Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:9 - ପବିତ୍ର ବାଇବଲ (CL) NT (BSI)

9 କିନ୍ତୁ ଯେ ମୋତେ ସର୍ବସାକ୍ଷାତରେ ଅଗ୍ରାହ୍ୟ କରେ, ମନୁଷ୍ୟପୁତ୍ର ଈଶ୍ୱରଙ୍କ ଦୂତମାନଙ୍କ ସମ୍ମୁଖରେ ମଧ୍ୟ ତାହାକୁ ଅଗ୍ରାହ୍ୟ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ଵୀକାର କରିବ, ସେ ଈଶ୍ଵରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ଵୀକାର କରାଯିବ।

Gade chapit la Kopi

ଓଡିଆ ବାଇବେଲ

9 କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ।

Gade chapit la Kopi

ପବିତ୍ର ବାଇବଲ

9 କିନ୍ତୁ ଯେଉଁ ଲୋକ ଅନ୍ୟମାନଙ୍କ ଆଗରେ ଠିଆ ହୋଇ କୁହେ ଯେ, ସେ ମୋ'ଠାରେ ବିଶ୍ୱାସ କରେ ନାହିଁ, ତେବେ ମୁଁ ମଧ୍ୟ ପରମେଶ୍ୱରଙ୍କ ଦୂତମାନଙ୍କ ଆଗରେ କହିବି ଯେ ସେ ଲୋକ ମୋ’ ନିଜ ଲୋକ ନୁହେଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 12:9
15 Referans Kwoze  

କଷ୍ଟଭୋଗରେ ଯଦି ଅବିଚଳିତ ରହିଥିବୁ, ତାଙ୍କ ସହିତ ଆମ୍ଭେମାନେ ରାଜତ୍ୱ କରିବୁ। ତାଙ୍କୁ ଅସ୍ୱୀକାର କଲେ, ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ।


ଯଦି ଜଣେ ଲୋକ ମୋ’ ବିଷୟରେ ଓ ମୋର ଶିକ୍ଷା ବିଷୟରେ ଲଜ୍ଜିତ ହୁଏ, ତେବେ ମନୁଷ୍ୟପୁତ୍ର ଯେତେବେଳେ ମହିମାନ୍ୱିତ ହୋଇ, ପିତା ଓ ପବିତ୍ର ସ୍ୱର୍ଗଦୂତଗଣଙ୍କ ଗୌରବରେ ଆସିବେ, ସେତେବେଳେ ସେ ମଧ୍ୟ ତା’ ବିଷୟରେ ଲଜ୍ଜିତ ହେବେ।


ଏହି ଈଶ୍ୱରବିମୁଖ ଯୁଗରେ ଯଦି କେହି ମୋ’ ପାଇଁ ଓ ମୋର ଶିକ୍ଷା ପାଇଁ ଲଜ୍ଜା ବୋଧ କରେ, ତେବେ ଈଶ୍ୱରଙ୍କ ଗୌରବରେ ପରିପୂର୍ଣ୍ଣ ହୋଇ ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ସ୍ୱର୍ଗଦୂତମାନଙ୍କ ସହିତ ପୁଣି ଥରେ ଆସିବେ, ସେ ମଧ୍ୟ ସେମାନଙ୍କ ଲାଗି ଲଜ୍ଜିତ ହେବେ।”


କିନ୍ତୁ ଯେ କେହି ପ୍ରକାଶ୍ୟରେ ମେତେ ପ୍ରତ୍ୟାଖ୍ୟାନ କରେ, ତାକୁ ମୁଁ ମଧ୍ୟ ମୋ’ ପିତାଙ୍କ ସମ୍ମ୍ରୁେ ପ୍ରତ୍ୟାଖ୍ୟାନ କରିବି।


ତୁମ କାର୍ଯ୍ୟକଳାପ ମୁଁ ଜାଣେ; ଏ ପର୍ଯ୍ୟନ୍ତ ତୁମର ଯତ୍କିଞ୍ଚିତ୍ ଶକ୍ତି ରହିଛି, ଏହା ମଧ୍ୟ ଜାଣେ; ତୁମେ ମୋର ଶିକ୍ଷା ପାଳନ କରି ଆସିଛ ଏବଂ ମୋ’ ପ୍ରତି ବିଶ୍ୱସ୍ତ ରହିଛ। ତେଣୁ ମୁଁ ତୁମ ସମ୍ମୁଖରେ ଏକ ଦ୍ୱାର ଖୋଲିଛି। ତାହା କେହି ବନ୍ଦ କରିପାରିବ ନାହିଁ।


ସେତେବେଳେ ସେମାନେ ମୁଁ କହିବି, ତୁମ୍ଭମାନଙ୍କୁ ମୁଁ ଜାଣେ ନାହିଁ। ଦୁଗଚାରୀମାନେ, ମୋ ନିକଟରୁ ଦୂର ହୁଅ।


କାରଣ ଯେ ପୁତ୍ରଙ୍କୁ ପ୍ରତ୍ୟାଖ୍ୟାନ କରେ, ସେ ପିତାଙ୍କୁ ମଧ୍ୟ ପ୍ରତ୍ୟାଖ୍ୟାନ କରେ; ଯେ ପୁତ୍ରଙ୍କୁ ଗ୍ରହଣ କରେ, ସେ ତା’ ଜୀବନରେ ପିତାଙ୍କ ସତ୍ତା ମଧ୍ୟ ଅନୁଭବ କରିବ।


ବର ଉତ୍ତର ଦେଲେ, ‘ନା କଦାପି ନୁହେଁ, ତୁମେ କିଏ, ମୁଁ ଜାଣେ ନାହିଁ’।”


ହଁ ପିଲାମାନେ! ତାଙ୍କଠାରେ ସଂଯୁକ୍ତ ହୋଇ ରୁହ, ତାହାହେଲେ ତାଙ୍କର ଯେତେବେଳେ ଆବିର୍ଭାବ ହେବ, ଆମ ନିର୍ଭୀକ ଭାବରେ ତାଙଘ୍କର ସମ୍ମୁଖୀନ ହୋଇ ପାରବା- ସେହି ଦିବସରେ ଆମକୁ ଲଜ୍ଜାରେ ଆତ୍ମଗୋପନ କରିବାକୁ ପଡ଼ଫିବ ନାହହିଁ।


“ତା’ପରେ ବାମ ପାଶ୍ୱର୍ରେ ଥିବା ଲୋକମାନଙ୍କୁ ସେ କହିବେ, ‘ଆରେ ଅଭିଶପ୍ତଦଳ! ମୋ’ ସମ୍ମୁଖରୁ ଦୂର ହୁଅ। ଶୟତାନ ଓ ତା’ର ଅନୁଚରମାନଙ୍କ ପାଇଁ ଯେଉଁ ଚିର ଜ୍ୱଳନ୍ତ ଅଗ୍ନି ପ୍ରସ୍ତୁତ ହୋଇ ରହିଛି, ସେଠାକୁ ଯାଅ।


“ଯେତେବେଳେ ମନୁଷ୍ୟପୁତ୍ର ରାଜା ହୋଇ ତାଙ୍କର ସ୍ୱର୍ଗଦୂତମାନଙ୍କ ସହିତ ଆସିବେ, ସେ ଗୌରବୋଜ୍ଜ୍ୱଳ ସିଂହାସନରେ ବସିବେ ଏବଂ


ମୁଁ ତୁମ୍ଭମାନଙ୍କୁ କହୁଛି, ସେହି ପ୍ରକାରେ ଜଣେ ପାପୀ ଅନୁତାପ କଲେ, ସ୍ୱର୍ଗଦୂତମାନେ ମଧ୍ୟ ଆନନ୍ଦ କରନ୍ତି।”


କିନ୍ତୁ ପିତର ଅସ୍ୱୀକାର କରି କହିଲେ, “ନା, ମୁଁ ତାଙ୍କୁ ଆଦୌ ଜାଣେ ନାହିଁ!”


Swiv nou:

Piblisite


Piblisite