Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 11:7 - ପବିତ୍ର ବାଇବଲ (CL) NT (BSI)

7 ସେମାନେ ବାର୍ତ୍ତା ଘୋଷଣା ଶେଷ କରିବା ପରେ ପାତାଳପୁରୀରୁ ଏକ ପଶୁ ଉଠି ଆସି ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ତରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବ ଓ ସେମାନଙ୍କୁ ଜୟ କରି ବଧ କରିବ।

Gade chapit la Kopi

ଓଡିଆ ବାଇବେଲ

7 ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବା ଓ ସମାନଙ୍କୁ ଜୟ କରି ବଧ କରିବ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବ ଓ ସେମାନଙ୍କୁ ଜୟ କରି ବଧ କରିବ।

Gade chapit la Kopi

ପବିତ୍ର ବାଇବଲ

7 ସେମାନଙ୍କର ସାକ୍ଷ୍ୟ ଦେବା ସମୟ ସରିଯିବା ପରେ ସେହି ପଶୁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ। ପାତାଳର ଅତଳ ଗର୍ଭରୁ ଉପରକୁ ଆସୁଥିବା ପଶୁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ। ସେ ସେମାନଙ୍କୁ ପରାସ୍ତ କରି ହତ୍ୟା କରିବ।

Gade chapit la Kopi




ପ୍ରକାଶିତ 11:7
20 Referans Kwoze  

ଈଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କରିବାକୁ ସେ ଅନୁମତି ପାଇଲା ଓ ପ୍ରତ୍ୟେକ ଗୋଷ୍ଠୀ, ରାଷ୍ଟ୍ର ଓ ଭାଷାଭାଷୀ ଓ ଜାତି ଉପରେ ତାକୁ କ୍ଷମତା ଦିଆଗଲା।


ମୁଁ ପୃଥିବୀରେ ତୁମର ମହିମା ପ୍ରକାଶ କରିଛି। ତୁମେ ମୋତେ ଦେଇଥିବା କାର୍ଯ୍ୟ ମୁଁ ସମାପ୍ତ କରିଛି।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସେହି କୋକିଶିଆଳିକୁ ଯାଇ କୁହ: ‘ମୁଁ ଆଜି ଏବଂ ଆସନ୍ତା କାଲି ଭୂତ ଛଡ଼ାଉଛି ଓ ରୋଗୀଙ୍କୁ ସୁସ୍ଥ କରୁଛି ଏବଂ ତୃତୀୟ ଦିନରେ ମୁଁ ମୋର କାର୍ଯ୍ୟ ଶେଷ କରିବି।’


ତାହାପରେ ମୁଁ ଦେଖିଲି, ଆଉ ଗୋଟିଏ ପଶୁ ଭୂଗର୍ଭରୁ ଉଠି ଆସୁଛି। ମେଷଶାବକର ଶୃଙ୍ଗ ପରି ତାହାର ଦୁଇଟି ଶୃଙ୍ଗ ଥିଲା ଏବଂ ସେ ପୂର୍ବୋକ୍ତ ସର୍ପ ପରି କଥା କହୁଥିଲା।


ଚଟବସ୍ତ୍ର ପିନ୍ଧିଥିବା ମୋର ଦୁଇଜଣ ସାକ୍ଷୀଙ୍କୁ ମୁଁ ପଠାଇବି। ସେମାନେ ସେହି ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ଯାଏ ଈଶ୍ୱରଙ୍କ ବାର୍ତ୍ତା ଘୋଷଣା କରିବେ।”


କିନ୍ତୁ ମୋ’ ପାଇଁ ମୋ’ ନିଜ ଜୀବନକୁ ମୁଁ ନଗଣ୍ୟ ମନେ କରେ। ଈଶ୍ୱରଙ୍କ ଅନୁଗ୍ରହ ବିଷୟରେ ପ୍ରଭୁ ଯୀଶୁ ଯେଉଁ ବାର୍ତ୍ତା ଘୋଷଣା କରିବା ପାଇଁ ମୋତେ ଦାୟିତ୍ୱ ଦେଇଛନ୍ତି, ତାହା ପୂରଣ କରି ମୋର ପ୍ରଚାର କାର୍ଯ୍ୟ ସଂପୂର୍ଣ୍ଣ କରିବି - ଏତିକି କେବଳ ମୋର ଇଚ୍ଛା।


ଜୀବନ ସଂଗ୍ରାମରେ ମୁଁ ପ୍ରାଣପଣେ ଯୁଦ୍ଧ କରିଛି। ଜୀବନ ଦୌଡ଼ରେ ମୁଁ ନିରୂପିତ ପଥ ଅତିକ୍ରମ କରିଛି; ମୋର ବିଶ୍ୱାସରେ ମୁଁ ଦୃଢ଼ ରହିଛି।


ଯୀଶୁ ତାହା ଗ୍ରହଣ କରି କହିଲେ, “ସମାପ୍ତ ହେଲା”। ଏହା କହି ସେ ମସ୍ତକ ନତ କରି ପ୍ରାଣତ୍ୟାଗ କଲେ।


ସେମାନଙ୍କୁ ପାତାଳକୁ ନ ପଠାଇବା ପାଇଁ ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ।


ଅନନ୍ତର ଦ୍ୟାବଳ ଭୀଷଣ କ୍ରୁଦ୍ଧ ହୋଇ ସେହି ନାରୀ ଉପରେ ପ୍ରତିଶୋଧ ନେବା ପାଇଁ ତା’ର ବଂଶଧରମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ପଡ଼ିଲା। ଯେଉଁମାନେ ଈଶ୍ୱରଙ୍କ ଆଜ୍ଞାବହ, ଯୀଶୁ ପ୍ରକାଶ କରିଥିବା ସତ୍ୟ ପ୍ରତି ବିଶ୍ୱସ୍ତ, ନାରୀର ସେହି ବଂଶଧରମାନଙ୍କୁ ବିରୋଧ କରିବା ପାଇଁ ସେ ଯାଇ ସମୁଦ୍ର ଦୀରରେ ଠିଆ ହେଲା।


Swiv nou:

Piblisite


Piblisite