Biblia Todo Logo
Bib sou entènèt

- Piblisite -




ଏବ୍ରୀ 10:1 - ପବିତ୍ର ବାଇବଲ (CL) NT (BSI)

1 ଇହୁଦୀୟ ବ୍ୟବସ୍ଥା ବାସ୍ତବ ବିଷୟର ଏକ ପୂର୍ଣ୍ଣଙ୍ଗ ଓ ଅବିକଳ ଚିତ୍ର ନୁହେଁ, ଏହା ଆଗାମୀ ଉତ୍କୃଷ୍ଟ ବିଷୟର ଏକ ଅସ୍ପଷ୍ଟ ସୂଚନା ମାତ୍ର। ସର୍ବଦା ବର୍ଷକୁ ବର୍ଷ ସେହି ଏକ ପ୍ରକାରେ ବଳିଦାନ ଉତ୍ସର୍ଗ କରାଯାଉଛି। ଯେଉଁମାନେ ଈଶ୍ୱରଙ୍କ ନିକଟକୁ ଆସନ୍ତି, ବ୍ୟବସ୍ଥାର ସେହିସବୁ ବଳିଦାନ ଦ୍ୱାରା ସେମାନେ କଅଣ ସଦ୍ଧ ହୋଇ ପାରୁଛନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 କାରଣ ବ୍ୟବସ୍ଥା ଆଗାମୀ ଉତ୍ତମ ଉତ୍ତମ ବିଷୟର ଛାୟା ସ୍ଵରୂପ ହୋଇ ସେହିସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସର୍ବଦା ସେହି ଏକପ୍ରକାର ବଳି ଉତ୍ସର୍ଗ କରିବା ଦ୍ଵାରା ଉପାସକମାନଙ୍କୁ କଦାପି ସିଦ୍ଧ କରି ପାରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

1 କାରଣ ମୋଶାଙ୍କ ବ୍ୟବସ୍ଥା ଆଗାମୀ ଉତ୍ତମ ବିଷୟର ଛାୟା ସ୍ୱରୂପ ହୋଇ ସେହି ସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସେହି ଏକ ପ୍ରକାର ବଳି ଉତ୍ସର୍ଗ କରିବା ଦ୍ୱାରା ଉପାସକମାନଙ୍କୁ କଦାପି ସିଦ୍ଧ କରି ପାରନ୍ତି ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଅତଏବ, ମୋଶାଙ୍କ ବ୍ୟବସ୍ଥା ଆଗାମୀ ଉତ୍ତମ ବିଷୟର ଛାୟା ସ୍ୱରୂପ ହୋଇ ସେହିସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସେହି ଏକ-ପ୍ରକାର ବଳି ଉତ୍ସର୍ଗ କରିବା ଦ୍ୱାରା ଉପାସକମାନଙ୍କୁ କଦାପି ସିଦ୍ଧ କରିପାରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

1 ବ୍ୟବସ୍ଥା ଆମ୍ଭକୁ ଭବିଷ୍ୟତରେ ଘଟିବାକୁ ଥିବା ଉତ୍ତମ ବିଷୟ ଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ୟବସ୍ଥା ପ୍ରକୃତ ବିଷୟ ଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ୟବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁହେ। ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସେହି ବଳି ସମର୍ପଣ କାର୍ଯ୍ୟ କରି ଗ୍ଭଲିଥା’ନ୍ତି। କିନ୍ତୁ ବ୍ୟବସ୍ଥା କେବେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ।

Gade chapit la Kopi




ଏବ୍ରୀ 10:1
13 Referans Kwoze  

ସେମାନଙ୍କର ଯାଜକୀୟ କାର୍ଯ୍ୟ ବସ୍ଥୁତଃ ସ୍ୱର୍ଗୀୟବିଷୟରେ ଅନୁକରଣ ଓ ଛାୟାମାତ୍ର। ମୋଶାଙ୍କ ସମୟରୁ ଏପରି ହୋଇ ଆସୁଛି। ମୋଶା ଯେତେବେଳେ ଉପାସନା ପାଇଁ ଏକ ତମ୍ବୁ ନିର୍ମାଣ କରିବାକୁ ଯାଉଥିଲେ, ଈଶ୍ୱର ତାଙ୍କୁ କହିଥିଲେ, “ଦେଖ, ପବିର୍ତ ଉପରେ ତୁମକୁ ଯେଉଁ ନମୁନା ଦେଖାଇ ଦିଆଯାଇଛି ଅବିକଳ ସେହି ଅନୁସାରେ ସମସ୍ତ ବିଷୟ ନିର୍ମାଣ କର।”


କିନ୍ତୁ ବର୍ତ୍ତମାନ ଯେଉଁ ସମସ୍ତ ଉକୃଷ୍ଟ ବିଷୟ ଆମ୍ଭେମାନେ ପାଇଛୁ, ସେ ସବୁରୁ ମହାଯାଜକ ରୂପେ ଖ୍ରୀଷ୍ଟ ଆସିଛନ୍ତି। ସେ ଯେଉଁ ଉପାସନା ତମ୍ୱୁରେ କାର୍ଯ୍ୟ କରୁଛନ୍ତି, ତାହା ଶ୍ରେଷ୍ଠ ଓ ଅଧିକ ପୂର୍ଣ୍ଣାଙ୍ଗ। ତାହା ମନୁଷ୍ୟନିର୍ମିତ ନୁହେଁ। ଅର୍ଥାତ୍ ତାହା ଏହି ଭୌତିକ ଜଗତର ଅଂଶବିଶେଷ ନୁହେଁ। ଅର୍ଥାତ୍ ତାହା ଏହି ଭୌତିକ ଜଗତର ଅଂଶବିଶେଷ ନୁହେଁ।


ସେ ସମସ୍ତ କେବଳ ଭବିଷ୍ୟତରେ ଘଟିବାକୁ ଯାଉଥିବା ବିଷୟର ଛାୟା ସ୍ୱରୂପ। ଖ୍ରୀଷ୍ଟ ହିଁ ସମସ୍ତ ବାସ୍ତବତାର ଆଧାର।


ଯେଉଁ ବଷୟଗୁଡ଼ିକ ସ୍ୱର୍ଗୀୟ ମୂଳ ବିଷୟରେ ଅନୁରୂପ ମାତ୍ର, ସେହି ସବୁ ରକ୍ତ ଦ୍ୱାରା ପବିତ୍ରୀକୃତ ହେବାର ପ୍ରୟୋଜନ ଥିଲା, କିନ୍ତୁ ସ୍ୱର୍ଗୀୟ ବିଷୟଗୁଡ଼ିକ ନିମନ୍ତେ ମହତ୍ତର ବଳିଦାନ ଆବଶ୍ୟକ।


ଇହୁଦୀୟ ମହାଯାଜକ ବର୍ଷକୁ ଥରେ ପଶୁ ରକ୍ତ ନେଇ ମହାପବିତ୍ର ସ୍ଥାନକୁ ଯାଆନ୍ତି। କିନ୍ତୁ ଖୀଷ୍ଟ ନିଜକୁ ବାରମ୍ବାର ଉତ୍ସର୍ଗ କରିବା ପାଇଁ ସେଠାକୁ ଯାଇ ନାହିଁନ୍ତି।


ମନୁଷ୍ୟର ପ୍ରକୃତିଗତ ଦୁର୍ବଳତା ହେତୁ ମୋଶ ପ୍ରଦତ୍ତ ସ୍ୱସ୍ଥା ଯାହା ସାଧନ କରିପାରିଲା ନାହିଁ, ଈଶ୍ୱର ତାହା କରିଛନ୍ତି। ମନୁଷ୍ୟ ଜୀବନରେ ପାପକୁ ବିନଷ୍ଟ କରିବା ପାଇଁ ସେ ନିଜ ପୁତ୍ରଙ୍କୁ ପାପୀ ମନୁଷ୍ୟ ସାଦୃଶ୍ୟରେ ପ୍ରେରଣ କଲେ ଏବଂ ଖ୍ରୀଷ୍ଟ ପାପର ଶକ୍ତି ବିନଷ୍ଟ କରିଛନ୍ତି।


ଏହି ଲେବୀୟମାନଙ୍କର ଯାଜକତ୍ୱକୁ ଭିତ୍ତି କରି ଇଶ୍ରାଏଲ ଜାତିକୁ ତାହାର ବ୍ୟବସ୍ଥା ପ୍ରଦତ୍ତ ହୋଇଥଲା। ଲେବୀୟମାନଙ୍କ କାର୍ଯ୍ୟ ଯଦି ଚୁଢ଼ାନ୍ତ ହୋଇଥାଆନ୍ତି, ତେବେ ହାରୋଣଙ୍କ ଉତ୍ତରାଧିକାରୀ ଏହି ଲେବୀ ଯାଜକମାନଙ୍କୁ ବାଦ୍ ଦିଆଯାଇ, ମଲ୍କିସେଦକଙ୍କ ଉତ୍ତରାଧିକାରୀ ରୂପେ ଅନ୍ୟ ଏକ ଯାଜକ ଗୋଷ୍ଠୀର ଆବଶ୍ୟକତା ନ ଥିଲା।


ଅତଏବ ଆସ, ଆମ୍ଭେମାନେ ଶୁଦ୍ଧ ଅନ୍ତଃକରଣ ଓ ଦୃଢ଼ ବିଶ୍ୱାସ ସହହ ଈଶ୍ୱରଙ୍କ ନିକଟକୁ ଯିବା; କାରଣ ଆମ୍ଭୋନେ ଏବେ କଳୁଷିତ ବିବେକରୁ ଶୁଚି ହୋଇଛୁ ଓ ଆମ ଶରୀର ନିର୍ମଳ ଜଳରେ ଧୌତ ହୋଇଛି


Swiv nou:

Piblisite


Piblisite