Biblia Todo Logo
Bib sou entènèt

- Piblisite -




ଯୋହନ 10:3 - ପବିତ୍ର ବାଇବଲ (CL) NT (BSI)

3 ଦ୍ୱାରରକ୍ଷକ ତା’ ପାଇଁ ଦ୍ୱାର ଖୋଲି ଦିଏ ଏବଂ ସେ ନିଜ ମେଷମାନଙ୍କୁ ନାମ ଧରି ଡାକିଲେ, ସେମାନେ ତା’ର ଡାକ ଶୁଣନ୍ତି ଓ ସେ ସେହି ପଲଟିକୁ ବାହାରକୁ ବାଟ କଢ଼ାଇ ନେଇ ଆସେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଦ୍ଵାରୀ ତାହା ନିମନ୍ତେ ଦ୍ଵାର ଫିଟାଇଦିଏ, ପୁଣି ମେଷଗୁଡ଼ିକ ତାʼର ସ୍ଵର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ।

Gade chapit la Kopi

ଓଡିଆ ବାଇବେଲ

3 ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତା'ର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତାହାର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ।

Gade chapit la Kopi

ପବିତ୍ର ବାଇବଲ

3 ଫାଟକ ଜଗୁଆଳୀ ମେଷପାଳକ ପାଇଁ ଫାଟକ ଖୋଲେ। ମେଷମାନେ ମେଷପାଳକର କଥା ଶୁଣନ୍ତି। ମେଷପାଳକ ତା'ର ମେଣ୍ଢାକୁ ନାମଧରି ଡାକେ ଓ ବାହାରେ ଚରାଏ।

Gade chapit la Kopi




ଯୋହନ 10:3
32 Referans Kwoze  

କିନ୍ତୁ ଈଶ୍ୱର ଯେଉଁ ଦୃଢ଼ ଭିତ୍ତିଭୂମି ସ୍ଥାପନ କରିଛନ୍ତି, ତାକୁ କେହି ଦୋହଲାଇ ପାରିବେ ନାହିଁ। ସେହି ଭିତ୍ତିପ୍ରସ୍ତର ଉପରେ ଖୋଦିତ ହୋଇଛି: “ଈଶ୍ୱର ତାଙ୍କ ନିଜ ଲୋକମାନଙ୍କୁ ଜାଣନ୍ତି - ଯେ ନିଜକୁ ଈଶ୍ୱରଙ୍କ ଲୋକ ବୋଲି ପରିଚୟ ଦିଏ, ସେ ସବୁ ଦୁଷ୍କର୍ମରୁ ବିମୁଖ ହେଉ।”


ସେମାନଙ୍କୁ ବାହାରକୁ ଆଣିବାବେଳେ ଆଗେ ଆଗେ ମେଷପାଳକ ଚାଲେ ଓ ମେଷଗୁଡ଼ିକ ତା’ର ପଛେ ପଛେ ଚାଲନ୍ତି, କାରଣ ସେମାନେ ତା’ର ସ୍ୱର ଚିହ୍ନନ୍ତି।


ମୋର ଆହୁରି ଅନ୍ୟ ମେଷ ଅଛନ୍ତି, ଯେଉଁମାନେ ଏହି ପଲ ଭିତରେ ନାହାନ୍ତି। ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ପଡ଼ିବ। ସେମାନେ ମୋର ଡାକ ଶୁଣିବେ ଏବଂ ସମସ୍ତେ ଗୋଟିଏ ମେଷପାଳକର ଗୋଟିଏ ପଲ ହୋଇ ରହିବେ।


ମୁଁ ଶ୍ରେଷ୍ଠ ମେଷପାଳକ। ପିତା ଈଶ୍ୱର ମୋତେ ଯେପରି ଜାଣନ୍ତି ଓ ମୁଁ ଯେପରି ପିତା ଈଶ୍ୱରଙ୍କୁ ଜାଣେ,


ଦେଖ! ମୁଁ ବାହାରେ ଠିଆହୋଇ ଦ୍ୱାରରେ ଆଘାତ କରୁଛି; ଯଦି କେହି ମୋର ସ୍ୱର ଶୁଣି ଦ୍ୱାର ଖୋଲି ଦିଏ, ମୁଁ ତା’ ଘର ଭିତରକୁ ଆସି ତା’ ସହିତ ଭୋଜନ କରିବି ଏବଂ ସେ ମୋ’ ସହିତ ଭୋଜନ କରିବ।


କାରଣ, ସିଂହାସନ ମଧ୍ୟଭାଗରେ ଉପବିଷ୍ଟ ମେଷଶାବକ ସେମାନଙ୍କର ମେଷପାଳକ ହେବେ। ସେ ଜୀବନଦାୟକ ଜଳର ଉତ୍ସ ନିକଟକୁ ସେମାନଙ୍କୁ ପଥ କଢ଼ାଇ ନେବେ ଏବଂ ଈଶ୍ୱର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛି ଦେବେ।”


ଯେଉଁମାନେ ଏପରି ମନୋନୀତ ହୋଇ ଆହୂତ ହୋଇଛନ୍ତି, ସେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇ ଗୌରବାନ୍ୱିତ ହୋଇଛନ୍ତି।


ଭାବବାଦୀମାନେ ଲେଖିଛନ୍ତି: “କେବଳ ଈଶ୍ୱରଙ୍କଠାରୁ ସମସ୍ତେ ଶିକ୍ଷା ଲାଭ କରିବେ।’ ଯେ କେହି ପିତା ଈଶ୍ୱରଙ୍କ କଥା ଶୁଣି ତାଙ୍କଠାରୁ ଶିକ୍ଷା ଗ୍ରହଣ କରେ, ସେ ମୋ’ ପାଖକୁ ଆସିବ।


ଯେଉଁମାନଙ୍କୁ ମୋ’ ପିତା ମୋତେ ଦେଇଛନ୍ତି, ସେମାନେ ମୋ’ ନିକଟକୁ ଆସିବେ। ଯେ କେହି ମୋ’ ପାଖକୁ ଆସିବ, ମୁଁ କେବେ ତାକୁ ଫେରାଇ ଦେବି ନାହିଁ।


ଯେଉଁମାନଙ୍କର ନାମ ଜୀବନ ପୁସ୍ତକରେ ଲେଖାଯାଇ ନ ଥିଲା, ସେମାନେ ମଧ୍ୟ ସମସ୍ତେ ଅଗ୍ନିମୟ ହ୍ରଦରେ ନିକ୍ଷିପ୍ତ ହେଲେ।


ଖ୍ରୀଷ୍ଟଙ୍କ ନିଗୂଢ଼ ତତ୍ତ୍ୱ ପ୍ରଚାର କରିବା ଉଦ୍ଦେଶ୍ୟରେ ଈଶ୍ୱର ଯେପରି ଆମକୁ ବିଶେଷ ସୁଯୋଗ ଦେବେ, ସେଥିପାଇଁ ମଧ୍ୟ ପ୍ରାର୍ଥନା କର। ଯେଉଁ ବାର୍ତ୍ତା ପ୍ରଚାର କରିବା ଯୋଗୁଁ ମୁଁ ଏବେ ବନ୍ଦୀଶାଳାରେ ଅଛି,


ହେ ମୋର ବିଶ୍ୱସ୍ତ ଅଂଶୀଦାର! ତୁମକୁ ମଧ୍ୟ ମୋର ନିବେଦନ, ଏହି ଭଉଣୀମାନଙ୍କୁ ସାହାଯ୍ୟ କର, କାରଣ ଏମାନେ କ୍ଲେମେଣ୍ଟ ଓ ମୋର ଅନ୍ୟ ସହକର୍ମୀମାନଙ୍କ ସହିତ ସୁସମାଚାର ପ୍ରଚାର କାର୍ଯ୍ୟରେ କଠିନ ପରିଶ୍ରମ କରି ମୋତେ ସାହାଯ୍ୟ କରିଛନ୍ତି। ଏମାନଙ୍କର ନାମ ଈଶ୍ୱରଙ୍କ “ଜୀବନ ପୁସ୍ତକରେ” ଲେଖାଅଛି।


ଈଶ୍ୱର ଉକ୍ତ ଭାବବାଦୀମାନଙ୍କ ନିକଟରେ ପ୍ରକାଶ କଲେ ଯେ, ସେମାନେ ନିଜର ହିତ ପାଇଁ କିଛି କରୁ ନ ଥିଲେ। ସେମାନେ ଯାହା କହୁଥିଲେ, ତାହା ତୁମ୍ଭମାନଙ୍କ ପାଇଁ ଉଦ୍ଦିଷ୍ଟ ଥିଲା। ସ୍ୱର୍ଗରୁ ପ୍ରେରିତ ପବିତ୍ରଆତ୍ମାଙ୍କ ଶକ୍ତିରେ ବର୍ତ୍ତମାନ ଯେଉଁ ବାର୍ତ୍ତାବହମାନେ ସୁସମାଚାର ପ୍ରଚାର କରୁଛନ୍ତି, ତୁମ୍ଭେମାନେ ଏବେ ସେମାନଙ୍କଠାରୁ ସେହିସବୁ କଥା ଶୁଣୁଛ- ଏହି ସମସ୍ତ ବିଷୟରେ ମର୍ମ ବୁଝିବା ପାଇଁ ସ୍ୱର୍ଗଦୂତମାନେ ମଧ୍ୟ ଇଚ୍ଛୁକ।


ଏଠାରେ ମୋ’ ବିପକ୍ଷରେ ଅନେକ ଲୋକ ଥିଲେ ସୁଦ୍ଧା, ଫଳପ୍ରଦ କାର୍ଯ୍ୟ କରିବାକୁ ମୋ’ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ଅଛି।


ମୁଁ ହେଉଛି ଦ୍ୱାର। ଯେ ମୋ’ ଦେଇ ପ୍ରବେଶ କରେ, ସେ ରକ୍ଷା ପାଇବ ଏବଂ ଭିତରକୁ ଓ ବାହାରକୁ ଯାଇ ଚରା ପାଇବ।


କିନ୍ତୁ ଆମେ ଈଶ୍ୱରଙ୍କର। ଯେ କେହି ଈଶ୍ୱରଙ୍କୁ ଜାଣେ, ସେ ଆମ ପ୍ରତି କର୍ଣ୍ଣପାତ କର। ଯେଉଁମାନେ ଈଶ୍ୱରଙ୍କ ନୁହଁନ୍ତି, ସେମାନେ ଆମ କଥଶ ଶୁଣନ୍ତି ନାହିଁ। ସତ୍ୟ ଆତ୍ମା ଓ ପ୍ରଞ୍ଚକ ଆତ୍ମା ମଧ୍ୟରେ ଏହି ପାର୍ଥକ୍ୟ ଆମେ ଲକ୍ଷ୍ୟ କରିପାରିବା।


ତୁମ ସହିତ ସାକ୍ଷାତ ହେବ ବୋଲି ମୋର ଆଶା।- ସେତେବେଳେ ବ୍ୟକ୍ତିଜତ ଭାବରେ କଥାବାର୍ତ୍ତା ହେବା।


Swiv nou:

Piblisite


Piblisite