Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:10 - ପବିତ୍ର ବାଇବଲ (CL) NT (BSI)

10 ସେ ଉତ୍ତର ଦେଲେ, “ଈଶ୍ୱରଙ୍କ ରାଜ୍ୟ ସମ୍ବନ୍ଧୀୟ ନିଗୂଢ଼ ତତ୍ତ୍ୱର ଜ୍ଞାନ ତୁମକୁ ଦିଆଯାଇଛି, କିନ୍ତୁ ଅନ୍ୟ ସମସ୍ତଙ୍କ ପାଇଁ ତାହା କେବଳ ଉଦାହରଣ ହୋଇ ରହିଯାଏ। ଫଳତଃ ସେମାନେ ଅନାଇ ଦେଖି ପାରନ୍ତି ନାହିଁ, ଶୁଣି ବୁଝିପାରନ୍ତି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେଥିରେ ସେ କହିଲେ, ଈଶ୍ଵରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ଵସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, ଯେପରି ସେମାନେ ଦେଖୁ ଦେଖୁ ଦେଖିବେ ନାହିଁ ଓ ଶୁଣୁ ଶୁଣୁ ବୁଝିବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ସେଥିରେ ସେ କହିଲେ, ଈଶ୍ୱରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, ଯେପରି ସେମାନେ ଦେଖୁ ଦେଖୁ ଦେଖିବେ ନାହିଁ ଓ ଶୁଣୁ ଶୁଣୁ ବୁଝିବେ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେଥିରେ ସେ କହିଲେ, ଈଶ୍ବରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, “‘ଯେପରି ସେମାନେ ଦେଖୁ ଦେଖୁ ଦେଖିପାରିବେ ନାହିଁ ଓ ଶୁଣୁ ଶୁଣୁ ବୁଝିପାରିବେ ନାହିଁ।’”

Gade chapit la Kopi

ପବିତ୍ର ବାଇବଲ

10 ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟର ନିଗୁଢ଼ ବିଷୟ ଜାଣିବା ପାଇଁ ତୁମ୍ଭେ ବଛା ହୋଇଛ। କିନ୍ତୁ ଅନ୍ୟମାନଙ୍କୁ ଏହି ରହସ୍ୟ ବିଷୟରେ କହିବାକୁ ମୁଁ ଦୃଷ୍ଟାନ୍ତ ବ୍ୟବହାର କରୁଛି। ମୁଁ ଏହା କରୁଛି ‘ଯେପରି କି ସେମାନେ ଗ୍ଭହୁଁଥିଲେ ମଧ୍ୟ ଦେଖି ପାରିବେନି, ଏବଂ ଶୁଣୁଥିଲେ ମଧ୍ୟ ବୁଝି ପାରିବେ ନାହିଁ।’

Gade chapit la Kopi




ଲୂକ ଲିଖିତ ସୁସମାଚାର 8:10
24 Referans Kwoze  

ଯୀଶୁ ଉତ୍ତର ଦେଲେ, “ଈଶ୍ୱରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରାଯାଇଛି। କିନ୍ତୁ ଅନ୍ୟମାନଙ୍କୁ ଏ ସମସ୍ତ ଗଳ୍ପ ଛଳରେ କୁହାଯାଇଛି। ସେଥିପାଇଁ -


ସେହି ସମୟରେ ଯୀଶୁ ପ୍ରାର୍ଥନା କରି କହିଲେ, “ହେ ପିତା, ସ୍ୱର୍ଗ ଓ ମର୍ତ୍ତ୍ୟର ପ୍ରଭୁ, ଏହି ସବୁ କଥା ତୁମେ ବୁଦ୍ଧିମାନ ଓ ଶିକ୍ଷିତ ଲୋକମାନଙ୍କଠରୁ ଗୁପ୍ତ ରଖି ଅଶିକ୍ଷିତ ଲୋକମାନଙ୍କଠାରୁ ପ୍ରକାଶ କରିଥିବାରୁ ମୁଁ ତୁମକୁ ଧନ୍ୟବାଦ ଦେଉଉଛି।


ତୁମେ ସମସ୍ତେ ଯେପରି ଉତ୍ସାହିତ ହେବ, ପରସ୍ପର ସହିତ ପ୍ରେମରେ ଆବଦ୍ଧ ହେବ ଓ ପ୍ରକୃତ ଜ୍ଞାନ ଲାଭ କରି ନିଶ୍ଚିତ ଭରସାରୂପ ସମ୍ପଦର ପୂର୍ଣ୍ଣ ଅଧିକାରୀ ହେବ, ଏହା ମୋର ଉଦ୍ଦେଶ୍ୟ। ଏହା ଦ୍ୱାରା ତୁମେ ସମସ୍ତେ ଜାଣିବ ଯେ, ଯୀଶୁ ଖ୍ରୀଷ୍ଟ ହିଁ ଈଶ୍ୱରଙ୍କ ସେହି ନିଗୂଢ଼ ତତ୍ତ୍ୱ।


ଆସ, ଈଶ୍ୱରଙ୍କୁ ଗୌରବାନ୍ୱିତ କରିବା। ମୁଁ ପ୍ରଚାର କରୁଥିବା ଯୀଶୁ ଖ୍ରୀଷ୍ଟଙ୍କ ସମ୍ପର୍କରେ ଶୁଭ ବାର୍ତ୍ତା ଓ ଯୁଗ ଯୁଗ ଧରି ଗୁପ୍ତ ରହିଥିବା ନିଗୂଢ଼ ସତ୍ୟ ଅନୁଯାୟୀ ତୁମ୍ଭମାନଙ୍କ ବିଶ୍ୱାସକୁ ଅଟଳ ରଖିବା ପାଇଁ ଈଶ୍ୱର ସମର୍ଥ।


ଯୀଶୁ କହିଲେ, “ଧନ୍ୟ ତୁମେ ଯୂନସଙ୍କ ପୁତ୍ର, ପିତର! ଏହି ସତ୍ୟ ତୁମେ କୌଣସି ମନୁଷ୍ୟଠାରୁ ପାଇ ନାହିଁ। ମୋର ସ୍ୱର୍ଗସ୍ଥ ପିତା ନିଜେ ଏହା ତୁମଠାରେ ପ୍ରକାଶ କରିଛନ୍ତି।


ଆମ ଧର୍ମବିଶ୍ୱାସର ଏହି ମହାରହସ୍ୟ କେହି ଅସ୍ୱୀକାର କରିପାରିବେ ନାହିଁ: ମାନବ ଦେହ ଧରି ସେ ଅବତୀର୍ଣ୍ଣ ହେଲେ, ସ୍ୱର୍ଗଦୂତମାନଙ୍କ ସାକ୍ଷାତରେ ପରମାତ୍ମାଙ୍କ ସମର୍ଥନ ଲାଭ କଲେ, ସମସ୍ତ ଜାତିମାନଙ୍କ ମଧ୍ୟରେ ତାଙ୍କ ବାର୍ତ୍ତା ପ୍ରଚାରିତ ହେଲା, ପୃଥିବୀର ସର୍ବତ୍ର ସେ ବିଶ୍ୱାସଭାଜନ ହୋଇ ସଗୌରବେ ସ୍ୱର୍ଗକୁ ଉତ୍ଥାପିତ ହେଲେ।


କିନ୍ତୁ ଏସବୁ ସେହି ଏକ ଆତ୍ମା ହିଁ କରିଥା’ନ୍ତି। ସେ ନିଜର ଇଚ୍ଛା ଅନୁସାରେ ପ୍ରତ୍ୟେକ ବ୍ୟକ୍ତିକୁ ବିଭିନ୍ନ ବିଷୟ ଦାନ କରନ୍ତି।


“ସତେ ଯେପରି ଈଶ୍ୱର ସେମାନଙ୍କୁ ଅନ୍ଧ କରି କରି ଦେଇଛନ୍ତି। ସେଥିପାଇଁ ସେମାନେ କିଛି ଦେଖିପାରନ୍ତି ନାହିଁ, ଅବା କିଛି ବୁଝିପାରନ୍ତି ନାହିଁ। ଈଶ୍ୱର କହୁଛନ୍ତି, ‘ଆରୋଗ୍ୟ ଲାଭ କରିବା ପାଇଁ ସେମାନେ ମୋ’ ନିକଟକୁ ଫେରି ଆସୁ ନାହାନ୍ତି’।”


‘ସେମାନେ ଚାହିଁ ରହନ୍ତି କିନ୍ତୁ କିଛି ଦେଖି ପାରନ୍ତି ନାହିଁ। ସବୁ କଥା ଶୁଣୁ ଥାଆନ୍ତି କିନ୍ତୁ କିଛି ବୁଝି ପାରନ୍ତି ନାହିଁ। ସେମାନେ ଯଦି ପ୍ରକୃତରେ ଦେଖନ୍ତେ ଓ ବୁଝନ୍ତେ, ସେମାନେ ଈଶ୍ୱରଙ୍କ ନିକଟକୁ ଫେରି ଆସନ୍ତେ ଏବଂ ଈଶ୍ୱର ସେମାନଙ୍କୁ କ୍ଷମା ଦିଅନ୍ତେ’।”


Swiv nou:

Piblisite


Piblisite