Biblia Todo Logo
Bib sou entènèt

- Piblisite -




ଏବ୍ରୀ 3:2 - ପବିତ୍ର ବାଇବଲ (CL) NT (BSI)

2 ମୋଶା ଯେପରି ଈଶ୍ବରଙ୍କ ଗୃହରେ ବିଶ୍ୱାସ୍ତ ଭାବରେ କାର୍ଯ୍ୟ କରିଥିଲେ, ଈଶ୍ବରଭ୍କ ମନୋନୀତ ଯୀଶୁ ସେହିପରି ଏହି କାର୍ଯ୍ୟ ନିମନ୍ତେ ଈଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୋଶା ଯେପରି ଈଶ୍ଵରଙ୍କ ଗୃହ ମଧ୍ୟରେ ବିଶ୍ଵସ୍ତ ଥିଲେ, ସେ ସେହିପରି ଆପଣା ନିଯୋଗକର୍ତ୍ତାଙ୍କ ପ୍ରତି ବିଶ୍ଵସ୍ତ।

Gade chapit la Kopi

ଓଡିଆ ବାଇବେଲ

2 ମୋଶା ଯେପରି ଈଶ୍ୱରଙ୍କ ଗୃହ ମଧ୍ୟରେ ବିଶ୍ୱସ୍ତ ଥିଲେ, ଯୀଶୁ ସେହିପରି ଆପଣା ନିଯୋଗକର୍ତ୍ତାଙ୍କ ପ୍ରତି ବିଶ୍ୱସ୍ତ ଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୋଶା ଯେପରି ଈଶ୍ବରଙ୍କ ଗୃହରେ ବିଶ୍ୱସ୍ତ ଥିଲେ, ଯୀଶୁ ସେହିପରି ଆପଣା ନିଯୋଗକର୍ତ୍ତାଙ୍କ ପ୍ରତି ବିଶ୍ୱସ୍ତ ଥିଲେ।

Gade chapit la Kopi

ପବିତ୍ର ବାଇବଲ

2 ପରମେଶ୍ୱର ଯୀଶୁଙ୍କୁ ମହାଯାଜକ ସ୍ୱରୂପେ ଆମ୍ଭ ପାଖକୁ ପଠାଇଛନ୍ତି। ମୋଶାଙ୍କ ପରି ଯୀଶୁ ମଧ୍ୟ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ଥିଲେ। ଈଶ୍ୱରଙ୍କ ଗୃହରେ ଈଶ୍ୱର ଇଚ୍ଛା କରୁଥିବା ସମସ୍ତ କାର୍ଯ୍ୟ ସେ କଲେ।

Gade chapit la Kopi




ଏବ୍ରୀ 3:2
14 Referans Kwoze  

କିନ୍ତୁ ଯଦି ମୋର ଆସିବା ବିଳମ୍ବ ହେବ, ଜୀବନ୍ତ ଈଶ୍ୱରଙ୍କ ପରିବାର ସ୍ୱରୂପେ ଏହି ଉପାସକ ମଣ୍ଡଳୀରେ ଆମକୁ କିପରି ଆଚରଣ କରିବାକୁ ହେବ, ଏହି ପତ୍ରରୁ ତାହା ତୁମେ ଜାଣି ପାରିବ। ଏହି ମଣ୍ଡଳୀ ହିଁ ସନାତନ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ।


ତାହାଙ୍କ ସାହଚର୍ଯ୍ୟରେ ତୁମ୍ଭେମାନେ ମଧ୍ୟ ଅନ୍ୟ ସମସ୍ତଙ୍କ ସହିତ ଆତ୍ମାରୂପୀ ଈଶ୍ୱରଙ୍କ ଅଧିଷ୍ଠାନ ନିମନ୍ତେ ଏକ ଆବାସ ସ୍ୱରୂପ ନିର୍ମିତ ହୋଇଅଛ।


ଏହାର ଅର୍ଥ ହେଉଛି, ସବୁ ବିଷୟରେ ତାଙ୍କର ଭ୍ରାତାମାନଙ୍କ ସଦୃଶ ହେବା ତାଙ୍କର ପ୍ରୟୋଜନ ଥିଲା, ଯାହା ଫଳରେ ସେ ସେମାନଙ୍କର ବିଶ୍ୱସ୍ତ ଓ ଦୟାଳୁ ମହାଯାଜକ ହୋଇ ଈଶ୍ବରଙ୍କ ସେବା କରିପାରିବେ ଏବଂ ମନୁଷ୍ୟମାନେ ପାପକ୍ଷମା ପାଇବେ।


ମୁଁ ପୃଥିବୀରେ ତୁମର ମହିମା ପ୍ରକାଶ କରିଛି। ତୁମେ ମୋତେ ଦେଇଥିବା କାର୍ଯ୍ୟ ମୁଁ ସମାପ୍ତ କରିଛି।


ମୋର ଦାୟିତ୍ୱ ତୁଲାଇବାକୁ ମୋତେ ଶକ୍ତି ଦେଇ ଥିବାରୁ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଧନ୍ୟବାଦ ଜଣାଉଅଛି। ପୂର୍ବେ ମୁଁ ତାଙ୍କର ନିନ୍ଦା କରୁଥିଲି, ତାଙ୍କୁ ନିର୍ଯ୍ୟାତନା ଓ ଅପମାନ ଦେଉଥିଲି। ତଥାପି ସେ ମୋତେ ଯୋଗ୍ୟ ମନେ କରି ତାଙ୍କର ସେବା ପାଇଁ ନିଯୁକ୍ତ କରିଛନ୍ତି। ଅବିଶ୍ୱାସ ଓ ଅଜ୍ଞତାବଶତଃ ଯାହା ସବୁ କରିଥିଲି, କ୍ଷମା କରି ଈଶ୍ୱର ମୋ’ ପ୍ରତି ସଦୟ ହୋଇଛନ୍ତି।


ମୁଁ ଯେପରି ମୋ’ ପିତାଙ୍କ ଆଜ୍ଞା ପାଳନ କରି ତାଙ୍କ ପ୍ରେମରେ ଅବିଚଳିତ ରହିଥାଏ, ତୁମେ ମଧ୍ୟ ସେହିପରି ମୋର ଆଜ୍ଞା ପାଳନ କଲେ, ମୋ’ ପ୍ରେମରେ ସ୍ଥିର ହୋଇ ରହିବ।


ଯେ ମୋତେ ପ୍ରେରଣ କରିଛନ୍ତି, ସେ ମୋ’ ସଙ୍ଗରେ ଅଛନ୍ତି। ସେ ମୋତେ ଏକାକୀ ଛାଡ଼ି ଦେଇ ନାହାନ୍ତି, କାରଣ ଯାହା ତାଙ୍କର ସନ୍ତୋଷଜନକ, କେବଳ ତାହା ମୁଁ ସବୁବେଳେ କରିଥାଏ।”


ଯେ ନିଜ କ୍ଷମତା ବଳରେ କଥା କହେ, ନିଜକୁ ଗୌରବାନ୍ୱିତ କରିବା ତା’ର ଉଦ୍ଦେଶ୍ୟ। କିନ୍ତୁ ଯେ ତା’ର ପ୍ରେରଣକର୍ତ୍ତାଙ୍କୁ ଗୌରବାନ୍ୱିତ କରିବାକୁ ଚାହେଁ, ସେ ସତ୍ୟବାଦୀମିଥ୍ୟାର ଆଶ୍ରୟ ସେ ନିଏ ନାହିଁ।


Swiv nou:

Piblisite


Piblisite