Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 16:23 - ପବିତ୍ର ବାଇବଲ (CL) NT (BSI)

23 ସେ ନଗକରେ ପଡ଼ି ଯନ୍ତ୍ରଣାରେ କଲବଲ ହେବା ସମୟରେ, ଉପରକୁ ଚାହିଁ ଅବ୍ରାହମ ଓ ତାଙ୍କ ପାଖରେ ଲାଜାରକୁ ଦେଖିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆଉ, ସେ ନରକ ଯନ୍ତ୍ରଣାରେ।। କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରହାମ ଓ ତାଙ୍କ କୋଳରେ ଲାଜାରକୁ ଦେଖିଲା।

Gade chapit la Kopi

ଓଡିଆ ବାଇବେଲ

23 ଆଉ, ସେ ନର୍କଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରାହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ, ସେ ନର୍କ-ଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲା।

Gade chapit la Kopi

ପବିତ୍ର ବାଇବଲ

23 ତାହାକୁ ନର୍କକୁ ପଠାଇ ଦିଆଗଲା। ସେଠାରେ ସେ ବହୁତ ଯନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂରରେ ଦେଖିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 16:23
26 Referans Kwoze  

ଈଶ୍ୱର ପାପାଚାରୀ ଦୂତମାନଙ୍କୁ କ୍ଷମା ନ ଦେଇ ନରକରେ ନିକ୍ଷେପ କରିଥିଲେ। ସେଠାରେ ସେମାନେ ମହାବିଚାରଦିନ ପର୍ଯ୍ୟନ୍ତ ଅ୍ଧାକାରରେ ଶୃଙ୍ଖଳବଦ୍ଧ ହୋଇ ରହିଛନ୍ତି।


ସେଠାରେ ମୋର ପାଞ୍ଚ ଭାଇ ଅଛନ୍ତି। ସେ ଯାଇ ସେମାନଙ୍କୁ ସତର୍କ କରାଇ ଦେଇ, ଯେପରି ସେମାନେ ଅନ୍ତତଃ ଏ ଯନ୍ତ୍ରଣାପୂର୍ଣ୍ଣ ସ୍ଥାନକୁ ଆସିବେ ନାହିଁ।’


“ଆରେ ସର୍ପଗଣ! କାଳସର୍ପର ବଂଶଧର! ନରକ ଦଣ୍ଡରୁ ରକ୍ଷା ପାଇବା ବୋଲି କିପରି ଆଶା କରୁଛ?


“ତୁମ ଆଖି ଲାଗି ଯଦି ତୁମର ସ୍ଖଳନ ଘଟେ, ତାକୁ ଉପାଡ଼ି ଫୋପାଡ଼ି ଦିଅ। ଦୁଇଟି ଆଖି ଥାଇ ନରକାଗ୍ନିର ନିକ୍ଷିପ୍ତ ହେବାଠାରୁ ଗେଟିଏ ଆଖି ନେଇ ଅନନ୍ତ ଜୀବନରେ ପ୍ରବେଶ କରିବା ଶ୍ରେୟସ୍ଳର।


ଏବଂ ଯେଉଁ ଗନ୍ଧକାଗ୍ନି ଜଳୁଥିବା ହ୍ରଦରେ ପଶୁ ଓ ଭଣ୍ଡ ଭାବବାଦୀ ନିକ୍ଷିପ୍ତ ହୋଇଥିଲେ, ପ୍ରତାରକ ଶୟତାନକୁ ମଧ୍ୟ ସେଥିରେ ନିକ୍ଷେପ କରାଯିବ। ସେଠାରେ ସେମାନେ ଦିବାରାତ୍ର ଚିରକାଳ ଦାରୁଣ ଯନ୍ତ୍ରଣା ଭୋଗ କରିବେ।


ଯୀଶୁଙ୍କୁ ଦେଖିବା କ୍ଷଣି ସେ ଚିକ୍ରାର କରି, ଯୀଶୁଙ୍କ ଗୋଡ଼ ତଳେ ପଡ଼ିଗଲା ଓ ଉଚ୍ଚ ସ୍ୱରରେ କହିଲା, “ମହାନ୍ ଈଶ୍ୱରଙ୍କ ପୁତ୍ର ଯୀଶୁ! ମୋ’ ସହିତ ଆପଣଙ୍କର କି ସମ୍ପର୍କ? ମୋତେ ଦୟା କରନ୍ତୁ। ଦଣ୍ଡ ଦିଅନ୍ତୁ ନାହିଁ।”


ତେଣୁ ଯଦି ତୁମର ଦକ୍ଷିଣ ଚକ୍ଷୁ ଯୋଗୁଁ ତୁମେ ପାପ କରିଥାଅ, ସେ ଚକ୍ଷୁଟିକୁ ଉପାଡ଼ି ଫିଙ୍ଗି ଦିଅ। ତୁମର ସମସ୍ତ ଶରୀର ନରକରେ ପଡ଼ିବାଠାରୁ, ଶରୀରର ଗୋଟିଏ ଅଂଶ ହରାଇବା ବରଂ ଭଲ।


କିନ୍ତୁ ମୁଁ କହୁଛି, ଯେ କେହି କୌଣସି ଭାଇ ଉପରେ ରାଗିଯାଏ, ସେ ମଧ୍ୟ ବିଚାରର ସମ୍ମୁଖୀନ ହେବ। ଯେ ଭାଇକୁ ନିର୍ବୋଧ କହି ତାତ୍ସଲ୍ୟ କରେ, ସେ ମହାବିଚାରାଳୟରେ ଦଣ୍ଡନୀୟ ହେବ। ପୁଣି ଯେ ଭାଇକୁ ନରାଧମ ମୂର୍ଖ ବୋଲି କହେ, ତା’ର ନରକାଗ୍ନିରେ ନିକ୍ଷିପ୍ତ ହେବାର ବିପଦ ରହିଛି।


“ମୃତ୍ୟୁର ବିନାଶ ଘଟିଛି, ବିଜୟ ହୋଇଛି ସମ୍ପୂର୍ଣ୍ଣ। ରେ ମୃତ୍ୟୁ! କାହିଁ ତୋର ଜୟ ରେ ମୃତ୍ୟୁ! କାହିଁ ତୋର ନାହୁଡ଼?”


“ଆଉ କପର୍ନାହୁମ! ତୁମର କି ଦିଶା ହେବ! ତୁମେ କ’ଣ ନିଜକୁ ସ୍ୱର୍ଗଆଡ଼କୁ ଉଡାଇବା ପାଇଁ ଚେଷ୍ଟା କରିଛ? ତୁମେ ନରକରେ ନିକ୍ଷିପ୍ତ ହେବ। ତୁମ ମଧ୍ୟରେ ଯେଯଉଁ ଅଲୌକିକ କାର୍ଯ୍ୟ କରାଯାଉଛି, ତାହା ଯଦି ସଦୋମରେ କରାଯାଇଥାନ୍ତା।


ସେମାନେ ଯୀଶୁଙ୍କୁ ଦେଖିବା ମାତ୍ରେ ଚିକ୍ରାର କରି କହିଲେ, “ହେ ଈଶ୍ୱରଙ୍କ ପୁତ୍ର! ଆମଠାରୁ ତୁମେ ମ’ଣ ଚାହଁ? ଆମ ସମୟ ନ ହେଉଣୁ ଆମକୁ ମ’ଣ ଦଣ୍ଡ ଦେବାକୁ ଆସିଛ?”


ସେ ଚିକ୍ରାର କରି କହିଲା, ‘ହେ ପିତା ଅବ୍ରାହାମ! ମୋ’ ପ୍ରତି ଦୟା କରନ୍ତୁ; ଲାଜାରକୁ ପଠାନ୍ତୁ, ସେ ତା’ ଅଙ୍ଗୁଳିରେ ଟିକେ ପାଣି ମୋ’ ଜିଭରେ ଦେଇ ଶୀତଳ କରିବ - ଏହି ଅଗ୍ନିରେ ମୁଁ ବଡ଼ କଷ୍ଟ ପାଉଛି।’


Swiv nou:

Piblisite


Piblisite