Biblia Todo Logo
Bib sou entènèt

- Piblisite -




ଏବ୍ରୀ 2:4 - ପବିତ୍ର ବାଇବଲ (CL) NT (BSI)

4 ଆହୁରି ମଧ୍ୟ, ଈଶ୍ୱର ନାନା ଅଲୌକିକ କାର୍ଯ୍ୟ ଓ ଅପୂର୍ବ ଘଟଣା ଦ୍ୱରା ସେହି ସବୁ ବାର୍ତ୍ତା ସତ୍ୟ ବୋଲି ନିଦର୍ଶନ ଦେଇଛନ୍ତି ଏବଂ ଆପଣା ଇଚ୍ଛାନୁସାରେ ପବିତ୍ରଆତ୍ମାଙ୍କ ଦାନସମୂହ ବିତରଣ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ ସମ୍ଵନ୍ଧରେ ଈଶ୍ଵର ମଧ୍ୟ ନିଜ ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି ବିବିଧ ଶକ୍ତିର କାର୍ଯ୍ୟଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ଵାରା ସାକ୍ଷ୍ୟ ଦେଇ ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

4 ସେ ସମ୍ବନ୍ଧରେ ଈଶ୍ୱର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ସମ୍ବନ୍ଧରେ ଈଶ୍ବର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

4 କର୍ମ ଦ୍ୱାରା ପରମେଶ୍ୱର ମଧ୍ୟ ଏହାର ପ୍ରମାଣ ଦେଲେ। ପରମେଶ୍ୱର ଆପଣା ଇଚ୍ଛାନୁସାରେ ପବିତ୍ରଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ଏହା ପ୍ରମାଣିତ କରିଅଛନ୍ତି।

Gade chapit la Kopi




ଏବ୍ରୀ 2:4
18 Referans Kwoze  

ତଥାପି ପ୍ରେରିତ ଶିଷ୍ୟମାନେ ପ୍ରଭୁଙ୍କ ବିଷୟରେ ଦୃଢ଼ ଭାବରେ ପ୍ରଚାର କରି ଅନେକ ଦିନ ସେଠାରେ ରହିଲେ। ଅଲୌକିକ କାର୍ଯ୍ୟ ଓ ଆଶ୍ଚର୍ଯ୍ୟ କର୍ମମାନ ସାଧନ କରିବା ଦ୍ୱାରା ସେମାନେ ପ୍ରମାଣ କଲେ ଯେ, ଈଶ୍ୱରଙ୍କ ଦୟା ବିଷୟରେ ସେମାନଙ୍କର ପ୍ରଚାରିତ ବାର୍ତ୍ତା ବାସ୍ତବିକ ସତ୍ୟ।


ତାଙ୍କ ପ୍ରେମ ହେତୁ, ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସେ ଆମକୁ ତାଙ୍କର ସନ୍ତାନ ରୂପେ ଗ୍ରହଣ କରିବାକୁ ନିରୂପଣ କରିଥିଲେ; ଏହା ହିଁ ଥିଲା ତାଙ୍କର ଆନନ୍ଦ ଓ ଅଭିପ୍ରାୟ।


ଶିଷ୍ୟମାନେ ଯାଇ ସର୍ବତ୍ର ପ୍ରଚାର କଲେ। ସେମାନଙ୍କ ବାର୍ତ୍ତା ସତ୍ୟ ବୋଲି ପ୍ରମାଣିତ କରିବାକୁ ପ୍ରଭୁ ସେମାନଙ୍କ ସହିତ ବିଦ୍ୟମାନ ରହି ଅଲୌକିକ କାର୍ଯ୍ୟ କରିବା ପାଇଁ ସେମାନଙ୍କୁ ଶକ୍ତି ଦେଲେ।) (ସେହି ସ୍ତ୍ରୀ ଲୋକମାନେ ପିତର ଓ ତାହାଙ୍କ ସଙ୍ଗୀମାନଙ୍କ ନିକଟକୁ ଯାଇ ଯାହା ଶୁଣିଥିଲେ, ତାହା ସବୁ ସେମାନଙ୍କୁ ଜଣାଇଲେ। ଏହା ପରେ ସ୍ୱୟଂ ଯୀଶୁ ଅନନ୍ତ ପରିତ୍ରାଣର ଏହି ପବିତ୍ର ଚିର ଜୀବନ୍ତ ବାର୍ତ୍ତାକୁ ପୂର୍ବରୁ ପଶ୍ଚିମ ଯାଏ ପ୍ରଚାର କରିବା ପାଇଁ ଶିଷ୍ୟମାନଙ୍କୁ ପ୍ରେରଣ କଲେ।)


ଯୀଶୁ ତାଙ୍କୁ କହିଲେ: “ଅଦ୍ଭୁତ ଓ ଅଲୌକିକ କାର୍ଯ୍ୟମାନ ନ ଦେଖିଲେ, ତୁମ୍ଭେମାନେ କେବେହେଲେ ବିଶ୍ୱାସ କରିବ ନାହିଁ।”


“ସହାୟକ ପବିତ୍ରଆତ୍ମା ନିଶ୍ଚୟ ଆସିବେ। ସେ ପିତାଙ୍କ ନିକଟରୁ ଆସି, ଈଶ୍ୱରଙ୍କ ବିଷୟରେ ସତ୍ୟ ପ୍ରକାଶ କରିବେ। ମୁଁ ତାଙ୍କୁ ପିତାଙ୍କ ନିକଟରୁ ତୁମ୍ଭମାନଙ୍କ ପାଖକୁ ପଠଇଦେବି। ସେ ମୋ’ ବିଷୟରେ ସାକ୍ଷ୍ୟ ଦେବେ।


ଈଶ୍ୱର ତାଙ୍କ ଅସୀମ ଜ୍ଞାନ ଓ ଅନ୍ତର୍ଦୃଷ୍ଟି ଦ୍ୱାରା ଯାହା ସଙ୍କଳ୍ପ କରିଥିଲେ, ତାହା ସାଧନ କରିଛନ୍ତି ଏବଂ ତାହାକୁ ଖ୍ରୀଷ୍ଟଙ୍କ ସାହଚର୍ଯ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ସେ ଯେଉଁ ଗୁପ୍ତ ପରିକଳ୍ପନା କରିଥିଲେ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିଛନ୍ତି।


ତେବେ ଆପଣମାନେ ଓ ଇଶ୍ରାୟେଲର ସମସ୍ତେ ଜାଣିବା ଆବଶ୍ୟକ ଯେ, ଆପଣମାନଙ୍କ ସମ୍ମୁଖରେ ଛିଡ଼ା ହୋଇଥିବା ଏହି ଲୋକଟି କେବଳ ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମର ଶକ୍ତିରେ ସଂପୂର୍ଣ୍ଣ ସୁସ୍ଥ ହୋଇଅଛି। ସେହି ଯୀଶୁଙ୍କୁ ଆପଣମାନେ କ୍ରୁଶବିଦ୍ଧ କରିଥିଲେ। କିନ୍ତୁ ଈଶ୍ୱର ତାହାଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି।


ଏ ସମସ୍ତ ବିଷୟ ରାଜା ହେରୋଦ ଶୁଣିଲେ, କାରଣ ଯୀଶୁଙ୍କ ସୁଖ୍ୟାତି ଚତୁର୍ଦ୍ଦିଗରେ ବ୍ୟାପି ଯାଇଥିଲା। କେତେକ କହୁଥିଲେ, “ଦୀକ୍ଷାଦାତା ଯୋହନ ପୁନର୍ଜୀବିତ ହୋଇଛନ୍ତି। ସେଥିପାଇଁ ଏସବୁ ଅଲୌକିକ କାର୍ଯ୍ୟ କରିବାକୁ ସେ ଶକ୍ତି ଲାଭ କରିଛନ୍ତି।”


ଆମ୍ଭେମାନେ ଏ ସମସ୍ତ ବିଷୟର ସାକ୍ଷୀ ଅଟୁ। ପୁଣି ଯେଉଁ ପବିତ୍ରଆତ୍ମାଙ୍କୁ ଈଶ୍ୱର ତାଙ୍କର ଆଜ୍ଞାକାରୀମାନଙ୍କୁ ଦାନ କରିଛନ୍ତି, ସେ ମଧ୍ୟ ଏହାର ସାକ୍ଷୀ।”


ଖ୍ରୀଷ୍ଟ ଦେଇଥିବା ପରିମାଣ ଅନୁଯାୟୀ ଆମେ ପ୍ରତ୍ୟେକେ ଗୋଟିଏ ଗୋଟିଏ ବିଶେଷ ଦାନ ପାଇଛୁ।


ଯେଉଁମାନେ ବିଶ୍ୱାସ ହରାଇଛନ୍ତି, ସେମାନେ ଅନୁତାପ କରି ପୁନର୍ବାର ଫେରି ଆସି ପାରିବେ କି? ସେମାନେ ଏକଦା ଈଶ୍ୱରଙ୍କ ଆଲୋକରେ ବାସ କରୁଥିଲେ, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇ, ପବିତ୍ରଆତ୍ମାଙ୍କୁ ଲାଭ କରିଥିଲେ,


Swiv nou:

Piblisite


Piblisite