Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 1:18 - ପବିତ୍ର ବାଇବଲ (CL) NT (BSI)

18 ମୁଁ ସ୍ୱୟଂଜୀବୀ; ମୃତ୍ୟୁ ବରଣ କରିଥିଲି, କିନ୍ତୁ ମୁଁ ଏବେ ଜୀବିତ - ଅନନ୍ତ କାଳ ଜୀବିତ ରହିବି। ମୃତ୍ୟୁ ଓ ପରଲୋକର ଚାବି ମୋ’ ହାତରେ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି ସ୍ଵୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର କଞ୍ଚି, ଅଛି।

Gade chapit la Kopi

ଓଡିଆ ବାଇବେଲ

18 ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 “ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି।

Gade chapit la Kopi

ପବିତ୍ର ବାଇବଲ

18 ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବେଳ ପାଇଁ ଜୀବିତ ହୋଇଅଛି। ମୋ’ ପାଖରେ ମୃତ୍ୟୁ ଓ ପାତାଳର ଗ୍ଭବି ରହିଛି।

Gade chapit la Kopi




ପ୍ରକାଶିତ 1:18
32 Referans Kwoze  

ଆମେ ଜାଣୁ, ଖ୍ରୀଷ୍ଟ ମୃତ୍ୟୁରୁ ପୁନରୁତ୍ଥିତ ହୋଇଥିବାରୁ, ସେ ଆଉ କେବେ ମୃତ୍ୟୁଭୋଗ କରିବେ ନାହିଁ। ତାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ।


ତେଣୁ ଯେଉଁମାନେ ତାଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ଉଦ୍ଧାର କରିବାକୁ ସେ ବର୍ତ୍ତମାନ ତଥା ଚିରକାଳ ସମର୍ଥ, କାରଣ ସେମାନଙ୍କ ନିମନ୍ତେ ଈଶ୍ୱରଙ୍କ ଛାମୁରେ ନିବେଦନ କରିବାକୁ ସେ ଚିରକାଳ ଜୀବିତ।


“ଫିଲାଦେଲ୍ଫିଆରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ: “ଯେ ସର୍ବତୋ ଭାବରେ ପବିତ୍ର ଓ ସତ୍ୟ ସ୍ୱରୂପ, ତାହାଙ୍କଠାରୁ ଏହି ବାର୍ତ୍ତା ଶୁଣ। ତାଙ୍କ ନିକଟରେ ଦାଉଦଙ୍କର ଚାବି ରହିଛି, ସେ ଯେଉଁ ଦ୍ୱାର ଖୋଲନ୍ତି, ଅନ୍ୟ କେହି ତାହା ବନ୍ଦ କରି ପାରିବ ନାହିଁ ଏବଂ ସେ ଯାହା ବନ୍ଦ କରନ୍ତି, ଅନ୍ୟ କେହି ତାହା ଖୋଲି ପାରିବ ନାହିଁ।


ଯାହାଙ୍କ ଉପରେ ଆମ ନିରବଚ୍ଛିନ୍ନ ବିଶ୍ୱାସ ନିର୍ଭର କରୁଛୁ, ସେହି ଯୀଶୁଙ୍କ ପ୍ରତି ଆମ ଦୃଷ୍ଟି ନିବଦ୍ଧ କରି ରଖିବା। ସେ କ୍ରୁଶ ଭୟରେ ନିଜ କର୍ତ୍ତବ୍ୟରୁ ବିରତ ହୋଇ ନ ଥିଲେ; ବରଂ ଭବିଷ୍ୟତରେ ତାଙ୍କ ପାଇଁ ଗଚ୍ଛିତ ରହିଥିବା ଆନନ୍ଦ ହେତୁ, କ୍ରୁଶୀୟ ମରଣର ଅପମାନକୁ ସେ ତୁଚ୍ଛ ଜ୍ଞାନ କଲେ; ବର୍ତ୍ତମାନ ସେ ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାଶ୍ୱର୍ାରେ ଆସୀନ।


“ମୁଁ ତୁମକୁ ସ୍ୱର୍ଗରେ ମଧ୍ୟ ସେଥିପାଇଁ ଅନୁମତି ମିଳିବ।”


ତାହାପରେ ମୃତ୍ୟୁ ଓ ମୃତ୍ୟୁପୁରୀକୁ ସେହି ଅଗ୍ନିମୟ ହ୍ରଦରେ ନିକ୍ଷେପ କରାଗଲା। (ଏହି ଅଗ୍ନିମୟ ହ୍ରଦ ହେଉଛି, ଦ୍ୱିତୀୟ ମୃତ୍ୟୁ।)


ତାଙ୍କଠାରେ ଈଶ୍ୱରଙ୍କ ମହିମାର ତେଜ ପ୍ରତିଫଳିତ ଓ ସମ୍ପୂର୍ଣ୍ଣ ଐଶ୍ୱରିକତ୍ପ ସନ୍ନିବେଶିତ। ପୁଣି ସେ ନିଜର ବାକ୍ୟ ବଳରେ ସମଗ୍ର ବିଶ୍ୱଜଗତକୁ ପିୟତ୍ରଣ କରୁଛନ୍ତି। ସେ ମନୁଷ୍ୟ ଜାତି ନିକନ୍ତେ ପାପ କ୍ଷମା ସାଧନ କରି ସ୍ୱର୍ଗରେ ପରାତ୍ପର ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବେଶନ କରିଛନ୍ତି।


ତେଣୁ ବର୍ତ୍ତମାନ ପ୍ରକୃତରେ ମୁଁ ଆଉ ଜୀବିତ ନୁହେଁ, ମୋ’ଠାରେ ଖ୍ରୀଷ୍ଟ ହିଁ ଜୀବନ୍ତ। ମୁଁ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଛି, ତାହା କେବଳ ଈଶ୍ୱରଙ୍କ ପୁତ୍ରଙ୍କ ଉପରେ ମୋ’ ବିଶ୍ୱାସ ଦ୍ୱାରା ସମ୍ଭବ ହୋଇଛି - ଯିଏ ମୋତେ ପ୍ରେମ କରି ମୋ’ ପାଇଁ ତାଙ୍କ ପ୍ରାଣଦାନ କରିଛନ୍ତି।


ପ୍ରାଣୀମାନେ ସିଂହାସନୋପବିଷ୍ଟ ସେହି ଚିରଞ୍ଜୀବୀ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦେଇ ତାଙ୍କର ସ୍ତୁତିଗାନ କରୁଥିବା ସମୟରେ


ସେ ମନୁଷ୍ୟ ସଂସ୍ଥାପିତ ନିୟମ ଓ ପଦ୍ଧତି ଦ୍ୱାରା ଯାଜକ ହୋଇ ନ ଥିଲେ; ଅନନ୍ତ ଜୀବନର ଶକ୍ତି କତ୍ତ୍ୱର୍କ ସେ ଯାଜକ ହୋଇଥିଲେ।


ସେ ଦୁର୍ବଳ ହୋଇ କ୍ରୁଶରେ ନିହତ ହେଲେ ମଧ୍ୟ ଈଶ୍ୱରଙ୍କ ପରାକ୍ରମରେ ଏବେ ଜୀବିତ ଅଛନ୍ତି। ତାଙ୍କ ସହିତ ମିଳିତ ହୋଇ ଆମେ ମଧ୍ୟ ଦୁର୍ବଳ ହୋଇଛୁ, କିନ୍ତୁ ତୁମ ସହିତ ଆମ ସର୍ମ୍ପକରେ ଈଶ୍ୱରଙ୍କ ପରାକ୍ରମର ଅଂଶୀ ହୋଇ ଖ୍ରୀଷ୍ଟଙ୍କ ସହିତ ଆମେ ଜୀବତ ହେବା।


ତା’ପରେ ପଞ୍ଚମ ଦୂତ ତୂରୀ ବଜାଇଲେ ଏବଂ ମୁଁ ଦେଖିଲି, ସଙ୍ଗେ ସଙ୍ଗେ ଆକାଶରୁ ଗୋଟିଏ ନକ୍ଷତ୍ର ଖସି ପୃଥିବୀ ଉପରେ ପଡ଼ିଲା। ତାକୁ ପାତାଳପୁରୀର ଚାବି ଦିଆଯାଇଥିଲା।


ଅଳ୍ପ ସମୟ ପରେ ଜଗତ ମୋତେ ଆଉ ଦେଖିବ ନାହିଁ, କିନ୍ତୁ ତୁମ୍ଭେମାନେ ଦେଖିବ ଏବଂ ଯେହେତୁ ମୁଁ ଚିରଞ୍ଜୀବୀ, ତୁମେ ମଧ୍ୟ ମୋ’ ସହିତ ଜୀବିତ ରହିବ।


କାରଣ ତୁମେ ମୃତ୍ୟୁ ବରଣ କରିଅଛ ଓ ଖ୍ରୀଷ୍ଟଙ୍କ ସହିତ ତୁମ ଜୀବନ ଈଶ୍ୱରଙ୍କଠାରେ ସଂଗୁପ୍ତ ରହିଛି।


ଚାରିଗୋଟି ପ୍ରାଣୀ ଘୋଷା ଧରି କହୁଥିଲେ, “ଆମେନ୍” ଏବଂ ନେତାମାନେ ପ୍ରଣିପାତ କରି ତାଙ୍କର ଆରାଧନା କଲେ।


“ଆଉ କପର୍ନାହୁମ! ତୁମର କି ଦିଶା ହେବ! ତୁମେ କ’ଣ ନିଜକୁ ସ୍ୱର୍ଗଆଡ଼କୁ ଉଡାଇବା ପାଇଁ ଚେଷ୍ଟା କରିଛ? ତୁମେ ନରକରେ ନିକ୍ଷିପ୍ତ ହେବ। ତୁମ ମଧ୍ୟରେ ଯେଯଉଁ ଅଲୌକିକ କାର୍ଯ୍ୟ କରାଯାଉଛି, ତାହା ଯଦି ସଦୋମରେ କରାଯାଇଥାନ୍ତା।


ଭୟଭୀତ ହୋଇ ସ୍ତ୍ରୀ ଲୋକମାନେ ନତମସ୍ତକ ହୋଇ ଠିଆହେଲେ। ଦିବ୍ୟପୁରୁଷମାନେ ସେମାନଙ୍କୁ କହିଲେ, “ଯେ ଜୀବିତ, ତୁମ୍ଭେମାନେ ତାଙ୍କୁ ମୃତମାନଙ୍କ ମଧ୍ୟରେ କାହିଁକି ଖୋଜୁଛ?


ଯୀଶୁ କହିଲେ; “ମୁଁ ପୁନରୁତ୍ଥାନ ଓ ଜୀବନ। ଯେ ମୋ’ଠାରେ ବିଶ୍ୱାସ କରେ, ସେ ମଲେ ମଧ୍ୟ ବଞ୍ଚିବ।


“ସୁର୍ଣ୍ଣାରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ଯେ ଆଦି ଓ ଅନ୍ତ ଏବଂ ଯେ ମୃତ୍ୟୁ ବରଣ କରି ପୁଣି ଜୀବିତ ହେଲେ, ତାହାଙ୍କ ନିକଟରୁ ଏହି ବାର୍ତ୍ତା:


ମୁଁ ଦେଖିଲି, ଗୋଟିଏ ପାଣ୍ଡୁର ବର୍ଣ୍ଣ ଅଶ୍ୱ। ତା’ ଆରୋହୀଙ୍କ ନାମ ମୃତ୍ୟୁ; ପ୍ରେତପୁରୀ ତା’ର ଅନୁଗମନ କରୁଥିଲା। ଯୁଦ୍ଧ, ଦୁର୍ଭିକ୍ଷ, ରୋଗ, ବ୍ୟାଧି ଓ ବନ୍ୟଜନ୍ତୁମାନଙ୍କ ଉପଦ୍ରବ ଦ୍ୱାରା ପୃଥିବୀର ଏକ ଚତୁର୍ଥାଂଶ ଅଧିବାସୀଙ୍କୁ ବିନଷ୍ଟ କରିବା ପାଇଁ ସେମାନଙ୍କୁ କ୍ଷମତା ପ୍ରଦତ୍ତ ହେଲା।


ଏବଂ ସସାଗରା ଧରା, ସ୍ୱର୍ଗ ଓ ଏମାନଙ୍କ ସମସ୍ତ ବିଷୟର ସୃଷ୍ଟିକର୍ତ୍ତା ଚିରଜୀବୀ ଈଶ୍ୱରଙ୍କ ନାମରେ ଶପଥ କରି କହିଲେ, “ଆଉ କାଳ ବିଳମ୍ବ ହେବ ନାହିଁ।


ପୂର୍ବୋକ୍ତ ଚାରୋଟି ପ୍ରାଣୀ ମଧ୍ୟରୁ ଜଣେ ଚିରଜୀବୀ ଈଶ୍ୱରଙ୍କ କୋପରେ ପରିପୂର୍ଣ୍ଣ ସାତଟି ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ।


ସେହି ସମୟରେ ସମୁଦ୍ର ଗର୍ଭରେ ମୃତ ହୋଇଥିବା ବ୍ୟକ୍ତିମାନେ ଉଠି ଆସିଲେ। ମୃତ୍ୟୁପୁରୀରେ ଥିବା ମୃତ ବ୍ୟକ୍ତିମାନେ ମଧ୍ୟ ବାହାରି ଆସିଲେ। ସେମାନେ ସମସ୍ତେ ନିଜ ନିଜର କ୍ରିୟାକର୍ମ ଅନୁଯାୟୀ ବିଚାରିତ ହେଲେ।


Swiv nou:

Piblisite


Piblisite