ଫିଲିପୀୟ 3:19 - ପବିତ୍ର ବାଇବଲ (CL) NT (BSI)19 ନରକରେ ସେମାନଙ୍କ ଜୀବନର ସମାପ୍ତି ଘଟିବାକୁ ଯାଉଛି, କାରଣ ଶାରୀରିକ ଲାଳସା ହିଁ ସେମାନଙ୍କର ଦେବତା। ଯାହା ଲଜ୍ଜାଜନକ, ସେମାନେ ତାହା ଲାଗି ଗର୍ବ କରନ୍ତି; କେବଳ ଜାଗତିକ ବିଷୟବସ୍ତୁ ପାଇଁ ସେମାନେ ଚିନ୍ତା କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)19 ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି। Gade chapit laଓଡିଆ ବାଇବେଲ19 ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି। Gade chapit laପବିତ୍ର ବାଇବଲ19 ସେମାନେ ଯେପରି ଜୀବନ-ଯାପନ କରୁଛନ୍ତି, ତା'ର ପରିଣତି ବିନାଶ ଅଟେ। ସେମାନେ ପରମେଶ୍ୱରଙ୍କୁ ସେବା କରିବା ପରିବର୍ତ୍ତେ ନିଜକୁ ଖୁସୀ କରିବା ପାଇଁ ବଞ୍ଚିଛନ୍ତି। ସେମାନେ ଲଜ୍ଜାଜନକ କାର୍ଯ୍ୟ କରନ୍ତି ଓ ସେଗୁଡ଼ିକ ପାଇଁ ଗର୍ବ କରନ୍ତି ଓ ସେମାନେ କେବଳ ପାର୍ଥିବ ବସ୍ତୁଗୁଡ଼ିକର ଚିନ୍ତା କରନ୍ତି। Gade chapit la |
ସେହି ଯୁଦ୍ଧରେ ପଶୁ ଓ ତା’ ସମ୍ମୁଖରେ ଅଲୌକିକ କାର୍ଯ୍ୟ କରୁଥିବା ସେହି ଭଣ୍ଡ ଭାବବାଦୀ ଧରାପଡ଼ି ବନ୍ଦୀ ହେଲେ। ଯେଉଁମାନଙ୍କଠାରେ ପଶୁ-ଚିହ୍ନ ଥିଲା ଓ ଯେଉଁମାନେ ତା’ର ପ୍ରତିମୂର୍ତ୍ତିକୁ ପୂଜା କରୁଥିଲେ, ପଶୁ ତା’ର ଅଲୌକିକ କାର୍ଯ୍ୟ ଦ୍ୱାରା ସେମାନଙ୍କୁ ପ୍ରତାରିତ କରିଥିଲା। ପଶୁ ଓ ଉକ୍ତ ଭଣ୍ଡ ଭାବବାଦୀ ଗନ୍ଧକ ଜଳୁଥିବା ଅଗ୍ନି ହ୍ରଦରେ ଜୀଅନ୍ତା ନିକ୍ଷିପ୍ତ ହେଲେ।
କେତେକ ଅଧାର୍ମିକ ଲୋକ ଅଲକ୍ଷିତ ଭାବରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରିଛନ୍ତି। ସେମାନେ ନିଜର ଅନୈତିକ କାର୍ଯ୍ୟକଳାପକୁ ସମର୍ଥନ କରିବା ପାଇଁ ଈଶ୍ୱରଙ୍କ “ଅନୁଗ୍ରହ” ବିଷୟକ ବାର୍ତ୍ତା ବିକୃତ ଅର୍ଥ କରୁଛନ୍ତି। ଆମର ଏକମାତ୍ର ଗୁରୁ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ସେମାନେ ଅସ୍ୱୀକାର କରୁଛନ୍ତି। ସେମାନଙ୍କ ପ୍ରତି ନିରୂପିତ ହୋଇଥିବା ଦଣ୍ଡ ବିଧାନ ସମ୍ପର୍କରେ ବହୁ ପୂର୍ବରୁ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି।