Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:22 - ପବିତ୍ର ବାଇବଲ (CL) NT (BSI)

22 ସେ ଯୋହନଙ୍କଠାରୁ ଖବର ଆଣିଥିବା ଲୋକଙ୍କୁ ଉତ୍ତର ଦେଲେ, “ଫେରି ଯାଇ ତୁମ୍ଭେମାନେ ଯାହା ଦେଖିଛ ଓ ଶୁଣିଛ, ତାହା ଯୋହନଙ୍କୁ କୁହ: ଅନ୍ଧମାନେ ଦେଖିପାରୁଛନ୍ତି, ଖଞ୍ଜମାନେ ଚାଲି ପାରୁଛନ୍ତି, କୁଷ୍ଠରୋଗୀମାନେ ସୁସ୍ଥ ହେଉଛନ୍ତି, ବଧିରମାନେ ଶୁଣି ପାରୁଛନ୍ତି, ମୃତମାନେ ଜୀବନ ପାଉଛନ୍ତି ଓ ଦରିଦ୍ରମାନଙ୍କ ନିକଟରେ ଶୁଭବାର୍ତ୍ତା ପ୍ରଚାର କରାଯାଉଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଯାଇ ଯାହା ଯାହା ଦେଖିଲ ଓ ଶୁଣିଲ, ସେହିସବୁ ଯୋହନଙ୍କୁ ଜଣାଅ; ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;

Gade chapit la Kopi

ଓଡିଆ ବାଇବେଲ

22 ସେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଯାଇ, ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହି ସବୁ ଯୋହନଙ୍କୁ ଜଣାଅ; ଅନ୍ଧମାନେ ଦେଖି ପାରନ୍ତି, ଖଞ୍ଜମାନେ ଚାଲି ପାରନ୍ତି, କୁଷ୍ଠୀମାନେ ସୁସ୍ଥ ହୁଅନ୍ତି, ବଧିରମାନେ ଶୁଣି ପାରନ୍ତି, ମୃତମାନେ ଜୀବିତ ହୁଅନ୍ତି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାଇ, ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ଯୋହନଙ୍କୁ ଜଣାଅ; ଅନ୍ଧମାନେ ଦେଖି ପାରନ୍ତି, ଖଞ୍ଜମାନେ ଚାଲି ପାରନ୍ତି, କୁଷ୍ଠରୋଗୀମାନେ ଶୁଚି ହୁଅନ୍ତି, ବଧିରମାନେ ଶୁଣି ପାରନ୍ତି, ମୃତମାନେ ଜୀବିତ ହୁଅନ୍ତି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;

Gade chapit la Kopi

ପବିତ୍ର ବାଇବଲ

22 ତା'ପରେ ଯୀଶୁ ଯୋହନଙ୍କ ସେହି ଶିଷ୍ୟମାନଙ୍କୁ କହିଲେ, “ଯାଅ ଓ ଏଠାରେ ତୁମ୍ଭେ ଯାହାସବୁ ଦେଖିଲ ଓ ଶୁଣିଲ, ତାହା ଯୋହନଙ୍କୁ ଯାଇ ଜଣାଅ। ଅନ୍ଧମାନେ ଦେଖି ପାରୁଛନ୍ତି, ଛୋଟାମାନେ ଗ୍ଭଲି ପାରୁଛନ୍ତି, କୁଷ୍ଠରୋଗୀ ସୁସ୍ଥ ହୋଇ ଯାଉଛନ୍ତି, ବଧିରଲୋକ ଶୁଣିପାରୁଛନ୍ତି, ମରିଯାଉଥିବା ଲୋକକୁ ପୁଣି ଜୀବନ ଦିଆଯାଉଛି ଏବଂ ଗରିବ ଲୋକମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ଶୁଣେଇ ଦିଆଯାଉଛି।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:22
31 Referans Kwoze  

“ପ୍ରଭୁଙ୍କ ଆତ୍ମା ମୋ’ ଉପରେ ଅଧିଷ୍ଠିତ, କାରଣ ଦରିଦ୍ରମାନଙ୍କ ନିକଟରେ ଶୁଭବାର୍ତ୍ତା ପ୍ରଚାର କରିବା ପାଇଁ ସେ ମୋତେ ମନୋନୀତ କରିଛନ୍ତି। ବନ୍ଦୀମାନଙ୍କ ନିକଟରେ ସେମାନଙ୍କ ମୁକ୍ତି ଘୋଷଣା କରିବା, ଅନ୍ଧକାମନଙ୍କୁ ଦୃଷ୍ଟିାକ୍ତି ଦାନ କରିବା, ନିର୍ଯ୍ୟାତିତମାନଙ୍କୁ ଉଦ୍ଧାର କରିବା


ପ୍ରିୟ ଭାଇମାନେ ଶୁଣ, ଈଶ୍ୱର କ’ଣ ଏ ଜଗତରେ ଦରିଦ୍ର ଲୋକଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବାକୁ ଏବଂ ତାହାଙ୍କର ଭକ୍ତମାନଙ୍କୁ ଯେଉଁ ରାଜ୍ୟ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି, ତାହାର ଅଧିକାରୀ ହେବାକୁ ମନୋନୀତ କରି ନାହାଁନ୍ତି?


ଯୀଶୁ ମନ୍ଦିରରେ ଥିବା ବେଳେ ଅନ୍ଧ ଓ ବିକଳାଙ୍ଗମାନେ ତାଙ୍କ ନିକଟକୁ ଆସିଲେ ଓ ଯୀଶୁ ସେମାନଙ୍କୁ ସୁସ୍ଥ କଲେ।


ତୁମକୁ ସେମାନଙ୍କର ଚକ୍ଷୁ ଖୋଲି ଦେବାକୁ ପଡ଼ିବ ଓ ସେମାନଙ୍କୁ ଅନ୍ଧାରରୁ ଆଲୋକକୁ ଓ ଶୟତାନର କବଳରୁ ପ୍ରଭୁଙ୍କ ପ୍ରତି ଫେରାଇ ଆଣିବାକୁ ହେବ, ଯେପରି ମୋ’ଠାରେ ବିଶ୍ୱାସ କରିବା ଦ୍ୱାରା ସେମାନଙ୍କର ପାପ କ୍ଷମା ହେବ ଓ ପ୍ରଭୁଙ୍କ ମନୋନୀତ ଲୋକମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ’।


ଠିକ୍ ସେହି ସମୟରେ ଯୀଶୁ ଅନେକ ରୋଗୀଙ୍କୁ ସୁସ୍ଥ କଲେ, ଭୂତ ଛଡ଼ାଇଲେ ଓ ଅନ୍ଧମାନଙ୍କୁ ଦୃଷ୍ଟି ପ୍ରଦାନ କଲେ।


ଅନେକ ଲୋକଙ୍କଠାରୁ ପ୍ରେତାତ୍ମାମାନେ ଚିକ୍ରାର କରି ବାହାରି ଗଲେ, ଅନେକ ପକ୍ଷାଘାତ ରୋଗୀ ଓ ପଙ୍ଗୁମାନେ ସୁସ୍ଥ ହେଲେ।


ନିଥ୍ନିୟେଲ ପ୍ରଶ୍ନ କଲେ, “ନାଜରିତରୁ କ’ଣ କୌଣସି ଉକ୍ରୃଷ୍ଟ ବିଷୟ ବାହାରିପାରେ?” ଫିଲିପ୍ ଉତ୍ତର ଦେଲେ, “ଆସି ଦେଖ।”


ଅନ୍ଧମାନେ ଦୃଷ୍ଟି ପାଉଛନ୍ତି, ଛୋଟାମାନେ ଚାଲୁଛନ୍ତି, କଷ୍ଠୀମାନେ ଶଉଚି ହେଉଛନ୍ତି, ବଧିରମାନେ ପୁନର୍ଜୀବିତ ହେଉଛନ୍ତି ଓ ଦୀନହୀନ ଲୋକମାନଙ୍କ ନିକଟରେ ମଧ୍ୟ ଶଉଭବାତ୍ତା ପ୍ରଚାର କରାଯାଉଛି।


ଯେଉଁମାନେ ମୋ’ ବିଷୟରେ ସନ୍ଦେହ ପୋଷଣ କରନ୍ତି ନାହିଁ, ସେମାନେ ଧନ୍ୟ।”


Swiv nou:

Piblisite


Piblisite