ପ୍ରକାଶିତ 12:11 - ପବିତ୍ର ବାଇବଲ (CL) NT (BSI)11 ମେଷଶାବକଙ୍କ ରକ୍ତର ବଳରେ ଓ ସେମାନେ ଘୋଷଣା କରୁଥିବା ସତ୍ୟ ପାଇଁ ଆତ୍ମବଳିଦାନ କରିବାକୁ ପ୍ରସ୍ତୁତ ଥିବାରୁ ଆମ ଭାଇମାନେ ବିଜୟୀ ହୋଇଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ଵାରା ତାହାକୁ ଜୟ କରିଅଛନ୍ତି, ପୁଣି ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ। Gade chapit laଓଡିଆ ବାଇବେଲ11 ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ। Gade chapit laପବିତ୍ର ବାଇବଲ11 ଆମ୍ଭ ଭାଇମାନେ ମେଷଶାବକଙ୍କ ରକ୍ତ ଦ୍ୱାରା ଓ ସେମାନଙ୍କର ପ୍ରଗ୍ଭର ଦ୍ୱାରା ତାହାକୁ ପରାସ୍ତ କରିଛନ୍ତି, କାରଣ ସେମାନେ ନିଜ ନିଜର ଜୀବନକୁ ତୁଚ୍ଛଜ୍ଞାନ କରି ତାହାଙ୍କ ନିମନ୍ତେ ମୃତ୍ୟୁ ଭୋଗ କରିଥିଲେ। Gade chapit la |
ତା’ପରେ ମୁଁ ଦେଖିଲି, କେତେକ ସିଂହାସନ ଓ ସେଗୁଡ଼ିକରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ବିଚାର କରିବାର କ୍ଷମତା ଦିଆଯାଇଛି। ଆଉ ମଧ୍ୟ ମୁଁ ଦେଖିଲି, କେତେକ ମୃତ ବ୍ୟକ୍ତିଙ୍କର ଆତ୍ମା। ଯୀଶୁ ପ୍ରକାଶ କରିଥିବା ସତ୍ୟ ଓ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରିଥିବାରୁ ସେହି ବ୍ୟକ୍ତିମାନେ ମୃତ୍ୟୁଦଣ୍ଡ ପାଇଥିଲେ। ସେମାନେ ପଶୁ କିମ୍ବା ତା’ର ପ୍ରତିମୂର୍ତ୍ତିକୁ ପୂଜା କରି ନ ଥିଲେ, କିମ୍ବା କପାଳ ଓ ହାତରେ ପଶୁର ଚିହ୍ନ ଧାରଣ କରି ନ ଥିଲେ। ଖ୍ରୀଷ୍ଟଙ୍କ ସଙ୍ଗରେ ଏକ ସହସ୍ର ବର୍ଷ ରାଜତ୍ୱ କରିବା ପାଇଁ ସେମାନେ ପୁନର୍ଜୀବିତ ହୋଇଥିଲେ।
“ଯେଉଁମାନଙ୍କର ଶୁଣିବା ପାଇଁ କାନ ଅଛି, ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଅଛନ୍ତି, ତାହା ଶୁଣ। “ଯେଉଁମାନେ ବିଜୟ ଲାଭ କରିବେ, ମୁଁ ସେମାନଙ୍କୁ ଗଚ୍ଛିତ ରଖାଯାଇଥିବା ମାନ୍ନାରୁ କିଛି ଦେବି। ସେମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ନୂତନ ନାମ ଲେଖା ହୋଇଥିବା ଗୋଟିଏ ଶ୍ୱେତ ପ୍ରସ୍ତର ପ୍ରଦାନ କରିବି। ସେହି ନୂତନ ନାମ କଅଣ, ପ୍ରସ୍ତର ଗ୍ରହଣକାରୀ ବ୍ୟତୀତ ଅନ୍ୟ କେହି ତାହା ଜାଣି ପାରିବେ ନାହିଁ।