Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:6 - ପବିତ୍ର ବାଇବଲ (CL) NT (BSI)

6 “ମୁଁ ତୁମକୁ ଏ ସମସ୍ତର କ୍ଷମତା ଓ ଧନ ସମ୍ପଦ ଦେବି, କାରଣ ଏସବୁ ମୋ’ ହସ୍ତରେ ନ୍ୟସ୍ତ ହୋଇଛି ଓ ମୋର ଯାହାକୁ ଇଚ୍ଛା, ତାହାକୁ ସବୁ ଦେଇ ପାରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଐଶ୍ଵର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଏୗଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଐଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ।

Gade chapit la Kopi

ପବିତ୍ର ବାଇବଲ

6 ଶୟତାନ ଯୀଶୁଙ୍କୁ କହିଲା, “ମୁଁ ଏହିସବୁ ରାଜ୍ୟ ଏବଂ ସେମାନଙ୍କର ସମସ୍ତ କ୍ଷମତା ବିଭବ ତୁମ୍ଭକୁ ଦେଇଦେବି। ସେଗୁଡ଼ିକୁ ମୋତେ ଦିଆଯାଇଛି। ମୁଁ ଯାହାକୁ ଗ୍ଭହିଁବି, ତାହାକୁ ଏ ସମସ୍ତ ଦେଇ ପାରିବି।

Gade chapit la Kopi




ଲୂକ ଲିଖିତ ସୁସମାଚାର 4:6
15 Referans Kwoze  

ସେ ସମୟରେ ତୁମ୍ଭେମାନେ ଜାଗତିକ ଅସତ୍ ମାର୍ଗ ଅନୁସରଣ କରି, ମହାକାଶସ୍ଥ ଅଶରୀରୀ ଅଧିପତିର ବଶବର୍ତ୍ତୀ ଥିଲ। ସେହି ଅଧିପତି ଏବେ ଈଶ୍ୱରଙ୍କ ଆଜ୍ଞା ଲଙ୍ଘନକାରୀ। ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରୁଛି।


ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ ସମୟ କଥାବାର୍ତ୍ତା କରିପାରିବି ନାହିଁ, କାରଣ ଏହି ଜଗତର ଅଧିପତି ଆସୁଛି। ଅବଶ୍ୟ ମୋ’ ଉପରେ ତା’ର କୌଣସି କର୍ତ୍ତୃତ୍ୱ ନାହିଁ।


ଜଗତର ବିଚାର ଦିନ ବର୍ତ୍ତମାନ ଉପସ୍ଥିତ। ଏହି ଜଗତର ଅଧିପତି ଗାଦିଚ୍ୟୁତ ହେବ।


ଆମେ ଜାଣୁ, ସମଗ୍ର ଜଗତରେ ଶୟତାନ ତା’ର ଅଧିପତ୍ୟ ବିସ୍ତାର କରିଥିଲେ ସୁଦ୍ଧା, ଆମେ ଈଶ୍ୱରଙ୍କର।


ଈଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କରିବାକୁ ସେ ଅନୁମତି ପାଇଲା ଓ ପ୍ରତ୍ୟେକ ଗୋଷ୍ଠୀ, ରାଷ୍ଟ୍ର ଓ ଭାଷାଭାଷୀ ଓ ଜାତି ଉପରେ ତାକୁ କ୍ଷମତା ଦିଆଗଲା।


ପଶୁଟି ଗୋଟିଏ ଚିତାବାଘ ପରି ଦେଖାଯାଉଥିଲା। ତାହାର ପାଦ ଭାଲୁ ପାଦ ପରି ଏବଂ ପାଟି ସିଂହ ପାଟି ପରି। ପୂର୍ବବର୍ଣ୍ଣିତ ଲୋହିତ ବର୍ଣ୍ଣର ବିକଟାଳ ସର୍ପ ଏହି ପଶୁକୁ ନିଜର ଶକ୍ତି, ସିଂହାସନ ଓ ଅଶେଷ କ୍ଷମତା ସମର୍ପଣ କଲା।


ସେହି ସର୍ପ ହେଉଛି, ସପ୍ତମ ଜଗତକୁ ପ୍ରତାରଣା କରିଥିବା ଦ୍ୟାବଳ ଆଦିମ ସର୍ପ, ଶୟତାନ; ତା’ର ଦଳବଳ ସହ ସ୍ୱର୍ଗରୁ ନିକ୍ଷିପ୍ତ ହୋଇ ପୃଥିବୀ ପୃଷ୍ଠରେ ଆସି ପଡ଼ିଲା।


ଶାସ୍ତ୍ରରେ ଲେଖାଅଛି: “ମନୁଷୃ ଜାତି ତୃଣ ସଦୃଶ, ସେମାନଙ୍କର ସମସ୍ତ ଐଶ୍ୱର୍ଯ୍ୟ ବନପୁଷ୍ପ ତୁଲ୍ୟ। ତୃଣ ଶୁଷ୍କ ହୁଏ, ପୁଷ୍ପ ଝଡ଼ି ପଡ଼େ,


ଏଥିରେ ଆଶ୍ଚର୍ଯ୍ୟ ହେବାର କିଛି ନାହିଁ, କାରଣ ଶୟତାନ ମଧ୍ୟ ଚ୍ୟୋତିର୍ମୟ ସ୍ୱର୍ଗଦୂତଙ୍କ ପରି ଦେଖାଯିବା ନିମନ୍ତେ ଛଦ୍ମବେଶ ଧାରଣ କରିଥାଏ।


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନର ସନ୍ତାନ; ତାହାର ଇଚ୍ଛା ଅନୁସାରେ କାର୍ଯ୍ୟ କରିବାକୁ ଲାଳାୟିତ। ସୃଷ୍ଟିର ଆରମ୍ଭରୁ ସେ ଥିଲା ନରହନ୍ତା। ସେ କେବେ ସତ୍ୟର ପକ୍ଷପାତୀ ନ ଥିଲା କାରଣ ତା’ଠାରେ ଲେଶମାତ୍ର ସତ୍ୟ ନାହିଁ। ମିଥ୍ୟା କହିବା ତା’ ପକ୍ଷରେ ସ୍ୱାଭାବିକ। କାରଣ ସେ ନିଜେ ମିଥ୍ୟାବାଦୀ ଓ ସକଳ ମିଥ୍ୟାର ଜନକ।


ତୁମେ ଯଦି ମୋତେ ପୂଜା କରିବ, ତେବେ ଏସବୁ ତୁମର ହେବ।”


Swiv nou:

Piblisite


Piblisite