Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 3:2 - ପବିତ୍ର ବାଇବଲ (CL) NT (BSI)

2 ଆମେ ସମସ୍ତେ ଅନେକ ଥର ଭୁଲ କରିଥାଉ। ଯଦି କେହି ତା’କଥାବାର୍ତ୍ତାରେ କଦାପି ଭୁଲି କରେ ନାହିଁ, ତେବେ ସେ ସିଦ୍ଧ ଏବଂ ନିଜକୁ ସମ୍ପୁର୍ଣ୍ଣ ସଂଯୁତ କରିପାରିଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।

Gade chapit la Kopi

ଓଡିଆ ବାଇବେଲ

2 ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ । ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।

Gade chapit la Kopi

ପବିତ୍ର ବାଇବଲ

2 ଆମ୍ଭେ ସମସ୍ତେ ଅନେକ ଭୁଲ୍ କରୁ। ଯଦି ଜଣେ ଲୋକ କୌଣସି ଭୁଲ୍ କଥା କହି ନାହିଁ, ତା'ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ୟ ସଂଯତ କରି ପାରିବ।

Gade chapit la Kopi




ଯାକୁବଙ୍କ ପତ୍ର 3:2
29 Referans Kwoze  

କେହି କ’ଣ ନିଜକୁ ଧାର୍ମିକ ମନେ କରୁଛି? ସେ ଯଦି ଆପଣା ଜିହ୍ୱାକୁ ସଂଯୁତ ନ କରେର, ତେବେ ତାହାର ଧର୍ମକର୍ମସବୁ ନିରର୍ଥକ ଓ ସେ କେବଳ ନିଜକୁ ପ୍ରତାରଣା କରୁଛି।


ଶାସ୍ତ୍ରରେ ଲେଖାଅଛି, “ଯେ ଜୀବନରେ ଦୁଖଭୋଗ କରିବାକୁ ଓ ସୁଖର ଦିନ ଦେଖିବାକୁ ଇଚ୍ଛା କରେ, ସେ କୁକଥା ନ କହୁ ଓ ମିଥ୍ୟା କଥାରୁ ନିବୃତ୍ତ ହେଉ।


“ତୁମ କଥା ଦ୍ୱାରା ତୁମେ ବିଚାରିତ ହୋଇ ନିର୍ଦ୍ଦୋଷ ବା ଦୋଷୀ ସାବ୍ୟସ୍ତ ହେବ।”


ଶାସ୍ତ୍ରରେ ଉଲ୍ଲିଖିତ ଅଛି: “ଧାର୍ମିକ କେହି ନାହିଁ, ଜଣେ ସୁଦ୍ଧା ନାହିଁ,


କୁମେ ଶେଷ ପର୍ଯ୍ୟନ୍ତ ସହିଷ୍ଠ ହୋଇ ରହିଲେ, କୌଣସି ବିଷୟରେ ଉଣା ନ ପଡ଼ି ସିଦ୍ଧ ଓଔ ସମ୍ପୁର୍ଣ୍ଣ ହେବ।


ଯେ ଗୋଟିଏ ଆଜ୍ଞା ଲଘଂନ କର, ସେ ସମସ୍ତ ଆଜ୍ଞ ଲଘଂନ ଅପରାଧରେେ ଦୋଷୀ ହୁଏ।


ଅନ୍ୟମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିଥିଲେ ମଧ୍ୟ ମୁଁ ନିଜେ ଯେପରି ଅଗ୍ରାହ୍ୟ ନ ହୁଏ, ଏଥିପାଇଁ କଷ୍ଟ ସହ୍ୟ କରି ଶରୀରକୁ କଠିନ କରିଛି ଓ ନିଜ ଆୟତ୍ତାଧୀନ କରି ରଖିଅଛି।


ତୁମ ଦଳର ଆଉ ଜଣେ ସଭ୍ୟ ଓ ଖ୍ରୀଷ୍ଟ ଯୀଶୁଙ୍କର ସେବକ ଏପାଫ୍ରା ନମସ୍କାର ଜଣାଉଛନ୍ତି। ଈଶ୍ୱରଙ୍କ ଇଚ୍ଛାର ସମ୍ପୂର୍ଣ୍ଣ ବାଧ୍ୟ ହୋଇ ତୁମ୍ଭେମାନେ ଯେପରି ପରିପକ୍ୱ ଓ ଦୃଢ଼ ଖ୍ରୀଷ୍ଟବିଶ୍ୱାସୀ ସ୍ୱରୂପେ ଅବିଚଳିତଭାବେ ଛିଡ଼ା ହୋଇପାରେ, ସେଥିପାଇଁ ସେ ଅବିରତ ଈଶ୍ୱରଙ୍କ ନିକଟରେ ଆକୁଳ ପ୍ରାର୍ଥନା କରୁଛନ୍ତି।


ସେଥିପାଇଁ ଆମେ ପ୍ରତ୍ୟେକଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଛୁ। ପ୍ରତ୍ୟେକଙ୍କୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ କରି ଏକ ପରିପକ୍ୱ ବ୍ୟକ୍ତି ରୂପେ ଈଶ୍ୱରଙ୍କ ସମ୍ମୁଖରେ ଉପସ୍ଥିତ କରାଇବା ପାଇଁ, ଆମର ସମସ୍ତ ବୁଦ୍ଧିଜ୍ଞାନ ପ୍ରୟୋଗ କରି, ସମସ୍ତଙ୍କୁ ଚେତନା ଓ ଶିକ୍ଷା ଦେଉଅଛୁ।


କିନ୍ତୁ ଧର୍ମଶାସ୍ତ୍ରରେ ଉଲ୍ଲିଖିତ ଅଛି, ସମଗ୍ର ମାନବ ଜାତି ପାପ ଶକ୍ତିର ଅଧୀନ, ତେଣୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଫଳ ସ୍ୱରୂପ ପ୍ରତିଜ୍ଞାତ ଆଶୀର୍ବାଦ ଖ୍ରୀଷ୍ଟବିଶ୍ୱାସୀମାନେ ପାଇବେ।


ଏହା ମୋ’ ଭିତରେ ଏକ ସକ୍ରିୟ ବିଧାନ ବୋଲି ମନେହୁଏ। ଯାହା ସତ୍, ତାହା ମୁଁ କରିବାକୁ ଗଲାବେଳେ, କେବଳ ଅସତ୍ କାର୍ଯ୍ୟ କରିଥାଏ।


ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ତାଙ୍କର ଅନନ୍ତ ଗୌରବରେ ଭାଗୀ ହେବା ପାଇଁ, ଦୟାମୟ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି। ତୁମ୍ଭମାଙ୍କର କ୍ଷଣିକ ଦୁଃଖଭୋଗ ପରେ ସେ ନିଜେ ତୁମ୍ଭମାନଙ୍କୁ ସିଦ୍ଧ, ସୁଦୃଢ଼, ବଳିଷ୍ଠ ଓ ସୁପତିଷ୍ଠିତ କରିବେ।


ମନୁଷ୍ୟ ପ୍ରକୃତି ପବିତ୍ର ଆତ୍ମାଙ୍କ ଇଚ୍ଛାର ବିରୋଧୀ। ସେହିପରି ପବିତ୍ର ଆତ୍ମାଙ୍କ ଇଚ୍ଛା, ମନୁଷ୍ୟ ପ୍ରକୃତିର ବିରୋଧୀ। ଏମାନେ ପରସ୍ପରର ଶତ୍ରୁ। ତେଣୁ ତୁମ୍ଭେମାନେ ଯାହା କରିବାକୁ ଇଚ୍ଛା କର, ତାହା କରିବାକୁ ଅସମର୍ଥ।


ଆରେ ସର୍ପପରି ଖଳଲୋକେ! ନିଜେ ଖଳ ହୋଇ ତୁମ୍ଭେମାନେଳ କ’ଣ ଭଲ କଥା କହି ପାରିବ? ହୃଦୟର ଭାବ ମୁଖ ଦେଇ ପ୍ରକାଶ ପାଏ।


Swiv nou:

Piblisite


Piblisite