Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:10 - ପବିତ୍ର ବାଇବଲ (CL) NT (BSI)

10 କିନ୍ତୁ ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ଭୟ କର ନାହିଁ! ମୁଁ ତୁମ୍ଭମାନଙ୍କ ନିମନ୍ତେ ଶୁଭବାର୍ତ୍ତା ନେଇ ଏଠାକୁ ଆସିଛି। ତାହା ସମସ୍ତଙ୍କର ଆନନ୍ଦଦାୟକ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟ; ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,

Gade chapit la Kopi

ଓଡିଆ ବାଇବେଲ

10 ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,

Gade chapit la Kopi

ପବିତ୍ର ବାଇବଲ

10 ମେଷପାଳକମାନେ ଅତ୍ୟନ୍ତ ଭୟଭୀତ ହୋଇଗଲେ। ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମାଗ୍ଭର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦେବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:10
30 Referans Kwoze  

କେତେକ ଅବିଶ୍ୱାସ କରିବାରୁ, ଯୀଶୁ ସେମାନଙ୍କ ପାଖକୁ ଆସି କହିଲେ, “ସ୍ୱର୍ଗ ଓ ଜଗତର ସମସ୍ତ କର୍ତ୍ତାପଣ ମୋତେ ଦିଆଯାଇଛି।


ସଙ୍ଗେ ସଙ୍ଗେ ଯୀଶୁ ସେମାନଙ୍କୁ ଅଭୟଦେଇ କହିଲେ, “ମୁଁ ପରା! ଭୟ କର ନାହିଁ।”


ସ୍ୱର୍ଗଦୂତ ତାଙ୍କୁ କହିଲେ, “ଭୟ କର ନାହିଁ, ମରିୟମ, ତୁମେ ଈଶ୍ୱରଙ୍କ ଅନୁଗ୍ରହ ପାତ୍ରୀ।


ତୁମ୍ଭେମାନେ ଏକ ଦୃଢ଼ ଓ ନିଶ୍ଚିତ ମୂଳଦୁଆ ଉପରେ ସଂସ୍ଥାପିତ ହୋଇ ରହିଥାଅ ଓ ସୁସମାଚାର ଶୁଣିବା ସମୟରେ ଯେଉଁ ଭରସା ଲାଭ କରିଥିଲ, ସେଥିରୁ ବିଚଳିତ ହେବା ପାଇଁ ନିଜକୁ ପ୍ରଶ୍ରୟ ଦିଅ ନାହିଁ। ସେହି ସୁସମାଚାର ହିଁ ପୃଥିବୀର ପ୍ରତ୍ୟେକଙ୍କ ନିକଟରେ ପ୍ରଚାରିତ ହେଉଛି ଓ ମୁଁ ପାଉଲ, ତାହାର ଜଣେ ବିଶ୍ୱସ୍ତ ଦାସ।


ପୁଣି ଆମେ ଏଠାରେ ତୁମ୍ଭମାନଙ୍କୁ ଏହି ଶୁଭବାର୍ତ୍ତା ଜଣାଇବା ପାଇଁ ଉପସ୍ଥିତ। ଈଶ୍ୱର ଆମ ପୂର୍ବପୁରୁଷମାନଙ୍କୁ ଯେଉଁ ପ୍ରତିଜ୍ଞା କରିଥିଲେ, ସେ ତାହା ରକ୍ଷା କରିଛନ୍ତି। ସେମାନଙ୍କ ବଂଶଧର ଆମ ପାଇଁ ଯୀଶୁଙ୍କୁ ପୁନର୍ଜୀବିତ କରିବା ଦ୍ୱାରା ସେ ତାହା ସାଧନ କରିଛନ୍ତି। ଗୀତସଂହିତାର ଦ୍ୱିତୀୟ ଗୀତରେ ଏ କଥାକୁ ଉପଲକ୍ଷ୍ୟ କରି ଲେଖାଯାଇଛି: ‘ତୁମେ ମୋର ପୁତ୍ର, ଆଜି ମୁଁ ତୁମର ପିତା ହୋଇଛି’


ଏବଂ ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିମାନଙ୍କ ନିକଟରେ ତାଙ୍କ ନାମରେ ଅନୁତାପ ଓ ପାପକ୍ଷମାର ବାର୍ତ୍ତା ପ୍ରଚାରିତ ହେବ।


କିଛି ସମୟ ପରେ ଯୀଶୁ ସହର ଓ ଗ୍ରାମମାନଙ୍କରେ ଈଶ୍ୱରଙ୍କ ରାଜ୍ୟ ସମ୍ବନ୍ଧୀୟ ଶୁଭବାର୍ତ୍ତା ପ୍ରଚାର କରି ଭ୍ରମଣ କଲେ। ବାର ଜଣ ଶିଷ୍ୟ ତାଙ୍କ ସହିତ ଗଲେ।


ମୁଁ ଈଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ସମସ୍ତଙ୍କଠାରୁ କ୍ଷୁଦ୍ରତମ, ତଥାପି ଅଣଇହୁଦୀମାନଙ୍କ ନିକଟକୁ ଖ୍ରୀଷ୍ଟଙ୍କର ଅପରିମିତ ସମ୍ପଦର ବାର୍ତ୍ତା ଘେନି ଯିବା ପାଇଁ ମୋତେ ଈଶ୍ୱର ସୁଯୋଗ ଦେଇଛନ୍ତି।


ସ୍ୱର୍ଗଦୂତ ଉତ୍ତର ଦେଲେ, “ମୁଁ ଗାବ୍ରିଏଲ୍। ଯେଉଁ ଈଶ୍ୱର ତୁମକୁ ଏହି ଶୁଭବାର୍ତ୍ତା ଜଣାଇବା ପାଇଁ ମୋତେ ପଠାଇଛନ୍ତି, ମୁଁ ତାଙ୍କ ଛାମୁରେ ଠିଆ ହୋଇଥାଏ।


କିନ୍ତୁ ସ୍ୱର୍ଗଦୂତ ତାଙ୍କୁ କହିଲେ, “ଜିଖରିୟ, ଭୟ କର ନାହିଁ। ଈଶ୍ୱର ତୁମ ପ୍ରାର୍ଥନା ଶୁଣିଛନ୍ତି, ତୁମ ସ୍ତ୍ରୀ ଏଲିଶାବେଥ୍ ଏକ ପୁତ୍ର ପ୍ରସବ କରିବେ। ତୁମେ ତାହାଙ୍କ ନାମ ଯୋହନ ଦେବ।


ସେ କହିଲେ, “ଉପଯୁକ୍ତ ସମୟ ଆସିଛି, ଈଶ୍ୱରଙ୍କ ରାଜ୍ୟ ସନ୍ନିକଟ! ପାପ ପ୍ରତି ବିମୁଖ ହୋଇ ଏହି ଶୁଭବାର୍ତ୍ତାରେ ବିଶ୍ୱାସ କର।”


ଏବଂ ପ୍ରଚାର ବିନା ସେହି ବାର୍ତ୍ତା ସେମାନେ କିପରି ଶୁଣିବେ? ପୁଣି ପ୍ରଚାର କରିବା ପାଇଁ ପ୍ରେରିତ ନ ହେଲେ ଜଣେ ପ୍ରଚାର କରିବ କିପରି? ଏ ସମ୍ପର୍କରେ ଶାସ୍ତ୍ରରେ ଲେଖାଯାଇଛି: “ସୁସମାଚାର ପ୍ରଚାରକମାନଙ୍କର ଆଗମନ କେଡ଼େ ଆନନ୍ଦଦାୟକ!”


ପୁଣି ସେ କହିଲେ, “ସମଗ୍ର ଜଗତକୁ ଯାଇ ମୋର ଏହି ଶୁଭବାର୍ତ୍ତା ସମସ୍ତଙ୍କ ନିକଟରେ ପ୍ରଚାର କର।


ସ୍ୱର୍ଗଦୂତ ସେହି ସ୍ତ୍ରୀ ଲୋକମାନଙ୍କୁ କହିଲେ, “ଭୟ କର ନାହିଁ। ମୁଁ ଜାଣେ ତୁମେ କ୍ରୁଶବିଦ୍ଧ ଯୀଶୁଙ୍କୁ ଦେଖିବାକୁ ଆସିଛ।


“ଆଜି ଦାଉଦଙ୍କ ସହରରେ ତୁମ୍ଭମାନଙ୍କର ପରିତ୍ରାଣକର୍ତ୍ତା ଜନ୍ମ ହୋଇଛନ୍ତି - ସେ ଖ୍ରୀଷ୍ଟ ପ୍ରଭୁ!


Swiv nou:

Piblisite


Piblisite