Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 11:13 - ପବିତ୍ର ବାଇବଲ (CL) NT (BSI)

13 ଠିକ୍ ସେହି ସମୟରେ ଭୀଷଣ ଭୂମିକମ୍ପ ହେଲା, ନଗରୀର ଏକ ଦଶମାଂଶ ଧ୍ୱଂସ ପାଇଲା ଏବଂ ଭୂମିକମ୍ପରେ ସାତ ହଜାର ଲୋକ ପ୍ରାଣ ହରାଇଲେ। ବଞ୍ଚି ଯାଇଥିବା ଲୋକମାନେ ଭୟଭୀତ ହୋଇ ସ୍ୱର୍ଗବାସୀ ଈଶ୍ୱରଙ୍କ ସର୍ବବ୍ୟାପକ ମହତ୍ତ୍ୱର ସ୍ତୁତିବାଦ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍ ହେଲା, ପୁଣି ଭୂମିକମ୍ପରେ ସାତ ସହସ୍ର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ଵର୍ଗସ୍ଥ ଈଶ୍ଵରଙ୍କ ମହିମା କୀର୍ତ୍ତନ କଲେ।

Gade chapit la Kopi

ଓଡିଆ ବାଇବେଲ

13 ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍ ହେଲା, ପୁଣି, ଭୂମିକମ୍ପରେ ସାତ ହଜାର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଈଶ୍ୱରଙ୍କ ମହିମା କୀର୍ତ୍ତନ କଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍‍ ହେଲା, ପୁଣି, ଭୂମିକମ୍ପରେ ସାତ ହଜାର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଈଶ୍ବରଙ୍କ ମହିମା କୀର୍ତ୍ତନ କଲେ।

Gade chapit la Kopi

ପବିତ୍ର ବାଇବଲ

13 ଠିକ୍ ସେହି ସମୟରେ ଏକ ମହା ଭୂମିକମ୍ପ ହେଲା। ନଗରର ଏକ ଦଶମାଂଶ ନଷ୍ଟ ହୋଇଗଲା। ସାତ ହଜାର ଲୋକ ପ୍ରାଣ ହରାଇଲେ। ପ୍ରାଣ ହରାଇ ନ ଥିବା ଲୋକମାନେ ଅଧିକ ଭୟ କଲେ। ସେମାନେ ସ୍ୱର୍ଗର ପରମେଶ୍ୱରଙ୍କୁ ଗୌରବ ଦେଲେ।

Gade chapit la Kopi




ପ୍ରକାଶିତ 11:13
21 Referans Kwoze  

ସେ ଉଚ୍ଚ ସ୍ୱରରେ କହୁଥିଲେ: “ଈଶ୍ୱରଙ୍କୁ ଭୟ କର, ତାଙ୍କ ମହାତ୍ମ୍ୟର ପ୍ରଶଂସା କର, କାରଣ ମନୁଷ୍ୟର ବିଚାର ସମୟ ଉପସ୍ଥିତ। ସ୍ୱର୍ଗ, ପୃଥିବୀ, ସାଗର ଓ ସମସ୍ତ ଜଳରାଶିର ସ୍ରଷ୍ଟାଙ୍କୁ ପୂଜା କର।”


ତା’ପରେ, ମୁଁ ଦେଖିଲି, ମେଷଶାବକ ଷଷ୍ଠ ମୋହର ଭାଙ୍ଗିଲେ; ତତ୍କ୍ଷଣାତ୍ ପ୍ରବଳ ଭୂମିକମ୍ପ ହେଲା। ସୂର୍ଯ୍ୟ କୃଷ୍ଣ ବର୍ଣ୍ଣର କମ୍ବଳ ପରି ଅନ୍ଧକାରମୟ ହେଲା ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ହୋଇଗଲା।


ପ୍ରଭୁ! କିଏ ବା ତୁମକୁ ଭୟ ନ କରିବ? ତୁମର ମାହାତ୍ମ୍ୟ ଘୋଷଣା କରିବାକୁ କିଏ ବା ଅସ୍ୱୀକାର କରିବ? କେବଳ ତୁମେ ହିଁ ପବିତ୍ର, ସମସ୍ତ ଜାତି ଆସି ତୁମର ପୂଜା କରିବେ। କାରଣ ତୁମର ନ୍ୟାୟୋଚିତ କାର୍ଯ୍ୟ ସମସ୍ତେ ଦେଖିଛନ୍ତି।”


ସ୍ୱର୍ଗରେ ଥିବା ଈଶ୍ୱରଙ୍କ ମନ୍ଦିର-ଦ୍ୱାର ଖୋଲିଲା ଓ ମନ୍ଦିରରେ ନିୟମ ସିନ୍ଦୁକ ଥିବାର ଦେଖାଗଲା। ତା’ପରେ ବିଜୁଳି ଚମକିଲା, ବଜ୍ରନାଦ, ଭୂମିକମ୍ପ ଓ ପ୍ରବଳ ଶିଳା ବୃଷ୍ଟି ହେଲା।


କିନ୍ତୁ ସାଢ଼େ ତିନି ଦିନ ପରେ ଈଶ୍ୱରଙ୍କଠାରୁ ପ୍ରାଣବାୟୁ ଆସି ସେମାନଙ୍କ ଶରୀରରେ ପ୍ରବେଶ କଲା ଏବଂ ସେମାନେ ଉଠି ଠିଆ ହେଲେ। ଯେଉଁମାନେ ଏହି ଘଟଣା ଦେଖିଲେ, ସେମାନେ ଆତଙ୍କିତ ହେଲେ।


ତା’ପରେ ଦୂତ, ଧୂପଧାରରେ ବେଦୀର ଅଗ୍ନି ପୂର୍ଣ୍ଣ କରି ତାହା ପୃଥିବୀ ଉପରେ ଫୋପାଡ଼ି ଦେଲେ। ଏହା ଫଳରେ ବଜ୍ର ଧ୍ୱନି ହେଲା, ବିଦ୍ୟୁତ୍ ଚମକିଲା ଓ ଭୂମିକମ୍ପ ହେଲା।


ଆସ, ଆନନ୍ଦ ଓ ଉଲ୍ଲାସ କରିବା, ତାଙ୍କ ମହନୀୟତାର ପ୍ରଶସ୍ତି କରିବା। ମେଷଶାବକଙ୍କ ବିବାହ ଉତ୍ସବ ଉପସ୍ଥିତ, ତାଙ୍କର କନ୍ୟା ସେଥିପାଇଁ ନିଜକୁ ପ୍ରସ୍ତୁତ କରିଛନ୍ତି।


ମାତ୍ର ସାର୍ଦ୍ଦିସ୍ରେ ତୁମମାନଙ୍କ ମଧ୍ୟରୁ ଅଳ୍ପ କେତେଜଣ ସେମାନଙ୍କର ପୋଷାକ ନିର୍ମଳ ରଖିଛନ୍ତି। ସେମାନେ ଶୁକ୍ଲ ବସ୍ତ୍ର ପରିଧାନ କରି ମୋ’ ସଙ୍ଗରେ ଗମନାଗମନ କରିବେ, କାରଣ ଏଥିପାଇଁ ସେମାନଙ୍କର ଯୋଗ୍ୟତା ଅଛି।


କିଛିଦିନ ପରେ ପ୍ରାୟ ଏକଶହ କୋଡ଼ିଏ ଜଣ ବିଶ୍ୱାସୀମାନଙ୍କ ଏକ ସଭାରେ ପିତର ଛିଡ଼ା ହୋଇ କହିଲେ:


ଫାରୁଶୀମାନେ ସେହି ଜନ୍ମାନ୍ଧକୁ ଆଉ ଥରେ ଡାକି କହିଲେ, “ଈଶ୍ୱରଙ୍କ ସମ୍ମୁଖରେ ଶପଥ କରି କହ, ତୁ ସତ କହିବୁ। ଆମେ ଜାଣୁ, ଯେଉଁ ଲୋକ ତୋତେ ଦୃଷ୍ଟି ଶକ୍ତି ଦେଇଛି, ସେ ଜଣେ ପାପୀ।”


Swiv nou:

Piblisite


Piblisite