Biblia Todo Logo
Bib sou entènèt

- Piblisite -




ଗାଲାତୀୟ 6:1 - ପବିତ୍ର ବାଇବଲ (CL) NT (BSI)

1 ହେ ଭାଇମାନେ! ଯଦି କେହି କୌଣସି ପ୍ରକାର ଅସତ୍ କାର୍ଯ୍ୟରେ ଧରା ପଡ଼େ, ତୁମ ମଧ୍ୟରୁ ଯେଉଁମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପରିଚାଳିତ, ସେମାନେ ତାହାକୁ ସଂଶୋଧନ କରିବା ଉଚିତ, କିନ୍ତୁ ତୁମ୍ଭେମାନେ ଏହି କାର୍ଯ୍ୟ ମୃଦୁ, ନମ୍ର ଭାବରେ କରିବା ଆବଶ୍ୟକ। ପୁଣି ସାବଧାନ, ନିଜେ ଯେପରି ସେହିଭଳି କାର୍ଯ୍ୟ କରିବାକୁ ପ୍ରଲୋଭିତ ନ ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ି ପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।

Gade chapit la Kopi

ଓଡିଆ ବାଇବେଲ

1 ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ି ପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।

Gade chapit la Kopi

ପବିତ୍ର ବାଇବଲ

1 ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରିପାରେ। ସେତେବେଳେ ତୁମ୍ଭେମାନେ ଆତ୍ମିକ ଲୋକ ହୋଇଥିବାରୁ, ଭଦ୍ରତା ସହକାରେ ଭୁଲକାର୍ଯ୍ୟ କରୁଥିବା ଲୋକଟିକୁ ସଂଶୋଧନ ହେବା ପାଇଁ ସାହାଯ୍ୟ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭେମାନେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷାରେ ପଡ଼ି ନ ଯାଅ।

Gade chapit la Kopi




ଗାଲାତୀୟ 6:1
41 Referans Kwoze  

ଯେଉଁମାନେ ବିଶ୍ୱାସରେ ବଳିଷ୍ଠ, ସେମାନ ଦୁର୍ବଳ ବିଶ୍ୱାସୀ ଭାଇର ଦୋଷ ଦୁର୍ବଳତା ପ୍ରତି ସହନଶୀଳ ହୁଅନ୍ତୁ। କେହି କେବଳ ନିଜକୁ ଖୁସି କରିବା ପାଇଁ ଇଚ୍ଛା ନ କରୁ।


ତାହାହେଲେ, ସେ ଲଜ୍ଜିତ ହେବ। କିନ୍ତୁ ତା’ ପ୍ରତି ଶତ୍ରୁତା ଆଚରଣ ନ କରି, ଭାଇ ପରି ତାକୁ ସତର୍କ କରିଦିଅ।


ତାଙ୍କୁ ବିରୋଧ କରୁଥିବା ଲୋକମାନଙ୍କର ଦୋଷତ୍ରୁଟି ସେ ମୃଦୁ ଭାବରେ ଦର୍ଶାଇ ଦେଉଥିବେ, କାରଣ ଅନୁତାପ କରି ସତ୍ୟ ଉପଲବ୍ଧି କରିବାକୁ ହୁଏତ ଦିନେ ଈଶ୍ୱର ସେମାନଙ୍କୁ ଅବକାଶ ଦେବେ।


ଯଦି ତୁମର ଜଣେ ଭାି ପାପ କରୁଥିର ଦେଖ, କିନ୍ତୁ ତା’ଣ ସେହି ପାପ ମରଣାନ୍ତକ ନୁହେଁ, ତା’ ପାଇଁ ଈଶ୍ୱରଙ୍କୁ ପ୍ରାର୍ଥନା କର- ହୁଏ ତ ଈଶ୍ୱର ତାକୁ କ୍ଷମା ଦେଇ ରକ୍ଷା କରିବେ। ଯେଉଁମାନଙ୍କ ପାପ ମରଣାନ୍ତକ ନୁହେଁ, କେବଳ ସେହିମାନଙ୍କ ପାଇଁ ମୁଁ ଏ କଥା ଲେଖୁଛି।। କିନ୍ତୁ କେକେକ ପାପ ଅତି ମାରାତ୍ମକ; ସେ ବିଷୟରେ ଈଶ୍ୱରଙ୍କୁ ପ୍ରାର୍ଥନା କରିବା ପାଇଁ ମୁଁ କହୁ ନାହିଁ।


ସେ ଯେପରି ଅଧିକ ଦୁଃଖରେ ଅଭିଭୂତ ନ ହୁଏ, ସେଥିପାଇଁ ବର୍ତ୍ତମାନ ତାକୁ କ୍ଷମା ଓ ସାନ୍ତ୍ୱନାଦେବା ତୁମ୍ଭମାନଙ୍କର କର୍ତ୍ତବ୍ୟ।


ସଳଖ ପଥମାନଙ୍କପରେ ଗମନ କର; ତାହାହେଲେ, ତୁମର ପଙ୍ଗୁ ପଦ ଅଚଳ ନ ହୋଇ ସୁସ୍ଥ ହେବ।


ଆନ୍ତରିକ ଭାବରେ ଖ୍ରୀଷ୍ଟଙ୍କୁ ଭକ୍ତି କରି, ତାଙ୍କୁ ପ୍ରଭୁ ବୋଲି ମାନ୍ୟ କର। ଯଦି କେହି ତୁମ ଅନ୍ତର୍ନିହିତ ଭରସାର କାରଣ କଅଣ ବୋଲି ଜିଜ୍ଞାସା କରେ, ତା’ ପ୍ରଶ୍ନର ଯଥୋଚିତ ଉତ୍ତର ଦେବାକୁ ସବର୍ଦା ପ୍ରସ୍ଥୁତ ଥାଅ।


ଦୁର୍ବଳ ବିଶ୍ୱାସୀକୁ ମଧ୍ୟ ଗ୍ରହଣ କର, କିନ୍ତୁ ତା’ର ବ୍ୟକ୍ତିଗତ ମତ ବିଷୟରେ ତର୍କ କର ନାହିଁ।


ଯେ ଦୃଢ଼ ପ୍ରତିଷ୍ଠିତ ବୋଲି ଭାବେ, ସେ ସାବଧାନ ରହୁ। ତା’ର ଯେପରି ପତନ ନ ହୁଏ।


ତୁମେ କଅଣ ଚାହଁ? ମୁଁ କ’ଣ ତୁମ୍ଭମାନଙ୍କୁ ଶାସନ କରିବା ପାଇଁ ଚାବୁକ ନେଇ ଯିବି? - ନା, ପ୍ରେମ ଓ ମୃଦୁ ମନୋଭାବ ନେଇ ଯିବି?


ଆମେ ସମସ୍ତେ ଅନେକ ଥର ଭୁଲ କରିଥାଉ। ଯଦି କେହି ତା’କଥାବାର୍ତ୍ତାରେ କଦାପି ଭୁଲି କରେ ନାହିଁ, ତେବେ ସେ ସିଦ୍ଧ ଏବଂ ନିଜକୁ ସମ୍ପୁର୍ଣ୍ଣ ସଂଯୁତ କରିପାରିଛି।


ମୁଁ ପାଉଲ- ତୁମ୍ଭମାନଙ୍କୁ ମୋର ଏହି ବ୍ୟକ୍ତିଗତ ନିବେଦନ- କେହି କେହି କହନ୍ତି, “ମୁଁ ତୁମ୍ଭମାନଙ୍କ ନିକଟରେ ଥଲାବେଳେ ଅତି ନମ୍ର ଓ ଶାନ୍ତି, କିନ୍ତୁ ଦୂରକୁ ଚାଲିଗଲେ ଅତି କଠୋର।” ଖ୍ରୀଷ୍ଟଙ୍କ ନମ୍ରତା ଓ ସୌଜନ୍ୟର ଦୁହାଇ ଦେଇ ମୁଁ ତୁମ୍ଭମାନଙ୍କୁ ଅନୁନୟ କରି କହୁଛି,


“ଶାସ୍ତ୍ରରେ ଲେଖା ହେରଇଛି, “ମୁଁ ଚାହେିଁ ଦୟା, ବଳିଦାନ ନୁହେଁ - ଏହି କଥାର ଅର୍ଥ କଅଣ, ଯାଇ ବୁଝିବାକୁ ଚେଷ୍ଠା କର। ମୁଁ ଧାର୍ମିକମାନଙ୍କୁ ଡାକିବାକୁ ଆସି ନାହିଁ; ଆସିଛି ପାପୀମାନଙ୍କ ପାଇଁ।”


ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ନିଜକୁ ଜଣେ ଭାବବାଦୀ କିମ୍ବା ଆତ୍ମିକ ଦାନପ୍ରାପ୍ତ ବ୍ୟକ୍ତି ବୋଲି ଭାବେ, ସେ ଜାଣୁ ଯେ, ଏଠାରେ ମୁଁ ଯାହାସବୁ ଲେଖିଛି, ତାହା ପ୍ରଭୁଙ୍କ ଆଦେଶ।


ପରସ୍ପରଠାରୁ ସେମାନେ ପୃଥକ୍ ନ ରହନ୍ତୁ। କିନ୍ତୁ ଉଭୟେ ଏକମତ ହୋଇ ପ୍ରାର୍ଥନାରେ କାଳକ୍ଷେପଣ ପାଇଁ କିଛି ସମୟ ପୃଥକ୍ ରହି ପାରନ୍ତି। ଆତ୍ମସଂଯମର ଅଭାବ ହେତୁ ଶୟତାନ ଯେପରି ସେମାନଙ୍କୁ ପ୍ରଲୋଭିତ ନ କରେ, ସେଥିପାଇଁ ସେମାନେ ପୁନର୍ବାର ଏକତ୍ର ହୁଅନ୍ତୁ।


ଆଧ୍ୟାତ୍ମିକମନା ବ୍ୟକ୍ତି ସବୁ ବିଷୟର ପ୍ରକୃତ ମୂଲ୍ୟ ବୁଝିପାରେ; କିନ୍ତୁ ସେ ନିଜେ କାହା ଦ୍ୱାରା ବିଚାରିତ ହୋଇପାରେ ନାହିଁ।


ମାନବ ପ୍ରକୃତିର ବଶୀଭୂତ ହେଲେ, ପରିଣାମ ହୁଏ ମୃତ୍ୟୁ; ପବିତ୍ରଆତ୍ମାଙ୍କ ବଶୀଭୂତ ହେବା ଦ୍ୱାରା ଜୀବନ ଓ ଶାନ୍ତି ମିଳେ।


ମୋର ଜୁଆଳି ବହନ କରି ମୋ’ଠାରୁ ଶିକ୍ଷଶ କର। କାରଣ ମୁଁ ନିଜେ ନମ୍ର ଓ କୋମଳମନା ହୋଇଥିବାରୁ ତୁମେ ମୋ’ ପାଖରେ ବିଶ୍ରାମ ପାଇବ।


ତୁମ୍ଭମାନଙ୍କ ମଧ୍ୟରେ କେହି କ’ଣ ଜ୍ଞାନୀ ଓ ବିଦ୍ଧିମାନ? ସେ ବିଜ୍ଞାତା ଓ ନିମ୍ରତା ସହିତ ସତ୍କର୍ମ କରି ତା’ ଜୀବନରେ ଏହାର ପ୍ରମାଣ ଦେଉ।


କାରାଗାରରେ ଥିବା ଲୋକମାନଙ୍କ ସହିତ ତୁମେ ନିଜେ କାରାବାସ ଭୋଗ କରୁଥିବା ପରି ଭାବି ସେମାନଙ୍କୁ ସ୍ମରଣ କର। ଦୁଃଖ କ୍ଳେଶ ଭୋଗ କରୁଥିବା ଲୋକମାନଙ୍କ ସହିତ ସମଦୁଃଖ ଅନୁଭବ କରି ସେମାନଙ୍କୁ ସ୍ମରଣ କର।


ଭାଇମାନେ, ଆଧ୍ୟାତ୍ମିକମନା ଲୋକମାନଙ୍କ ସହିତ କଥାବାର୍ତ୍ତା କଲା ପରି ମୁଁ ତୁମ୍ଭମାନଙ୍କ ସହିତ କଥାବାର୍ତ୍ତା କରି ନାହିଁ। ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ଜଗତର ଲୋକ ଏବଂ ଖ୍ରୀଷ୍ଟୀୟ ବିଶ୍ୱାସରେ ଶିଶୁ ମନେ କରି କଥା କହିଛି।


ସେହିକ୍ଷଣି କୁକୁଡ଼ା ଡ଼ାକିଲା ଏବଂ ଯୀଶୁ କଅଣ କହିଥିଲେ, ପିତରଙ୍କ ମନେ ପଡ଼ିଲା: “କୁକୁଡ଼ା ଡ଼ାକିବା ପୂର୍ବରୁ ମୋତେ ଜାଣ ନାହିଁ ବୋଲି ତୁମେ ତିନିଥର କହିବ।” ସେ ବାହାରକୁ ଯାଇ ବ୍ୟାକୁଳ ଭାବରେ କାନ୍ଦିଲେ।


ପ୍ରଧାନ ପୁରୋହିତଙ୍କର ବାହାର ଅଗଣାରେ ପିତର ବସିଥିବାବେଳେ ଜଣେ ଦାସୀ ପାଖକୁ ଆସି କହିଲା, “ତୁମେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସଙ୍ଗରେ ଥିଲ।”


ହେ ଭାଇମାନେ! ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ ସମସ୍ତଙ୍କ ନିକଟରେ ରହୁ। ଆମେନ୍!


ପରିଶେଷରେ, ଭାଇମାନେ, ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ନିମନ୍ତେ କିପରି ଜୀବନ ଯାପନ କରିବାକୁ ହେବ, ତାହା ଆମଠାରୁ ଶିକ୍ଷା କରିଛ। ଅବଶ୍ୟ ସେହିପରି ଭାବେ ତୁମ୍ଭେମାନେ ଜୀବନ ଯାପନ କରି ଆସୁଅଛ, କିନ୍ତୁ ଏହାଠାରୁ କିଛି ଅଧିକ କରିବାକୁ ତୁମ୍ଭମାନଙ୍କୁ ଆମେ ଏବେ ପ୍ରଭୁ ଯୀଶୁଙ୍କ ନାମରେ ବିନତି କରୁଛୁ।


ତୁମମାନଙ୍କୁ ମୋର ଅନୁରୋଧ, ତୁମ୍ଭମାନେ ତାକୁ ସ୍ନେହ ଓ ଶ୍ରଦ୍ଧା କରୁଛ ବୋଲି ଜଣାଇ ଦିଅ।


Swiv nou:

Piblisite


Piblisite