Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:25 - ପବିତ୍ର ବାଇବଲ (CL) NT (BSI)

25 ଗୃହର କର୍ତ୍ତା ଉଠି ଦ୍ୱାର ବନ୍ଦ କରିବେ; ତା’ପରେ ତୁମ୍ଭେମାନେ ଯେତେବେଳେ ବାହାରେ ଠିଆହୋଇ ଦ୍ୱାରରେ ଆଘାତ କରି କହିବ, ‘ମହାଶୟ, ଆମ ପାଇଁ ଦ୍ୱାର ଖୋଲନ୍ତୁ!’ ସେ ଉତ୍ତର ଦେବେ, ‘ତୁମ୍ଭେମାନେ କେଉଁଠାରୁ ଆସିଛ, ମୁଁ ଜାଣେ ନାହିଁ!’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଗୃହକର୍ତ୍ତା ଉଠି ଦ୍ଵାର ବନ୍ଦ କଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ଵାର ଫିଟାଉନ୍ତୁ, ଏହା କହି ଦ୍ଵାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

25 ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ, ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ‘ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ,’ ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ‘ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।’

Gade chapit la Kopi

ପବିତ୍ର ବାଇବଲ

25 ଯଦି ଜଣେ ଲୋକ ତା'ର ଘରର କବାଟ ବନ୍ଦ କରି ଦିଏ ତେବେ ତୁମ୍ଭେମାନେ ବାହାରେ ଠିଆ ହୋଇ କବାଟ ବାଡ଼େଇବ। କିନ୍ତୁ ସେ କବାଟ ଖୋଲିବ ନାହିଁ। ତୁମ୍ଭେମାନେ କହିବ, ‘ଆଜ୍ଞା, ଆମ୍ଭ ପାଇଁ ଦ୍ୱାର ଫିଟାନ୍ତୁ।’ କିନ୍ତୁ ଲୋକଟି କହିବ, ‘ମୁଁ ତୁମ୍ଭକୁ ଜାଣି ନାହିଁ। ତୁମ୍ଭେମାନେ କେଉଁଠାରୁ ଆସିଛ?’

Gade chapit la Kopi




ଲୂକ ଲିଖିତ ସୁସମାଚାର 13:25
12 Referans Kwoze  

କିନ୍ତୁ ସେ ପୁଣି କହିବେ, ‘ମୁଁ ଜାଣେ ନାହିଁ, ତୁମ୍ଭେମାନେ କେଉଁଠାରୁ ଆସିଛ; ହେ ଦୁଷ୍ଟ ଲୋକମାନେ, ମୋ’ଠାରୁ ଦୂର ହୁଅ।’


“ତୁମ୍ଭେମାନେ କାହିଁକି ମୋତେ ‘ପ୍ରଭୁ, ପ୍ରଭୁ’ ବୋଲି ସମ୍ବୋଧନ କର, କିନ୍ତୁ ମୁଁ ତୁମ୍ଭମାନଙ୍କୁ ଯାହା କହେ, ତାହା ପାଳନ କରି ନ ଥାଅ?


“ତା’ପରେ ବାମ ପାଶ୍ୱର୍ରେ ଥିବା ଲୋକମାନଙ୍କୁ ସେ କହିବେ, ‘ଆରେ ଅଭିଶପ୍ତଦଳ! ମୋ’ ସମ୍ମୁଖରୁ ଦୂର ହୁଅ। ଶୟତାନ ଓ ତା’ର ଅନୁଚରମାନଙ୍କ ପାଇଁ ଯେଉଁ ଚିର ଜ୍ୱଳନ୍ତ ଅଗ୍ନି ପ୍ରସ୍ତୁତ ହୋଇ ରହିଛି, ସେଠାକୁ ଯାଅ।


ପରେ ସେ ପିତାଙ୍କ ଆଶୀର୍ବାଦ ଲାଭ କରିବାକୁ ଉତ୍କଣ୍ଠିତ ହେଲା, କିନ୍ତୁ ପରିତ୍ୟାକ୍ତ ହେଲା। ବହୁ ଅଶୁପାତ କରି ସୁଦ୍ଧା ସେ ନିଜ କୃତ କର୍ମର ଫଳ ପରିବତ୍ତିନ କରିପାରି ନ ଥିଲା।


ଯେଉଁସବୁ କାର୍ଯ୍ୟ ଦ୍ୱାରା ତୁମ୍ଭେମାନେ ପାପରୁ ମନ ଫେରାଇଛ ବୋଲି ପ୍ରମାଣିତ ହେବ, ସେହିସବୁ କାର୍ଯ୍ୟ କର। ଅବ୍ରାହାମ୍ ତୁମର ପୂର୍ବପୁରୁଷ ବୋଲି ଗର୍ବ କରି ପରସ୍ପର ମଧ୍ୟରେ କଥା ବାର୍ତ୍ତା କର ନାହିଁ। ମୁଁ କହୁଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମ୍‌ଙ୍କ ନିମନ୍ତେ ବଂଶଧର ଉତ୍ପନ୍ନ କରିପାରନ୍ତି।


Swiv nou:

Piblisite


Piblisite