Biblia Todo Logo
Bib sou entènèt

- Piblisite -




ମାର୍କ 1:1 - ପବିତ୍ର ବାଇବଲ (CL) NT (BSI)

1 ଈଶ୍ୱରଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସୁସମାଚାର ଏହିପରି ଆରମ୍ଭ ହେଲା:

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଈଶ୍ଵରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ।

Gade chapit la Kopi

ଓଡିଆ ବାଇବେଲ

1 ଈଶ୍ୱରଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଈଶ୍ବରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ।

Gade chapit la Kopi

ପବିତ୍ର ବାଇବଲ

1 ଏହା ପରମେଶ୍ୱରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଗ୍ଭରର ଆରମ୍ଭ।

Gade chapit la Kopi




ମାର୍କ 1:1
23 Referans Kwoze  

ଏତିକି ବେଳେ ଲେଖାଗଲା, ତୁମେ ଯେପରି ବିଶ୍ୱାସ କରିବ ଯେ, ଯୀଶୁ ହିଁ ଈଶ୍ୱରଙ୍କ ପୁତ୍ର ମସୀହ ଏବଂ ତାଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ତୁମେ ଜୀବନ ପାଇବ।


ପିତର ଏହା କହିବାବେଳେ ଗୋଟିଏ ଉଜ୍ଜଳ ମେଘ ସେମାନେ ମୁଣ୍ଡ ଉପରକୁ ଭାସି ଆସିଲାଓ ସେଥରୁ ଗେଟିଏ ସ୍ୱର ଶୁଭିଲା, “ଏ ମୋର ପ୍ରୟ ପୁତ୍ର, ଏହାଙ୍କଠାରେ ମୁଁ ଅତ୍ୟନ୍ତ ପ୍ରୀତ। ତାଙ୍କ କଥା ମନଦେଇ ଶୁଣ।”


ସେତେବେଳେ ଶୟତାନ ତାଙ୍କ ନିକଟକୁ ଆସି କହିଲା, “ତୁମେ ଯଦି ଈଶ୍ୱରଙ୍କ ପୁତ୍ର, ଏହି ପଥରଗୁଡ଼ିକୁ ରୋଟିରେ ପରିଣତ ହେବା ପାଇଁ ଆଦେଶ ଦିଅ।”


ଶିଷ୍ୟମାନେ ଯୀଶୁଙ୍କୁ ଆରାଧନା କରି କହିଲେ, “ଆପଣ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର।”


ତତ୍ପରେ ସ୍ୱର୍ଗରୁ ଐଶୀବାଣୀ ଉଚ୍ଚାରିତ ହେଲା, “ଏହି ମୋର ପ୍ରିୟ ପୁତ୍ର, ତାଙ୍କଠାରେ ମୁଁ ସନ୍ତୁଷ୍ଟ।”


ମନୁଷ୍ୟର ପ୍ରକୃତିଗତ ଦୁର୍ବଳତା ହେତୁ ମୋଶ ପ୍ରଦତ୍ତ ସ୍ୱସ୍ଥା ଯାହା ସାଧନ କରିପାରିଲା ନାହିଁ, ଈଶ୍ୱର ତାହା କରିଛନ୍ତି। ମନୁଷ୍ୟ ଜୀବନରେ ପାପକୁ ବିନଷ୍ଟ କରିବା ପାଇଁ ସେ ନିଜ ପୁତ୍ରଙ୍କୁ ପାପୀ ମନୁଷ୍ୟ ସାଦୃଶ୍ୟରେ ପ୍ରେରଣ କଲେ ଏବଂ ଖ୍ରୀଷ୍ଟ ପାପର ଶକ୍ତି ବିନଷ୍ଟ କରିଛନ୍ତି।


ସେହି ବାକ୍ୟ ମାନବ ଶରୀର ଧାରଣ କରି ଆମ ସହିତ ଜୀବନଯାପନ କଲେ। ସେ ଅନୁଗ୍ରହ ଓ ସତ୍ୟତାରେ ପରିପୂର୍ଣ୍ଣ ଥିଲେ। ଈଶ୍ୱରଙ୍କ ଅନ୍ୟ ପୁତ୍ର ସ୍ୱରୂପେ ସେ ଯେଉଁ ଅଲୌକିକ ମହିମା ପାଇଥିଲେ, ତାହା ଆମେ ଦେଖିଲୁ।


ଆପଣ ଯେ ଈଶ୍ୱରଙ୍କଠାରୁ ଆସିଥିବା ସେହି ପବିତ୍ର ବ୍ୟକ୍ତି, ଏ କଥା ଆମେ ଏବେ ବିଶ୍ୱାସ କରି ଜାଣି ପାରୁଛୁ।”


ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ନିଜର ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ- ଯେ କେହି ତାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପାଇବ।


ନିଥ୍ନିୟେଲ କହିଲେ, “ଗୁରୁ ଆପଣ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର, ଆପଣ ଇଶ୍ରାୟେଲର ରାଜା।”


ଏହି ଘଟଣା ମୁଁ ଦେଖିଛି, ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି, ସେ ହେଉଛନ୍ତି ଈଶ୍ୱରଙ୍କ ପୁତ୍ର।”


ସ୍ୱର୍ଗଦୂତ ଉତ୍ତର ଦେଲେ, “ପବିତ୍ର ଆତ୍ମା ତୁମ ଉପରେ ଅଧିଷ୍ଠାନ କରିବେ ଓ ଈଶ୍ୱରଙ୍କ ଶକ୍ତି ତୁମକୁ ଆବୃତ କରିବ। ଏହି ପବିତ୍ର ଶିଶୁ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।


ଈଶ୍ୱର କଦାପି ଆମର ବିପକ୍ଷ ନୁହନ୍ତି, କାରଣ ସେ ନିଜ ପୁତ୍ରଙ୍କୁ ମଧ୍ୟ ରକ୍ଷା ନ କରି ଆମ୍ଭମାନଙ୍କ ପାଇଁ ଦାନ କରିଛନ୍ତି। ତାହାହେଲେ, ସେ କଅଣ ଆମ୍ଭମାନଙ୍କୁ ସବୁ ବିଷୟ ଦାନ କରିବେ ନାହିଁ?


ଯୀଶୁ ତାଙ୍କ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ଯୋହନ ଇଶ୍ରାଏଲର ସମସ୍ତ ଲୋକଙ୍କ ନିକଟରେ ପ୍ରଚାର କରି କହିଲେ, ସେମାନଙ୍କୁ ପାପରୁ ମନ ଫେରାଇ ଜଳଦୀକ୍ଷା ନେବାକୁ ହେବ।


Swiv nou:

Piblisite


Piblisite