Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:42 - ପବିତ୍ର ବାଇବଲ (CL) NT (BSI)

42 ପ୍ରଭୁ ଉତ୍ତର ଦେଲେ, “ତେବେ ବିଶ୍ୱସ୍ତ ଓ ଜ୍ଞାନୀ ଦାସ କିଏ? ଯାହାକୁ ମାଲିକ ଘର ଚଳାଇବା ଦାୟିତ୍ୱରେ ରଖିବେ। ସେ ଉପଯୁକ୍ତ ସମୟରେ ଅନ୍ୟ ଦାସମାନଙ୍କୁ ଖାଇବାକୁ ଦେଇଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ପ୍ରଭୁ କହିଲେ, ଏଣୁ ଆପଣା ପରିଜନମାନଙ୍କୁ ଯଥାସମୟରେ ନିରୂପିତ ପଡ଼ି ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ଵସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ?

Gade chapit la Kopi

ଓଡିଆ ବାଇବେଲ

42 ପ୍ରଭୁ କହିଲେ, ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ପ୍ରଭୁ କହିଲେ, “ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ?

Gade chapit la Kopi

ପବିତ୍ର ବାଇବଲ

42 ଏହା ଶୁଣି ଯୀଶୁ କହିଲେ, “ବିଶ୍ୱାସୀ ଓ ବୁଦ୍ଧିମାନ ସେବକ କିଏ? ମାଲିକ ଅନ୍ୟ ସେବକମାନଙ୍କୁ ସେମାନଙ୍କର ଖାଦ୍ୟ ଠିକ୍ ସମୟରେ ଦେବା ପାଇଁ ଜଣେ ଗ୍ଭକରକୁ ଦାୟିତ୍ୱ ଦେଇଥା’ନ୍ତି, ଯାହାକୁ ଏ କାମ କରିବା ପାଇଁ ମାଲିକ ବିଶ୍ୱାସ କରିବେ ସେ ସେବକ କିଏ?

Gade chapit la Kopi




ଲୂକ ଲିଖିତ ସୁସମାଚାର 12:42
29 Referans Kwoze  

ତୁମ ନେତାମାନଙ୍ପକର ଆଜ୍ଞାବହ ହୁଅ, ସେମାନଙ୍କର ଆଦେଶ ପାଳନ କର। ସେମାନେ ପ୍ରହରୀ ସ୍ୱରୂପ ତୁମ୍ମାନଙ୍କର ଆତ୍ମାର ସୁରକ୍ଷା ପାଇଁ ଅବିଶ୍ରାନ୍ତ ଭାବରେ ଜଗି ରହିଛନ୍ତି, କାରଣ ସେମାନଙ୍କୁ ଈଶ୍ୱରଙ୍କ ନିକଟରେ ନିଜ କାର୍ଯ୍ୟର ହିସାବ ଦେବାକୁ ପଡ଼ିବ। ତୁମ୍ଭେମାନେ ଯଦି ସେମାନଙ୍କର ଆଜ୍ଞାବହ ହୁଅ, ତେବେ ସେମାନେ ଆନନ୍ଦ ମନରେ ନିଜର କାର୍ଯ୍ୟ କରିବେ, କିନ୍ତୁ ଯଦି ତା’ ନ କର, ତେବେ ସେମାନେ ବିଷଣ୍ଣ ମନରେ ତା’ କରିବେ ଏବଂ ଏହା ତୁମ ପକ୍ଷରେ ମଙ୍ଗଳଜନକ ହେବ ନାହିଁ।


ଯେଉଁ ନେତାମାନେ ପୂର୍ବେ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ବାର୍ତ୍ତା ଶୁଣାଇ ଥିଲେ, ସେମାନଙ୍କୁ ସ୍ମରଣ କର। ସେମାନଙ୍କର ଜୀବନ ତଥା ମୃତ୍ୟୁ କି ପ୍ରକାର ଥିଲା, ତାହା ସ୍ମରଣ କରି ସେମାନଙ୍କର ବିଶ୍ୱାସକୁ ନିଜ ଜୀବନରେ ରୂପାୟିତ କର।


ସମୟ ଅସମୟ ବିଚାର ନ କରି, ତୁମେ ସବୁବେଳେ ସେହି ବିଷୟ ଉପରେ ଜୋର ଦେଇ ବୁଝାଇବ; ଧୈର୍ଯ୍ୟ ସହକାରେ ଶିକ୍ଷା ଦେଇ, କେତେବେଳେ ଭର୍ତ୍ସନା କରି, କେତେବେଳେ ବା ଉତ୍ସାହିତ କରି ଅନ୍ୟମାନଙ୍କ ମନରେ ସେଥିପ୍ରତି ପ୍ରତ୍ୟୟ ଜନ୍ମାଇବ।


ମଣ୍ଡଳୀର ଯେଉଁ ନେତାମାନେ ସେମାନଙ୍କ କାର୍ଯ୍ୟରେ କୃତିତ୍ୱ ଦେଖାଇବେ, ବିଶେଷତଃ ଯେଉଁମାନେ କଷ୍ଟ ସ୍ୱୀକାର କରି ଶିକ୍ଷା ଓ ପ୍ରଚାର କାର୍ଯ୍ୟ କରୁଥିବେ, ସେମାନେ ଦୁଇ ଗୁଣ ହାରରେ ପାରିଶ୍ରମିକ ପାଇବା ଉଚିତ,


ଯେ ଯେଉଁ ଦାନ ପାଇଛି, ତା’ର ଯୋଗ୍ୟ ବେବର୍ତ୍ତାରୂପେ ଅନ୍ୟମାନଙ୍କର ମଙ୍ଗଳ ପାଇଁ ସେହି ଦାନର ସଦ୍ବ୍ୟବହାର କରିବା ଉଚିତ।


ଈଶ୍ୱରଙ୍କ କାର୍ଯ୍ୟର ଦାୟିତ୍ୱରେ ଥିବା ମଣ୍ଡଳୀର ବିଶପ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରହିବା ଆବଶ୍ୟକ। ସେ ଉଦ୍ଧତ ବା କ୍ଷଣକୋପୀ ହୋଇ ନ ଥିବେ, ମଦ୍ୟପ, ଉଗ୍ରସ୍ୱଭାବ ବା ଅର୍ଥଲିପ୍ସୁ ହୋଇ ନ ଥିବେ।


ଅତଏବ ତୁମ୍ଭେମାନେ ନେତା ରୂପେ ନିଜ ବିଷୟରେ ଓ ପବିତ୍ରଆତ୍ମା ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଯେଉଁ ବିଶ୍ୱାସୀ ପଲକୁ ଛାଡ଼ି ଦେଇଛନ୍ତି, ସେହି ସମସ୍ତଙ୍କ ବିଷୟରେ ଯତ୍ନଶୀଳ ହୁଅ। ମେଷପାଳକ ପରି ଈଶ୍ୱରଙ୍କ ମଣ୍ଡଳୀର ଯତ୍ନ ନିଅ। ସେହି ମଣ୍ଡଳୀକୁ ସେ ତାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ନିଜସ୍ୱ କରିଅଛନ୍ତି।


“ସେଦିନ ସନ୍ଧ୍ୟାବେଳେ କ୍ଷେତ ମାଲିକ ଗୁମସ୍ତାକୁ କହିଲା, ‘ମୂଲିଆମାନଙ୍କୁ ଡ଼ାକ। ଯେଉଁମାନେ ସମସ୍ତଙ୍କଠାରୁ ପଛରେ କାମ ଆରମ୍ଭ କରିଛନ୍ତି, ଆଗେ ସେମାନଙ୍କ ମଜୁରୀ ଦେଇ ଦିଅ।


ସେବକ ଭାବରେ ମୋଶା ଈଶ୍ୱରଙ୍କ ଗୃହରେ ବିଶ୍ୱସ୍ତଭାବେ କାର୍ଯ୍ୟ କରିଥିଲେ ଏବଂ ଯେଉଁସବୁ ବିଷୟ ଈଶ୍ୱର ଭବିଷ୍ୟତରେ ଜଣାଇବାକୁ ଇଚ୍ଛା କରିଥିଲେ, ସେ ସର୍ମ୍ପକରେ ମୋଶା ସୂଚନା ଦେଇଥିଲେ।


କିନ୍ତୁ ଯଦି ମୋର ଆସିବା ବିଳମ୍ବ ହେବ, ଜୀବନ୍ତ ଈଶ୍ୱରଙ୍କ ପରିବାର ସ୍ୱରୂପେ ଏହି ଉପାସକ ମଣ୍ଡଳୀରେ ଆମକୁ କିପରି ଆଚରଣ କରିବାକୁ ହେବ, ଏହି ପତ୍ରରୁ ତାହା ତୁମେ ଜାଣି ପାରିବ। ଏହି ମଣ୍ଡଳୀ ହିଁ ସନାତନ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ।


ସେହି ସ୍ତ୍ରୀ ଲୋକକୁ ଦେଖି ପ୍ରଭୁଙ୍କ ହୃଦୟ ଦୟାରେ ବିଗଳିତ ହେଲା ଓ ସେ ତାକୁ କହିଲେ, “କାନ୍ଦ ନାହିଁ।”


ଯୀଶୁ ସେମାନଙ୍କୁ କହିଲେ, “ଯେପରି ଜଣେ ଗୃହସ୍ଥ ତା’ର ଭଣ୍ଡାର ଘରୁ ଆବଶ୍ୟକ ଅନୁସରେ ନୂତନ ଓ ପୁରାତନ ଦ୍ରବ୍ୟ ବାହାର କରେ, ସ୍ୱର୍ଗରାଜ୍ୟ ପାଇଁ ତାଲିମ ପାଇଥିବା ଜଣେ ଧର୍ମଗୁରୁ ଠିକ୍ ସେହିପରେ କରେ।”


ଓ ଏହି କଥା ପଚାରିବା ପାଇଁ ପ୍ରଭୁଙ୍କ ପାଖକୁ ପଠାଇଲେ, “ଯାହାଙ୍କର ଆସିବାର ଥିଲା, ଆପଣ କ’ଣ ସେହି, ନା ଆମେ ଆଉ କାହାର ଅପେକ୍ଷାରେ ରହିବା?”


ମାଲିକ ଫେରିବା ସମୟରେ ଯଦି ତାକୁ ସେପରି କାର୍ଯ୍ୟ କରୁଥିବା ଦେଖନ୍ତି, ତେବେ ସେହି ଦାସ କେଡ଼େ ଭାଗ୍ୟବାନ!


Swiv nou:

Piblisite


Piblisite