Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 4:1 - ପବିତ୍ର ବାଇବଲ (CL) NT (BSI)

1 ତୁମ୍ଭମାନଙ୍କ ମଧ୍ୟରେ ସଂଘର୍ଷ ଓ କଳହ କାହିଁକତ ହୁଏ? ତୁମ ଅନ୍ତରରେ ଲାଗି ରହିଥିବା ଭୋଗ ବିଳାସର କାମନା ହିଁ ଏହାର କାରଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତୁମ୍ଭମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କଅଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ?

Gade chapit la Kopi

ଓଡିଆ ବାଇବେଲ

1 ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ ? କ'ଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କଅଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ?

Gade chapit la Kopi

ପବିତ୍ର ବାଇବଲ

1 ତୁମ୍ଭେ କ’ଣ ଜାଣିଛ କି ତୁମ୍ଭମାନଙ୍କ ଭିତରେ ଝଗଡ଼ା ଓ ଯୁକ୍ତିତର୍କ କାହିଁକି ହୁଏ? ତୁମ୍ଭର ଝଗଡ଼ା ଓ ଯୁକ୍ତିତର୍କ ସ୍ୱାର୍ଥପର ଇଚ୍ଛାରୁ ଆସେ ଓ ତୁମ୍ଭ ମଧ୍ୟରେ ବିବାଦ ସୃଷ୍ଟି କରିଥାଏ?

Gade chapit la Kopi




ଯାକୁବଙ୍କ ପତ୍ର 4:1
24 Referans Kwoze  

ବନ୍ଧୁଗଣ, ତୁମ୍ଭେମାନେ ଏହି ଜଗତରେ ବିଦେଶୀ ଓ ପ୍ରବାସୀ ତୁଲ୍ୟ। ତେଣୁ ଅନୁରୋଧ କରୁଛୁ, ତୁମ୍ଭେମାନେ ସର୍ବଦା ଆତ୍ମା ବିରୁଦ୍ଧରେ ଯୁଦ୍ଧ କରୁଥିବା ଶାରୀରିକ ଅଭିଳାଷର ବଶବର୍ତ୍ତୀ ହୁଅ ନାହିଁ।


ମନୁଷ୍ୟ ପ୍ରକୃତି ପବିତ୍ର ଆତ୍ମାଙ୍କ ଇଚ୍ଛାର ବିରୋଧୀ। ସେହିପରି ପବିତ୍ର ଆତ୍ମାଙ୍କ ଇଚ୍ଛା, ମନୁଷ୍ୟ ପ୍ରକୃତିର ବିରୋଧୀ। ଏମାନେ ପରସ୍ପରର ଶତ୍ରୁ। ତେଣୁ ତୁମ୍ଭେମାନେ ଯାହା କରିବାକୁ ଇଚ୍ଛା କର, ତାହା କରିବାକୁ ଅସମର୍ଥ।


କିନ୍ତୁ ମୋ’ ମନର ଏହି ଇଚ୍ଛା ବିରୁଦ୍ଧରେ ମୋର ଶରୀରକୁ ନିୟନ୍ତ୍ରଣ କରୁଥିବା ବିଧାନ ସର୍ବଦା ସଂଘର୍ଷ କରୁଥାଏ। ମୋ’ ଶରୀରରେ ସକ୍ରିୟ ଥିବା ସେହି ପାପ ପ୍ରବୃତ୍ତି ମୋତେ ବନ୍ଦୀ କରି ରଖିଛି।


ମାନବ ପ୍ରକୃତିର ବଶୀଭୂତ ହେବା ଦ୍ୱାରା ବ୍ୟକ୍ତି ଈଶ୍ୱରଙ୍କ ଶତ୍ରୁ ହୁଏ; କାରଣ ସେ ଈଶ୍ୱରଙ୍କ ବ୍ୟବସ୍ଥା ପାଳନ କରେ ନାହିଁ- ସେ ତା’ କରିବାକୁ ଅସମର୍ଥ।


ଈଶ୍ୱରଙ୍କ ଆଜ୍ଞାବହ ହୁଅ। ଅଜ୍ଞତାବଶତଃ ପୂର୍ବେ ଯେଉଁ କୁଅଭିଳାଷଗୁଡ଼ିକର ବଶବର୍ତ୍ତୀ ହୋଇଥିଲ, ସେସବୁ ଦ୍ୱାରା ତୁମ ଜୀବନ ଆଉ ନିୟତ୍ରିତ ନ ହେଉ।


ତୁମ ଅନ୍ତରରେ କାର୍ଯ୍ୟରତ ଜାଗତିକ ପ୍ରବୃତ୍ତିଗୁଡ଼ିକ ଯଥା - କାମୁକତା, ଅଶୁଚିତା, ଇନ୍ଦ୍ରିୟାସକ୍ତି, ଦୁରଭିଳାଷ ଓ ଲୋଭକୁ ତୁମ୍ଭେମାନେ ବିନାଶ କର। ଲୋଭ ପ୍ରତିମା ପୂଜାର ଏକ ରୂପାନ୍ତର।


ସର୍ବପ୍ରଥମେ ତୁମ୍ଭେମାନେ ଜାଣି ରଖିବା ଉଚିତ ଯେ, ଏହି ଶେଷ ଦିନମାନଙ୍କରେ କେତେକେ କେବଳ ନିଜର କୁପ୍ରବୃତ୍ତି ଦ୍ୱାରା ଚଳିତ ହେବେ;


ପୁଣି, ମାଗିଲେ ମଧ୍ୟ ନ ପାଇବାର କାରଣ ହେଉଛି, ତୁମ ଅଭିପ୍ରାୟ ଅସତ୍। ତୁମ୍ଭେମାନେ ନିଜର ସୁଖଭୋଗ ପାଇଁ ମାଗିଥାଅ।


ସେମାନେ ଅହଙ୍କାରପୂର୍ଣ୍ଣ ନିରର୍ଥକ କଥା କହୁଥାଆନ୍ତି; ଭ୍ରାଷ୍ଟାଚାରୀମାନଙ୍କ ମଧ୍ୟରୁ ରକ୍ଷା ପାଇ ପଳାଇ ଆସୁଥିବା ଲୋକମାନଙ୍କୁ ନୀଚ ଶାରୀରିକ କାମନାର ମୋହ ଦେଖାଇ ଫନ୍ଦରେ ପକାନ୍ତି।


ଆମ୍ଭେମାନେ ନିଜେ ଦିନେ ନିର୍ବୋଧ, ଅବାଧ୍ୟ ଓ ଭ୍ରାନ୍ତ ଥିଲୁ; ନାନା ପ୍ରକାର ଆମୋଦେ ପ୍ରମୋଦ ଓ ନୀଚ ପ୍ରବୃତ୍ତିଗୁଡ଼ିକର ବଶୀଭୂତ ଥିଲୁ; ଦ୍ୱେଷ ଓ ଈର୍ଷାପରବଶ ହୋଇ ଦିନାତିପାତ କରିଥିଲୁ; ଅନ୍ୟମାନେ ଆମ୍ଭମାନଙ୍କୁ ଘୃଣା କରୁଥିଲେ, ଆମ୍ଭେମାନେ ମଧ୍ୟ ସେମାନଙ୍କୁ ଘୃଣା କରୁଥିଲୁ।


ଅବାନ୍ତର ଯୁକ୍ତିତର୍କ, ପୂର୍ବପୁରୁଷମାନଙ୍କର ଦୀର୍ଘ ନାମ ତାଲିକା ଓ ଶାସ୍ତ୍ରାର୍ଥ ନେଇ ଅଯଥା ବାକ୍ବିତଣ୍ଡା, କଳହ ଓ ବିବାଦ ସବୁ ପରିହାର କର। ଏହା ମୂଲ୍ୟହୀନ ଓ ନିରର୍ଥକ।


ଯେତେ ଦିନ ପର୍ଯ୍ୟନ୍ତ ଆମେ ଶାରୀରିକ ଅଭିଳାଷର ବଶବର୍ତ୍ତୀ ଥିଲୁ, ବ୍ୟବସ୍ଥାର ନିଷେଧାଜ୍ଞା ଆମ୍ଭମାନଙ୍କର ପାପ ପ୍ରବୃତ୍ତିକୁ କେବଳ ଉତ୍ତେଜିତ କରୁଥିଲା ଏବଂ ଆମ୍ଭେମାନେ ମୃତ୍ୟୁର ସେବା ପାଇଁ ଉପଯୋଗୀ ଥିଲୁ।


କାରଣ ତା’ ହୃଦୟରୁ ଜାତ ଅସତ୍ ଚିନ୍ତା ଦ୍ୱାରା ସେ ନରହତ୍ୟା, ବ୍ୟଭିଚାର, ଲଣ୍ଠନ, ମିଥ୍ୟା ଓ ପର କୁତ୍ସାରଟନା ପରି ନାନା ପ୍ରକାର ନୀତିହୀନ କାର୍ଯ୍ୟ କରିଥାଏ।


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନର ସନ୍ତାନ; ତାହାର ଇଚ୍ଛା ଅନୁସାରେ କାର୍ଯ୍ୟ କରିବାକୁ ଲାଳାୟିତ। ସୃଷ୍ଟିର ଆରମ୍ଭରୁ ସେ ଥିଲା ନରହନ୍ତା। ସେ କେବେ ସତ୍ୟର ପକ୍ଷପାତୀ ନ ଥିଲା କାରଣ ତା’ଠାରେ ଲେଶମାତ୍ର ସତ୍ୟ ନାହିଁ। ମିଥ୍ୟା କହିବା ତା’ ପକ୍ଷରେ ସ୍ୱାଭାବିକ। କାରଣ ସେ ନିଜେ ମିଥ୍ୟାବାଦୀ ଓ ସକଳ ମିଥ୍ୟାର ଜନକ।


ଆଉ ଥରେ କହି ରଖୁଛି, ଅବାନ୍ତର ଓ ନିର୍ବୋଧ ଯୁକ୍ତିତର୍କରୁ ଦୂରରେ ରୁହ। ତୁମେ ଜାଣ, ଏ ସବୁର ପରିଣତି କେବଳ କଳହ।


Swiv nou:

Piblisite


Piblisite