Biblia Todo Logo
Bib sou entènèt

- Piblisite -




ଏବ୍ରୀ 11:4 - ପବିତ୍ର ବାଇବଲ (CL) NT (BSI)

4 ବିଶ୍ୱାସ ଦ୍ୱାରା ହେବଲ ଈଶ୍ୱରଙ୍କ ଉଦ୍ଦେଶ୍ୟରେ କୟିନଙ୍କ ଅପେପକ୍ଷା ଉତ୍କୃଷ୍ଟର ନୈବେଦ୍ୟ ଉତ୍ସର୍ଗ କରିଥିଲେ। ନିଜ ବିଶ୍ୱାସ ବଳରେ ସେ ଈଶ୍ୱରଙ୍କ ଦ୍ୱାରା ଧାର୍ମିକ ବୋଲି ଗଣ୍ୟ ହୋଇଥିଲେ, କାରଣ ଈଶ୍ୱର ନିଜେ ତାଙ୍କର ନୈବେଦ୍ୟ ଗ୍ରହଣ କରିଥିଲେ। ତାଙ୍କର ବିଶ୍ୱାସ ଯୋଗୁଁ, ହେବଲ ମୃତ ହେଲେ ସୁଦ୍ଧା ଏ ପର୍ଯ୍ୟନ୍ତ କଥା କହୁଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ବିଶ୍ଵାସ ଦ୍ଵାରା ହେବଲ ଈଶ୍ଵରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ଦ୍ଵାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ଵର ନିଜେ ତାଙ୍କ ଦାନ ସମ୍ଵନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ଵାସ ଦ୍ଵାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

4 ବିଶ୍ୱାସ ଦ୍ୱାରା ହେବଲ ଈଶ୍ୱରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ୱର ନିଜେ ତାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ବିଶ୍ୱାସ ଦ୍ୱାରା ହେବଲ ଈଶ୍ବରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ବର ନିଜେ ତାହାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

4 କୟିନ ଓ ହେବଲ ଦୁହେଁ ପରମେଶ୍ୱରଙ୍କୁ ବଳି ଉତ୍ସର୍ଗ କଲେ। କିନ୍ତୁ ବିଶ୍ୱାସ ଥିବା ହେତୁ ହେବଲ ଭଲ ବଳି ଉତ୍ସର୍ଗ କଲେ। ପରମେଶ୍ୱର କହିଲେ, ଯେ, ସେ ହେବଲ ଉତ୍ସର୍ଗ କରିଥିବା ବଳି ପାଇଁ ପ୍ରସନ୍ନ ଥିଲେ। ପରମେଶ୍ୱରଙ୍କଠାରେ ହେବଲର ବିଶ୍ୱାସ ହେତୁ ତାହାକୁ ଭଲ ଲୋକ ବୋଲି କହିଲେ। ହେବଲ ମରି ଯାଇଛି କିନ୍ତୁ ନିଜ ବିଶ୍ୱାସ ହେତୁ ଏବେ ସୁଦ୍ଧା ସେ କଥା କହୁଛି।

Gade chapit la Kopi




ଏବ୍ରୀ 11:4
21 Referans Kwoze  

ପୁଣି, ନୂତନ ଚୁକ୍ତିର ସ୍ଥାପୟିତା ଯୀଶୁଙ୍କ ନିକଟକୁ ଓ ଯାହାଙ୍କର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ମହତ୍ତର ବିଷୟମାନ ପ୍ରଦାନ କରିବ ବୋଲି ଆଶା ସଞ୍ଚାର କରୁଛ, ସେହି ରକ୍ତ ନିକଟକୁ ଆସିଛ।


ଏହା ସେମାନଙ୍କ ପ୍ରତି କେଡ଼େ ଭୟାନକ। ସେମାନେ କୟିନର ଅସତ୍ମାର୍ଗ ଅନୁସରଣ କରୁଛନ୍ତି। ବାଲାମ ଅର୍ଥଲୋଭରେ ଯେଉଁ ଭୂଲ କରିଥିଲା, ସେମାନେ ସେହି ଭ୍ରାନ୍ତିରେ ପଡ଼ିଛନ୍ତି। କୋରହ ପରି ବିଦ୍ରୋହ କରି ସେମାନେ ବିନଷ୍ଟ ହେଉଛନ୍ତି।


ପରିଣାମରେ ହେବଲଠାରୁ ଆରମ୍ଭ କରି ମନ୍ଦିର ଓ ବେଦୀ ମଧ୍ୟସ୍ଥଳରେ ନିହତ ହୋଇଥିବା ଜିଖରିୟ (ବରଖିଆଙ୍କ ପୁତ୍ର) ପର୍ଯ୍ୟନ୍ତ ସମସ୍ତ ନିର୍ଦ୍ଦୋଷ ବ୍ୟକ୍ତିମାନଙ୍କ ହତ୍ୟା ପାଇଁ ତୁମ୍ଭେମାନେ ଦଣ୍ଡିତ ହେବ।


ବସ୍ତୁତଃ, ବ୍ୟବସ୍ଥାନୁସାରେ ସମସ୍ତ ବିଷୟ ରକ୍ତ ଦ୍ୱାରା ପବିତ୍ରୀକୃତ ହୁଏ ଏବଂ ରକ୍ତପାତ ଦ୍ୱାରା ହିଁ ପାପ କ୍ଷମା ହୁଏ।


ଏହିପରି ସାକ୍ଷୀମାନଙ୍କର ଏକ ବିରାଟ ଜନତା ଆମ ଚତୁର୍ଦ୍ଦିଗରେ ଘେରି ରହିଛନ୍ତି। ଅତଏବ ଆସ, ଯେଉଁସବୁ ବିଷୟ ଆମ୍ଭମାନଙ୍କର ଗତିରୋଧ କରୁଛୁ ଏବଂ ଯେଉଁସବୁ ପାପ ଆମ୍ଭମାନଙ୍କୁ ଟାଣି ଧରୁଛି, ସେ ସମସ୍ତ ପରିତ୍ୟାଗ କରି ଦୃଢ଼ସଂକଳ୍ପ ହୋଇ ଆମ ପାଇଁ ନିରୂପିତ ଦୌଡ଼ରେ ଆଗେଇ ଯିବା। ଏତିରେ ଯେ ଆମ୍ଭମାନଙ୍କର ଅଗ୍ରଗାମୀ ଯିବା। ଏଥିରେ ଯେ ଆମ୍ଭମାନଙ୍କର ଅଗ୍ରଗାମୀ,


ହେବଲର ହତ୍ୟାଠାରୁ ଆରମ୍ଭ କରି ଯିଖରିୟଙ୍କ ପର୍ଯ୍ୟନ୍ତ ଯାହାଙ୍କୁ ବେଦୀ ଓ ପବିତ୍ର ସ୍ଥାନ ମଧ୍ୟରେ ହତ୍ୟା କରାଯାଇଥିଲା। ହଁ, ମୁଁ ତୁମ୍ଭମାନଙ୍କୁ କହୁଛି, ଏହି ଯୁଗର ଲୋକମାନେ ସେ ସମସ୍ତଙ୍କ ନିମନ୍ତେ ଦଣ୍ଡ ଭୋଗ କରିବେ।


ସେମାନେ ଈଶ୍ୱରଙ୍କୁ ଜାଣିଛନ୍ତି ବୋଲି ଜୋର କରି କହନ୍ତି, କିନ୍ତୁ କାର୍ଯ୍ୟତଃ ସେମାନେ ଏ କଥା ଅସ୍ୱୀକାର କରନ୍ତି। ସେମାନେ ବିଦ୍ୱେଷପୂର୍ଣ୍ଣ ଏବଂ ଦୁର୍ଦ୍ଦାନ୍ତ - କୌଣସି ସତ୍କାର୍ଯ୍ୟ ସାଧନ କରିବାକୁ ସେମାନେ ଯୋଗ୍ୟ ନୁହନ୍ତି।


ପ୍ରତ୍ୟେକ ମହାଯାଜକ ସ୍ୱଜାତୀୟ ଲୋକମାନଙ୍କ ମଧ୍ୟରୁ ମନୋନୀତ ଓ ନିଯୁକ୍ତ ହୁଅନ୍ତି। ସେ ସେମାନଙ୍କ ପକ୍ଷରୁ ପାପ ମୋଚନ ପାଇଁ ବଳି ଓ ନୈବେଦ୍ୟ ଉତ୍ସର୍ଗ କରି ଈଶ୍ୱରଙ୍କ ସେବା କରନ୍ତି।


ପୁରାକାଳର ଲୋକମାନେ ସେମାନଙ୍କ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ସନ୍ତୋଷଭାଜନ ହୋଇଥିଲେ।


ଲୋଟ ସେମାନଙ୍କ ସହିତ ବାସ କରିବା ବେଳେ ପ୍ରତ୍ୟହ ସେମାନଙ୍କର କୁତ୍ସିତ କାର୍ଯ୍ୟ ଦେଖି ଓ ଶୁଣି ମନରେ ଗଭୀର ବ୍ୟଥା ଅନୁଭବ କରିଥିଲେ।


Swiv nou:

Piblisite


Piblisite