Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 12:1 - ପବିତ୍ର ବାଇବଲ (CL) NT (BSI)

1 ଅନନ୍ତର ଆକାଶରେ ଏକ ଅଦ୍ଭୁତ ଦୃଶ୍ୟ ଦେଖାଗଲା। ଜଣେ ନାରୀ ଚନ୍ଦ୍ର ଉପରେ ଠିଆ ହୋଇଥିଲେ ଓ ସୂର୍ଯ୍ୟ ରଶ୍ମି ପରିଧାନ କରିଥିଲେ। ତାହାଙ୍କ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଏକ ମୁକୁଟ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟପରିହିତା ଜଣେଣସ୍ତ୍ରୀଲୋକ, ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ଵାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ।

Gade chapit la Kopi

ଓଡିଆ ବାଇବେଲ

1 ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟ ପରିଧାନ କରିଥିବା ଜଣେ ସ୍ତ୍ରୀଲୋକ, ଏବଂ ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟ ପରିଧାନ କରିଥିବା ଜଣେ ସ୍ତ୍ରୀଲୋକ, ଏବଂ ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ।

Gade chapit la Kopi

ପବିତ୍ର ବାଇବଲ

1 ତା'ପରେ ସ୍ୱର୍ଗରେ ଏକ ବିଚିତ୍ର ଚିହ୍ନ ଦେଖାଗଲା। ମୁଁ ଜଣେ ନାରୀଙ୍କୁ ସୂର୍ଯ୍ୟଙ୍କୁ ବସ୍ତ୍ରରୂପେ ଧାରଣ କରିବାର ଦେଖିଲି। ଚନ୍ଦ୍ର ତାହାଙ୍କ ପାଦତଳେ ଥିଲେ। ତାହାଙ୍କ ମସ୍ତକରେ ବାରଟି ନକ୍ଷତ୍ରର ମୁକୁଟ ଥିଲା।

Gade chapit la Kopi




ପ୍ରକାଶିତ 12:1
35 Referans Kwoze  

“ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାନଙ୍କରେ ଅଦ୍ଭୁତ ଲକ୍ଷଣ ଦେଖାଯିବ। ସବୁ ଦେଶର ଲୋକମାନେ ହତାଶ ହେବେ ଏବଂ ସମୁଦ୍ରର ଗର୍ଜନ ଓ ଭୟଙ୍କର ଜୁଆର ସେମାନଙ୍କୁ ଭୟଭୀତ କରିବ।


ଶାସ୍ତ୍ରର ଏହି ଅଂଶରେ ଏକ ନିଗୂଢ଼ ସତ୍ୟ ପ୍ରକାଶିତ ହୋଇଛି: ଏହା ଖ୍ରୀଷ୍ଟ ଓ ମଣ୍ଡଳୀ ପ୍ରତି ପ୍ରଯୁଜ୍ୟ ବୋଲି ମୁଁ ବୁଝିଛି।


ନକ୍ଷତ୍ରମାନେ ଆକାଶରୁ ଖସ ପଡ଼ିବେ ଏବଂ ମହାଶୂନ୍ୟର ଗ୍ରହ ଉପଗ୍ରହ କକ୍ଷଚ୍ୟୁତ ହେବେ।


ଚାରିଆଡ଼େ ଭୟଙ୍କର ଭୂମିକମ୍ପ, ଦୁର୍ଭିକ୍ଷ ଓ ମହାମାରୀ ହେବ, ଆକାଶରେ ଅଦ୍ଭୁତ ଓ ଭୟାନକ ଲକ୍ଷଣ ଦେଖାଯିବ।


ନଗରୀଟିକୁ ଆଲୋକିତ କରିବା ପାଇଁ ସୂର୍ଯ୍ୟ ବା ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ୱରଙ୍କ ଗୌରବରେ ତାହା ଜାଜ୍ୱଲ୍ୟମାନ ଏବଂ ମେଷଶାବକ ତାହାର ପ୍ରଦୀପ।


ଅନନ୍ତର ମୁଁ ଆକାଶରେ ଆଉ ଏକ ବିଚିତ୍ର ରହସ୍ୟଜନକ ଦୃଶ୍ୟ ଦେଖିଲି। ସାତ ଜଣ ସ୍ୱର୍ଗଦୂତ ପ୍ରତ୍ୟେକେ ଗୋଟିଏ ଗୋଟିଏ ମହାମାରୀ ଧରି ଆବିର୍ଭୂତ ହେଲେ। ଏହି ମହାମାରୀଗୁଡ଼ିକ ଥିଲା, ଈଶ୍ୱରଙ୍କ କ୍ରୋଧର ଚରମ ଅଭିବ୍ୟକ୍ତି।


ଆକାଶରେ ଆଉ ଏକ ଅଦ୍ଭୁତ ଦୃଶ୍ୟ ଦେଖାଗଲେ। ଲୋହିତ, ବର୍ଣ୍ଣର ସର୍ପ ପରି ଏକ ବିକଟାଳ ପ୍ରାଣୀ, ତାହାର ସାତଟି ମସ୍ତକ, ଦଶଟି ଶୃଙ୍ଗ ଓ ପ୍ରତି ମସ୍ତକରେ ଗୋଟିଏ ମୁକୁଟ ଥିଲା।


ସ୍ୱର୍ଗରେ ଥିବା ଈଶ୍ୱରଙ୍କ ମନ୍ଦିର-ଦ୍ୱାର ଖୋଲିଲା ଓ ମନ୍ଦିରରେ ନିୟମ ସିନ୍ଦୁକ ଥିବାର ଦେଖାଗଲା। ତା’ପରେ ବିଜୁଳି ଚମକିଲା, ବଜ୍ରନାଦ, ଭୂମିକମ୍ପ ଓ ପ୍ରବଳ ଶିଳା ବୃଷ୍ଟି ହେଲା।


ମୁଁ ଆକାଶର ଉଦ୍ଧ୍ୱର୍ଦେଶରେ ଅଦ୍ଭୁତ କାର୍ଯ୍ୟ ଓ ନିମ୍ନସ୍ଥ ପୃଥିବୀରେ ଅଦ୍ଭୁତ ଲକ୍ଷଣ ଦେଖାଇବି। ରକ୍ତ, ଅଗ୍ନି ଓ ଘନ ଧୂମରେ ପୃଥିବୀ ପୂର୍ଣ୍ଣ ହେବ;


ତା’ପରେ ମନୁଷ୍ୟପୁତ୍ରଙ୍କ ସଙ୍କେତ ଆକାଶରେ ଦେଖାଯିବ ଏବଂ ମନୁଷ୍ୟପୁତ୍ର ମେଘମାଳା ମଧ୍ୟରେ ମହା ପରାକ୍ରମ ଓ ଗୌରବ ସହ ଆସୁଥିବା ଦେଖି ସବୁ ଜାତିର ଲୋକେ ବିଳାପ କରିବେ।


କିନ୍ତୁ ମୁଁ କେବଳ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶ ବିଷୟରେ ଗର୍ବ କରୁଛି; କାରଣ ତାଙ୍କର କ୍ରୁଶ ଯୋଗୁଁ ଜଗତ ମୋ’ ନିମନ୍ତେ ମୃତ ଏବଂ ମୁଁ ଜଗତ ନିମନ୍ତେ ମୃତ।


ଦିନେ କେତେକ ଫାରୁଶୀ ଓ ଧର୍ମଗୁରୁ ଯୀଶଉଙ୍କୁ କହିଲେ, “ଗୁରୁ, ଆପଣଙ୍କର ଗୋଟିଏ ଅଲୌକିକ କାର୍ଯ୍ୟ ଦେଖିବାକୁ ଆମେ ଚାହୁଁଛୁ।”


ନଗରୀର ଏହି ପ୍ରାଚୀର, ଦ୍ୱାଦଶ ପ୍ରସ୍ତର ଭିତ୍ତିମୂଳ ଉପରେ ନିର୍ମିତ ହୋଇଥିଲା ଏବଂ ସେହି ଦ୍ୱାଦଶ ଭିତ୍ତିମୂଳ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତ ଶିଷ୍ୟଙ୍କର ନାମ ଲେଖା ହୋଇଥିଲା।


ମୋର ଡ଼ାହାଣ ହାତରେ ଥିବା ସପ୍ତ ନକ୍ଷତ୍ର ଓ ଏହି ସପ୍ତ ସୁବର୍ଣ୍ଣ ପ୍ରଦୀପର ରହସ୍ୟ ହେଉଛି, ନକ୍ଷତ୍ରମାନେ ସପ୍ତ ମଣ୍ଡଳୀର ଦେବଦୂତ ଏବଂ ପ୍ରଦୀପଗୁଡ଼ିକ ସପ୍ତ ମଣ୍ଡଳୀ।


ଜଳଦୀକ୍ଷା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସଙ୍ଗେ ଏକ ହୋଇଛ ଏବଂ ବର୍ତ୍ତମାନ ଯୀଶୁ ଖ୍ରୀଷ୍ଟଙ୍କ ଜୀବନଯୂପ ବସ୍ତ୍ର ପରିଧାନ କରିଅଛ।


ତୁମ୍ଭମାନଙ୍କ ସମ୍ବନ୍ଧରେ ଏକ ଐଶ୍ୱରିକ ଈର୍ଷାଭାବ ମୋ’ ଅନ୍ତରରେ ଅଛି। କାରଣ ତୁମ୍ଭେମାନେ ପବିତ୍ୟ କୁମାରୀ ପରି। ଏକମାତ୍ର ବର ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କର ମିଳନ କରାଉ ଦେବା ନିମନ୍ତେ ମୁଁ ପ୍ରତିଜ୍ଞା କରିଅଛି।


କେବଳ ଯୀଶୁଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଲୋକେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୁଅନ୍ତି। ଈଶ୍ୱର କାହା ପ୍ରତି ପକ୍ଷପାତିତା ନ କରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ଏହି ସୁଯୋଗ ଦିଅନ୍ତି।


ମୋର ଏ କଥାର ତୁମ୍ଭେମାନେ ସାକ୍ଷୀ। ନବବଧୂ କେବଳ ବରର ନିଜସ୍ୱ। କିନ୍ତୁ ପାଶ୍ୱର୍ରେ ଠିଆ ହୋଇଥିବା ବରର ବନ୍ଧୁ ତା’ କଥା ଶୁଣି ଉତ୍ଫୁଲ ହୁଏ। ଏହି ପରିପୂର୍ଣ୍ଣ ଆନନ୍ଦ ମୁଁ ଏବେ ଉପଭୋଗ କରୁଛି।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ ହୋଇ ପାପ ପ୍ରତି ବିମୁଖ ହୁଅ ଓ ନିଜର ଲାଳସାଗୁଡ଼ିକୁ ଚରିତାର୍ଥ କର ନାହିଁ।


କିନ୍ତୁ ସ୍ୱର୍ଗୀୟ ଯିରୂଶଶଲମ ମୁକ୍ତ ଏବଂ ତାହ ଆମ୍ଭମାନଙ୍କର ଜନନୀ,


Swiv nou:

Piblisite


Piblisite