Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:7 - ପବିତ୍ର ବାଇବଲ (CL) NT (BSI)

7 ଯେଉଁମାନେ ସବୁବେଳେ ସାହାଯ୍ୟ ପାଇଁ ଈଶ୍ୱରଙ୍କଠାରେ ପ୍ରାର୍ଥନା ନିବେଦନ କରନ୍ତି, ଈଶ୍ୱର ତାଙ୍କର ସେହି ନିଜ ଲୋକମାନଙ୍କ ସପକ୍ଷରେ କ’ଣ ବିଚାର କରିବେ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତେବେ ଈଶ୍ଵରଙ୍କର ଯେଉଁ ମନୋନୀତ ଲୋକମାନେ ଦିବାରାତ୍ର ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କ ପ୍ରତି କୃତ ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି?

Gade chapit la Kopi

ଓଡିଆ ବାଇବେଲ

7 ତେବେ ଈଶ୍ୱରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁୁ ଅଟନ୍ତି ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି?

Gade chapit la Kopi

ପବିତ୍ର ବାଇବଲ

7 ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ପାଟି କରି ଡାକୁଥା’ନ୍ତି। ଯାହା ଠିକ୍, ତାହା ପରମେଶ୍ୱର ତାହାଙ୍କ ଲୋକଙ୍କୁ ସଦାବେଳେ ଦେଇଥା’ନ୍ତି। ନିଜ ଲୋକଙ୍କୁ ଉତ୍ତର ଦେବାରେ ପରମେଶ୍ୱର ଆଦୌ ବିଳମ୍ବ କରିବେ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 18:7
31 Referans Kwoze  

ପ୍ରଭୁ ତାଙ୍କ ପ୍ରତିଜ୍ଞା ପୂରଣ କରିବପାକୁ ବିଳମ୍ବ କରନ୍ତି ନାର୍ହିଁ, ଯଦିଓ କେତେକ ଏହାକୁ ବିଳମ୍ବ ବୋଲି ମନେ କରନ୍ତି। ବରଂ ପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅତୀବ ସହନଶୀଳ। ସେ ଚାହାନ୍ତି ନାହିଁ କେହି ଜଣେ ହେଲେ ବିନଷ୍ଟ ହେଉ। ସମସ୍ତେ ନିଜ ନିଜ ପାପରୁ ଫେରନ୍ତି, ଏହି ତାଙ୍କର ଇଚ୍ଛା।


ତୁମ୍ଭେମାନେ ଅସତ୍ ହେଲେ ସୁଦ୍ଧା ତୁମ ପିଲାମାନଙ୍କୁ ଉତ୍ତମ ବିଷୟ ଦେବାକୁ ଜାଣ, ତା’ ହେଲେ ସ୍ୱର୍ଗସ୍ଥ ପିତା, ତାଙ୍କଠାରେ ନିବେଦନ କରୁଥିବା ଲୋକଙ୍କୁ କେତେ ଅଧିକ ରୂପେ ପବିତ୍ରଆତ୍ମାଙ୍କୁ ନ ଦେବେ?”


ଯେଉଁ ବିଧବା ପ୍ରକୃତରେ ଏକାକିନୀ ଓ ନିରାଶ୍ରୟ, ସେ ଈଶ୍ୱରଙ୍କ ଉପରେ ଭରସା ରଖି, ଦିବାନିଶି ତାଙ୍କର ସାହାଯ୍ୟ ଭିକ୍ଷା କରୁଥାଏ।


ସେମାନେ ଉଚ୍ଚ ସ୍ୱରରେ ଚିକ୍ରାର କରି କହୁଥିଲେ, “ସର୍ବତୋଭାବେ ପବିତ୍ର ଓ ସତ୍ୟମୟ ପ୍ରଭୁ ଈଶ୍ୱର! ପୃଥିବୀରେ ଯେଉଁମାନେ ଆମକୁ ହତ୍ୟା କରିଥିଲେ, ସେମାନଙ୍କୁ ବିଚାର କରି ଶାସ୍ତି ଦେବାକୁ ଆଉ କେତେ କାଳ ବିଳମ୍ବ କରିବ?”


ଯାହା ନ୍ୟାୟସଙ୍ଗତ, ଈଶ୍ୱର ତାହା ସାଧନ କରିବେ। ଯେଉଁମାନେ ଏବେ ତୁମକୁ ନିର୍ଯ୍ୟାତନା କରୁଛନ୍ତି, ସେମାନେ ନିର୍ଯ୍ୟାତିତ ହେବେ।


ସେ ଆଦୌ ମନ୍ଦିର ଛାଡ଼ି ବାହାରକୁ ଯାଉ ନ ଥିଲେ, ଉପବାସ ଓ ପ୍ରାର୍ଥନା ସହ ଦିବାରାତ୍ରି ସେ ଈଶ୍ୱରଙ୍କ ଉପାସନା କରୁଥିଲେ।


ତୁମ୍ଭେ ନିଜର ଦୋଷ ଦୁର୍ବଳତା ସତ୍ତେ୍ୱ ପିଲାମାନଙ୍କୁ ଭଲ ଜିନିଷ ଦେଇଥାଅ। ଯେଉଁମାନେ ଈଶ୍ୱରଙ୍କୁ ମାଗନ୍ତି, ସେ ସେମାନଙ୍କୁ ଆହୁରି କେତେ ଭଲ ଜିନିଷ ପ୍ରଚୁରଭାବେ ନ ଦେବେ?


ହେ ସ୍ୱର୍ଗଲୋକ! ସେ ଧ୍ୱଂସ ପାଇ ଥିବାରୁ ଆନନ୍ଦ ଉଲ୍ଲାସ କର। ହେ ସାଧୁବୃନ୍ଦ; ପ୍ରେରିତଶିଷ୍ୟ ଓ ଭାବବାଦୀଗଣ! ଉଲ୍ଲସିତ ହୁଅ, କାରଣ ତୁମ୍ଭମାନଙ୍କ ପ୍ରତି ସେ ଯାହା କରିଥିଲା, ସେଥିପାଇଁ ଈଶ୍ୱର ତାକୁ ଶାସ୍ତି ଦେଇଛନ୍ତି।


ତୁମ୍ଭମାନଙ୍କୁ ସାକ୍ଷାତ କରି ତୁମ ବିଶ୍ୱାସରେ ଯାହା ଅଭାବ ଅଛି, ତାହା ପୂରଣ କରିବା ପାଇଁ ଆମକୁ ସୁଯୋଗ ଦେବାକୁ ଦିବାନିଶି ଆମେ ଈଶ୍ୱରଙ୍କୁ ନିବେଦନ କରୁଛୁ।


ତୁମ୍ଭେମାନେ ଈଶ୍ୱରଙ୍କ ଲୋକ। ସେ ତୁମ୍ଭମାନଙ୍କୁ ପ୍ରେମ କରି ନିଜ ପାଇଁ ମନୋନୀତ କରିଛନ୍ତି। ତେଣୁ ତୁମ୍ଭେମାନେ ଅନୁକମ୍ପା, ଦୟା, ନମ୍ରତା, ସୁଶୀଳତା ଓ ଧୈର୍ଯ୍ୟରୂପ ବସ୍ତ୍ର ପରିଧାନ କର।


ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିପାରିବ? ସେମାନଙ୍କୁ ନିର୍ଦ୍ଦୋଷ ବୋଲି ସ୍ୱୟଂ ଈଶ୍ୱର ଘୋଷଣା କରିଛନ୍ତି।


ସେଥିଯୋଗୁଁ ସେମାନେ ଈଶ୍ୱରଙ୍କ ମନ୍ଦିରରେ ତାଙ୍କ ସିଂହାସନ ସମ୍ମୁଖରେ ଠିଆ ହୋଇ ଦିବାରାତ୍ରି ତାଙ୍କର ଆରାଧନା କରୁଛନ୍ତି। ସିଂହାସନୋପବିଷ୍ଟ ବ୍ୟକ୍ତି ସେମାନଙ୍କୁ ଆଶ୍ରୟ ଦେବେ।


ଈଶ୍ୱରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷ୍ୟ ପାଉଲଙ୍କ ପତ୍ର। ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିଶ୍ୱାସକୁ ବଳିଷ୍ଠ କରିବା ପାଇଁ ଏବଂ ଅନନ୍ତ ଜୀବନ ପ୍ରାପ୍ତିର ଆଶା ଉପରେ ଆଧାରିତ ଆମ ଧର୍ମବିଶ୍ୱାସର ସତ୍ୟ ପ୍ରତି ସେମାନଙ୍କୁ ସଚେତନ କରାଇବା ପାଇଁ ମୁଁ ପ୍ରେରିତ ହୋଇଛି।


ମୋର ପୂର୍ବପୁରୁଷମାନଙ୍କ ପରି ମୁଁ ଯେଉଁ ଈଶ୍ୱରଙ୍କୁ ନିର୍ମଳ ବିବେକରେ ଆରାଧନା କରି ଆସିଛି, ତାଙ୍କୁ ଧନ୍ୟବାଦ ଅର୍ପଣ କରୁଛି। ମୋର ପ୍ରାର୍ଥନା ନିବେଦନରେ ଦିବାନିଶି ତୁମକୁ ସ୍ମରଣ କଲାବେଳେ ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ।


କିନ୍ତୁ ଏହି ଦୁଃଖର ସମୟକୁ ଈଶ୍ୱର ହ୍ରାସ କରି ଦେଇଛନ୍ତି। ତା’ ନ ହୋଇଥିଲେ, ଆଉ କେହି ବଞ୍ଚି ରହନ୍ତା ନାହିଁ। କିନ୍ତୁ ତାଙ୍କ ମନୋନୀତ ଲୋକମାନଙ୍କୁ ବଞ୍ଚାଇବା ପାଇଁ ଈଶ୍ୱର ସେହି ସମୟକୁ କମ୍ କରି ଦେଇଛନ୍ତି।


କାରଣ ନିଜକୁ ମସୀହ ବା ଭାବବାଦୀ ବୋଲାଉଥିବା ପ୍ରଚାରକମାନେ ସେତେବେଳେ ଦେଖାଦେବେ। ସେମାନେ ଅଲୌକିକ ଓ ବିସ୍ମୟଜନକ କାର୍ଯ୍ୟ ଦେଖାଇ ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କୁ ଭଣ୍ଡାଇବେ।


ଏହିସବୁ ଘଟଣାର ସୂତ୍ରପାତ ହେଲେ, ମସ୍ତକ ଉତ୍ତୋଳନ କରି ଉଦ୍ଧ୍ୱର୍ ଦୃଷ୍ଟି କର, କାରଣ ତୁମ୍ଭମାନଙ୍କର ପରିତ୍ରାଣ ସନ୍ନିକଟ।”


ଈଶ୍ୱରଙ୍କ ମନୋନୀତ ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠାରୁ ପ୍ରାପ୍ତ ପରିତ୍ରାଣ ଓ ଶାଶ୍ୱତ ଗୌରବ ଲାଭ କରନ୍ତୁ, ଏହି ଉଦ୍ଦେଶ୍ୟରେ ମୁଁ ସମସ୍ତ ନିର୍ଯ୍ୟାତନା ସହ୍ୟ କରୁଛି।


ଛନ୍ନଭିନ୍ନ ହୋଇ ପନ୍ତ, ଗାଲାତୀୟା, କାପାଦକିଆ, ଏସିଆ ଓ ବିଥୁନିଆ ପ୍ରଦେଶଗୁଡ଼ିକରେ ପ୍ରବାସୀ ରୂପେ ରହିଥିବା ଈଶ୍ୱରଙ୍କ ମନେ।ନୀତ ଲୋକମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷ୍ୟ ପିତରଙ୍କର ପତ୍ର।


Swiv nou:

Piblisite


Piblisite