Biblia Todo Logo
Bib sou entènèt

- Piblisite -




ଏବ୍ରୀ 9:4 - ପବିତ୍ର ବାଇବଲ (CL) NT (BSI)

4 ସେଠାରେ ଏକ ସୁବର୍ଣ୍ଣ ପାତ୍ର, ହାରୋଣଙ୍କ ପଲ୍ଲବିତ ଯଷ୍ଟି ଏବଂ ଈଶ୍ୱରଙ୍କ ଆଜ୍ଞାଖୋଦିତ ଦୂଇ ପ୍ରସ୍ତର ଫଳକ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଷ୍ପାର୍ଶ୍ଵ ସୁବର୍ଣ୍ଣ ମଣ୍ତିତ ନିୟମ-ସିନ୍ଦୁକ ଥିଲା। ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,ଣଣଗଣ. ୧୭:୧୦

Gade chapit la Kopi

ଓଡିଆ ବାଇବେଲ

4 ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମସିନ୍ଦୁକ ଥିଲା । ସେହି ନିୟମସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମ-ସିନ୍ଦୁକ ଥିଲା। ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,

Gade chapit la Kopi

ପବିତ୍ର ବାଇବଲ

4 ଏଠାରେ ସୁଗନ୍ଧିତ ଦ୍ରବ୍ୟ ପୋଡ଼ିବା ପାଇଁ ଗୋଟିଏ ସୁନାର ବେଦୀ ଥିଲା। ‘ପୁରାତନ ନିୟମ ଗୋଟିଏ ପବିତ୍ର ବାକ୍ସ ଭିତରେ ଥିଲା। ବାକ୍ସ ସୁନାରେ ତିଆରି ହୋଇଥିଲା। ସେହି ବାକ୍ସ ଭିତରେ ସୁନାରେ ତିଆରି ମାନ୍ନା ରଖା ହୋଇଥିବା ଗୋଟିଏ ପାତ୍ର ଥିଲା। ହାରୋଣର ବାଡ଼ିଟି ଯେଉଁବାଡ଼ି ଉପରେ ନୂଆ ହୋଇ ପତ୍ର କଅଁଳି ଥିଲା। ସେହି ବାକ୍ସରେ ପୁରାତନ ନିୟମର ଦଶଆଜ୍ଞା ଲେଖାଥିବା ପ୍ରସ୍ତର ଫଳକମାନ ମଧ୍ୟ ଥିଲା।

Gade chapit la Kopi




ଏବ୍ରୀ 9:4
26 Referans Kwoze  

ଆଉ ଜଣେ ସ୍ୱର୍ଗଦୂତ ଗୋଟିଏ ସୁବର୍ଣ୍ଣ ଧୂପାଧାର ନେଇ ବେଦୀ ସମ୍ମୁଖରେ ଆସି ଠିଆ ହେଲେ। ସିଂହାସନ ସମ୍ମୁଖରେ ଥିବା ସୁବର୍ଣ୍ଣ ବେଦୀ ଉପରେ, ଈଶ୍ୱରଭକ୍ତମାନଙ୍କର ପ୍ରାର୍ଥନାରୂପ ଧୂପ ସହିତ ମିଶାଇ ଉତ୍ସର୍ଗ କରିବା ପାଇଁ, ତାଙ୍କୁ ପ୍ରଚୁର ପରିମାଣରେ ଧୂପ ଦିଆଗଲା।


ସ୍ୱର୍ଗରେ ଥିବା ଈଶ୍ୱରଙ୍କ ମନ୍ଦିର-ଦ୍ୱାର ଖୋଲିଲା ଓ ମନ୍ଦିରରେ ନିୟମ ସିନ୍ଦୁକ ଥିବାର ଦେଖାଗଲା। ତା’ପରେ ବିଜୁଳି ଚମକିଲା, ବଜ୍ରନାଦ, ଭୂମିକମ୍ପ ଓ ପ୍ରବଳ ଶିଳା ବୃଷ୍ଟି ହେଲା।


Swiv nou:

Piblisite


Piblisite