Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:8 - ପବିତ୍ର ବାଇବଲ (CL) NT (BSI)

8 ଜଖିୟ ପ୍ରଭୁଙ୍କୁ କହିଲା, “ଗୁରୁ! ଶୁଣନ୍ତୁ! ମୁଁ ମୋ’ ସମ୍ପତ୍ତିର ଅଧେ ଦରିଦ୍ରମାନଙ୍କୁ ଦାନ କରିବି ଏବଂ ଯଦି ମୁଁ କାହାଠାରୁ କିଛି ଠକାଇ ନେଇଥାଏ, ତେବେ ଚାରି ଗୁଣରେ ତାକୁ ଫେରାଇ ଦେବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅର୍ଦ୍ଧେକ ମୁଁ ଦରିଦ୍ରମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।

Gade chapit la Kopi

ଓଡିଆ ବାଇବେଲ

8 କିନ୍ତୁ ଜଖିୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।

Gade chapit la Kopi

ପବିତ୍ର ବାଇବଲ

8 ଜଖିୟ ପ୍ରଭୁଙ୍କୁ କହିଲେ, “ମୁଁ ଭଲ କାମ କରିବାକୁ ଇଚ୍ଛା କରୁଛି। ମୁଁ ମୋ’ ଧନର ଅଧା ଗରିବଙ୍କୁ ବାଣ୍ଟି ଦେବି। ମୁଁ ଯଦି କାହାରିକୁ ଠକିଥାଏ, ତେବେ ସେହି ଲୋକକୁ ଗ୍ଭରି ଗୁଣ ଧନ ଫେରାଇ ଦେବି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 19:8
22 Referans Kwoze  

ତୁମ୍ଭମାନଙ୍କ ସମସ୍ତ ସମ୍ପତ୍ତି ବିକ୍ରୟ କରି ଦାନ କରି ଦିଅ। କ୍ଷୟ ହେଉ ନ ଥିବା ଥଳୀ ସଂଗ୍ରହ କର, ଯେଉଁଠାରେ ଚୋର ପ୍ରବେଶ କରେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ସେହି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର।


“ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି, ଜାଗତିକ ଧନ ସାହାଯ୍ୟରେ ବନ୍ଧୁ ଲାଭ କର। ତାହାହେଲେ, ଯେତେବେଳେ ତୁମ ପାଇଁ ଧନ ନିରର୍ଥକ ହେବ, ସେତେବେଳେ ତୁମେ ନିତ୍ୟସ୍ଥାୟୀ ବାସ ସ୍ଥାନରେ ଗୃହୀତ ହେବ।


ଏଣୁ ତୁମର ଯାହା ସବୁ ଅଛି; ତାହା ଦାନ କରି ଦିଅ, ତା’ ହେଲେ ତୁମେ ସମ୍ପୂର୍ଣ୍ଣ ପରିଷ୍କୃତ ହେବ।


ସେହି ସ୍ତ୍ରୀ ଲୋକକୁ ଦେଖି ପ୍ରଭୁଙ୍କ ହୃଦୟ ଦୟାରେ ବିଗଳିତ ହେଲା ଓ ସେ ତାକୁ କହିଲେ, “କାନ୍ଦ ନାହିଁ।”


ଓ ଏହି କଥା ପଚାରିବା ପାଇଁ ପ୍ରଭୁଙ୍କ ପାଖକୁ ପଠାଇଲେ, “ଯାହାଙ୍କର ଆସିବାର ଥିଲା, ଆପଣ କ’ଣ ସେହି, ନା ଆମେ ଆଉ କାହାର ଅପେକ୍ଷାରେ ରହିବା?”


ଏଥିରେ ଲୋକମାନେ ବିରକ୍ତ ହୋଇ ପରସ୍ପର ମଧ୍ୟରେ କୁହାକୁହି ହେଲେ, “ଦେଖ! ଜଣେ ପାପୀ ଘରକୁ ସେ ଅତିଥି ହୋଇ ଯାଇଛନ୍ତି!”


Swiv nou:

Piblisite


Piblisite