Biblia Todo Logo
Bib sou entènèt

- Piblisite -




ମାର୍କ 5:7 - ପବିତ୍ର ବାଇବଲ (CL) NT (BSI)

7 ଚିକ୍ରାର କରି କହିଲା, “ହେ ସର୍ବୋପରିସ୍ଥ ଈଶ୍ୱରଙ୍କ ପୁତ୍ର ଯୀଶୁ! ମୋ’ ନିକଟରେ ତୁମର କ’ଣ ପ୍ରୟୋଜନ? ଈଶ୍ୱରଙ୍କ ନାମରେ ମିନତି କରୁଛି, ମୋତେ ଯନ୍ତ୍ରଣା ଦିଅ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ ଉଚ୍ଚ ସ୍ଵରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ଵରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋର କଅଣ ଅଛି? ତୁମ୍ଭକୁ ଈଶ୍ଵରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ୱରଙ୍କ ପୁତ୍ର ଯୀଶୁ , ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି ? ତୁମ୍ଭକୁ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ତୁମ୍ଭକୁ ଈଶ୍ବରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

7-8 ଯୀଶୁ ସେହି ଲୋକକୁ କହିଲେ, “ରେ ଦୁଷ୍ଟାତ୍ମା, ଏହି ଲୋକ ଦେହରୁ ବାହାରି ଆ।” ଯୀଶୁ ଏପରି କରିବା ଦ୍ୱାରା ସେହି ଲୋକ ବଡ଼ ପାଟିରେ ଚିତ୍କାର କରି କହିଲା, “ସବୁଠାରୁ ମହାନ ପରମେଶ୍ୱରଙ୍କ ପୁତ୍ର ହେ ଯୀଶୁ, ତୁମ୍ଭେ ମୋ'ଠାରୁ କ’ଣ ଗ୍ଭହୁଁଛ? ତୁମ୍ଭକୁ ମୁଁ ଅନୁରୋଧ କରୁଛି, ତୁମ୍ଭେ ମୋତେ ହଇରାଣ କର ନାହିଁ।”

Gade chapit la Kopi




ମାର୍କ 5:7
29 Referans Kwoze  

ସେମାନେ ଯୀଶୁଙ୍କୁ ଦେଖିବା ମାତ୍ରେ ଚିକ୍ରାର କରି କହିଲେ, “ହେ ଈଶ୍ୱରଙ୍କ ପୁତ୍ର! ଆମଠାରୁ ତୁମେ ମ’ଣ ଚାହଁ? ଆମ ସମୟ ନ ହେଉଣୁ ଆମକୁ ମ’ଣ ଦଣ୍ଡ ଦେବାକୁ ଆସିଛ?”


ସେ ପାଉଲ ଓ ଆମ ପଛେ ପଛେ ଆସି ଚିକ୍ରାର କରି କହିଲା, “ଏହି ଲୋକମାନେ ସର୍ବୋପରିସ୍ଥ ଈଶ୍ୱରଙ୍କ ସେବକ। ତୁମ୍ଭେମାନେ କିପରି ପରିତ୍ରାଣ ପାଇବ, ଏକଥା ସେମାନେ କହୁଛନ୍ତି।”


ଯେଉଁ ସ୍ୱର୍ଗଦୂତମାନେ ନିଜ କ୍ଷମତାର ପରିସର ଭିତରେ ନ ରହ ସେମାନଙ୍କ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କ କଥା ସ୍ମରଣ କର। ମହାବିଚାର ଦିନରେ ସମୁଚି ଦଣ୍ଡ ପାଇବା ନିମନ୍ତେ ଈଶ୍ୱର ସେମାନଙ୍କୁ ଅଧଃଲୋକର ଅନ୍ଧକାରରେ ଚରିଦିନ ପାଇଁ ଶୃଙ୍ଖଳବଦ୍ଧ କରି ରଖିଛନ୍ତି।


କିନ୍ତୁ ଯୀଶୁ ନୀରବ ରହିଲେ। ପ୍ରଧାନ ପୁରୋହିତ କହିଲେ, “ଜୀବନ୍ତ ଈଶ୍ୱରଙ୍କ ନାମରେ ମୁଁ ତୁମକୁ ପଚାରୁଛି, ସତ୍ୟକରି କୁହ, ତୁମେ କ’ଣ ଈଶ୍ୱରଙ୍କ ପୁତ୍ର ମସୀହ?”


ତେଣୁ ସ୍ୱର୍ଗ ଓ ସ୍ୱର୍ଗବାସୀ ସମସ୍ତେ ଆନନ୍ଦ ଉଲ୍ଲାସ କର। କିନ୍ତୁ ହାୟ! ପୃଥିବୀର ଜଳସ୍ଥଳ ସମୁଦାୟ! ତୁମ୍ଭମାନଙ୍କର ଦଶା କି ଭୟଙ୍କର! ଏବେ ଶୟତାନ ତୁମ ନିକଟରେ ଓ ସେ ଅତିଶୟ କୋପାନ୍ୱିତ, କାରଣ ସେ ଜାଣେ, ତା’ର କାଳ ପୂରି ଆସୁଛି।”


କେତେକ ଭ୍ରମଣକାରୀ ଇହୁଦୀ ଭୁତୁଡ଼ିଆ ମଧ୍ୟ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରି ଭୂତ ଛଡ଼ାଇବାକୁ ଚେଷ୍ଟା କଲେ। ସେମାନେ ପ୍ରେତାତ୍ମାମାନଙ୍କୁ କହୁଥିଲେ, “ପାଉଲ ପ୍ରଚାର କରୁଥିବା ଯୀଶୁଙ୍କ ନାମରେ ମୁଁ ତୋତେ ଆଦେଶ ଦେଉଛି।”


ଯୀଶୁଙ୍କୁ ଦେଖିବା କ୍ଷଣି ସେ ଚିକ୍ରାର କରି, ଯୀଶୁଙ୍କ ଗୋଡ଼ ତଳେ ପଡ଼ିଗଲା ଓ ଉଚ୍ଚ ସ୍ୱରରେ କହିଲା, “ମହାନ୍ ଈଶ୍ୱରଙ୍କ ପୁତ୍ର ଯୀଶୁ! ମୋ’ ସହିତ ଆପଣଙ୍କର କି ସମ୍ପର୍କ? ମୋତେ ଦୟା କରନ୍ତୁ। ଦଣ୍ଡ ଦିଅନ୍ତୁ ନାହିଁ।”


ପୁଣି ଭୂତଗ୍ରସ୍ତ ଲୋକମାନେ ତାଙ୍କୁ ଦେଖିବା ମାତ୍ରେ ତାଙ୍କ ସମ୍ମୁଖରେ ତଳେ ପଡ଼ିଯାଇ ଚିକ୍ରାର କରି କହୁଥିଲେ, “ଆପଣ ହିଁ ଈଶ୍ୱରଙ୍କ ପୁତ୍ର।”


ସେତେବେଳେ ଶୟତାନ ତାଙ୍କ ନିକଟକୁ ଆସି କହିଲା, “ତୁମେ ଯଦି ଈଶ୍ୱରଙ୍କ ପୁତ୍ର, ଏହି ପଥରଗୁଡ଼ିକୁ ରୋଟିରେ ପରିଣତ ହେବା ପାଇଁ ଆଦେଶ ଦିଅ।”


ଈଶ୍ୱର ପାପାଚାରୀ ଦୂତମାନଙ୍କୁ କ୍ଷମା ନ ଦେଇ ନରକରେ ନିକ୍ଷେପ କରିଥିଲେ। ସେଠାରେ ସେମାନେ ମହାବିଚାରଦିନ ପର୍ଯ୍ୟନ୍ତ ଅ୍ଧାକାରରେ ଶୃଙ୍ଖଳବଦ୍ଧ ହୋଇ ରହିଛନ୍ତି।


“ହେ ନାଜରିତୀୟ ଯୀଶୁ, ଆମ ସହିତ ତୁମର କି ସମ୍ପର୍କ? ତୁମେ କ’ଣ ଆମକୁ ଧ୍ୱଂସ କରିବାକୁ ଏଠାକୁ ଆସିଛ? ମୁଁ ଜାଣେ, ତୁମେ କିଏ: ତୁମେ ଈଶ୍ୱରଙ୍କଠାରୁ ଆଗତ ସେହି ପବିତ୍ର ବ୍ୟକ୍ତି।”


ଶିମୋନ ପିତର ଉତ୍ତର ଦେଲେ, “ଆପଣ ମସୀହ, ଜୀବନ୍ତ ଈଶ୍ୱରଙ୍କ ପୁତ୍ର।”


ଏହି ମଲ୍କିସେଦକ ଶାଲେମର ରାଜ ଏବଂ ପରାତ୍ପର ଈଶ୍ୱରଙ୍କ ଯାଜକ ଥିଲେ। ଅବ୍ରାହାମ ଯେତେବେଳେ ଚାରିଜଣ ରାଜାକୁ ପରାସ୍ତ କରି ଯୁଦ୍ଧରୁ ଫେରୁଥିଲେ, ସେତେବେଳେ ମଲ୍କିସେଦକ ତାଙ୍କୁ ସାକ୍ଷାତ କରି ଆର୍ଶୀବାଦ କରିଥିଲେ।


ସେ ଯେଉଁମାନଙ୍କୁ ସନ୍ତାନ ବୋଲି ସମ୍ବାଧନ କରିଛନ୍ତି, ସେମାନେ ରକ୍ତମାଂସ ଶରୀରବିଶିଷ୍ଟ ମନୁଷ୍ୟ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେମାନଙ୍କ ପରି ମାନବୀୟ ରୂପ ଓ ସ୍ୱଭାବ ଧାରଣ କଲେ। ସେ ଏହା କରିବାର ଉଦ୍ଦେଶ୍ୟ ହେଉଛି, ସେ ଯେପରି ଆପଣାର ମୃତ୍ୟୁ ଦ୍ୱାରା ଶୟତାନକୁ ବିାନଶ କରିବେ, କାରଣ ମୃତ୍ୟୁ ଉପରେ ଶୟତାନର କତ୍ତ୍ୱର୍ତ୍ୱ ଥଲା।


ସେମାନେ ରାସ୍ତାରେ ଯାଉ ଯାଉ ଗୋଟିଏ ଜଳାଶୟ ନିକଟରେ ପହଞ୍ଚିଲେ। କର୍ମଚାରୀ କହିଲେ,


ଏତିକି ବେଳେ ଲେଖାଗଲା, ତୁମେ ଯେପରି ବିଶ୍ୱାସ କରିବ ଯେ, ଯୀଶୁ ହିଁ ଈଶ୍ୱରଙ୍କ ପୁତ୍ର ମସୀହ ଏବଂ ତାଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ତୁମେ ଜୀବନ ପାଇବ।


ବରଂ ତୁମର ଶତ୍ରୁମାନଙ୍କୁ ପ୍ରେମ କର ଓ ସେମାନଙ୍କର ମଙ୍ଗଳ କର; ପରିଶୋଧର ଆଶା ନ ରଖି ଋଣ ଦିଅ। ତା’ହେଲେ ତୁମ୍ଭେମାନେ ମହାପୁରସ୍କାର ପାଇବ ଓ ପରାତ୍ପର ଈଶ୍ୱରଙ୍କ ସନ୍ତାନ ହେବ। କାରଣ ଅକୃତଜ୍ଞ ଓ ଦୁଷ୍ଟ ଲୋକମାନଙ୍କୁ ମଧ୍ୟ ଈଶ୍ୱର କୃପା କରନ୍ତି।


“ହେ ନାଜରିତର ଯୀଶୁ, ଆମଠ।।ରୁ ତୁମେ କ’ଣ ଚାହଁ? ତୁମେ କ’ଣ ଆମର ବିନା ସାଧନ କରିବା ପାଇଁ ଆସିଛ? ମୁଁ ଜାଣେ, ତୁମେ କିଏ: ତୁମେ ଈଶ୍ୱରଙ୍କର ପବିତ୍ର ଦୂତ।”


ସେ ମହାନ୍ ହେବେ ଓ ପରାତ୍ପର ଈଶ୍ୱରଙ୍କ ପୁତ୍ର ରୂପେ ଖ୍ୟାତ ହେବେ। ପ୍ରଭୁ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ତାଙ୍କୁ ରାଜା କରିବେ


କିନ୍ତୁ ଯୀଶୁ କିଛି ନ କହି ନୀରବ ରହିଲେ। ପ୍ରଧାନ ପୁରୋହିତ ପୁନର୍ବାର ତାଙ୍କୁ ପଚାରିଲେ, “ତୁମେ କଅଣ ମସୀହ - ମହାମହିମ ଈଶ୍ୱରଙ୍କ ପୁତ୍ର?”


ତା’ ହେଲେ, ଶାନ୍ତିର ଆଧାର ଈଶ୍ୱର ଶୀଘ୍ର ଶୟତାନକୁ ତୁମ୍ଭମାନଙ୍କର ପଦଦଳିତ କରିବେ। ପ୍ରଭୁଙ୍କ ଅନୁଗ୍ରହ ତୁମମାନଙ୍କ ସହବର୍ତ୍ତୀ ହେଉ।


କିଛି ଦୂରରେ ଯୀଶୁଙ୍କୁ ଦେଖି ସେ ଦୌଡ଼ି ଆସି ତାଙ୍କ ସମ୍ମୁଖରେ ଆଣ୍ଠୋଇ ପଡ଼ି,


(ସେ ଏକଥା କହିଲା, କାରଣ ସେତେବେଳେ ତା’ଠାରେ ଥିବା ଭୂତମାନଙ୍କୁ ବାହାରି ଯିବା ପାଇଁ ଯୀଶୁ ଆଦେଶ ଦେଉଥିଲେ।)


ତୁମେ କ’ଣ ବିଶ୍ୱାସ କରୁଛ ଯେ, କେବଳ ଜଣେ ମାତ୍ର ଈଶ୍ୱର ଅଛନ୍ତି? ଉତ୍ତମ! ପ୍ରେତାତ୍ମାମାନେ ମଧ୍ୟ ଏ ଭଳି ବିଶ୍ୱାସ କରନ୍ତି ଏବଂ ଭୟରେ ଥରହର ହୁଅନ୍ତି।


Swiv nou:

Piblisite


Piblisite