Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 10:6 - ପବିତ୍ର ବାଇବଲ (CL) NT (BSI)

6 ଏବଂ ସସାଗରା ଧରା, ସ୍ୱର୍ଗ ଓ ଏମାନଙ୍କ ସମସ୍ତ ବିଷୟର ସୃଷ୍ଟିକର୍ତ୍ତା ଚିରଜୀବୀ ଈଶ୍ୱରଙ୍କ ନାମରେ ଶପଥ କରି କହିଲେ, “ଆଉ କାଳ ବିଳମ୍ବ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେ ସ୍ଵର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ଵ ନାହିଁ;

Gade chapit la Kopi

ଓଡିଆ ବାଇବେଲ

6 ଯେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ବ ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ବ ନାହିଁ;

Gade chapit la Kopi

ପବିତ୍ର ବାଇବଲ

6 ଯେ ନିତ୍ୟଜୀବିତ, ଯେ ଆକାଶ ଓ ତନ୍ମଧ୍ୟସ୍ଥ ସକଳ ବିଷୟ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ସକଳ ବିଷୟ ସୃଷ୍ଟି କରିଛନ୍ତି, ତାହାଙ୍କ ନାମରେ ସେହି ସ୍ୱର୍ଗଦୂତ ଶପଥକରି କହିଲେ, “ଆଉ ଅଧିକ ବିଳମ୍ବ ହେବ ନାହିଁ।

Gade chapit la Kopi




ପ୍ରକାଶିତ 10:6
14 Referans Kwoze  

“ହେ ଆମ୍ଭମାନଙ୍କର ପ୍ରଭୁ ଈଶ୍ୱର! ତୁମେ ହିଁ ଗୌରବ, ସମ୍ଭ୍ରବ ଓ ପରାକ୍ରମର ଭାଜନ, କାରଣ, ତୁମେ ସମସ୍ତ ବିଷୟ ସୃଷ୍ଟି କରିଛ। ନିଜ ଇଚ୍ଛାରେ ସେହି ସମସ୍ତଙ୍କୁ ଅସ୍ତିତ୍ୱ ପ୍ରଦାନ କରିଛ, ପ୍ରାଣୀମାନଙ୍କୁ ସଜୀବ କରିଛ।”


ତାହାପରେ ସପ୍ତମ ଦୂତ ତାଙ୍କ ପାତ୍ରର ସାମଗ୍ରୀକୁ ବାୟୁମଣ୍ଡଳରେ ନିକ୍ଷେପ କଲେ। ତହୁଁ ମନ୍ଦିରରେ ଥିବା ସିଂହାସନରୁ ଉଚ୍ଚ ସ୍ୱରରେ ଗୋଟିଏ ବାଣୀ ଶୁଣାଗଲା: “କାର୍ଯ୍ୟ ସମ୍ପାଦିତ ହୋଇଛି।”


ପ୍ରାଣୀମାନେ ସିଂହାସନୋପବିଷ୍ଟ ସେହି ଚିରଞ୍ଜୀବୀ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦେଇ ତାଙ୍କର ସ୍ତୁତିଗାନ କରୁଥିବା ସମୟରେ


ମୁଁ ସ୍ୱୟଂଜୀବୀ; ମୃତ୍ୟୁ ବରଣ କରିଥିଲି, କିନ୍ତୁ ମୁଁ ଏବେ ଜୀବିତ - ଅନନ୍ତ କାଳ ଜୀବିତ ରହିବି। ମୃତ୍ୟୁ ଓ ପରଲୋକର ଚାବି ମୋ’ ହାତରେ ଅଛି।


ପୂର୍ବୋକ୍ତ ଚବିଶ ଜଣ ବୟୋଜ୍ୟେଷ୍ଠ ନେତା ଚିରଞ୍ଜୀବୀ ବ୍ୟକ୍ତିଙ୍କ ସିଂହାସନ ସମ୍ମୁଖରେ ପ୍ରଣିପାତ କରି ତାଙ୍କର ଆରାଧନା କରିବାକୁ ଲାଗିଲେ। ପୁଣି ସିଂହାସନ ତଳେ ନିଜ ନିଜ ମୁକୁଟ ଥୋଇ ଦେଇ ରିହଲେ,


ସେମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ଗୋଟିଏ ଲେଖାଏଁ ଶୁକ୍ଲ ବସ୍ତ୍ର ଦିଆହେଲା। ପୁଣି ସେମାନଙ୍କର ସଙ୍ଗୀ ଭାଇ ଓ ସେବକମାନେ ନିର୍ଦ୍ଦିଷ୍ଟ ସଂଖ୍ୟାରେ ନିହତ ନ ହେବା ଯାଏ ସେମାନଙ୍କୁ ଆହୁରି କିଛି ସମୟ ଅପେକ୍ଷା କରିବାକୁ କୁହାଗଲା।


ତେଣୁ ସ୍ୱର୍ଗ ଓ ସ୍ୱର୍ଗବାସୀ ସମସ୍ତେ ଆନନ୍ଦ ଉଲ୍ଲାସ କର। କିନ୍ତୁ ହାୟ! ପୃଥିବୀର ଜଳସ୍ଥଳ ସମୁଦାୟ! ତୁମ୍ଭମାନଙ୍କର ଦଶା କି ଭୟଙ୍କର! ଏବେ ଶୟତାନ ତୁମ ନିକଟରେ ଓ ସେ ଅତିଶୟ କୋପାନ୍ୱିତ, କାରଣ ସେ ଜାଣେ, ତା’ର କାଳ ପୂରି ଆସୁଛି।”


ଆହୁରି ମଧ୍ୟ ସେ କହିଲେ, “କାର୍ଯ୍ୟ ସମ୍ପନ୍ନ ହୋଇଛି। ମୁଁ କ ଓ କ୍ଷ, ଆଦି ଓ ଅନ୍ତ। ଯେ ତୃଷାର୍ତ୍ତ, ଜୀବନ ରୂପକ ଜଳ ନିର୍ଝରରୁ ମୁଁ ତାକୁ ବିନା ମୂଲ୍ୟରେ ପାନ କରିବାକୁ ଦେବି।


Swiv nou:

Piblisite


Piblisite