Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 5:7 - ପବିତ୍ର ବାଇବଲ (CL) NT (BSI)

7 ହେ ଭାଇମାନେ, ପ୍ରଭୁଙ୍କର ପୁନରାଗମନ ପଯ୍ୟନ୍ତ ଧୈର୍ଯ୍ୟ ଧର। ଦେଖ, କୃଷକ କିପରି ତା’ କ୍ଷେତରେ ବହୁମୂଲ୍ୟ ଫସଲ ଉତ୍ପନ୍ନ କରିବା ପାଇଁ ଧେର୍ଯ୍ୟ ସହକାରେ ପ୍ରଥମ ଓ ଶେଷ ବର୍ଷାକୁ ଅପେକ୍ଷା କରେ!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ।

Gade chapit la Kopi

ଓଡିଆ ବାଇବେଲ

7 ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ । ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ।

Gade chapit la Kopi

ପବିତ୍ର ବାଇବଲ

7 ଭାଇ ଓ ଭଉଣୀମାନେ, ଧୈର୍ଯ୍ୟ ରଖ, ପ୍ରଭୁ ଯୀଶୁ ଆସିବେ। ସେହି ସମୟ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ।

Gade chapit la Kopi




ଯାକୁବଙ୍କ ପତ୍ର 5:7
32 Referans Kwoze  

ତେଣୁ ସତ୍କର୍ମ କରିବାରେ ଆମେ କ୍ଲାନ୍ତ ହେବା ଅନୁଚିତ। କାରଣ ସେଥିରୁ ବିରତ ନ ହେଲେ, ଯଥା ସମୟରେ ଆମେ ଫସଲ ଅମଳ କରି ପାରିବା।


ଧୈର୍ଯ୍ୟ ସହକାରେ ତୁମ୍ଭେମାନେ ଯେପରି ସବୁ ବିଷୟ ସହି ପାରିବ, ଏଥିପାଇଁ ତାଙ୍କର ଗୌରବମୟ ଶକ୍ତି ଦ୍ୱାରା ତୁମ୍ଭେମାନେ ବଳୀୟାନ ହୁଅ।


ଅବ୍ରାହାମ ଧୈର୍ଯ୍ୟ ଧରି ଅପେକ୍ଷା କଲେ। ତେଣୁ ସେ ଈଶ୍ୱରଙ୍କ ପ୍ରତିଜ୍ଞାତ ବିଷୟସବୁ ପ୍ରାପ୍ତ ହେଲେ।


କେତେ ଜଣ ଗୌରବ, ସମ୍ମାନ ଓ ଅମରତ୍ୱ ପ୍ରାପ୍ତି ଆଶାରେ ଧୈର୍ଯ୍ୟର ସହିତ ସତ୍‍କର୍ମ କରି ଯାଆନ୍ତି, ସେମାନଙ୍କୁ ଈଶ୍ୱର ଅନନ୍ତ ଜୀବନ ପ୍ରଦାନ କରିବେ।


କିନ୍ତୁ ଆମେ ଆଶା ପୋଷଣ କରୁଛୁ ଯେ, ଈଶ୍ୱର ଆମକୁ ତାଙ୍କ ଦୃଷ୍ଟିରେ ନିର୍ଦ୍ଦୋଷ ବିବେଚିତ କରିବେ; ଆମ ବିଶ୍ୱାସର ଫଳ ସ୍ୱରୂପ, ଆମ ଭିତରେ କାର୍ଯ୍ୟ କରୁଥିବା ପରମାତ୍ମାଙ୍କ ଶକ୍ତି ଦ୍ୱାରା ଏହା ସାଧିତ ହେବ ବୋଲି ଅପେକ୍ଷା କରି ରହିଛୁ।


ସେ ଯାହାହେଉ, ମୋର ବିଶ୍ୱାସ, ଆମ ପ୍ରଭୁ ଯୀଶୁଙ୍କ ଆଗମନ ବେଳେ ତାଙ୍କ ସମ୍ମୁଖରେ ଅନ୍ୟମାନଙ୍କ ପରି ତୁମ୍ଭେମାନେ ମଧ୍ୟ ଆମର ଆଶା, ଆନନ୍ଦ ଓ ବିଜୟ ଦର୍ପର କାରଣ ହେବ।


ତୁମ୍ଭେମାନେ ମଧ୍ୟ ସବୁବେଳେ ପ୍ରସ୍ତୁତ ହୋଇ ରହିଥାଅ। କାରଣ ତୁମେ ତାଙ୍କୁ ଅପେକ୍ଷା କରୁ ନ ଥିବା ସମୟରେ ସେ ଆସିଯାଇ ପାରନ୍ତି।


ଏହିପରି ଭାବେ ସେ ତୁମ୍ଭମାନଙ୍କୁ ବଳିଷ୍ଠ କରିବେ। ତାହାହେଲେ, ଆମ ପ୍ରଭୁ ଯୀଶୁ ଯେତେବେଳେ ସ୍ୱର୍ଗଦୂତମାନଙ୍କ ଗହଣରେ ଫେରି ଆସିବେ, ସେତେବେଳେ ତୁମ୍ଭେମାନେ ପିତା ଈଶ୍ୱରଙ୍କ ସମ୍ମୁଖରେ ସିଦ୍ଧ ଓ ପବିତ୍ର ହୋଇପାରିଥିବ।


ବିଜୁଳି ଯେପରି ପୂର୍ବରୁ ପଶ୍ଚିମ ଯାଏ ଆକାଶକୁ ଝଲସାଇ ଦିଏ, ମନୁଷ୍ୟପୁତ୍ର ସେହିପରି ଆସିବେ।


ଶାସ୍ତ୍ରର ଶିକ୍ଷାସବୁ ଆମ୍ଭମାନଙ୍କ ଉପକାର ନିମିତ୍ତ ଉଦ୍ଦିଷ୍ଟ। ଭରସାରେ ସ୍ଥିର ରହିବା ନିମନ୍ତେ ଶାସ୍ତ୍ର ଆମ୍ଭମାନଙ୍କୁ ଧୈର୍ଯ୍ୟ ଓ ଉତ୍ସାହ ପ୍ରଦାନ କରେ।


ସେମାନେ ତୁମକୁ ପରିହାସ କରି ପଚାରିବେ, “ସେ ଆସିବେ ବୋଲି ପ୍ରତିଜ୍ଞା କରିଥିଲେ, ନୁହେଁ କି? ସେ ଏବେ କେଉଁଠାରେ? ଆମ ପିତୃପୁରୁଷମାନେ ମୃତ୍ୟଭୋଗ କଲେଣି କିନ୍ତୁ ସୃଷ୍ଟିର ଆରମ୍ଭରୁ ଯାହା ଯେପରି ଥିଲା, ବର୍ତ୍ତମାନ ମଧ୍ୟ ସବୁ ତ ସେହିପରି ଅଛି।”


ଆମ୍ଭେମାନେ ପିତା ଈଶ୍ୱରଙ୍କ ନିକଟରେ ସ୍ମରଣ କରିଥାଉ, କିପରି ତୁମ୍ଭେମାନେ ନିଜ ବିଶ୍ୱାସକୁ କାର୍ଯ୍ୟରେ ପରିଣତ କରୁଛ, ପ୍ରେମରେ ଅନୁପ୍ରାଣିତ ହୋଇ କିପରି କଠିନ ପରିଶ୍ରମ କରୁଛ ଏବଂ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଭରସା କିପରି ଦୃଢ଼।


ସେଥିପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆବବିର୍ଭାବର ଅପେକ୍ଷାରେ ଥିବା ସମୟରେ ତୁମ୍ଭମାନଙ୍କର କୌଣସି ଆତ୍ମିକ ଆଶୀର୍ବାଦର ଅଭାବ ହୋଇ ନାହିଁ।


ତା’ପରେ ମନୁଷ୍ୟପୁତ୍ର ମହାପରାକ୍ରମ ଓ ଗୌରବରେ ମେଘମାଳା ମଧ୍ୟରେ ଆସିବେ।


ମୁଁ କହୁଛି, ସେ ସେମାନଙ୍କ ସପକ୍ଷରେ ବିଚାର କରିବେ ଓ ଶୀଘ୍ର କରିବେ। କିନ୍ତୁ ମନୁଷ୍ୟପୁତ୍ର ଆସିବା ସମୟରେ ଏହି ପୃଥିବୀରେ କାହାରିଠାରେ ବିଶ୍ୱସ୍ତତା ଦେଖିବେ କି?”


ଯେଉଁମାନେ ବାର୍ତ୍ତା ଶୁଣି ବିଶ୍ୱସ୍ତ ଭାବରେ ଦୃଢ଼ ରୂପେ ଧରି ରଖନ୍ତି ଓ ପ୍ରଚୁର ଫଳ ଉତ୍ପନ୍ନ କରନ୍ତି, ସେମାନେ ଭଲ ଭୂମିରେ ପଡ଼ିଥିବା ବିହନ ପରି।


ମନିଷ୍ୟ ପୁତ୍ର ପିତା ଈଶ୍ୱରଙ୍କ ଦ୍ୱାରା ଗୌରବାନ୍ୱିତ ହୋଇ ସ୍ୱର୍ଗଦୂତମାନଙ୍କ ସହ ପୁନର୍ବାର ଆସିବେ। ସେତେବେଳେ ସେ ପ୍ରତ୍ୟେକକୁ ତା’ର କୃତକର୍ମ ଅନୁସରେ ଫଳ ଦେବେ।


ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି, ମନୁଷ୍ୟ ପୁତ୍ର ରାଜା ହୋଇ ଆସିବା ପର୍ଯ୍ୟନ୍ତୁ ଏଠାରେ ଉପସ୍ଥିତ ଥିବା କେତେଜଣ ମୃତ୍ୟ ଭୋଗ କରିବେ ନାହିଁ।”


ଯୀଶୁ ଉତ୍ତର ଦେଲେ, “ଯଦି ମୁଁ ଇଚ୍ଛା କରେ; ମୋର ପୁନରାଗମନ ପର୍ଯ୍ୟନ୍ତ ସେ ବଞ୍ଚି ରହୁ, ସେଥିରେ ତୁମର କ’ଣ ଅଛି? ତୁମେ ମୋର ଅନୁଗମନ କର।”


ଏଣୁ ଯୀଶୁଙ୍କ ଅନୁଗାମୀମାନଙ୍କ ମଧ୍ୟରେ ଗୋଟିଏ ଧାରଣା ଜନ୍ମିଲା ଯେ ସେହି ଶିଷ୍ୟ କେବେ ମରିବ ନାହିଁ। କିନ୍ତୁ ସେ ମରିବ ନାହିଁ ବୋଲି ଯୀଶୁ କହି ନ ଥିଲେ। ସେ କେବଳ କହିଥିଲେ, “ମୋର ପୁନରାଗମନ ପର୍ଯ୍ୟନ୍ତ ସେ ବଞ୍ଚି ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ସେଥିରେ ତୁମର କ’ଣ ଅଛି।”


ଭାଇମାନେ, ପରସ୍ପରକୁ ସମାଲୋଚନା କର ନାହିଁ। ବିଶ୍ୱାସୀ ଭାଇର ବିଚାର କର ଯିଏ ତାହାର ଗ୍ଳାନ କରେ, ସେ ବ୍ୟବସ୍ଥା ବିଚାର କର, ତେବେ ତୁମ୍ଭେମାନେ ତାହା ପାଳନ କରୁନାହିଁ, ବରଂ ତାହାର ବଚାରକ ହେଉଛ।


ତୁମ ସୁନା ସ ରୂପାରେ କଳଙ୍କ ଲାଗିଲାଣି ଏବଂ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ, ପୁଣି ତୁମ୍ଭମାନଙ୍କ ଶରୀରକୁ ଅଗ୍ନିପରି ଗ୍ରାସ କରିବ। ଏହି ଅନ୍ତିମ କାଳରେ ତୁମ୍ଭେମାନେ ଧନ ସମ୍ପଦ ଠୁଳ କରିଛ।


ଭାଇମାନେ, ଯେଉଁ ମଭାବବାଦୀଗଣ ପ୍ରଭୁଙ୍କ ନାମରେ ବାର୍ତ୍ତା ଦେଇଥିଲେ, ସେମାନଙ୍କୁ ସ୍ମରଣ କର। କ୍ଳେଶଭୋଗ ସମୟରେ ଧୈର୍ଯ୍ୟଶାଳୀ ଓ ସହିଷ୍ଣୁ ହେବା ପାଇଁ ସେମାନେ ତୁମର ଆଦର୍ଶ ହୁଅନ୍ତି।


Swiv nou:

Piblisite


Piblisite