Biblia Todo Logo
Bib sou entènèt

- Piblisite -




ଫିଲିପୀୟ 1:25 - ପବିତ୍ର ବାଇବଲ (CL) NT (BSI)

25 ମୁଁ ଏ ବିଷୟରେ ନିଶ୍ଚିତ, ଏଣୁ ମୁଁ ଜାଣେ, ମୁଁ ବଞ୍ଚି ରହିବି। ତୁମ୍ଭମାନଙ୍କ ବିଶ୍ୱାସର ଉନ୍ନତି ଓ ଆନନ୍ଦ ପାଇଁ ମୁଁ ତୁମ ସମସ୍ତଙ୍କ ସହିତ ରହିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆଉ ମୁଁ ଦୃଢ଼ ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ଵାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭସମସ୍ତଙ୍କ ସହିତ ରହିବି,

Gade chapit la Kopi

ଓଡିଆ ବାଇବେଲ

25 ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି,

Gade chapit la Kopi

ପବିତ୍ର ବାଇବଲ

25 ମୁଁ ଜାଣେ ତୁମ୍ଭେମାନେ ମୋତେ ଗ୍ଭହୁଁଛ। ସେଥିପାଇଁ ମୁଁ ତୁମ୍ଭ ସହିତ ରହିବି ବୋଲି ମୁଁ ଜାଣେ। ବିଶ୍ୱାସରେ ତୁମ୍ଭର ବୃଦ୍ଧି ଓ ଆନନ୍ଦ ପାଇବା ନିମନ୍ତେ ମୁଁ ତୁମ୍ଭକୁ ସାହାଯ୍ୟ କରିବି।

Gade chapit la Kopi




ଫିଲିପୀୟ 1:25
17 Referans Kwoze  

ଅବଶ୍ୟ ପ୍ରଭୁଙ୍କଠାରେ ମୁଁ ବିଶ୍ୱାସ କରୁଛି ଯେ, ମୁଁ ନିଜେ ଶୀଘ୍ର ତୁମ୍ଭମାନଙ୍କ ନିକଟକୁ ଆସି ପାରିବି।


ତୁମ୍ଭେମାନେ କେଉଁ କଥା ବିଶ୍ୱାସ କରିବ, ଏବିଷୟରେ ତୁମ ଉପରେ କତ୍ତୃତ୍ୱ କରିବାକୁ ଆମେ ଚେଷ୍ଠା କରୁ ନାହୁଁ, କାରଣ ତୁମ୍ଭେମାନେ ବିଶ୍ୱାସରେ ସୁପ୍ରତିଷ୍ଠିତ। ବରଂ ତୁମ୍ଭମାନଙ୍କୁ କେବଳ ସୁଖୀ କରିବା ପାଇଁ ତୁମ୍ଭମାନଙ୍କ ସହିତ ମିଳିମିଶି ଆମେ କାର୍ଯ୍ୟ କରୁଛୁ।


ସମସ୍ତ ଭରସାର ଆଧାର, ଈଶ୍ୱର ତୁମ୍ଭମାନଙ୍କ ବିଶ୍ୱାସ ଯୋଗୁଁ ତୁମ୍ଭମାନଙ୍କୁ ଆନନ୍ଦ ଓ ଶାନ୍ତିରେ ପୂର୍ଣ୍ଣ କରନ୍ତୁ। ପବିତ୍ରଆତ୍ମାଙ୍କ ଶକ୍ତିରେ ତୁମମାନଙ୍କର ଭରସା ବୃଦ୍ଧି ପାଉ।


ସେହି ଯୀଶୁ ଆମ୍ଭମାନଙ୍କ ବିଶ୍ୱାସ ଯୋଗୁଁ ବର୍ତ୍ତମାନ ଆମ ଜୀବନରେ ଈଶ୍ୱରଙ୍କ ଅନୁଗ୍ରହର ଅନୁଭୂତି ପ୍ରଦାନ କରିଛନ୍ତି। ତେଣୁ ଈଶ୍ୱରଙ୍କ ଗୌରବରେ ଅଂଶୀ ହେବାର ଆଶା ଆମ୍ଭମାନଙ୍କୁ ଉତ୍ଫୁଲ୍ଲ କରି ରଖିଛି।


“ଈଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରଚାର କରିବା ପାଇଁ ମୁଁ ତୁମ ସମସ୍ତଙ୍କ ନିକଟକୁ ଯାଇଛି। ବର୍ତ୍ତମାନ ମୁଁ ଜାଣେ ଯେ, ତୁମ ମଧ୍ୟରୁ କେହି ମୋତେ ଆଉ ଥରେ ଦେଖିବ ନାହିଁ।


ବର୍ତ୍ତମାନେ ତୁମ୍ଭେମାନେ ତାଙ୍କୁ ନ ଦେଖିଥିଲେ ହଁ ପ୍ରେମ କରୁଛ ଓ ତାଙ୍କଠାରେ ବିଶ୍ୱାସ କରୁଛ।


ମୁଁ ଜାଣେ, ଖ୍ରୀଷ୍ଟଙ୍କଠାରୁ ପୂର୍ଣ୍ଣ ମାତ୍ରାରେ ଆଶୀର୍ବାଦ ନେଇ ମୁଁ ତୁମ୍ଭମାନଙ୍କ ନିକଟକୁ ଆସିବି।


ଅଣଇହୁଦୀମାନଙ୍କୁ ଈଶ୍ୱରଙ୍କ ଆଜ୍ଞାବହ କରାଇବା ନିମନ୍ତେ ଖ୍ରୀଷ୍ଟ ମୋ’ ଦ୍ୱାରା କଅଣ ସାଧନ କରିଛନ୍ତି, କେବଳ ଏ କଥା କହିବାକୁ ମୁଁ ସାହସୀ ହୋଇଛି।


ସେମାନେ ବିଶ୍ୱାସୀମାନଙ୍କୁ ନିଜ ବିଶ୍ୱାସରେ ଦୃଢ଼ ରହିବା ପାଇଁ ଉତ୍ସାହିତ କଲେ। ସେମାନେ ଶିକ୍ଷା ଦେଇ କହିଲେ, “ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପାଇଁ ଆମକୁ ବହୁ ଦୁଃଖକଷ୍ଟ ମଧ୍ୟଦେଇ ଗତି କରିବାକୁ ହେବ।”


ସେ ସେଠାରେ ପହଞ୍ଚି ଈଶ୍ୱର ସେହି ଲୋକମାନଙ୍କୁ କିପରି ଆଶୀର୍ବାଦ କରିଛନ୍ତି, ତା’ ଦେଖି ଆନନ୍ଦିତ ହେଲେ ଓ ସର୍ବାନ୍ତଃକରଣରେ ପ୍ରଭୁଙ୍କ ପ୍ରତି ବିଶ୍ୱସ୍ତ ରହି ସଦାଚରଣ କରିବା ପାଇଁ ସେମାନଙ୍କୁ ଉଦ୍ବୋଧନ ଦେଲେ।


କିନ୍ତୁ ଶିମୋନ, ତୁମର ବିଶ୍ୱାସ ହ୍ରାସ ନ ହେବା ପାଇଁ ମୁଁ ପ୍ରାର୍ଥନା କରୁଛି। ମୋ’ ପ୍ରତି ତୁମର ବିଶ୍ୱସ୍ତତା ଫେରି ଆସିଲେ, ତୁମେ ତୁମ ଭାଇମାନଙ୍କୁ ଶକ୍ତିଶାଳୀ କରି ପାରିବ।”


କିନ୍ତୁ ତୁମ୍ଭମାନଙ୍କ ନିମନ୍ତେ ମୋର ବଞ୍ଚି ରହିବା ଅଧିକ ଆବଶ୍ୟକ।


ଏହା ସହିତ ମୋର ଆଉ ଏକ ଅନୁରୋଧ, ସେଠାରେ ମୋ’ ପାଇଁ ଗୋଟିଏ କୋଠରୀ ପ୍ରସ୍ତୁତ କରି ରଖ। ମୋର ବିଶ୍ୱାସ, ତୁମ ପ୍ରାର୍ଥନା ଫଳରେ ମୁଁ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବି।


Swiv nou:

Piblisite


Piblisite