Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:13 - ପବିତ୍ର ବାଇବଲ (CL) NT (BSI)

13 ଯେଉଁମାନେ ସେହି ବାର୍ତ୍ତା ଶୁଣି ଆନନ୍ଦରେ ଗ୍ରହଣ କରନ୍ତି, ସେମାନେ ପଥୁରିଆ ଭୂଇଁରେ ପଡ଼ିଥିବା ବିହନ ପରି। ସେହି ବାର୍ତ୍ତା ସେମାନଙ୍କ ମଧ୍ୟରେ ଗଭୀରଭାବେ ପ୍ରବେଶ କରି ନ ଥିବାରୁ, ସେମାନଙ୍କ ବିଶ୍ୱାସ କ୍ଷଣସ୍ଥାୟୀ ହୁଏ ଏବଂ ପରୀକ୍ଷା ଆସିଲେ, ସେମାନଙ୍କ ପତନ ଘଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ଵାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ

13 ଯେଉଁ ବୀଜ ପଥର ଉପରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ଉପଦେଶ ଶୁଣନ୍ତି ଓ ଆନନ୍ଦରେ ତାହା ଗ୍ରହଣ କରନ୍ତି। କିନ୍ତୁ ତା'ର ଚେର ସେହି ଲୋକମାନଙ୍କ ହୃଦୟ ମଧ୍ୟରେ ଗଭୀରକୁ ପ୍ରବେଶ କରିପାରେ ନାହିଁ। ସେମାନେ କିଛି ସମୟ ପର୍ଯ୍ୟନ୍ତ ବିଶ୍ୱାସ କରନ୍ତି, କିନ୍ତୁ ପରୀକ୍ଷାର ସମୟ ଆସିଲେ ସେମାନେ ବିଶ୍ୱାସ କରିବା ବନ୍ଦ କରନ୍ତି। ସେମାନେ ବିଶ୍ୱାସ ହରେଇ ବସନ୍ତି ଓ ପରମେଶ୍ୱରଙ୍କଠାରୁ ଦୂରେଇ ଯାଆନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:13
37 Referans Kwoze  

ଯୋହନ ଥିଲେ ଜଣେ ଜ୍ୱଳନ୍ତ ଉଜ୍ଜ୍ୱଳ ପ୍ରଦୀପ। କିଛି ଦିନ ପାଇଁ ତାଙ୍କ ଆଲୋକରେ ଆଲୋକିତ ହେବା ପାଇଁ ତୁମ୍ଭେମାନେ ଇଚ୍ଛୁକ ଥିଲ।


ସେମାନ ନିର୍ଲ୍ଲଜ ଭାବରେ ସୁରାପାନରେ ମତ୍ତ ହୋଇ, ତୁମ୍ଭମାନଙ୍କ ପ୍ରୀତି ଭୋଜନରେ କଳଙ୍କ ସ୍ୱରୂପ ହେଉଛନ୍ତି। ସେମ।।ନେ କେବଳ ନିଜ ପ୍ରତି ମନୋଯୋଗୀ। ସେମାନେ ବୃଷ୍ଟିପାତ କରୁ ନ ଥିବା ବାୟୁରେ ଚଳିତ ମେଘ ତୂଲ୍ୟ। ସେମାନେ ଶରତ ଋତୁରେ ଫଳଶୂନ୍ୟ ବୃକ୍ଷ ଓ ମୂଳୋତ୍ପାଟିତ ଶୁଷ୍କ ବୃକ୍ଷ ସଦୃଶ।


ସେମାନଙ୍କ ପ୍ରତି ଯାହା ଘଟିଛି, ସେଥିରୁ ଏହି ପ୍ରବାଦମାନଙ୍କର ସତ୍ୟତା ପ୍ରମାଣିତ ହେଉଛି: “କୁକୁର ଯାହା ବାନ୍ତି କରେ, ତାହାକୁ ପୁଣି ଖାଏ”, “ଘୁଷରିକୁ ଧୋଇ ଦେବା ପରେ ପୁଣି କାଦୁଅରେ ଲୋଟିବାକୁ ଯାଏ।”


ଆମ୍ଭମାନଙ୍କର ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଜ୍ଞାନ ଲାଭ କରି ଯେଉଁମାନେ ସଂସାରର ବିନାଶକାରୀ ଶକ୍ତିଗୁଡ଼ିକ କବଳରୁ ରକ୍ଷା ପାଇବା ପରେ ପୁନର୍ବାର ସେ ସବୁର ବଶୀଭୂତ ହୁଅନ୍ତି, ସେମାନଙ୍କର ଶେଷ ଦଶା ପ୍ରଥମ ଦଶା ଅନେକ୍ଷା ଅଧିକମ ଶୋଚନୀୟ ହେବ।


ପଛଘୁଞ୍ଚା ଦେଇ ବିନଷ୍ଟ ହେବା ଷଳାକ ଆମେ ନୋହୁଁ। ଆମେ ଦୃଢ଼ ବିଶ୍ୱାସୀ ଓ ପରିତ୍ରାଣପ୍ରାପ୍ତ।


ମୁଁ ପ୍ରାର୍ଥନା କରେ, ଯେପରି ତୁମ୍ଭମାନଙ୍କ ବିଶ୍ୱାସ ବଳରେ ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରିବେ। ମୁଁ ପ୍ରାର୍ଥନା କରେ, ଯେପରି ତୁମ୍ଭମାନଙ୍କର ମୂଳଦୁଆ ପ୍ରେମରେ ସ୍ଥାପିତ ଓ ଦୃଢ଼ୀଭୂତ ହେବ।


ତେଣୁ, ଆତ୍ମା ବିନା ଶରୀର ଯେପରି ମୃତ,କର୍ମ ବିନା ବିଶ୍ୱାସ ସେହପରି ମୃତ।


ବିବେକକୁ ନିର୍ମଳ ରଖି, ତୁମ ଧର୍ମ ବିଶ୍ୱାସରେ ଅଟଳ ରୁହ। କେହି କେହି ବିବେକର ଚେତାବନୀକୁ ଉପେକ୍ଷା କରି ନିଜ ଧର୍ମବିଶ୍ୱାସକୁ ନଷ୍ଟ କରି ଦେଇଛନ୍ତି।


ତେଣୁ ତୀମଥିଙ୍କୁ ପଠାଇଲି। ମୁଁ ଆଉ ନିଶ୍ଚିନ୍ତ ହୋଇ ରହିପାରିଲି ନାହିଁ। ତୁମ୍ଭେମାନେ ତୁମ ବିଶ୍ୱାସରେ ଅଟଳ ରହିଛି କି ନାହିଁ, ଜାଣିବା ନିମନ୍ତେ ମୁଁ ତାଙ୍କୁ ପଠାଇଲି। ସତେ କଅଣ ଶୟତାନ ତୁମ୍ଭମାନଙ୍କୁ ପ୍ରଲୋଭିତ କରିଥିବ ଓ ଆମର ସମସ୍ତ କାର୍ଯ୍ୟ ବିଫଳ ହୋଇଥିବ? ନା, ଏହା କଦାପି ସମ୍ଭବ ନୁହେଁ।


ତୁମ୍ଭମାନଙ୍କର ଭିତ୍ତିମୂଳ ତାଙ୍କ ଉପରେ ଦୃଢ଼ ରୂପେ ସ୍ଥାପନ କରି ଜୀବନ ଗଠନ କର ଓ ତୁମେ ପ୍ରାପ୍ତ ହୋଇଥିବା ଶିକ୍ଷାନୁଯାୟୀ ବିଶ୍ୱାସରେ ଅଧିକ ବଳିଷ୍ଠ ହୁଅ। ତୁମ୍ଭମାନଙ୍କର ହୃଦୟ କୃତଜ୍ଞତାରେ ପରିପୂର୍ଣ୍ଣ ହେଉ।


ଏଥିପାଇଁ ତୁମ୍ଭମାନଙ୍କର ସମସ୍ତ ଅନୁଭୂତି କଅଣ ନିରର୍ଥକ? ସେଥିରୁ କଅଣ କିଛି ଶିକ୍ଷା କରି ନାହଁ?


ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ ଉପରେ ଏହି ମନ୍ତ୍ର ପ୍ରୟୋଗ କରିଛି? କ୍ରୁଶ ଉପରେ ଯୀଶୁ ଖ୍ରୀଷ୍ଟଙ୍କ ମୃତ୍ୟୁର ବିବରଣୀ ଅତି ସ୍ପଷ୍ଟ ଭାବରେ ତୁମ ନିକଟରେ ପ୍ରକାଶ କରାଯାଇଛି।


ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିବା ସେହି ଶୁଭ ବାର୍ତ୍ତା ହିଁ ସୁସମାଚାର। ତୁମ୍ଭେମାନେ ସେହି ସୁସମାଚାରରେ ଦୃଢ଼ ବିଶ୍ୱାସୀ ହୋଇ ରହିଲେ, ପରିତ୍ରାଣ ପାଇବ। ନଚେତ୍ ତୁମ୍ଭମାନଙ୍କର ବିଶ୍ୱାସ ବୃଥା।


ଯେ ମୋ’ଠାରେ ନ ରହେ, ତାକୁ ଗୋଟିଏ କଟାଯାଇଥିବା ଶାଖା ପରି ବାହାରେ ପକାଇ ଦିଆଯାଏ ଓ ତାହା ଶୁଖିଯାଏ। ଏହିପରି ଶାଖାଗୁଡ଼ିକ ଲୋକେ ଏକାଠି କରି ନିଆଁରେ ପକାନ୍ତି ଓ ସେଗୁଡ଼ିକ ପୋଡ଼ିଯାଏ।


ଯେଉଁ ଶାଖା ଫଳ ଧରେ ନାହିଁ, ତାକୁ ସେ କାଟି ପକାନ୍ତି ଏବଂ ଯେଉଁ ଶାଖାରେ ଫଳ ଧରେ, ଅଧିକ ଫଳବତୀ କରିବା ପାଇଁ ତାକୁ କାଟି ପରିଷ୍କାର କରନ୍ତି।


ତୁମ୍ଭେମାନେ ଏକ ଦୃଢ଼ ଓ ନିଶ୍ଚିତ ମୂଳଦୁଆ ଉପରେ ସଂସ୍ଥାପିତ ହୋଇ ରହିଥାଅ ଓ ସୁସମାଚାର ଶୁଣିବା ସମୟରେ ଯେଉଁ ଭରସା ଲାଭ କରିଥିଲ, ସେଥିରୁ ବିଚଳିତ ହେବା ପାଇଁ ନିଜକୁ ପ୍ରଶ୍ରୟ ଦିଅ ନାହିଁ। ସେହି ସୁସମାଚାର ହିଁ ପୃଥିବୀର ପ୍ରତ୍ୟେକଙ୍କ ନିକଟରେ ପ୍ରଚାରିତ ହେଉଛି ଓ ମୁଁ ପାଉଲ, ତାହାର ଜଣେ ବିଶ୍ୱସ୍ତ ଦାସ।


ପ୍ରେରଣାପୂର୍ଣ୍ଣ ଧର୍ମପ୍ରଚାର କରିବାକୁ ମୋର ଶକ୍ତି ଥାଇପାରେ। ସମସ୍ତ ବିଷୟରେ ଜ୍ଞାନ ଥାଇପାରେ, ସମସ୍ତ ନିଗୂଢ଼ ତତ୍ତ୍ୱ ବୁଝିବାକୁ ଶକ୍ତି ଥାଇପାରେ, ବିଶ୍ୱାସ ବଳରେ ପାହାଡ଼ ଘୁଞ୍ଚାଇବା ସାମର୍ଥ୍ୟ ଥାଇପାରେ; ତଥାପି ମୋର ପ୍ରେମ ନ ଥିଲେ, ମୁଁ କିଛି ନୁହେଁ।


କାରଣ ଯୋହନ ଜଣେ ସାଧୁ ଓ ଧାର୍ମିକ ପୁରୁଷ ବୋଲି ଜାଣି ହେରୋଦ ତାଙ୍କୁ ଭୟ କରୁଥିଲେ ଏବଂ ତାଙ୍କୁ ନିରାପଦରେ ରଖିଥିଲେ। ଯୋହନଙ୍କ ଶିକ୍ଷା ଶୁଣି ପ୍ରତିଥର ସେ ବିବ୍ରତ ହୋଇ ପଡ଼ୁଥିଲେ ମଧ୍ୟ ତାଙ୍କ କଥା ଶୁଣିବାକୁ ସେ ଚାହୁଁଥିଲେ।


ଏମାନେ ପ୍ରକୃତରେ ଆମ ଦଳରୁ ଲୋକ ନୁହଁନ୍ତି, ସେଥିପାଇଁ ଏମାନେ ଆମକୁ ପରିତ୍ୟାଗ କରିଛନ୍ତି- ଆମ ଦଳର ହୋଇଥିଲେ, ସେମାନେ ଆମ ସହିତ ରହି ଥାଆନ୍ତେ; ଆମଠାରୁ ଦୂରେଇ ଯିବା ଦ୍ୱାରା ସେମାନେ ଆମ ଦଳର ନୁହଁନ୍ତି ବୋଲି ସ୍ପଷ୍ଟ ପ୍ରମାଣିତ ହୋଇ ଯାଇଛି।


ଯେଉଁମାନେ କେବଳ ଶୁଣନ୍ତି; ସେମାନେ ବାଟରେ ବୁଣାଯାଉଥିବା ବିହନ ପରି - ଶୟତାନ ଆସି ସେମାନଙ୍କ ହୃଦୟରୁ ଈଶ୍ୱରଙ୍କ ବାର୍ତ୍ତା କାଢ଼ି ନେଇଯାଏ, ତେଣୁ ସେମାନେ ବିଶ୍ୱାସ କରି ପରିତ୍ରାଣ ପାଇପାରନ୍ତି ନାହିଁ।


ଯେଉଁମାନେ ବାର୍ତ୍ତା ଶୁଣନ୍ତି, କିନ୍ତୁ ସାଂସାରିକ ଚିନ୍ତା, ଧନ ସମ୍ପତ୍ତି ଓ ଭୋଗ ବିଳାସରେ ମଜ୍ଜି ରହନ୍ତି, ସେମାନେ କଣ୍ଟା ବୁଦାରେ ପଡ଼ିଥିବା ବିହନ ପରି। ସେସବୁ ସେମାନଙ୍କ ଜୀବନକୁ ଗ୍ରାସି ପକାଏ ଏବଂ ସେମାନେ ପରିପକ୍ୱ ଫଳ ଉତ୍ପନ୍ନ କରି ପାରନ୍ତି ନାହିଁ।


Swiv nou:

Piblisite


Piblisite