Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:19 - ପବିତ୍ର ବାଇବଲ (CL) NT (BSI)

19 ଶୁଣ! ମୁଁ ତୁମ୍ଭମାନଙ୍କୁ କ୍ଷମତା ଦେଇଛୁ, ଯେପରି ତୁମ୍ଭେମାନେ ସାପ ଓ କଙ୍କଡ଼ା ବିଛା ଉପରେ ଚାଲି ପାରିବ ଓ ଶତ୍ରୁ ଶୟତାନର ସମସ୍ତ ଶକ୍ତି ଉପରେ ଜୟଲାଭ କରିବ ଏବଂ କୌଣସି ବିଷୟ ତୁମର କ୍ଷତି କରି ପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହିଁ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

19 ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

19 ଶୁଣ! ସାପ ଓ କଙ୍କଡ଼ାବିଛାମାନଙ୍କୁ ପାଦତଳେ ଦଳି ଦେବାକୁ ମୁଁ ତୁମ୍ଭମାନଙ୍କୁ ଶକ୍ତି ଦେଇଛି। ମୁଁ ତୁମ୍ଭମାନଙ୍କ ଶତ୍ରୁ ପାଖରେ ଥିବା ଶକ୍ତିଠାରୁ ଅଧିକ ଶକ୍ତି ଦେଇଛି। ତୁମ୍ଭମାନଙ୍କର କେହି କିଛି କ୍ଷତି କରି ପାରିବ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 10:19
12 Referans Kwoze  

ସାପକୁ ଧରିଲେ କିମ୍ବା ବିଷପାନ କଲେ, ସେମାନଙ୍କର କିଛି କ୍ଷତି ହେବ ନାହିଁ। ସେମାନେ ପୀଡ଼ିତ ଲୋକମାନଙ୍କ ଉପରେ ହସ୍ତାର୍ପଣ କଲେ, ସେମାନେ ସୁସ୍ଥ ହେବେ।”


ତା’ ହେଲେ, ଶାନ୍ତିର ଆଧାର ଈଶ୍ୱର ଶୀଘ୍ର ଶୟତାନକୁ ତୁମ୍ଭମାନଙ୍କର ପଦଦଳିତ କରିବେ। ପ୍ରଭୁଙ୍କ ଅନୁଗ୍ରହ ତୁମମାନଙ୍କ ସହବର୍ତ୍ତୀ ହେଉ।


କିନ୍ତୁ ପାଉଲ ନିଜେ ଆହତ ନ ହୋଇ, ସାପଟିକୁ ନିଅାଁ ଭିତରକୁ ଛିଞ୍ଚାଡ଼ି ଦେଲେ।


ଯଦି କେହି ସେମାନଙ୍କର କ୍ଷତି କରିବାକୁ ଚେଷ୍ଟା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ଶତ୍ରୁକୁ ଧ୍ୱଂସ କରିବ। ଏହିପରି ଯେ କେହି ସେମାନଙ୍କର କ୍ଷତି କରିବାକୁ ବାହାରିବ, ସେ ନିଜେ ବିନଷ୍ଟ ହେବ।


Swiv nou:

Piblisite


Piblisite