Biblia Todo Logo
Bib sou entènèt

- Piblisite -




ଏବ୍ରୀ 4:2 - ପବିତ୍ର ବାଇବଲ (CL) NT (BSI)

2 କାରଣ ସେମାନଙ୍କ ପରି ଆମେ ମଧ୍ୟ ସୁସମାଚାର ଶୁଣିଛୁ। ସେମାନେ ତାହା ଶୁଣି ସୁଦ୍ଧା ବିଶ୍ୱାସରେ ଗ୍ରହଣ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ଵାସ ଦ୍ଵାରା ଶ୍ରୁତ ବାକ୍ୟ ନିଜସ୍ଵ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

2 କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

2 କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ସେହିପରି ସୁସମାଗ୍ଭର କୁହାଯାଇଅଛି, କିନ୍ତୁ ସେମାନେ ଶୁଣି ମଧ୍ୟ ତାହାକୁ ବିଶ୍ୱାସପୂର୍ବକ ନିଜସ୍ୱ ନ କରିବାରୁ ସେମାନଙ୍କ ପକ୍ଷରେ ସୁସମାଗ୍ଭର ଲାଭଜନକ ହେଲା ନାହିଁ।

Gade chapit la Kopi




ଏବ୍ରୀ 4:2
20 Referans Kwoze  

ଆମେ କାହିଁକି ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଥାଉ, ତାହାର ଅନ୍ୟ ଏକ କାରଣ ମଧ୍ୟ ରହିଛି। ଆମେ ଯେତେବେଳେ ତୁମ୍ଭମାନଙ୍କ ନିକଟକୁ ଈଶ୍ୱରଙ୍କ ବାର୍ତ୍ତା ଆଣିଥିଲୁ, ତୁମ୍ଭେମାନେ ତାହା ମନୁଷ୍ୟର ବାର୍ତ୍ତା ବୋଲି ମନେ ନ କରି, ଈଶ୍ୱରଙ୍କ ବାର୍ତ୍ତା ରୂପେ ଶୁଣିଥିଲ ଓ ଗ୍ରହଣ କରିଥିଲ। ପ୍ରକୃତରେ ତାହା ଈଶ୍ୱରଙ୍କର ବାର୍ତ୍ତା ଓ ତୁମ୍ଭମାନଙ୍କ ପରି ବିଶ୍ୱାସୀମାନଙ୍କ ଅନ୍ତକରଣରେ ତାହା ସକ୍ରିୟ ହୋଇ ରହେ।


ବିଶ୍ୱାସ ବିନା କେହି ଈଶ୍ୱରଙ୍କ ସନ୍ତୁଷ୍ଟ କରିପାରେ ନାହିଁ, କାରଣ ଯେ ଈଶ୍ୱରଙ୍କ ନିକଟକୁ ଆସେ, ସେ ଈଶ୍ୱର ଯେ ତାଙ୍କର ଅନ୍ୱେଷଣକାରୀମାନଙ୍କର ଆଶା ପୂରଣ କରନ୍ତି, ତାହା ମଧ୍ୟ ବିଶ୍ୱାସ କରିବା ଆବଶ୍ୟକ।


ହେ ବିଶ୍ୱାସୀ ଭାଇମାନେ, ସାବଧାନ, ତୁମ୍ଭମାନଙ୍କ ମଧ୍ୟରୁ କାହାରି ହୃଦୟ ଯେପରି ପାପ ଓ ଅବିଶ୍ୱାସରେ ପୂର୍ଣ୍ଣ ହୋଇ ଜୀବନ୍ତ ଈଶ୍ୱରଙ୍କ ପ୍ରତି ବିମୁଖ ନ ହୁଏ।


ଶାରୀରିକ ବ୍ୟାୟାମର ଆବଶ୍ୟକତା ରହିଛି। କିନ୍ତୁ ଆଧ୍ୟାତ୍ମିକ ସାଧନା ସର୍ବତୋଭାବେ ଉପାଦେୟ, କାରଣ ଏଥିଦ୍ୱାରା ମନୁଷ୍ୟ ଉଭୟ ଇହଲୋକ ଓ ପରଲୋକରେ ଜୀବନ୍ତ ହୋଇ ରହିବ ବୋଲି ପ୍ରତିଶ୍ରୁତି ପାଇଛି।


ଯଦି ବ୍ୟବସ୍ଥା ପାଳନ କରୁଥାଅ; ତୁମ୍ଭମାନଙ୍କର ସୁନ୍ନତ ସଂସ୍କାରର ମୂଲ୍ୟ ଅଛି। କିନ୍ତୁ ଯଦି ବ୍ୟବସ୍ଥା ଲଙ୍ଘନ କର, ତୁମ୍ଭେମାନେ ସୁନ୍ନତ ହୋଇ ନ ଥିବା ଲୋକମାନଙ୍କ ସହିତ ସମାନ।


କିନ୍ତୁ ପାଉଲ ଓ ବର୍ଣ୍ଣବା ଆହୁରି ଦୃଢ଼ ଭାବରେ କହିଲେ, ‘ତୁମ୍ଭମାନଙ୍କ ନିକଟରେ ପ୍ରଥମେ ଈଶ୍ୱରଙ୍କ ବାକ୍ୟ ପ୍ରଚାରିତ ହେବା ଆବଶ୍ୟକ ଥିଲା। କିନ୍ତୁ ତୁମେ ଅନନ୍ତ ଜୀବନ ପାଇବା ପାଇଁ ନିଜକୁ ଅଯୋଗ୍ୟ ଭାବି ଏହାକୁ ଅଗ୍ରାହ୍ୟ କରିଥିବାରୁ, ଆମେ ତୁମକୁ ପରିତ୍ୟାଗ କରି ଅଣଇହୁଦୀମାନଙ୍କ ନିକଟକୁ ଯିବା।


ଅତଏବ ସବୁ ପ୍ରକାର କୁଅଭ୍ୟାସ ଓ ଅସତ୍ ଆଚରଣ ପରିହାର କର। ଈଶ୍ୱରଙ୍କ ନିକଟରେ ନିଜକୁ ସମର୍ପଣ କର ଏବଂ ତୁମ ହୃଦୟରେ ସେ ଯେଉଁ ବାକ୍ୟ ରୋପଣ କରିଛନ୍ତି ଏବଂ ଯାହା ତୁମକୁ ରକ୍ଷା କରିବାକୁ ସମର୍ଥ, ତାହା ଗ୍ରହଣ କର।


ଯେଉଁମାନେ ପ୍ରଥମେ ସୁସମାଚାର ଶୁଣିଥିଲେ, ନିଜର ଅବିଶ୍ୱାସ ହେତୁ ସେହି ବିଶ୍ରାମ ଲାଭ କରିବାକୁ ଅସମର୍ଥ ହୋଇଥିଲେ। ଏବେ, ଅନ୍ୟମାନେ ସେହି ବିଶ୍ରାମ ଲାଭ କରିବାକୁ ସୁଯୋଗ ପାଉଛନ୍ତି;


ଯଦିବା ମୋର ସର୍ବସ୍ୱ ଦାନ କରିପାରେ କିମ୍ବା ଅଗ୍ନିରେ ଦଗ୍ଧ ହେବା ପାଇଁ ମୋ’ ଶରୀରକୁ ବିସର୍ଜନ କରି ଦିଏ, ତଥାପି ଯଦି ମୋ’ ହୃଦୟରେ ପ୍ରେମ ନାହିଁ, ସେସବୁ ମୋ’ ପାଇଁ ବୃଥା।


ଈଶ୍ୱର ଉକ୍ତ ଭାବବାଦୀମାନଙ୍କ ନିକଟରେ ପ୍ରକାଶ କଲେ ଯେ, ସେମାନେ ନିଜର ହିତ ପାଇଁ କିଛି କରୁ ନ ଥିଲେ। ସେମାନେ ଯାହା କହୁଥିଲେ, ତାହା ତୁମ୍ଭମାନଙ୍କ ପାଇଁ ଉଦ୍ଦିଷ୍ଟ ଥିଲା। ସ୍ୱର୍ଗରୁ ପ୍ରେରିତ ପବିତ୍ରଆତ୍ମାଙ୍କ ଶକ୍ତିରେ ବର୍ତ୍ତମାନ ଯେଉଁ ବାର୍ତ୍ତାବହମାନେ ସୁସମାଚାର ପ୍ରଚାର କରୁଛନ୍ତି, ତୁମ୍ଭେମାନେ ଏବେ ସେମାନଙ୍କଠାରୁ ସେହିସବୁ କଥା ଶୁଣୁଛ- ଏହି ସମସ୍ତ ବିଷୟରେ ମର୍ମ ବୁଝିବା ପାଇଁ ସ୍ୱର୍ଗଦୂତମାନେ ମଧ୍ୟ ଇଚ୍ଛୁକ।


କାରଣ କେବଳ ବାକ୍ୟରେ ନୁହେଁ, ପବିତ୍ର ଆତ୍ମାଙ୍କ ସହାୟତାରେ ଶକ୍ତିର ସହିତ, ସୁସମାଚାରର ସତ୍ୟତା ସମ୍ପୂର୍ଣ୍ଣଭାବେ ଉପଲବ୍ଧି କରି ଆମେ ତାହା ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ। ତୁମ୍ଭେମାନେ ଜାଣ, ତୁମ ସହିତ ଥିବାବେଳେ ଆମେ କିପରି ଜୀବନ ଯାପନ କରିଥିଲୁ; କିପରି କେବଳ ତୁମ୍ଭମାନଙ୍କର ମଙ୍ଗଳ ଆମ ଜୀବନର ଲକ୍ଷ୍ୟ ଥିଲା।


ଆଦ୍ୟରୁ ଧର୍ମଶାସ୍ତ୍ରରେ ସୂଚୀତ ହୋଇଛି ଯେ, ବିଶ୍ୱାସ ଦ୍ୱାରା ଈଶ୍ୱର ଅଣଇହୁଦୀମାନଙ୍କୁ ଧାର୍ମିକ ବୋଲି ବିବେଚନା କରିବେ। “ତୁମ ଦ୍ୱାରା ଈଶ୍ୱର ପୃଥିବୀର ସମସ୍ତ ଲୋକଙ୍କୁ ଆଶୀର୍ବାଦ କରିବେ” ଏହି ବାର୍ତ୍ତା ପ୍ରଥମେ ଅବ୍ରହାମଙ୍କ ନିକଟରେ ପ୍ରଚାର କରାଯାଇଥିଲା।


ମୁଁ ପ୍ରଥମ ଥର କାହିଁକି ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିଥିଲି, ତାହା ସ୍ମରଣ କର। ସେତେବେଳେ ମୁଁ ଅସୁସ୍ଥ ଥିବା ଯୋଗୁଁ ଏହା କରିଥିଲି।


ତେଣୁ ଈଶ୍ୱର ତାଙ୍କ ସେବକଙ୍କୁ ମନୋନୀତ କଲେ ଓ ତୁମ ପ୍ରତ୍ୟେକଙ୍କୁ କୁପଥରୁ ଫେରି ଆସିବାର ସୌଭାଗ୍ୟ ଦେବା ପାଇଁ ପ୍ରଥମେ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କଲେ।”


ଅବଶ୍ୟ କେତେ ଜଣ ଅବିଶ୍ୱସ୍ତ ହୋଇପାରନ୍ତି। କିନ୍ତୁ ତା’ ବୋଲି କଅଣ ଈଶ୍ୱରଙ୍କ ବିଶ୍ୱସ୍ତତା ନିରର୍ଥକ ହେବ?


ଗୋଟିଏ କଥା ମୋତେ କୁହ, ବ୍ୟବସ୍ଥା ପାଳନ କରିବା ଦ୍ୱାରା ତୁମ୍ଭେମାନେ ପବିତ୍ରଆତ୍ମାଙ୍କୁ ପାଇଛ, ନା, ସୁସମାଚାର ଶୁଣି ସେଥିରେ ବିଶ୍ୱାସ କରିବା ଦ୍ୱାରା?


Swiv nou:

Piblisite


Piblisite