Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:1 - ପବିତ୍ର ବାଇବଲ (CL) NT (BSI)

1 ଦିନେ ଯୀଶୁ କୌଣସି ଏକ ସ୍ଥାନରେ ପ୍ରାର୍ଥନା କରୁôôଥିଲେ। ସେ ପ୍ରାର୍ଥନା ଶେଷ କରିବା ପରେ ତାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାଙ୍କୁ କହିଲେ, “ପ୍ରଭୁ, ଯୋହନ ଯେପରି ତାଙ୍କ ଶିଷ୍ୟମାନଙ୍କୁ ଶିଖାଇଛନ୍ତି, ଆପଣ ମଧ୍ୟ ଆମକୁ ପ୍ରାର୍ଥନା କରିବାକୁ ଶିଖାଇ ଦିଅନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

1 ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଅନ୍ତୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଅନ୍ତୁ।

Gade chapit la Kopi

ପବିତ୍ର ବାଇବଲ

1 ଥରେ ଯୀଶୁ ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ। ସେ ପ୍ରାର୍ଥନା କରି ସାରିବା ପରେ ତାହାଙ୍କର ଜଣେ ଶିଷ୍ୟ ତାହାଙ୍କୁ କହିଲେ, “ପ୍ରାର୍ଥନା କିପରି କରିବାକୁ ହେବ ତାହା ଯୋହନ ତାହାଙ୍କ ଶିଷ୍ୟମାନଙ୍କୁ ଶିଖାଇ ଦେଇଥିଲେ। ପ୍ରଭୁ, ପ୍ରାର୍ଥନା କିପରି କରିବାକୁ ହୁଏ, ତାହା ଆପଣ ମଧ୍ୟ ଆମ୍ଭମାନଙ୍କୁ ବତେଇ ଦିଅନ୍ତୁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:1
14 Referans Kwoze  

କିନ୍ତୁ ବନ୍ଧୁଗଣ, ତୁମ୍ଭେମାନେ ପବିତ୍ର ଧର୍ମବିଶ୍ୱାସର ଭିତ୍ତି ଉପରେ ନିଜ ନିଜ ଜୀବନ ଗଠନ କରିବାରେ ଲାଗି ରୁହ।


ଏହା ପରେ ଦିନେ ଯୀଶୁ ଏକ ପାହାଡ଼ ଉପରକୁ ପ୍ରାର୍ଥନା କରିବାକୁ ଗଲେ ଓ ଈଶ୍ୱରଙ୍କଠାରେ ପ୍ରାର୍ଥନା କରି ସମସ୍ତ ରାତ୍ରି ବିତାଇଲେ।


ଦିନେ ଯୀଶୁ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାଙ୍କ ପାଖକୁ ଆସିଲେ। ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ, ଏ ବିଷୟରେ ଲୋକମାନେ କ’ଣ କହନ୍ତି?”


ଯେଉଁ ଈଶ୍ୱର ତାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ତାଙ୍କ ନିକଟରେ ଯୀଶୁ ଇହଜୀବନରେ ଅର୍ତ୍ତନାଦ କରି ଅଶୁ ଜଳ ଢାଳି ବିନତିପୂର୍ବକ ପ୍ରାର୍ଥନା କରିଥିଲେ। ସେ ନମ୍ର ଓ ଅନ୍ତରକ୍ତ ହୋଇଥିବାରୁ, ଈଶ୍ୱର ତାଙ୍କର ପ୍ରାର୍ଥନା ଶୁଣିଥିଲେ।


ଏସବୁ କହିବାର ପ୍ରାୟ ଏକ ସପ୍ତାହ ପରେ ଯୀଶୁ ପିତର, ଯୋହନ ଓ ଯାକୁବଙ୍କୁ ସଙ୍ଗରେ ନେଇ ପ୍ରାର୍ଥନା କରିବାକୁ ଏକ ପାହାଡ଼ ଉପରକୁ ଗଲେ।


ସେହି ସ୍ତ୍ରୀ ଲୋକକୁ ଦେଖି ପ୍ରଭୁଙ୍କ ହୃଦୟ ଦୟାରେ ବିଗଳିତ ହେଲା ଓ ସେ ତାକୁ କହିଲେ, “କାନ୍ଦ ନାହିଁ।”


ଓ ଏହି କଥା ପଚାରିବା ପାଇଁ ପ୍ରଭୁଙ୍କ ପାଖକୁ ପଠାଇଲେ, “ଯାହାଙ୍କର ଆସିବାର ଥିଲା, ଆପଣ କ’ଣ ସେହି, ନା ଆମେ ଆଉ କାହାର ଅପେକ୍ଷାରେ ରହିବା?”


କିନ୍ତୁ କେବଳ ଗୋଟିଏ ବିଷୟ ନିତାନ୍ତ ଆବଶ୍ୟକ। ମରିୟମ ସେହି ଉତ୍ତମ ବିଷୟଟିକୁ ବାଛି ନେଇଛି; ତାହାକୁ ସେଥିରୁ ବଞ୍ଚିତ କରାଯିବ ନାହିଁ।”


ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରାର୍ଥନା କରିବା ସମୟରେ ଏପରି କୁହ: ପିତା: ତୁମର ପବିତ୍ର ନାମ ସମ୍ମାନିତ ହେଉ; ତୁମର ରାଜ୍ୟ ଆସୁ।


Swiv nou:

Piblisite


Piblisite