Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 1:12 - ପବିତ୍ର ବାଇବଲ (CL) NT (BSI)

12 ଯେଉଁ ବ୍ୟକ୍ତି ଦୁଃଖକଷ୍ଟରେ ସହିଷ୍ଣୁ ରହେ, ସେ ଧନ୍ୟ; କାରଣ ଏଭଳି ପରୀକ୍ଷଶରେ ଜୟଯୁକ୍ତ ହେଲେ, ଈଶ୍ୱର ତାଙ୍କ ଭକ୍ତମାନଙ୍କୁ ଯେଉଁ ଜୀବନ ଦେବେ ବୋଲି ପ୍ରତିଜ୍ଞା କରିଛନ୍ତି, ସେ ତାହା ପୁସ୍କାର ସ୍ୱରୂପ ପାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

12 ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।

Gade chapit la Kopi

ପବିତ୍ର ବାଇବଲ

12 ଯେଉଁ ବ୍ୟକ୍ତି ପରୀକ୍ଷିତ ହୋଇ ଦୃଢ଼ ରହି ପାରେ, ସେ ଖୁସୀ ହେବା କଥା। କାରଣ, ସେ ତାହାର ବିଶ୍ୱାସକୁ ଦୃଢ଼ ବୋଲି ପ୍ରମାଣିତ କରି ସାରିଲା ପରେ, ପରମେଶ୍ୱର ତାହାକୁ ଅନନ୍ତ ଜୀବନର ପୁରସ୍କାର ଦେବେ। ପରମେଶ୍ୱରଙ୍କୁ ପ୍ରେମ କରୁଥିବା ସବୁ ଲୋକଙ୍କୁ ପରମେଶ୍ୱର ଏହି ପ୍ରତିଜ୍ଞା ଦେଇଛନ୍ତି।

Gade chapit la Kopi




ଯାକୁବଙ୍କ ପତ୍ର 1:12
49 Referans Kwoze  

ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ତାଙ୍କର ଅନନ୍ତ ଗୌରବରେ ଭାଗୀ ହେବା ପାଇଁ, ଦୟାମୟ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି। ତୁମ୍ଭମାଙ୍କର କ୍ଷଣିକ ଦୁଃଖଭୋଗ ପରେ ସେ ନିଜେ ତୁମ୍ଭମାନଙ୍କୁ ସିଦ୍ଧ, ସୁଦୃଢ଼, ବଳିଷ୍ଠ ଓ ସୁପତିଷ୍ଠିତ କରିବେ।


ତୁମେ ଯାହା କିଛି ଦୁଃଖ ଭୋଗ କରିବାକୁ ଯାଉଛ, ସେଥିପାଇଁ ଭୟ କର ନାହିଁ। ଶୁଣ! ତୁମ ମଧ୍ୟରୁ କେତେକଙ୍କୁ କାରାଗାରରେ ପକାଇ ଶୟତାନ ପରୀକ୍ଷା କରିବ। କିନ୍ତୁ ତୁମର ଏହି ଦୁର୍ଦ୍ଦଶା କେବଳ ଦଶ ଦିନ ବ୍ୟାପୀ ହେବ। ଏଥିରେ ମରଣର ଭୟ ଥିଲେ ମଧ୍ୟ ମୋ’ ପ୍ରତି ବିଶ୍ୱସ୍ତ ରହିଲେ, ମୁଁ ତୁମକୁ ଜୀବନରୂପ ମୁକୁଟ ଦେବି।


ସେମାନଙ୍କ ସହିଷ୍ଣୁତା ଯୋଗୁଁ ଆମେ ସେମାନଙ୍କ ଧନ୍ୟ ବୋଲି କହିଥାଉଁ। ତୁମେ ଆୟୁବଙ୍କ ଧୈର୍ଯ୍ୟ ବିଷୟ ଶୁଣିଛ ଏବଂ ପରିଶେଷରେ ପ୍ରଭୁ କିପରି ତାଙ୍କୁ ଆର୍ଶୀବାଦ କରିଥିଲେ, ତାହା ଜାଣିଛ। କାରଣ ପ୍ରଭୁ ଦୟା ଓ ଅନୁକମ୍ପାରେ ପୂର୍ଣ୍ଣ।


ଯେଉଁମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟ ସାଧନ କରିବା ପାଇଁ ଆହୂତ ଓ ଈଶ୍ୱରଙ୍କୁ ପ୍ରେମ କରନ୍ତି, ସେମାନଙ୍କ ନିମନ୍ତେ ସବୁ ବିଷୟ ମଙ୍ଗଳଜନକ ହୁଏ।


ମୋ’ ଲାଗି ସମସ୍ତେ ତୁମ୍ଭମାନଙ୍କୁ ଘୃଣା କରିବେ; କିନ୍ତିୁ ଯେ କେହି ଶେଷ ପଯ୍ୟନ୍ତ ସ୍ଥିର ରହିବ, ସେ ମୁକ୍ତି ପାଇବ।


କ୍ରୀଡ଼ା ପ୍ରତିଯୋଗୀମାନେ ତାଲିବେଳେ ସବୁ ବିଷୟରେ ସଂଯମ ଆଚରଣ କରନ୍ତି। ସେମାନେ ନଶ୍ୱର ଜୟମାଲ୍ୟ ଲାଭ କରିବା ଉଦ୍ଦେଶ୍ୟରେ ଏପରି କରି ଥାଆନ୍ତି। କିନ୍ତୁ ଆମେ ଅବିନଶ୍ୱର ଜୟମାଲ୍ୟ ଲାଭ କରିବା ଉଦ୍ଦେଶ୍ୟରେ ଏପରି କରିଥାଉ।


ସତ୍କର୍ମ କରିବା ହେତୁ ତୁମ୍ଭେମାନେ କ୍ଳେଶଭୋଗ କଲେ ସୁଦ୍ଧା ତୁମ୍ଭେମାନେ ପ୍ରକୃତରେ ସୁଖୀ। କାହାକୁ ଭୟ କର ନାହିଁ; ଅଯଥା ଚିନ୍ତିତ ହୁଅ ନାହିଁ।


ଏବେ ମୋର ଧର୍ମପରାୟଣତା ପାଇଁ ବିଜୟର ପୁରସ୍କାର ଗଚ୍ଛିତ ଅଛି। ନିର୍ଦ୍ଦିଷ୍ଟ ଦିବସରେ ନ୍ୟାୟବାନ ବିଚାରପତି ପ୍ରଭୁ ନିଜେ ମୋତେ ସେହି ପୁରସ୍କାର ପ୍ରଦାନ କରିବେ - କେବଳ ମୋତେ ନୁହେଁ; ପ୍ରେମ ଭକ୍ତି ସହ ଯେଉଁମାନେ ତାଙ୍କ ଆଗମନର ଅପେକ୍ଷା କରନ୍ତି, ସମସ୍ତେ ଏହି ପୁରସ୍କାର ଲାଭ କରିବେ।


ପ୍ରିୟ ଭାଇମାନେ ଶୁଣ, ଈଶ୍ୱର କ’ଣ ଏ ଜଗତରେ ଦରିଦ୍ର ଲୋକଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବାକୁ ଏବଂ ତାହାଙ୍କର ଭକ୍ତମାନଙ୍କୁ ଯେଉଁ ରାଜ୍ୟ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି, ତାହାର ଅଧିକାରୀ ହେବାକୁ ମନୋନୀତ କରି ନାହାଁନ୍ତି?


ଯେତେବେଳେ “ପ୍ରଧାନ ମେଷପାଳକ” ଆଗମନ କରିବେ, ତୁମ୍ଭେମାନେ ଗୌରବର ମୁକୁଟ ପାଇବ। ତା’ର ଜ୍ୟୋତି କେବେ ମ୍ଳାନ ହେବ ନାର୍ହି।


ଯେପରି ଧର୍ମଶାସ୍ତ୍ରରେ ଲେଖାଅଛି: “ଯାହା କେହି କେବେ ଦେଖି ନାହିଁ କିମ୍ବା ଶୁଣି ନାହିଁ, ଯାହା ଘଟିବାର କେହି କଳ୍ପନା କରି ନାହିଁ, ତାଙ୍କୁ ପ୍ରେମ କରୁଥିବା ଲୋକମାନଙ୍କ ନିମନ୍ତେ ଈଶ୍ୱର ସେହି ସବୁ ପ୍ରସ୍ତୁତ କରିଛନ୍ତି।”


ମଁ ଯେପରି ବିଜୟୀ ହୋଇ ମୋ’ ପିତାଙ୍କ ସହିତ ତାଙ୍କ ସିଂହାସନରେ ବସିଅଛି, ଯେଉଁମାନେ ଜୟ କରିବେ, ସେ ସମସ୍ତଙ୍କୁ ମୁଁ ଠିକ୍ ସେହିପରି ମୋର ସିଂହାସନରେ ମୋ’ ପାଖରେ ବସିବାର ଅଧିକାର ଦେବି।


ବରଂ ଆନନ୍ଦିତ ହୁଅ, କାରଣ ତୁମ୍ଭେମାନେ ଖ୍ରୀଷ୍ଟଙ୍କ କ୍ଳେଶଭୋଗର ଅଂଶୀ ହେବାରୁ ତାଙ୍କର ମହିମା ପ୍ରକାଶିତ ହେବା ସମୟରେ ର୍ତୁମ୍ଭମାନେ ଆନନ୍ଦରେ ପରିପୂର୍ଣ୍ଣ ହେବ।


ଯେ କେହି ଈଶ୍ୱରଙ୍କୁ ପ୍ରେମ କରେ, ସେହି କେବଳ ତାଙ୍କର ପରିଚିତ ଲୋକ ହୁଏ।


ମୁଁ ଯେଉଁମାନଙ୍କୁ ପ୍ରେମ କରେ, ସେମାନଙ୍କୁ ତିରସ୍କାର କରେ ଓ ଶାସ୍ତି ଦିଏ। ତେଣୁ ଆନ୍ତରିକତା ସହିତ ପାପ ପଥରୁ ଫେରି ଆସ।


ତୁମ ଅତୀତ କଥା ସ୍ମରଣ କର। ଈଶ୍ୱରଙ୍କ ଆଲୋକ ତୁମ୍ଭମାନଙ୍କୁ ଉଦ୍ଭାସିତ କରିବା ପରେ ତୁମ୍ଭେମାନେ ନାନାଦି ଦୁଃଖ କ୍ଳେଶ ଭୋଗ କଲ, କିନ୍ତୁ ପରାଜିତ ହୋଇ ନ ଥିଲ।


ଅବ୍ରାହାମ ଧୈର୍ଯ୍ୟ ଧରି ଅପେକ୍ଷା କଲେ। ତେଣୁ ସେ ଈଶ୍ୱରଙ୍କ ପ୍ରତିଜ୍ଞାତ ବିଷୟସବୁ ପ୍ରାପ୍ତ ହେଲେ।


ତା’ପରେ ତାଙ୍କର ଦକ୍ଷିଣରେ ଥିବା ଲୋକମାନଙ୍କୁ ରାଜା କହିବେ, ‘ଆସ, ତୁମ୍ଭମାନଙ୍କୁ ମୋ’ ପିତା ଆଶୀର୍ବାଦ କରିଛନ୍ତି। ସୃଷ୍ଟିର ଆରମ୍ଭରୁ ଯେଉଁ ରାଜ୍ୟ ତୁମ୍ଭମାନଙ୍କ ପାଇଁ ପ୍ରସ୍ତୁତ ହୋଇ ରହିଛି, ତାହାକୁ ଅଧିକାର କର।


ଈଶ୍ୱର ଅବ୍ରାହାମଙ୍କର ବିଶ୍ୱାସ ପରୀକ୍ଷା କଲାବେଳେ ଅବ୍ରାହାମ ନିଜ ପୁତ୍ର ଇସାହାକଙ୍କୁ ବଳିରୂପ ଉତ୍ସର୍ଗ କରିବାକୁ ପ୍ରସ୍ତୁତ ହେଲେ। ଈଶ୍ୱର ଅବ୍ରାହାମଙ୍କୁ ହିଁ ତାଙ୍କର ପ୍ରତିଜ୍ଞା ବଚନ ଦେଇଥିଲେ, ଅଥଚ ଅବ୍ରାହାମ ନିଜର ଏକମାତ୍ର ପୁତ୍ରକୁ ବଳିରୂପେ ଉତ୍ସର୍ଗ କରିବାକୁ ପ୍ରସ୍ତୁତ ଥିଲେ।


ଆମେ ପ୍ରେମ କରିବାକୁ ଶିଖିଛୁ, କାରଣ ଈଶ୍ବର ହିଁ ପ୍ରଥମେ ଆମକୁ ପ୍ରେମ କରିଛନ୍ତି।


ଈଶ୍ୱର ତାଙ୍କ ସନ୍ତାନ ସ୍ୱରୂପେ ତୁମ୍ଭମାନଙ୍କୁ ଯେଉଁ ଉତ୍ସାହବାଣୀ ଶୁଣାଉଛନ୍ତି, ତାହା କ’ଣ ତୁମ୍ଭେମାନେ ଭୁଲି ଯାଇଛ? “ହେ ମୋର ପୁତ୍ର, ଈଶ୍ୱର ତୁମକୁ ଶାସନ କଲାବେଳେ ମନୋଯୋଗୀ ହୁଅ। ସେ ତୁମକୁ ଉର୍ତ୍ସାନାକଲାବେଳେ ନିରୁତ୍ସାହ ହୁଅ ନାହିଁ।


“ମନୁଷ୍ୟପୁତ୍ରଙ୍କ ନିମନ୍ତେ ଯଦି ଲୋକମାନେ ତୁମକୁ ଘୃଣା କରନ୍ତି, ତୁମ ସହିତ ସମ୍ପର୍କ ରଖନ୍ତି ନାହିଁ, ଅପମାନ ଦିଅନ୍ତି ଓ ତୁମକୁ ଭ୍ରଷ୍ଟାଚାରୀ ବୋଲି କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ!


ଧୈର୍ଯ୍ୟରୁ ବଳିଷ୍ଠ ଚରିତ୍ର ଓ ବଳିଷ୍ଠ ଚରିତ୍ରରୁ ଭରସା ଜାତ ହୁଏ।


ତୁମେ ଲଜ୍ଜାବୋଧ ନ କରି ଯଥାଶକ୍ତି ନିର୍ଭୁଲ ଭାବରେ ଈଶ୍ୱରଙ୍କ ସତ୍ୟବାର୍ତ୍ତା ପରିବେଷଣ କର; ତାହାହେଲେ, ଜଣେ ବିଶ୍ୱସ୍ତ କର୍ମୀ ରୂପେ ତୁମେ ଈଶ୍ୱରଙ୍କ ପୂର୍ଣ୍ଣ ସମର୍ଥନ ଲାଭ କରିବ।


ଖ୍ରୀଷ୍ଟଙ୍କ ଅନୁଗାମୀ ହୋଇଥିବାରୁ ଅପମାନିତ ହେଲେ, ତୁମ୍ଭେମାନେ ପ୍ରକୃତରେ ଧନ୍ୟ, କାରଣ ଈଶ୍ୱରଙ୍କ ଗୌରବମୟ ଆତ୍ମା ତୁମଠାରେ ଅଧିଷ୍ଠାନ କରିଛନ୍ତି।


Swiv nou:

Piblisite


Piblisite