Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 4:8 - ପବିତ୍ର ବାଇବଲ (CL) NT (BSI)

8 ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅ ଓ ସେ ତୁମର ନିକଟବର୍ତ୍ତୀ ହେବେ। ହେ ପାପିଷ୍ଠ, ତୁମ ହସ୍ତ ଶୁଚି କର। ହେ ଦ୍ୱିମନା, ହୃଦୟ ନିର୍ମଳ କର, ଅନୁତପ୍ତ ହୁଅ, କଦ୍ରନ ଓ ବିଳାପ କର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଈଶ୍ଵରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି ହେ ଦ୍ଵିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।

Gade chapit la Kopi

ଓଡିଆ ବାଇବେଲ

8 ଈଶ୍ୱରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ । ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।

Gade chapit la Kopi

ପବିତ୍ର ବାଇବଲ

8 ପରମେଶ୍ୱରଙ୍କ ନିକଟକୁ ଆସ, ତେବେ ସେ ମଧ୍ୟ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭେମାନେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ୱର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।

Gade chapit la Kopi




ଯାକୁବଙ୍କ ପତ୍ର 4:8
44 Referans Kwoze  

ଅତଏବ ଆସ, ଆମ୍ଭେମାନେ ଶୁଦ୍ଧ ଅନ୍ତଃକରଣ ଓ ଦୃଢ଼ ବିଶ୍ୱାସ ସହହ ଈଶ୍ୱରଙ୍କ ନିକଟକୁ ଯିବା; କାରଣ ଆମ୍ଭୋନେ ଏବେ କଳୁଷିତ ବିବେକରୁ ଶୁଚି ହୋଇଛୁ ଓ ଆମ ଶରୀର ନିର୍ମଳ ଜଳରେ ଧୌତ ହୋଇଛି


ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଏହି ଆଶା ପୋଷଣ କରିଛନ୍ତି, ସେମାନେ ଖ୍ରୀଷ୍ଟଙ୍କ ପରି ନିଜକୁ ପବିତ୍ର କରି ରଖିବେ।


କାରଣ ମୋଶାପ୍ରଦତ୍ତ ବ୍ୟବସ୍ଥା ଦ୍ୱାରା କୌଣସି ବିଷୟ ପୂର୍ଣ୍ଣତା ଲାଭ କରି ପାରିଲା ନାହିଁ। ବର୍ତ୍ତମାନ ଅମ୍ଭମାନଙ୍କୁ ଏକ ବଳବତ୍ତର ଭରସା ପ୍ରଦତ୍ତ ହୋଇଛି; ସେଥିଦ୍ୱାରା ଆମେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେବା ପାଇଁ ସମର୍ଥ ହୋଇଛୁ।


ବନ୍ଧୁଗଣ, ଏହିସବୁ ପ୍ରତିଶ୍ରୁତି ଆମ୍ଭେମାନେ ଈଶ୍ୱରଙ୍କଠାରୁ ପାିଛୁ। ତେଣୁ ଆସ, ଶରୀର ଆତ୍ମାକୁ ଅଶୁଚି କରୁଥିବା ସବୁ ବିଷୟରୁ ନିଜ ନିଜର ପରିଷ୍ମୃତି କରିବା। ପୁଣି ଈଶ୍ୱରଙ୍କୁ ଭୟ କରି ସମ୍ପୂର୍ଣ୍ଣ ପବିତ୍ରଭାବେ ବାସ କରିବା।


ସେମାନେ ତୁମ୍ଭମାନଙ୍କ ପରିତ୍ରାଣ ସାଧନ କରୁଥିବା ଜଳଦୀକ୍ଷାର ପ୍ରତୀକ। ଏହି ଜଳଦୀକ୍ଷା ତୁମ ଦେହର ମଳିନତା ଦୂର କରେ ନାହିଁ- ତାହା ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ତୁମ ବିବେକକୁ ଶୁଚି କରିବା ପାଇଁ ଈଶ୍ୱରଙ୍କ ନିକଟେରେ ଆବେଦନ।


“ଭଲ ଫଳ ଧରିବା ପାଇଁ ଗଛଟି ବଳିଷ୍ଠ ହେବା ଦରକାର। ଦୁର୍ବଳ ଗଛରେ ନିକୃଷ୍ଠ ଫଳ ହୁଏ। ଗଛଟି କି ପ୍ରକାର, ତା’ ଫଳ ଦ୍ୱାରା ଜଣାପଡ଼େ।


ଉପାସନାରେ ଈଶ୍ୱର ପରାୟଣ ବ୍ୟକ୍ତିମାନେ ହସ୍ତ ଉତ୍ତୋଳନ କରି ପ୍ରାର୍ଥନା କରିବା ବେଳେ ମନରୁ ସବୁ ପ୍ରକାର କ୍ରୋଧ ଓ ବିଦ୍ୱେଷ ଭାବ ବର୍ଜ୍ଜନ କରନ୍ତୁ।


ବର୍ତ୍ତମାନ ତୁମ୍ଭେମାନେ ସତ୍ୟର ଅନୁଗାମୀ ହୋଇଥିବାରୁ ନିଜ ନିଜକୁ ଶୁଚି କରିଛ ଓ ବିଶ୍ୱାସୀ ଭାଇମାନଙ୍କୁ ପ୍ରେମ କରିବାକୁ ଇଚ୍ଛୁକ ଅଛ। ପରସ୍ପରକୁ ଆନ୍ତରିକତା ସହ ପ୍ରେମ କର।


ସେମାନଙ୍କ ଓ ଆମ୍ଭମାନଙ୍କ ମଧ୍ୟରେ ସେ କୌଣସି ପାର୍ଥକ୍ୟ ରଖିନାହାନ୍ତି। ସେମାନଙ୍କ ବିଶ୍ୱାସ ହେତୁ ସେ ସେମାନଙ୍କ ପାପ କ୍ଷମା କରିଛନ୍ତି।


“ଆମ ପିତୃପୁରୁଷ ଯେଉଁସବୁ ଶିକ୍ଷା ଦେଇ ଯାଇଛନ୍ତି, ଆପଣଙ୍କ ଶିଷ୍ୟମାନେ କାହିଁକି ସେସବୁ ଲଘଂନ କରୁଛନ୍ତି? ଖାଇବା ପୂର୍ବରୁ ସେମାନେ ବିଧିମତେ ହାତ ଧୋଉ ନାହାନ୍ତି।”


ଯେତେବେଳେ ପିଲାତ ଦେଖିଲେ ଯେ ସେମାନଙ୍କୁ ଆଉ କହି କିଛି ଲାଭ ନାହିଁ, ବରଂ ଶାନ୍ତି ଭଙ୍ଗର ଆଶଙ୍କା ଅଛି, ସେ ଅଳ୍ପ ଜଳ ନେଇ, ଲୋକମାନଙ୍କ ସମ୍ମୁଖରେ ହାତ ଧୋଇ ପକାଇ କହିଲେ, “ଏ ବ୍ୟକ୍ତିଙ୍କ ମୃତ୍ୟୁ ପାଇଁ ମୁଁ ଦାୟୀ ନୁହେଁ। ଏହା ତୁମର କାମ।”


କିନ୍ତୁ ଉଦ୍ଧ୍ୱର୍ରୁ ଆଗତ ଜ୍ଞାନ ପ୍ରଥମତଃ, ବିଶୁଦ୍ଧ; ତାହା ମଧ୍ୟ ଶାନ୍ତି ପ୍ରଦାୟକ, ସୁଶାନ୍ତ ଓ ମୈତ୍ରୀ-ଭାବାପନ୍ନ। ତାହା ଅନୁକମ୍ପାରେ ପରିପୂର୍ଣ୍ଣ ଓ ହୁଳଭାବେ ସତ୍କର୍ମରୂପେ ଫଳ ଉତ୍ପାଦସନ କରେ; ତାହା ନିରପେକ୍ଷ ଓ ଛଳନାଶୂନ୍ୟ।


Swiv nou:

Piblisite


Piblisite