Biblia Todo Logo
Bib sou entènèt

- Piblisite -




ମାର୍କ 1:2 - ପବିତ୍ର ବାଇବଲ (CL) NT (BSI)

2 ଭାବବାଦୀ ଯିଶାଇୟଙ୍କ ଉକ୍ତି ଅନୁଯାୟୀ “ଈଶ୍ୱର କହିଲେ, ‘ତୁମ ପାଇଁ ପଥ ପରିଷ୍କାର କରିବାକୁ ମୋର ଦୂତଙ୍କୁ ଆଗରୁ ପଠାଇବି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ;

Gade chapit la Kopi

ଓଡିଆ ବାଇବେଲ

2 ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖାଅଛି, “ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ;

Gade chapit la Kopi

ପବିତ୍ର ବାଇବଲ

2 ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟଙ୍କ ପୁସ୍ତକରେ ଲେଖାଅଛି: “ଶୁଣ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ପୂର୍ବରୁ ପଠାଉଛୁ ସେ ତୁମ୍ଭ ପାଇଁ ପଥ ପ୍ରସ୍ତୁତ କରିବ।”

Gade chapit la Kopi




ମାର୍କ 1:2
13 Referans Kwoze  

ହେ ମୋର ପୁତ୍ର, ତୁମେ ସର୍ବୋପରିସ୍ଥ ଈଶ୍ୱରଙ୍କର ଏକ ଭାବବାଦୀରୂପେ ପ୍ରସିଦ୍ଧ ହେବ। ତୁମେ ପ୍ରଭୁଙ୍କର ଜଣେ ଅଗ୍ରଦୂତ ରୂପେ ତାଙ୍କ ନିମନ୍ତେ ତାଙ୍କ ପଥ ପ୍ରସ୍ତୁତ କରିବ।


କାରଣ ଏହି ଯୋହନଙ୍କ ବିଷୟରେ ଶାସ୍ତ୍ରରେ ଲେଖାଯାଇଛି, ‘ଈଶ୍ୱର କହିଲେ, ତୁମ ପାଇଁ ପଥ ପ୍ରସ୍ତୁତ କରିବାକୁ ମୁଁ ପଥମେ ମୋ’ ଦୂତକୁ ପଠାଇବି’।


ବହୁ ପୂର୍ବରୁ ସେ ତାଙ୍କ ପବିତ୍ର ଭାବବାଦୀମାନଙ୍କ ମୁଖ ଦେଇ ପ୍ରତିଜ୍ଞା କରିଥିଲେ ଯେ,


ଏହି ସମୟରେ ଯୀଶୁ ସେମାନଙ୍କୁ କହିଲେ, “ଆଜି ରାତିରେ ତୁମେ ସମସ୍ତେ ମୋତେ ଛାଡ଼ି ଚାଲିଯିବ। ଶାସ୍ତ୍ର କହେ, ‘ମୁଁ ମେଷପାଳକକୁ ବଧ କରିବି ଓ ମେଷମାନେ ଛିନ୍ନଭିନ୍ନ ହୋଇଯିବେ।’


ଯୀଶୁ ବାର ଶିଷ୍ୟଙ୍କୁ ଗୋଟିଏ ପାଖକୁ ଡ଼ାକି ନେଇ କହିଲେ, “ଶୁଣ! ଆମେ ଯିରୂଶାଲମକୁ ଯାଉଛୁ, ସେଠାରେ ଭାବବାଦୀମାନେ ମନୁଷ୍ୟପୁତ୍ରଙ୍କ ବିଷୟରେ ଲେଖାଥିବା ପ୍ରତ୍ୟେକ ବିଷୟ ସଫଳ ହେବ।


ଶାସ୍ତ୍ରର ଲେଖା ଅନୁଯାୟୀ ମନୁଷ୍ୟପୁତ୍ର ମୃତ୍ୟୁଭୋଗ କରିବେ, କିନ୍ତୁ ମନୁଷ୍ୟପୁତ୍ରଙ୍କୁ ଯେ ଧରାଇ ଦେବ, ତା’ର ଦଶା କେଡ଼େ ଭୟାବହ। କେବେ ଜନ୍ମ ନ ହୋଇଥିଲେ ତା’ ପକ୍ଷରେ ଭଲ ହୋଇଥାନ୍ତା।”


ସେମାନେ ଉତ୍ତର ଦେଲେ, “ଇହୁଦା ପ୍ରଦେଶର ବେଥ୍ଲେହିମରେ। ଏ ବିଷୟରେ ଜଣେ ଭାବବାଦୀ ଲେଖିଛନ୍ତି,


Swiv nou:

Piblisite


Piblisite