Biblia Todo Logo
Bib sou entènèt

- Piblisite -




ଫିଲିପୀୟ 3:9 - ପବିତ୍ର ବାଇବଲ (CL) NT (BSI)

9 ଯେଉଁ ଧାର୍ମିକତା ବ୍ୟବସ୍ଥା ପାଳନ ଦ୍ୱାରା ଲାଭ କରାଯାଇପାରେ, ସେହି ପ୍ରକାର କୌଣସି ନିଜସ୍ୱ ଧାର୍ମିକତା ମୋର ନାହିଁ। ବର୍ତ୍ତମାନ ମୋର ଯେଉଁ ଧାର୍ମିକତା ଅଛି, ତାହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ମିଳେ; ତାହା ଈଶ୍ୱରଙ୍କଠାରୁ ଆସେ ଓ ତାହା ବିଶ୍ୱାସ ଉପରେ ପ୍ରତିଷ୍ଠିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ବ୍ୟବସ୍ଥାପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଈଶ୍ଵରଦତ୍ତ ବିଶ୍ଵାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,

Gade chapit la Kopi

ପବିତ୍ର ବାଇବଲ

9 ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି।

Gade chapit la Kopi




ଫିଲିପୀୟ 3:9
56 Referans Kwoze  

କାରଣ ଖ୍ରୀଷ୍ଟ ସମ୍ପୂର୍ଣ୍ଣ ନିଷ୍ଠାପ ଥିଲେ ସୁଦ୍ଧା, ଈଶ୍ୱର ତାଙ୍କୁ ଆମ ପାଇଁ ପାପ ସ୍ୱରୂପ କଲେ, ଆମେ ଯେପିର ତାଙ୍କ ସହିତ ଯଂଯୁକ୍ତ ହୋଇ ଈଶ୍ୱରଙ୍କ ଧାର୍ମିକତାର ଅଂଶୀ ହୋଇ ପାରିବା।


କିନ୍ତୁ ଈଶ୍ୱର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ କରିଛନ୍ତି ଓ ସେହି ଖ୍ରୀଷ୍ଟଙ୍କୁ ହିଁ ଆମ୍ଭମାନଙ୍କ ଜ୍ଞାନ ସ୍ୱରୂପ କରିଛନ୍ତି। ତାଙ୍କ ଦ୍ୱାରା ଈଶ୍ୱରଙ୍କ ସହିତ ଆମର ଯଥାର୍ଥ ସମ୍ପର୍କ ପୁନଃପ୍ରତିଷ୍ଠିତ ହୋଇଛି, ଆମେ ଧାର୍ମିକ ଓ ପବିତ୍ର ଲୋକ ହୋଇ ମୁକ୍ତି ପାଇଛୁ।


ତଥାପି ଆମେ ଜାଣୁ, ବ୍ୟବସ୍ଥାର ଦାବୀସବୁ ପୂରଣ କରିବା ଦ୍ୱାରା ନୁହେଁ, କିନ୍ତୁ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ଈଶ୍ୱରଙ୍କ ଦୃଷ୍ଟିରେ ନିର୍ଦ୍ଦୋଷ ପରିଗଣିତ ହୁଏ। ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହେବା ପାଇଁ ଆମେ ଆଉ ବ୍ୟବସ୍ଥା ଉପରେ ନିର୍ଭର ନ କରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଛୁ, କାରଣ କେବଳ ବ୍ୟବସ୍ଥା ପାଳନ ଦ୍ୱାରା କେହି ଈଶ୍ୱରଙ୍କ ସମ୍ମୁଖରେ ଧାର୍ମିକ ଗଣିତ ହୋଇ ପାରିବ ନାହିଁ।


ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ଜୀବନ ଯାପନ କରନ୍ତି, ସେମାନେ ଆଉ ଦୋଷୀ ବିବେଚିତ ହେବେ ନାହିଁ।


ମନୁଷ୍ୟ ଈଶ୍ୱରଙ୍କ ନିକଟରେ କିପରି ଧାର୍ମିକ ବିବେଚିତ ହୋଇପାରିବ, ଏହାର ଉପାୟ ସେଥିରେ ପ୍ରକାଶ କରାଯାଇଛି। ଆରମ୍ଭରୁ ଶେଷଯାଏ ପରିତ୍ରାଣ ପାଇବାର ଏକମାତ୍ର ଉପାୟ ହେଉଛି, ବିଶ୍ୱାସ। ଶାସ୍ତ୍ରବାକ୍ୟାନୁଯାୟୀ: “ଯେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ନିକଟରେ ଧାର୍ମିକ ବିବେଚିତ ହୁଏ, ସେ ବଞ୍ଚିବ।”


ଆମ ନିଜ ସତ୍କର୍ମର ପୁରସ୍କାର ସ୍ୱରୂପ ସେ ଆମ୍ଭମାନଙ୍କୁ ଆହ୍ୱାନ କରି ନାହାନ୍ତି - କେବଳ ତାଙ୍କ ଅନୁଗ୍ରହରେ ତାଙ୍କର ଉଦ୍ଦେଶ୍ୟ ସାଧନ ନିମିତ୍ତ ଆମ୍ଭମାନଙ୍କୁ ତାଙ୍କ ପ୍ରିୟଜନ ହେବା ପାଇଁ ମନୋନୀତ କରିଛନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କର୍ତ୍ତୃକ ଅନାଦି କାଳରୁ ଈଶ୍ୱର ଆମ୍ଭମାନଙ୍କୁ ଏହି ଅନୁଗ୍ରହର ପାତ୍ର କରି ରଖିଥିଲେ;


ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେଲେ, ମନୁଷ୍ୟର ନୂତନ ସୃଷ୍ଟି ହୁଏ। ପୁରାତନ ବିଷୟସବୁ ଲୋକ ପାଏ, ନୂତନର ଆବିର୍ଭାବ ହୁଏ।


ଏବଂ ମୋର ନିଷ୍ଠାପରତା ହେତୁ ମୁଁ ଖ୍ରୀଷ୍ଟୀୟ ମଣ୍ଡଳୀକୁ ଉତ୍ପୀଡ଼ନ କଲି। ବ୍ୟବସ୍ଥାର ଆଜ୍ଞା ପାଳନ ଦ୍ୱାରା ଯଦି ମନୁଷ୍ୟ ଧାର୍ମିକ ହୋଇପାରେ, ତେବେ ମୁଁ ନିଷ୍ପାପ ଥିଲି।


ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇପାରୁ ଓ ମୁଖରେ ସ୍ୱୀକାର କରିବା ଦ୍ୱାରା ଆମ୍ଭେମାନେ ପରିତ୍ରାଣ ପାଇପାରୁ।


ମନୁଷ୍ୟର ପ୍ରକୃତିଗତ ଦୁର୍ବଳତା ହେତୁ ମୋଶ ପ୍ରଦତ୍ତ ସ୍ୱସ୍ଥା ଯାହା ସାଧନ କରିପାରିଲା ନାହିଁ, ଈଶ୍ୱର ତାହା କରିଛନ୍ତି। ମନୁଷ୍ୟ ଜୀବନରେ ପାପକୁ ବିନଷ୍ଟ କରିବା ପାଇଁ ସେ ନିଜ ପୁତ୍ରଙ୍କୁ ପାପୀ ମନୁଷ୍ୟ ସାଦୃଶ୍ୟରେ ପ୍ରେରଣ କଲେ ଏବଂ ଖ୍ରୀଷ୍ଟ ପାପର ଶକ୍ତି ବିନଷ୍ଟ କରିଛନ୍ତି।


“ଶାସ୍ତ୍ରରେ ଲେଖା ହେରଇଛି, “ମୁଁ ଚାହେିଁ ଦୟା, ବଳିଦାନ ନୁହେଁ - ଏହି କଥାର ଅର୍ଥ କଅଣ, ଯାଇ ବୁଝିବାକୁ ଚେଷ୍ଠା କର। ମୁଁ ଧାର୍ମିକମାନଙ୍କୁ ଡାକିବାକୁ ଆସି ନାହିଁ; ଆସିଛି ପାପୀମାନଙ୍କ ପାଇଁ।”


ଯେ କେହି ପାପ କରେ, ସେ ଈଶ୍ୱରଙ୍କ ଆଜ୍ଞା ଲଘଂନ କରେ, କାରଣ ପାପର ଅର୍ଥ ହେଉଛି ଆଜ୍ଞା ଲଘଂନ।


ଯେଉଁମାନେ ଆମ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଧାର୍ମିକତା ଯୋଗୁଁ ଆମ ପରି ବିଶ୍ୱାସରୂପ ବହୁମୂଲ୍ୟ ଦାନ ପ୍ରାପ୍ତ ହୋଇଛନ୍ତି, ସେମାନଙ୍କ ନିକଟକୁ ଯୀଶୁ ଖ୍ରୀଷ୍ଟଙ୍କ ସେବକ ଓ ପ୍ରେରିତ ଶିଷ୍ୟ ଶିମୋନ ପିତରଙ୍କ ପତ୍ର:-


ଆମେ ସମସ୍ତେ ଅନେକ ଥର ଭୁଲ କରିଥାଉ। ଯଦି କେହି ତା’କଥାବାର୍ତ୍ତାରେ କଦାପି ଭୁଲି କରେ ନାହିଁ, ତେବେ ସେ ସିଦ୍ଧ ଏବଂ ନିଜକୁ ସମ୍ପୁର୍ଣ୍ଣ ସଂଯୁତ କରିପାରିଛି।


ତାଙ୍କର ପ୍ରତିଜ୍ଞା ଓ ଶପଥ ଅପରିବର୍ତ୍ତନୀୟ, ତାହା ଭଙ୍ଗ କରି ଈଶ୍ୱର ମିଥ୍ୟାବାଦୀ ହେବେ ନାହିଁ। ଅତଏବ ତାଙ୍କର ଆଶ୍ରିତ ଆମ୍ଭେମାନେ, ସମ୍ମୁଖରେ ଥିବା ଭରସାକୁ ଦୃଢ଼ ରୂପେ ଧରି ରଖିବା ନିମନ୍ତେ ବିଶେଷ ଉତ୍ସାହ ଲାଭ କରୁଛୁ।


ଆନ୍ଦ୍ରୋନିକସ୍ ଓ ୟୁନିୟାଙ୍କୁ ମୋର ଅଭିବାଦନ। ଏ ଦୁଇ ଜଣ ଇହୁଦୀ ମୋ’ ସହିତ ବନ୍ଦୀଶାଳାରେ ଥିଲେ। ମୋ’ ପୂର୍ବରୁ ସେମାନେ ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିଲେ ଓ ପ୍ରେରିତ ଶିଷ୍ୟମାନଙ୍କ ମଧ୍ୟରେ ସେମାନେ ସୁପରିଚିତ।


ପାପ ଯେପରି ମୃତ୍ୟୁ ଦ୍ୱାରା ନିଜର ଆଧିପତ୍ୟ ପ୍ରତିଷ୍ଠା କରିଥିଲା, ସେହିପରି ଈଶ୍ୱରଙ୍କ ଅନୁଗ୍ରହ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହାୟତାରେ ଆମ୍ଭମାନଙ୍କୁ ଧାର୍ମିକ ଗଣ୍ୟ କରି ଅନନ୍ତ ଜୀବନ ଦିଏ।


Swiv nou:

Piblisite


Piblisite