Biblia Todo Logo
Bib sou entènèt

- Piblisite -




ଏବ୍ରୀ 5:7 - ପବିତ୍ର ବାଇବଲ (CL) NT (BSI)

7 ଯେଉଁ ଈଶ୍ୱର ତାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ତାଙ୍କ ନିକଟରେ ଯୀଶୁ ଇହଜୀବନରେ ଅର୍ତ୍ତନାଦ କରି ଅଶୁ ଜଳ ଢାଳି ବିନତିପୂର୍ବକ ପ୍ରାର୍ଥନା କରିଥିଲେ। ସେ ନମ୍ର ଓ ଅନ୍ତରକ୍ତ ହୋଇଥିବାରୁ, ଈଶ୍ୱର ତାଙ୍କର ପ୍ରାର୍ଥନା ଶୁଣିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ତାହାଙ୍କ ନିକଟରେ ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ଵରୂପେ ଆଶଙ୍କାରୁ ରକ୍ଷା ପାଇ

Gade chapit la Kopi

ଓଡିଆ ବାଇବେଲ

7 ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ

Gade chapit la Kopi

ପବିତ୍ର ବାଇବଲ

7 ଖ୍ରୀଷ୍ଟ ଜଗତରେ ଥିଲାବେଳେ ଯେ, ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେହି ପରମେଶ୍ୱରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେହେତୁ ଯୀଶୁ ପରମେଶ୍ୱରଙ୍କ ଇଚ୍ଛାନୁସାରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ୱର ତାହାଙ୍କ ପ୍ରାର୍ଥନାରେ ପ୍ରତ୍ୟୁତ୍ତର ଦେଇଥିଲେ।

Gade chapit la Kopi




ଏବ୍ରୀ 5:7
38 Referans Kwoze  

ଏହି ସବୁ କଥା କହିସାରିବା ପରେ, ଯୀଶୁ ଊଦ୍ଧ୍ୱର୍ମୁଖ ହୋଇ ପ୍ରାର୍ଥନା କଲେ; “ପିତା, ମୋର ସମୟ ଉପସ୍ଥିତ। ତୁମ ପୁତ୍ରଙ୍କୁ ମହିମାନ୍ୱିତ କର। ତା’ହେଲେ ପୁତ୍ର ମଧ୍ୟ ତୁମକୁ ମହିମାନ୍ୱିତ କର। ତା’ହେଲେ ପୁତ୍ର ମଧ୍ୟ ତୁମକୁ ମହିମାନ୍ୱିତ କରିବେ।


ଉପରଓଳି ତିନିଟାବେଳେ ଯୀଶୁ ଉଚ୍ଚସ୍ୱରରେ କହିଲେ, “ଏଲି, ଏଲି, ଲାମା ସବଖ୍ତାନି।” ଅର୍ତାତ୍ “ହେ ଈଶ୍ୱର, ହେ ଈଶ୍ୱର, ମୋତେ କାହିଁକି ପରିତ୍ୟାଗ କରିଛ?”


ଅପରାହ୍ନ ତିନିଟାବେଳେ ଯୀଶୁ ଉଚ୍ଚସ୍ୱରରେ କହଲେ, “ଏଲୋହୀ, ଏଲୋହୀ, ଲାମା ଶବକ୍ଥାନୀ।” ଅର୍ଥାତ୍, “ହେ ମୋର ଈଶ୍ୱର, ହେ ମୋର ଈଶ୍ୱର, ମୋତେ କାହିଁକି ପରିତ୍ୟାଗ କରିଛ?”


ତେଣୁ ଆସ, ଆମେ କୃତଜ୍ଞା ହେବା, କାରଣ ଆମେ ଏକ ଅବିନଶ୍ୱର ରାଜ୍ୟ ପାଇବା। ଆସ, ଆମ କୃତଜ୍ଞତା ଜ୍ଞାପନ କରିବା ଏବଂ ଭକ୍ତି ଓ ଭୟର ସହିତ ଈଶ୍ୱରଙ୍କ ସନ୍ତୋଷଭାନ ହୋଇ ତାହାଙ୍କୁ ପୂଜା କରିବା।


ଯୀଶୁ କାନ୍ଦିଲେ।


ଯୀଶୁ ଆଉ ଥରେ ଉଚ୍ଚସ୍ୱରରେ ଚିକ୍ରାର କରି ଶେଷ ନିଶ୍ୱାସ ତ୍ୟାଗ କଲେ।


ଯୀଶୁ ସେହିକ୍ଷଣି ଉଚ୍ଚସ୍ୱରରେ ଚିକ୍ରାର କରି ପ୍ରାଣତ୍ୟାଗ କଲେ।


ସେ ଯେଉଁମାନଙ୍କୁ ସନ୍ତାନ ବୋଲି ସମ୍ବାଧନ କରିଛନ୍ତି, ସେମାନେ ରକ୍ତମାଂସ ଶରୀରବିଶିଷ୍ଟ ମନୁଷ୍ୟ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେମାନଙ୍କ ପରି ମାନବୀୟ ରୂପ ଓ ସ୍ୱଭାବ ଧାରଣ କଲେ। ସେ ଏହା କରିବାର ଉଦ୍ଦେଶ୍ୟ ହେଉଛି, ସେ ଯେପରି ଆପଣାର ମୃତ୍ୟୁ ଦ୍ୱାରା ଶୟତାନକୁ ବିାନଶ କରିବେ, କାରଣ ମୃତ୍ୟୁ ଉପରେ ଶୟତାନର କତ୍ତ୍ୱର୍ତ୍ୱ ଥଲା।


ଯୀଶୁ ଉଚ୍ଚ ସ୍ୱରରେ ଚିକ୍ରାର କରି କହିଲେ, “ପିତା! ତୁମ ହାତରେ ମୁଁ ମୋର ଆତ୍ମାକୁ ସମର୍ପଣ କରୁଛି!” ସେ ଏହା କହି ପ୍ରାଣ ତ୍ୟାଗ କଲେ।


ଯେ ନିଜର ପ୍ରାଣବଳି ଦ୍ୱାରା ମେମଷମାନଙ୍କର ‘ପ୍ରଧାନ ମେଷପାଳକ’ ହୋଇଛନ୍ତି, ଆମ୍ଭମାନଙ୍କର ସେହି ପ୍ରଭୁ ଯୀଶୁଙ୍କୁ ଈଶ୍ୱର ମୃତ୍ୟରୁ ପୁନରୂତ୍ଥିତ କରିଛନ୍ତି। ସେହି ଯୀଶୁଙ୍କୁ ପ୍ରାଣବଳିର ରକ୍ତରେ ଏକ ଚିରସଥାୟୀ ଚୁକ୍ତି ମୁଦ୍ରାଙ୍କିତ ହୋଇଛି। ଶାନ୍ତିଦାତା ଈଶ୍ୱର ତାଙ୍କର ଇଚ୍ଛା ପାଳନ କରିବା ପାଇଁ ତୁମମାନଙ୍କର ପ୍ରୟୋଜନ ଅନୁସାରେ ସମସ୍ତ ଉତ୍ତମ ବିଷୟ ଦାନ କରନ୍ତୁ ଏବଂ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ଜୀବନରେ ତାଙ୍କର ସନ୍ତୋଷଜନକ କାର୍ଯ୍ୟ ସାଧନ କରନ୍ତୁ। ଯୁଗେ ଯୁଗେ ଖ୍ରୀଷ୍ଟଙ୍କର ମହିମା ହୋଉ। ଆମେନ୍।


ଆମ ଧର୍ମବିଶ୍ୱାସର ଏହି ମହାରହସ୍ୟ କେହି ଅସ୍ୱୀକାର କରିପାରିବେ ନାହିଁ: ମାନବ ଦେହ ଧରି ସେ ଅବତୀର୍ଣ୍ଣ ହେଲେ, ସ୍ୱର୍ଗଦୂତମାନଙ୍କ ସାକ୍ଷାତରେ ପରମାତ୍ମାଙ୍କ ସମର୍ଥନ ଲାଭ କଲେ, ସମସ୍ତ ଜାତିମାନଙ୍କ ମଧ୍ୟରେ ତାଙ୍କ ବାର୍ତ୍ତା ପ୍ରଚାରିତ ହେଲା, ପୃଥିବୀର ସର୍ବତ୍ର ସେ ବିଶ୍ୱାସଭାଜନ ହୋଇ ସଗୌରବେ ସ୍ୱର୍ଗକୁ ଉତ୍ଥାପିତ ହେଲେ।


ଅନେକ ପ୍ରତାରକ ଏବେ ଜଗତରେ ବିଚରଣ କରୁଛନ୍ତି। ଯୀଶୁ ଖ୍ରୀଷ୍ଟ ମନୁଷ୍ୟ ଶରୀରରେ ଅବତାର ଗ୍ରହଣ କରିଥିଲେ ବୋଲି ସେମାନେ ସ୍ୱୀକାର କରନ୍ତି ନାହିଁ। ଏପରି ବ୍ୟକ୍ତି ନିଶ୍ଚୟ ପ୍ରତାରକ, ସେ ଖ୍ରୀଷ୍ଟଙ୍କର ଶତ୍ରୁ!


କିନ୍ତୁ ଯେ ଯୀଶୁଙକ ବିଷୟରେ ଏ କଥା ସ୍ୱୀକାର କରେ ନାହ, ସେ କଦାପି ଈଶ୍ୱରଙ୍କ ଆତ୍ମା ଲାଭ କରି ନାହିଁ। ଖ୍ରୀଷ୍ଟଙ୍କ ଶତ୍ରୁଠାରୁ ସେ ସେହି ଆତ୍ମଶ ପାଇଛି, ଏହି ଆତ୍ମଶର ଆଗମନ ବିଷୟରେ ତୁମେ ଶୁଣିଛ- ତାହା ଏବେ ଏହି ଜଗତରେ ଉପସ୍ଥିତ।


ଶେଷରେ ଯେତେବେଳେ ଉପଯୁକ୍ତ ସମୟ ଆସିଲା, ଈଶ୍ୱର ତାଙ୍କ ନିଜ ପୁତ୍ରଙ୍କୁ ପ୍ରେରଣ କଲେ। ଜଣେ ସାଧାରଣ ସ୍ତ୍ରୀ ଗର୍ଭରୁ ସେ ଜାତ ହୋଇ ଇହୁଦୀୟ ବ୍ୟବସ୍ଥାର ଅଧୀନରେ ଜୀବନ ଯାପନ କଲେ।


ମୁଁ ଜାଣେ, ତୁମେ ସବୁବେଳେ ମୋ’ କଥା ଶୁଣିଥାଅ। କିନ୍ତୁ ତୁମେ ଯେ ମୋତେ ପଠାଇଛ, ଏଥିରେ ସେମାନଙ୍କ ବିଶ୍ୱାସ ଜନ୍ମାଇବା ପାଇଁ ମୁଁ ଏହା କହୁଛି।”


ମନୁଷ୍ୟର ପ୍ରକୃତିଗତ ଦୁର୍ବଳତା ହେତୁ ମୋଶ ପ୍ରଦତ୍ତ ସ୍ୱସ୍ଥା ଯାହା ସାଧନ କରିପାରିଲା ନାହିଁ, ଈଶ୍ୱର ତାହା କରିଛନ୍ତି। ମନୁଷ୍ୟ ଜୀବନରେ ପାପକୁ ବିନଷ୍ଟ କରିବା ପାଇଁ ସେ ନିଜ ପୁତ୍ରଙ୍କୁ ପାପୀ ମନୁଷ୍ୟ ସାଦୃଶ୍ୟରେ ପ୍ରେରଣ କଲେ ଏବଂ ଖ୍ରୀଷ୍ଟ ପାପର ଶକ୍ତି ବିନଷ୍ଟ କରିଛନ୍ତି।


ସେହି ବାକ୍ୟ ମାନବ ଶରୀର ଧାରଣ କରି ଆମ ସହିତ ଜୀବନଯାପନ କଲେ। ସେ ଅନୁଗ୍ରହ ଓ ସତ୍ୟତାରେ ପରିପୂର୍ଣ୍ଣ ଥିଲେ। ଈଶ୍ୱରଙ୍କ ଅନ୍ୟ ପୁତ୍ର ସ୍ୱରୂପେ ସେ ଯେଉଁ ଅଲୌକିକ ମହିମା ପାଇଥିଲେ, ତାହା ଆମେ ଦେଖିଲୁ।


ସେଥିପାଇଁ ଖୀଷ୍ଟ ଜଗତକୁ ଆସିବା ପୂର୍ବରୁ ଈଶ୍ୱରଙ୍କୁ କହିଥିଲେ: “ବଳିଦାନ ଓ ନୈବେଦ୍ୟରେ ତୁମେ ସନ୍ତୁଷ୍ଟ ନୁହଁ, କିନ୍ତୁ ତୁମେ ମୋ’ ନମନ୍ତେ ଏକ ଶରୀର ପ୍ରସ୍ତୁତ କରିଛ।


ଅତଏବ ଈଶ୍ୱର ଏହି ସମସ୍ତ ବଳିଦାନ ଅଗ୍ରାହ୍ୟ କରି ତା’ ପରିବର୍ତ୍ତେ ଖୀଷ୍ଟଙ୍କ ବଳିଦାନ ଗ୍ରହଣ କଲେ। ଯୀଶୁ ଖୀଷ୍ଟ ଥରେ ମାତ୍ର ଓ ଚିରକାଳ ପାଇଁ ନିଜ ଶରୀରକୁ ଉତ୍ସର୍ଗ କରି ଈଶ୍ୱରଙ୍କ ଇଚ୍ଛା ସାଧନ କରିଥିବାରୁ, ତାଙ୍କର ସେହି ପ୍ରାୟଶ୍ଚିତ ଯୋଗୁଁ ଆମେ ସମସ୍ତେ ପାପରୁ ପରିଷ୍କୃତ ହୋଇଛୁ।


ବିଶ୍ୱାସ ବଳରେ ନେହ ଅଦୃଶ୍ୟ ଭାବୀ ଘଟଣା ସମ୍ବଦ୍ଧରେ ଈଶ୍ୱରଙ୍କ ସତକପର୍ବାଣୀ ଶୁଣି ପାରିଥିଲେ। ସେ ଈଶ୍ୱରଙ୍କ ଆଦେଶ ପାଳନ କରି ଏକ ଜାହାଜ ପରିବାରବର୍ଗ ରକ୍ଷା ପାଇଥିଲେ। ଫଳରେ ଜଗତବାସୀ ଦଣ୍ଡିତ ହେଲେ, କିନ୍ତୁ ନୋହ ତାଙ୍କ ବିଶ୍ୱାସ ହେତ ଧାର୍ମକତାର ପୁରସ୍କାର ଲାଭ କଲେ।


Swiv nou:

Piblisite


Piblisite