଗୌରବ ପ୍ରକାଶ ପାଇବାକୁ ଯାଉଛି ସେହି ଦିନର ଅପେକ୍ଷାରେ ଆମ୍ଭେମାନେ ରହିଛୁ।


ଯେଉଁ ଧାର୍ମିକତା ବ୍ୟବସ୍ଥା ପାଳନ ଦ୍ୱାରା ଲାଭ କରାଯାଇପାରେ, ସେହି ପ୍ରକାର କୌଣସି ନିଜସ୍ୱ ଧାର୍ମିକତା ମୋର ନାହିଁ। ବର୍ତ୍ତମାନ ମୋର ଯେଉଁ ଧାର୍ମିକତା ଅଛି, ତାହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ମିଳେ; ତାହା ଈଶ୍ୱରଙ୍କଠାରୁ ଆସେ ଓ ତାହା ବିଶ୍ୱାସ ଉପରେ ପ୍ରତିଷ୍ଠିତ।


ପାପ ଯେପରି ମୃତ୍ୟୁ ଦ୍ୱାରା ନିଜର ଆଧିପତ୍ୟ ପ୍ରତିଷ୍ଠା କରିଥିଲା, ସେହିପରି ଈଶ୍ୱରଙ୍କ ଅନୁଗ୍ରହ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହାୟତାରେ ଆମ୍ଭମାନଙ୍କୁ ଧାର୍ମିକ ଗଣ୍ୟ କରି ଅନନ୍ତ ଜୀବନ ଦିଏ।


ଈଶ୍ୱରଙ୍କ ପ୍ରେମ ଏବଂ ଖ୍ରୀଷ୍ଟପ୍ରଦତ୍ତ ସହିଷ୍ଣୁତାକୁ ଅଧିକ ଗଭୀରଭାବେ ଉପଲ୍ବଧି କରିବା ପାଇଁ ପ୍ରଭୁ ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ।


ଖ୍ରୀଷ୍ଟଙ୍କ ଦ୍ୱାରା ହିଁ ଇହୁଦୀ ଓ ଅଣଇହୁଦୀ ସମସ୍ତେ ଏକ ଆତ୍ମାରେ ପିତାଙ୍କ ସମ୍ମୁଖକୁ ଆସିବା ପାଇଁ ସକ୍ଷମ ହୋଇଛୁ।


ସେଥିପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆବବିର୍ଭାବର ଅପେକ୍ଷାରେ ଥିବା ସମୟରେ ତୁମ୍ଭମାନଙ୍କର କୌଣସି ଆତ୍ମିକ ଆଶୀର୍ବାଦର ଅଭାବ ହୋଇ ନାହିଁ।


Swiv nou:

Piblisite


Piblisite