Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 11:6 - ପବିତ୍ର ବାଇବଲ (CL) NT (BSI)

6 ଈଶ୍ୱରଙ୍କ ବାର୍ତ୍ତା ପ୍ରଚାର କରିବା ସମୟରେ ଆକାଶକୁ ଅବରୋଧ କରି ବୃଷ୍ଟିପାତ ବନ୍ଦ କରିବାର କ୍ଷମତା ସେମାନଙ୍କୁ ଦିଆଯାଇଛି। ଜଳ ନିର୍ଝରଗୁଡ଼ିକୁ ରକ୍ତରେ ପରିଣତ କରିବାକୁ ଓ ନିଜ ଇଚ୍ଛାନୁଯାୟୀ ପୃଥିବୀରେ ବାରମ୍ବାର ମହାମାରୀ ସୃଷ୍ଟି କରିବାକୁ ସେମାନଙ୍କର ଅଧିକାର ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥିନିମନ୍ତେ ଆକାଶ ରୁଦ୍ଧ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ଵାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି।

Gade chapit la Kopi

ଓଡିଆ ବାଇବେଲ

6 ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥି ନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥିନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି।

Gade chapit la Kopi

ପବିତ୍ର ବାଇବଲ

6 ଏହି ଦୁଇଜଣ ଭବିଷ୍ୟ‌‌ଦ୍‌‌‌‌ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସେମାନଙ୍କର କ୍ଷମତା ଅଛି। ଜଳକୁ ରକ୍ତରେ ପରିଣତ କରିବାର କ୍ଷମତା ସେମାନଙ୍କର ଅଛି। ପୃଥିବୀକୁ ପ୍ରତ୍ୟେକ ପ୍ରକାରର ମହାମାରୀ ଦ୍ୱାରା କଷ୍ଟ ଦେବାର କ୍ଷମତା ସେମାନଙ୍କର ଅଛି। ସେମାନେ ସେମାନଙ୍କର ନିଜ ଇଚ୍ଛା ଅନୁସାରେ ଯେତେଥର ଗ୍ଭହିଁବେ, ସେତଥର ଏହା କରି ପାରିବେ।

Gade chapit la Kopi




ପ୍ରକାଶିତ 11:6
11 Referans Kwoze  

“ମୋ’ କଥା ଶୁଣ: ଏଲିୟଙ୍କ ସମୟରେ ସମଗ୍ର ଦେଶରେ ସାଢ଼େ ଦିନି ବର୍ଷ ପର୍ଯ୍ୟନ୍ତ ଅନାବୃଷ୍ଟି ଓ ଦୁର୍ଭିକ୍ଷ ହୋଇଥିବା ସମୟରେ ଇଶ୍ରାୟେଲ ଦେଶରେ ଅନେକ ବିଧବା ଥିଲେ।


ତା’ପରେ ଦ୍ୱିତୀୟ ଦୂତ ତାଙ୍କର ତୂରୀ ବଜାଇବା କ୍ଷଣି ପର୍ବତ ପରି ଗୋଟିଏ ପ୍ରକାଣ୍ଡ ପଦାର୍ଥ ସମୁଦ୍ରରେ ନିକ୍ଷିପ୍ତ ହେଲା ଓ ସମୁଦ୍ରର ଏକ ତୃତୀୟାଂଶ ରକ୍ତରେ ପରିଣତ ହେଲା,


ଚଟବସ୍ତ୍ର ପିନ୍ଧିଥିବା ମୋର ଦୁଇଜଣ ସାକ୍ଷୀଙ୍କୁ ମୁଁ ପଠାଇବି। ସେମାନେ ସେହି ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ଯାଏ ଈଶ୍ୱରଙ୍କ ବାର୍ତ୍ତା ଘୋଷଣା କରିବେ।”


ତାହାପରେ ଦ୍ୱିତୀୟ ଦୂତ ତାଙ୍କ ପାତ୍ରଟିକୁ ସମୁଦ୍ର ଉପରେ ଅଜାଡ଼ି ଦେଲେ। ସମୁଦ୍ର ଜଳ ମୃତ ବ୍ୟକ୍ତିର ରକ୍ତ ପରି ହୋଇଗଲା ଓ ସମୁଦ୍ରର ସମସ୍ତ ପ୍ରାଣୀ ମରିଗଲେ।


ତାହାପରେ ତୃତୀୟ ଦୂତଙ୍କ ପାତ୍ରରେ ଯାହା ଥିଲା, ତାହା ସେ ନଦୀ ଓ ଝରଣାଗୁଡ଼ିକ ଉପରେ ଢ଼ାଳିଦେଲେ ଏବଂ ସେ ସବୁର ଜଳ ରକ୍ତରେ ପରିଣତ ହେଲା।


Swiv nou:

Piblisite


Piblisite