Biblia Todo Logo
Bib sou entènèt

- Piblisite -




ଏବ୍ରୀ 2:9 - ପବିତ୍ର ବାଇବଲ (CL) NT (BSI)

9 କିନ୍ତୁ ଆମେ ଦେଖୁଛୁ, କିପରି ଯୀଶୁ କ୍ଷଣକାଳ ପାଇଁ ସ୍ୱର୍ଗଦୂତମାନଙ୍କଠାରୁ ଅଳ୍ପ ନ୍ୟୁନ କରାଯାଇଥିଲେ, ଯେପରି କି ଈଶ୍ୱରଙ୍କ ଅନୁଗ୍ରହରୁ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁ ଭୋଗ କରିବେ। ତାଙ୍ମକର ଦେହି ମୃତ୍ୟଭୋଗ ଯୋଗୁଁ ଆମେ ତାଙ୍କୁ ବର୍ତ୍ତମାନ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ ହୋଇଥିବା ଦେ୍ୁଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ଵରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ଵାଦନ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

9 କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍‍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ୱରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍‍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

9 ଅତି ଅଳ୍ପ ସମୟ ନିମନ୍ତେ ଯୀଶୁଙ୍କୁ ସ୍ୱର୍ଗଦୂତମାନଙ୍କଠାରୁ ନିମ୍ନ ସ୍ତରରେ ରଖା ଯାଇଥିଲା, କିନ୍ତୁ ଏବେ ଆମ୍ଭେ ଦେଖୁଛୁ ଯେ, ସେ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧିଛନ୍ତି। ଏହାର କାରଣ, ତାହାଙ୍କର ଦୁଃଖଭୋଗ ଓ ମୃତ୍ୟୁ ଅଟେ। ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ଯୀଶୁ ପ୍ରତ୍ୟେକ ଲୋକଙ୍କ ପାଇଁ ମୃତ୍ୟୁ ବରଣ କଲେ।

Gade chapit la Kopi




ଏବ୍ରୀ 2:9
39 Referans Kwoze  

ସେମାନେ ଗୋଟିଏ ନୂଆ ଗୀତ ଗାଇଥିଲେ: “ପାଣ୍ଡୁଲିପି ଗ୍ରହଣ କରି ତାହାର ମୋହର ଭାଙ୍ଗିବାକୁ ତୁମେ ହିଁ ଯୋଗ୍ୟ: କାରଣ ତୁମେ ନିହତ ହୋଇଥିଲ ଏବଂ ତୁମ ମୃତ୍ୟୁ ଦ୍ୱାରା, ସମସ୍ତ ଗୋଷ୍ଠୀ, ଭାଷାବାଦୀ, ରାଷ୍ଟ୍ର ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଛ।


ସେହହି ଖ୍ରୀଷ୍ଟନିଜେ ଆମର ତଥା ସମଗ୍ର ମାନବ ଜାତିର ପାପ କ୍ଷମା ନିମନ୍ତେ ପ୍ରାୟଶ୍ଜିତ୍ତ ସ୍ୱରୂପ ହୋଇଛନ୍ତି।


ଜଣକର ପାପ ଯେପରି ସମଗ୍ର ମନୁଷ୍ୟ ଜାତିକୁ ଦଣ୍ଡନୀୟ କରାଇଲ. ସେହିପରି ଜଣକର ଧାର୍ମିକତା ସମଗ୍ର ମନୁଷ୍ୟ ଜାତି ପାଇଁ ମୁକ୍ତି ଓ ଜୀବନର ସୁଯୋଗ ଆଣି ଦେଇଛି।


ଯୀଶୁ ତାଙ୍କ ପିତା ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍କୁ ଉତ୍ଥାପିତ ହୋଇଛନ୍ତି ଏବଂ ପିତାଙ୍କ ପ୍ରତିଜ୍ଞା ଅନୁସାରେ ତାଙ୍କଠାରୁ ପବିତ୍ରଆତ୍ମା ପାଇଛନ୍ତି। ବର୍ତ୍ତମାନ ତୁମେ ଯାହା ଦେଖୁଛ ଓ ଶୁଣୁଛ, ତାହା ତାଙ୍କର ଦାନ। ତାହା ସେ ଆମ୍ଭମାନଙ୍କ ଉପରେ ଢାଳି ଦେଇଛନ୍ତି।


ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ନିଜର ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ- ଯେ କେହି ତାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପାଇବ।


ସେ ସମସ୍ତଙ୍କ ପାଇଁ ମୃତ୍ୟବରଣ କରି ଥିବାରୁ ଯେଉଁମାନେ ଜୀବିତ ଅଛନ୍ତି, ସେମାନେ ଆଉ ନିଜ ପାଇଁ ଜୀବନଧାରଣ ନ କରି ତାଙ୍କ ପାଇଁ ବଞ୍ôଚବେ, କାରଣ କେବଳ ସେମାନଙ୍କ ପାଇଁ ସେ ମରି ପୁନର୍ଜୀବିତ ହୋଇ ଅଛନ୍ତି।


ସେଥିପାଇଁ ଖୀଷ୍ଟ ଜଗତକୁ ଆସିବା ପୂର୍ବରୁ ଈଶ୍ୱରଙ୍କୁ କହିଥିଲେ: “ବଳିଦାନ ଓ ନୈବେଦ୍ୟରେ ତୁମେ ସନ୍ତୁଷ୍ଟ ନୁହଁ, କିନ୍ତୁ ତୁମେ ମୋ’ ନମନ୍ତେ ଏକ ଶରୀର ପ୍ରସ୍ତୁତ କରିଛ।


କିନ୍ତୁ ଆମ୍ଭେମାନେ ପାପୀ ଥିବାବେଳେ ଯୀଶୁ ଆମ ପାଇଁ ନିଜର ପ୍ରାଣ ଦେଲେ। ଏହା ଦ୍ୱାରା ଈଶ୍ୱର ଆମ୍ଭମାନଙ୍କୁ କେତେ ପ୍ରେମ କରନ୍ତି, ତାହା ସେ ପ୍ରକାଶ କରିଛନ୍ତି।


ତା’ ପରଦିନ ଯୀଶୁଙ୍କୁ ତାଙ୍କ ନିକଟକୁ ଆସୁଥିବାର ଦେଖି ଯୋହନ କହିଲେ, “ଏହି ଦେଖ, ଈଶ୍ୱରଙ୍କ ମେଷଶାବକ ଯେ ଜଗତର ପାପ ବହି ନେଇ ଯାଆନ୍ତି।


ମୁଁ ଯେତେବେଳେ ଊଦ୍ଧ୍ୱର୍କୁ ଉତ୍ତୋଳିତ ହେବି, ସେତେବେଳେ ସମସ୍ତଙ୍କୁ ଆକର୍ଷଣ କରିବି।” (


ତେଣୁ ଯେଉଁମାନେ ତାଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ଉଦ୍ଧାର କରିବାକୁ ସେ ବର୍ତ୍ତମାନ ତଥା ଚିରକାଳ ସମର୍ଥ, କାରଣ ସେମାନଙ୍କ ନିମନ୍ତେ ଈଶ୍ୱରଙ୍କ ଛାମୁରେ ନିବେଦନ କରିବାକୁ ସେ ଚିରକାଳ ଜୀବିତ।


ତାଙ୍କ ଯୋଗୁଁ ତୁମ୍ଭେମାନେ ଈଶ୍ୱରବିଶ୍ୱାସୀ ହୋଇଛ। ତାଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରାଇ ମହିମାନ୍ୱିତ କରିଥିବା ଈଶ୍ୱରଙ୍କ ଉପରେ ତୁମ୍ର ବିଶ୍ୱାସ ଓ ଭରସା ଦୃଢ଼ ହୋଇଛି।


ପ୍ରତ୍ୟେକମହାଯାଜକ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ପ୍ରଶୁବଳି ଉତ୍ସର୍ଗ କରିବାକୁ ନିଯୁକ୍ତ ହାଇଥାନ୍ତି। ତେଣୁ ଆମର ମହାଯାଜକ ମଧ୍ୟ ସେପରି କିଛି ନୈବେଦ୍ୟ ଉତ୍ସର୍ଗ କରିବା ଆବଶ୍ୟକ।


ସେ ମାନବର ମୁକ୍ତି ନିମନ୍ତେ ନିଜକୁ ଉତ୍ସର୍ଗ କରିଛନ୍ତି - ଏଥିଦ୍ୱାରା ଯଥା ସମୟରେ ପ୍ରମାଣିତ ହୋଇଅଛି ଯେ, ଈଶ୍ୱର ପ୍ରତ୍ୟେକ ମାନବକୁ ପରିତ୍ରାଣ କରିବାକୁ ଇଚ୍ଛା କରନ୍ତି।


କାରଣ ଖ୍ରୀଷ୍ଟ ସମ୍ପୂର୍ଣ୍ଣ ନିଷ୍ଠାପ ଥିଲେ ସୁଦ୍ଧା, ଈଶ୍ୱର ତାଙ୍କୁ ଆମ ପାଇଁ ପାପ ସ୍ୱରୂପ କଲେ, ଆମେ ଯେପିର ତାଙ୍କ ସହିତ ଯଂଯୁକ୍ତ ହୋଇ ଈଶ୍ୱରଙ୍କ ଧାର୍ମିକତାର ଅଂଶୀ ହୋଇ ପାରିବା।


ଈଶ୍ୱର କଦାପି ଆମର ବିପକ୍ଷ ନୁହନ୍ତି, କାରଣ ସେ ନିଜ ପୁତ୍ରଙ୍କୁ ମଧ୍ୟ ରକ୍ଷା ନ କରି ଆମ୍ଭମାନଙ୍କ ପାଇଁ ଦାନ କରିଛନ୍ତି। ତାହାହେଲେ, ସେ କଅଣ ଆମ୍ଭମାନଙ୍କୁ ସବୁ ବିଷୟ ଦାନ କରିବେ ନାହିଁ?


ଶେଷରେ ଯେତେବେଳେ ଉପଯୁକ୍ତ ସମୟ ଆସିଲା, ଈଶ୍ୱର ତାଙ୍କ ନିଜ ପୁତ୍ରଙ୍କୁ ପ୍ରେରଣ କଲେ। ଜଣେ ସାଧାରଣ ସ୍ତ୍ରୀ ଗର୍ଭରୁ ସେ ଜାତ ହୋଇ ଇହୁଦୀୟ ବ୍ୟବସ୍ଥାର ଅଧୀନରେ ଜୀବନ ଯାପନ କଲେ।


ଆମ ପୂର୍ବ ପୁରୁଷ ଅବ୍ରହାମଙ୍କ ଈଶ୍ୱର, ଇସ୍ହାକ୍ ଓ ଯାକୁବଙ୍କର ଈଶ୍ୱର ତାଙ୍କ ସେବକ ଯୀଶୁଙ୍କୁ ଐଶ୍ୱରିକ ଗୌରବ ପ୍ରଦାନ କରିଛନ୍ତି। କିନ୍ତୁ ତୁମେ ତାଙ୍କୁ କର୍ତ୍ତୃପକ୍ଷମାନଙ୍କର ହସ୍ତରେ ସମର୍ପଣ କଲ। ଏପରି କି ପୀଲାତ ତାଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ ସୁଦ୍ଧା, ତାହାଙ୍କୁ ପୀଲାତଙ୍କ ସମ୍ମୁଖରେ ପ୍ରତ୍ୟାଖ୍ୟାନ କଲ।


ମନୁଷ୍ୟର ପ୍ରକୃତିଗତ ଦୁର୍ବଳତା ହେତୁ ମୋଶ ପ୍ରଦତ୍ତ ସ୍ୱସ୍ଥା ଯାହା ସାଧନ କରିପାରିଲା ନାହିଁ, ଈଶ୍ୱର ତାହା କରିଛନ୍ତି। ମନୁଷ୍ୟ ଜୀବନରେ ପାପକୁ ବିନଷ୍ଟ କରିବା ପାଇଁ ସେ ନିଜ ପୁତ୍ରଙ୍କୁ ପାପୀ ମନୁଷ୍ୟ ସାଦୃଶ୍ୟରେ ପ୍ରେରଣ କଲେ ଏବଂ ଖ୍ରୀଷ୍ଟ ପାପର ଶକ୍ତି ବିନଷ୍ଟ କରିଛନ୍ତି।


“ମୁଁ ମୋର ଜୀବନ ଉତ୍ସର୍ଗ କରୁଥିବାରୁ ପିତା ଈଶ୍ୱର ମୋତେ ପ୍ରେମ କରନ୍ତି। ଯଦି ମୁଁ ମୋ ଜୀବନ ଦାନ କରେ, ତେବେ ତାହା ପୁଣି ଫେରି ପାଇବି।


ସେମାନେ ତାଙ୍କୁ କହିଲେ, “ବର୍ତ୍ତମାନ ଆମ ଠିକ୍ ଜାଣୁଛୁ ଯେ, ତୁମକୁ ଭୂତ ଧରିଛି। ଅବ୍ରାହାମ ଓ ଭାବବାଦୀମାନେ ସମସ୍ତେ ମରିଛନ୍ତି; ଆଉ ତୁମେ କହୁଛ, ଯିଏ ତୁମ ଉପଦେଶ ପାଳନ କରିବ, ସେ କେବେ ମରିବ ନାହିଁ।


ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି, ମନୁଷ୍ୟ ପୁତ୍ର ରାଜା ହୋଇ ଆସିବା ପର୍ଯ୍ୟନ୍ତୁ ଏଠାରେ ଉପସ୍ଥିତ ଥିବା କେତେଜଣ ମୃତ୍ୟ ଭୋଗ କରିବେ ନାହିଁ।”


ତାଙ୍କ ଚକ୍ଷୁ ଅଗ୍ନି ଶିଖାପରି ଓ ତାଙ୍କ ମସ୍ତକରେ ଅନେକ ମୁକୁଟ ଥିଲା। ତାଙ୍କ ଉପରେ ଏକ ନାମ ଲେଖା ଯାଇଥିଲା, କିନ୍ତୁ ତାହା କଅଣ , ତାଙ୍କ ବ୍ୟତୀତ ଆଉ କେହି ଜାଣନ୍ତି ନାହିଁ।


ତୁମେ ତାକୁ କ୍ଷଣକାଳ ପାଇଁ ସ୍ୱର୍ଗଦୂତମାନଙ୍କଠାରୁ ଅଳ୍ପ ମାତ୍ର ନ୍ୟୁନ କରି ରଖିଛ, ତୁମେ ତାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୁଷିତ କରିଛ


ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି ଯେ, ଈଶ୍ୱରଙ୍କ ରାଜ୍ୟ ଦେଖିବା ପର୍ଯ୍ୟନ୍ତ ଏଠାରେ ଥିବା ଲୋକମାନଙ୍କ ମଧ୍ୟରୁ କେତେକ ମୃତ୍ୟୁ ଭୋଗ କରିବେ ନାହିଁ।”


ଯୀଶୁ ସେମାନଙ୍କୁ ଆହୁରି କହିଲେ, “ମୁଁ ତୁମ୍ଭମାନଙ୍କୁ କହି ରଖୁଛି, ପରାକ୍ରମ ସହ ଈଶ୍ୱରଙ୍କ ରାଜ୍ୟ ପ୍ରତିଷ୍ଠିତ ହେବାର ଦେଖିବା ପର୍ଯ୍ୟନ୍ତ ଏଠାରେ ଥିବା କେତେକ ଲୋକ ମୃତ୍ୟୁ ଭୋଗ କରିବେ ନାହିଁ।”


“ପୋଷାକପତ୍ର ପାଇଁ କାହିଁକି ବ୍ୟସ୍ତ ହେଉଛ; ଦେଖ, ବନଫୁଲଗୁଡ଼ିକ କିପରି ବଢ଼ନ୍ତି। ସେମାନେ ପରିଶ୍ରମ କରନ୍ତି ନାହିଁ କିମ୍ବା ନିଜ ପାଇଁ ପୋଷାକ ତିଆରି କରନ୍ତି ନାହିଁ;


ମୁଁ ସତ୍ୟ କହୁଛି, ଯେ ମୋର ଉପଦେଶ ପାଳନ କରେ, ସେ କେବେ ମରିବ ନାହିଁ।”


ତୁମେ ଧାର୍ମିକତାକୁ ଭଲ ପାଅ ଓ ଅନ୍ୟାୟ ଘୃଣା କର। ସେଥିପାଇଁ ତୁମ ଈଶ୍ୱର ତୁମକୁ ମନୋନୀତ କରିଛନ୍ତି। ଏବଂ ତୁମ ସଙ୍ଗୀମାନଙ୍କ ଅପେକ୍ଷା ତୁମକୁ ଅଧିକତର ସମ୍ମାନ ଦେଇ ଆନନ୍ଦ ପ୍ରଦାନ କରିଛନ୍ତି।”


ବିଶ୍ୱାସ ଦ୍ୱାରା ହନୋକ ମୃତ୍ୟୁଭୋଗରୁ ରକ୍ଷା ପାଇଥିଲେଏ। ଈଶ୍ୱର ତାଙ୍କୁ ନିଜ ନିକଟକୁ ନେଇ ଯାଇଥିଲେ ଏବଂ ତାଙ୍କୁ କେହି ଆଉ ଦେଖିପାରି ନ ଥିଲେ। ଧର୍ମଶାସ୍ତ୍ରରେ ଲେଖାଅଛି ଯେ, ହନୋକ ଈଶ୍ୱରଙ୍କ ନିକଟକୁ ଯିବା ପୂର୍ବରୁ ତାଙ୍କର ସନ୍ତୋଷଭାଜନ ହୋଇଥିଲେ।


ଯାହାଙ୍କ ଉପରେ ଆମ ନିରବଚ୍ଛିନ୍ନ ବିଶ୍ୱାସ ନିର୍ଭର କରୁଛୁ, ସେହି ଯୀଶୁଙ୍କ ପ୍ରତି ଆମ ଦୃଷ୍ଟି ନିବଦ୍ଧ କରି ରଖିବା। ସେ କ୍ରୁଶ ଭୟରେ ନିଜ କର୍ତ୍ତବ୍ୟରୁ ବିରତ ହୋଇ ନ ଥିଲେ; ବରଂ ଭବିଷ୍ୟତରେ ତାଙ୍କ ପାଇଁ ଗଚ୍ଛିତ ରହିଥିବା ଆନନ୍ଦ ହେତୁ, କ୍ରୁଶୀୟ ମରଣର ଅପମାନକୁ ସେ ତୁଚ୍ଛ ଜ୍ଞାନ କଲେ; ବର୍ତ୍ତମାନ ସେ ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାଶ୍ୱର୍ାରେ ଆସୀନ।


Swiv nou:

Piblisite


Piblisite