Biblia Todo Logo
Bib sou entènèt

- Piblisite -




ଏବ୍ରୀ 1:3 - ପବିତ୍ର ବାଇବଲ (CL) NT (BSI)

3 ତାଙ୍କଠାରେ ଈଶ୍ୱରଙ୍କ ମହିମାର ତେଜ ପ୍ରତିଫଳିତ ଓ ସମ୍ପୂର୍ଣ୍ଣ ଐଶ୍ୱରିକତ୍ପ ସନ୍ନିବେଶିତ। ପୁଣି ସେ ନିଜର ବାକ୍ୟ ବଳରେ ସମଗ୍ର ବିଶ୍ୱଜଗତକୁ ପିୟତ୍ରଣ କରୁଛନ୍ତି। ସେ ମନୁଷ୍ୟ ଜାତି ନିକନ୍ତେ ପାପ କ୍ଷମା ସାଧନ କରି ସ୍ୱର୍ଗରେ ପରାତ୍ପର ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବେଶନ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେ ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ଵର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ଵାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି ପାପ ମାର୍ଜ୍ଜନା କଲା ଉତ୍ତାରେ, ଊର୍ଦ୍ଧ୍ଵସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ଵରେ ଉପବେଶନ କରିଅଛନ୍ତି,

Gade chapit la Kopi

ଓଡିଆ ବାଇବେଲ

3 ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ

3 ସେ ପରମେଶ୍ୱରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସେହି ପୁତ୍ର ନିଜର ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ପ୍ରତ୍ୟେକ ବିଷୟକୁ ଧରି ରଖିଛନ୍ତି। ସେହି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସେମାନଙ୍କୁ ପବିତ୍ର କଲେ। ତା'ପରେ ସେ ସ୍ୱର୍ଗସ୍ଥ ମହାମହିମ ପରମେଶ୍ୱରଙ୍କ ଡାହାଣପଟରେ ବସିଲେ।

Gade chapit la Kopi




ଏବ୍ରୀ 1:3
42 Referans Kwoze  

“ହେ ଆମ୍ଭମାନଙ୍କର ପ୍ରଭୁ ଈଶ୍ୱର! ତୁମେ ହିଁ ଗୌରବ, ସମ୍ଭ୍ରବ ଓ ପରାକ୍ରମର ଭାଜନ, କାରଣ, ତୁମେ ସମସ୍ତ ବିଷୟ ସୃଷ୍ଟି କରିଛ। ନିଜ ଇଚ୍ଛାରେ ସେହି ସମସ୍ତଙ୍କୁ ଅସ୍ତିତ୍ୱ ପ୍ରଦାନ କରିଛ, ପ୍ରାଣୀମାନଙ୍କୁ ସଜୀବ କରିଛ।”


ସେହି ବାକ୍ୟ ମାନବ ଶରୀର ଧାରଣ କରି ଆମ ସହିତ ଜୀବନଯାପନ କଲେ। ସେ ଅନୁଗ୍ରହ ଓ ସତ୍ୟତାରେ ପରିପୂର୍ଣ୍ଣ ଥିଲେ। ଈଶ୍ୱରଙ୍କ ଅନ୍ୟ ପୁତ୍ର ସ୍ୱରୂପେ ସେ ଯେଉଁ ଅଲୌକିକ ମହିମା ପାଇଥିଲେ, ତାହା ଆମେ ଦେଖିଲୁ।


ସେମାନେ ବିଶ୍ୱାସ କରିନ୍ତି ନାହିଁ, କାରଣ ସେମାନଙ୍କ ମନକୁ ଏହି ଜଗତର ଦେବତା ଅନ୍ଧ କରି ଦେଇଛି। ଫଳରେ ଈଶ୍ୱରଙ୍କ ପ୍ରତିମୂର୍ତ୍ତିର୍ ଖ୍ରୀଷ୍ଟଙ୍କ ମହିମାନ୍ୱିତ ସୁସମାଚାରର ଦୀପ୍ତି ସେମାନଙ୍କ ନିକଟରେ ପ୍ରତିଭାତ ହୁଏ ନାହିଁ।


ଯାହାଙ୍କ ଉପରେ ଆମ ନିରବଚ୍ଛିନ୍ନ ବିଶ୍ୱାସ ନିର୍ଭର କରୁଛୁ, ସେହି ଯୀଶୁଙ୍କ ପ୍ରତି ଆମ ଦୃଷ୍ଟି ନିବଦ୍ଧ କରି ରଖିବା। ସେ କ୍ରୁଶ ଭୟରେ ନିଜ କର୍ତ୍ତବ୍ୟରୁ ବିରତ ହୋଇ ନ ଥିଲେ; ବରଂ ଭବିଷ୍ୟତରେ ତାଙ୍କ ପାଇଁ ଗଚ୍ଛିତ ରହିଥିବା ଆନନ୍ଦ ହେତୁ, କ୍ରୁଶୀୟ ମରଣର ଅପମାନକୁ ସେ ତୁଚ୍ଛ ଜ୍ଞାନ କଲେ; ବର୍ତ୍ତମାନ ସେ ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାଶ୍ୱର୍ାରେ ଆସୀନ।


ସେହି ବାକ୍ୟ ଥିଲେ ଜୀବନର ଉତ୍ସ ଓ ସେହି ଜୀବନ ହିଁ ମାନବ ଜାତିର ଜ୍ୟୋତି।


କିନ୍ତୁ ଖୀଷ୍ଟ ପାପର ପ୍ରାୟଶ୍ଚିତ ସ୍ୱରୂପେ ଚିରକାଳ ପାଇଁ ଗୋଟିଏ ମାତ୍ର ବଳି ଉତ୍ସର୍ଗ କରିଛନ୍ତି। ତା’ପରେ ସେ ଯାଇ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବେଶନ କରିଛନ୍ତି।


ଆମର ସେହି ଏକମାତ୍ର ତ୍ରାଣକର୍ତ୍ତା ଈଶ୍ୱରଙ୍କ ଗୌରବ, ପରାକ୍ରମ ଓ କତ୍ତୃତ୍ୱ; ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନାଦି କାଳରୁ ବର୍ତ୍ତମାନ ପର୍ଯ୍ୟନ୍ତ ଓ ଯୁଗେ ଯୁଗେ ବିରାଜମାନ ହେଉ। ଆମେନ୍।


ତାହାହେଲେ, ତାଙ୍କୁ ଜଗତର ସୃଷ୍ଟି ସମୟରୁ ବହୁବାର ଦୁଃଖଭୋଗ କରିବାକୁ ପଡ଼ି ଥାଆନ୍ତି। ବରଞ୍ଚ ସେ ଯୁଗାନ୍ତ ସମୟରେ ନିଜକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା କାଳ କାଳକୁ ପାପର ଶକ୍ତି ଲୋପ କରିବା ପାଇଁ ଆସିଥିଲେ।


କିନ୍ତୁ ଈଶ୍ୱରଙ୍କ ପରିତ ଆମେ ଯଦି ଆଲୋକରେ ବାସ କରୁ, ଆମେ ପରସ୍ପରର ସାହାଚର୍ଯ୍ୟ ଉଭୋଗ କରିବୁ ଏବଂ ତାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମକୁ ସମସ୍ତ ପାପରୁ କରିଷ୍କାର କରିବ।


ତେଣୁ ଆମେ ଯେଉଁ ଧର୍ମବିଶ୍ୱାସକୁ ସ୍ୱୀକାର କରୁଛୁ, ତାହା ଦୁଢ଼ଭାବେ ଧରି ରଖିବାକୁ ହେବ; କାରଣ ଆମର ଶ୍ରେଷ୍ଠ ମହାଯାଜକ, ଈଶ୍ୱରତନୟ ଯୀଶୁ, ଈଶ୍ୱରଙ୍କ ଶ୍ରାଛାମୁକୁ ଯାଇଛନ୍ତି।


ଆମ୍ଭମାନଙ୍କର ପାପ ମୋଚନ ପାଇଁ ନ ଥିଲା।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବମୟ ପୁନରାଗମନ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଇବା ପାଇଁ ଆମେ କାଳ୍ପନିକ ଗଳ୍ପ ଉପରେ ନିର୍ଭର କରିନାହୁଁ। ଆମେ ସ୍ୱଚକ୍ଷୁରେ ତାଙ୍କ ମହିମା ଅବଲୋକନ କରିଛୁ।


ସେହି ଖ୍ରୀଷ୍ଟ ବର୍ତ୍ତମାନ ସ୍ୱର୍ଗଦୂତ ଓ ସମସ୍ତ ସ୍ୱର୍ଗୀୟ ଅଧିପତି ଓ ଶକ୍ତିପୁଞ୍ଜ ଉପରେ ରାଜତ୍ୱ କରୁଛନ୍ତି।


ତାଙ୍କ ଯୋଗୁଁ ତୁମ୍ଭେମାନେ ଈଶ୍ୱରବିଶ୍ୱାସୀ ହୋଇଛ। ତାଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରାଇ ମହିମାନ୍ୱିତ କରିଥିବା ଈଶ୍ୱରଙ୍କ ଉପରେ ତୁମ୍ର ବିଶ୍ୱାସ ଓ ଭରସା ଦୃଢ଼ ହୋଇଛି।


ଆମ୍ଭମାନଙ୍କ କଥାର ସାରମର୍ମ ହେଉଛି, ଆମେ ଯେଉଁ ମହାଯାଜକଙ୍କୁ ପାଇଛୁ, ସେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ।


ସେମାନଙ୍କୁ ଏହି ସବୁ କଥା କହିବା ପରେ ପ୍ରଭୁ ଯୀଶୁ ସ୍ୱର୍ଗକୁ ଉନ୍ନୀତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେଲେ।


ମଁ ଯେପରି ବିଜୟୀ ହୋଇ ମୋ’ ପିତାଙ୍କ ସହିତ ତାଙ୍କ ସିଂହାସନରେ ବସିଅଛି, ଯେଉଁମାନେ ଜୟ କରିବେ, ସେ ସମସ୍ତଙ୍କୁ ମୁଁ ଠିକ୍ ସେହିପରି ମୋର ସିଂହାସନରେ ମୋ’ ପାଖରେ ବସିବାର ଅଧିକାର ଦେବି।


ସେ ଅନ୍ୟାନ୍ୟ ମହାଯାଜକଙ୍କ ସଦୃଶ ନୁହଁନ୍ତି; ସେମାନଙ୍କ ପରି ତାଙ୍କୁ ପ୍ରଥମେ ନିଜ ପାପ ଦିମନ୍ତେ ପ୍ରତିଦିନ ବଳି ଉତ୍ସର୍ଗ କରିବାକୁ ପଢ଼େ ନାହିଁ। ସେ ନିଜକୁ ଉତ୍ସର୍ଗ କରି ଏକାଥରକେ ଏକ ଅନନ୍ୟ ବଳିଦାନ ସାଧନ କରିଛନ୍ତି।


ଯୀଶୁ ତାଙ୍କ ପିତା ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍କୁ ଉତ୍ଥାପିତ ହୋଇଛନ୍ତି ଏବଂ ପିତାଙ୍କ ପ୍ରତିଜ୍ଞା ଅନୁସାରେ ତାଙ୍କଠାରୁ ପବିତ୍ରଆତ୍ମା ପାଇଛନ୍ତି। ବର୍ତ୍ତମାନ ତୁମେ ଯାହା ଦେଖୁଛ ଓ ଶୁଣୁଛ, ତାହା ତାଙ୍କର ଦାନ। ତାହା ସେ ଆମ୍ଭମାନଙ୍କ ଉପରେ ଢାଳି ଦେଇଛନ୍ତି।


ତା’ ପରଦିନ ଯୀଶୁଙ୍କୁ ତାଙ୍କ ନିକଟକୁ ଆସୁଥିବାର ଦେଖି ଯୋହନ କହିଲେ, “ଏହି ଦେଖ, ଈଶ୍ୱରଙ୍କ ମେଷଶାବକ ଯେ ଜଗତର ପାପ ବହି ନେଇ ଯାଆନ୍ତି।


ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁରୁ ଉତ୍ଥାପିତ ହୋଇଛ। ତେଣୁ ସ୍ୱର୍ଗସ୍ଥ ବିଷୟ ପ୍ରତି ମନୋନିବେଶ କର, କାରଣ ଖ୍ରୀଷ୍ଟ ସ୍ୱର୍ଗରେ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ।


ତେବେ କିଏ ସେମାନଙ୍କୁ ଆଉ ଦୋଷୀ କରିପାରିବ? ଖ୍ରୀଷ୍ଟ ଯୀଶୁ ତା’ କେବେ କରିବେ ନାହିଁ, କାରଣ ସେ ମୃତ୍ୟୁରୁ ପୁନରୁତ୍ଥିତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ ହୋଇ ଅଛନ୍ତି।


ସେ କହିଲେ, “ଦେଖ, ମୁଁ ସ୍ୱର୍ଗ ଉନ୍ମୁକ୍ତ ହେବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉଭା ହୋଇଥିବା ଦେଖୁଛି!”


ସେହି ସୁସମାଚାର ଉପରେ ମୋର ପୂର୍ଣ୍ଣ ଆସ୍ଥା ରହିଛି। ତାହା ପ୍ରଥମତଃ ଇହୁଦୀ ଓ ତା’ପରେ ଅଣଇହୁଦୀ ବିଶ୍ୱାସୀମାନଙ୍କର ପରିତ୍ରାଣ ସାଧନ ପାଇଁ ଈଶ୍ୱରଙ୍କ ମହାଶକ୍ତି ସ୍ୱରୂପ।


ଗୋଟିଏ ଉଇଲ୍ ବା ଦାନପତ୍ରର ବ୍ୟବସ୍ଥା ଅନୁଯାୟୀ, ତାହା କାର୍ଯ୍ୟକାରୀ ହେବା ପାଇଁ ଉଇଲ୍ କରିଥିବା ବ୍ୟକ୍ତିର ମୃତ୍ୟୁ ପ୍ରମାଣିତ ହେବା ଆବଶ୍ୟକ।


ସେମାନେ ଯୀଶୁଙ୍କୁ ପଚାରିଲେ, “ଗୁରୁ, ମୋଶା ବ୍ୟବସ୍ଥା କରି ଦେଇଛନ୍ତି ଯେ, ଯଦି ଜଣେ ଲୋକ ନିଃସନ୍ତାନ ହୋଇ ମରିଯାଏ, ତେବେ ତା’ ଭାଇ ତା’ ବିଧବା ପତ୍ନୀକୁ ବିବାହ କରିବ ଓ ସେମାନଙ୍କ ପିଲାମାନେ ସେହି ମୃତ ଲୋକର ସନ୍ତାନ ବୋଲି ବିବେଚିତ ହେବେ।


ଆମ୍ଭମାନଙ୍କୁ ସବୁ ଦୁଷ୍କର୍ମରୁ ନିବୃତ୍ତ କରାଇ ସତ୍କର୍ମ ପ୍ରତି ଆଗ୍ରହ ଜନ୍ମାଇବାକୁ ଯୀଶୁ ଖ୍ରୀଷ୍ଟ ଆତ୍ମବଳିଦାନ କରିଛନ୍ତି। ଏହା ଦ୍ୱାରା ଆମ୍ଭେମାନେ ଶୁଦ୍ଧପୂତ ହୋଇ ତାଙ୍କର ନିଜ ଲୋକ ହେବା ପାଇଁ ସୁଯୋଗ ପାଇଛୁ।


ଈଶ୍ୱର ତାଙ୍କର କୌଣସି ଦୂତଙ୍କୁ କେବେ କହି ନାହାନ୍ତି; “ମୁଁ ତୁମର ଶତ୍ରୁମାନଙ୍କୁ ତୁମର ପଦାନତ ନ କରିବା ପର୍ଯ୍ୟନ୍ତ ତୁମେ ମୋର ଦକ୍ଷିଣ ପାଶ୍ୱର୍ରେ ବସିଥାଅ।”


ପିତା ଈଶ୍ୱରଙ୍କ ଦ୍ୱାରା ସେ ସମ୍ମାନିତ ଓ ଗୌରବାନ୍ୱିତ ହେବା ସମୟରେ ଆମେ ଉପସ୍ଥିତ ଥିଲୁ। ମହାମହିମଙ୍କଠାରୁ ତାଙ୍କ ସମ୍ପର୍କରେ ଉଚ୍ଚାରିତ ଏହି ବାଣୀ ଆମେ ଶୁଣିଛୁ: “ଏହି ଆମ ପ୍ରିୟ ପୁତ୍ର, ଏହାଙ୍କ ପ୍ରତି ଆମେ ସନ୍ତୁଷ୍ଟ।”


Swiv nou:

Piblisite


Piblisite