Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 12:6 - ପବିତ୍ର ବାଇବଲ (CL) NT (BSI)

6 ଏବଂ ସେହି ନାରୀ ମରୁ ପ୍ରାନ୍ତରକୁ ପଳାୟନ କଲା। ସେଠାରେ ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ଯାଏ ତା’ର ରହିବା ପାଇଁ ଈଶ୍ୱର ବ୍ୟବସ୍ଥା କରି ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ପଳାୟନ କଲେ, ସେଠାରେ ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ଵରଙ୍କ କର୍ତ୍ତୃକ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ୱରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ବରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା।

Gade chapit la Kopi

ପବିତ୍ର ବାଇବଲ

6 ସେହି ସ୍ତ୍ରୀଲୋକଟି, ପରମେଶ୍ୱର ତା’ ପାଇଁ ପ୍ରସ୍ତୁତ କରି ରଖିଥିବା ମରୁଭୂମିର ଗୋଟିଏ ସ୍ଥାନକୁ ଗ୍ଭଲିଗଲା। ସେଠାରେ ତା'ର ଯତ୍ନ 1,260 ଦିନ ପର୍ଯ୍ୟନ୍ତ ନିଆଯିବ।

Gade chapit la Kopi




ପ୍ରକାଶିତ 12:6
10 Referans Kwoze  

ପଶୁଟି ବଡ଼ାଇ କରି କଥା କହୁଥିଲା ଓ ଈଶ୍ୱରନିନ୍ଦା କରୁଥିଲା, ତଥାପି ବୟାଳିଶ ମାସ ପର୍ଯ୍ୟନ୍ତ ଆଧିପତ୍ୟ କରିବା ପାଇଁ ତାକୁ ଅନୁମତି ମିଳିଲା।


ତା’ର ଆକ୍ରମଣରୁ ରକ୍ଷା ପାଇବା ପାଇଁ ସ୍ତ୍ରୀ ଲୋକଟିକୁ ଦୁଇଟି ଇଗଲ୍ ପକ୍ଷୀର ଡ଼େଣା ପ୍ରଦତ୍ତ ହେଲା। ତା’ ସାହାଯ୍ୟରେ ସେ ମରୁଭୂମିରେ ନିଜ ବାସ ସ୍ଥାନକୁ ଉଡ଼ିଯାଇ, ସେଠାରେ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ନିରାପଦରେ ରହିବାକୁ ସମର୍ଥ ହେଲା।


ସେ ତା’ର ଲାଞ୍ଜରେ ଆକାଶରୁ ଏକ ତୃତୀୟାଂଶ ନକ୍ଷତ୍ର ଟାଣିଆଣି ପୃଥିବୀ ଉପରେ ନିକ୍ଷେପ କଲା। ପିଲାଟି ଜନ୍ମ ହେବା ସଙ୍ଗେ ସଙ୍ଗେ ତାକୁ ଖାଇ ଦେବା ଉଦ୍ଦେଶ୍ୟରେ ସର୍ପ ଉକ୍ତ ନାରୀ ନିକଟରେ ଆସି ଠିଆହେଲା।


ସଙ୍ଗେ ସଙ୍ଗେ ଶୟତାନ ତାଙ୍କୁ ଛାଡ଼ି ଚାଲିଗଲା ଓ ସ୍ୱର୍ଗଦୂତମାନେ ଆସି ଯୀଶୁଙ୍କର ଯତ୍ନ ନେଲେ।


ସେତେବେଳେ ପବିତ୍ରାତ୍ମା ମୋ’ଠାରେ ଅଧିଷ୍ଠାନ କଲେ ଓ ସେହି ଦୂତ ମୋତେ ଗୋଟିଏ ମରୁଭୂମିକୁ ନେଇଗଲେ। ସେଠାରେ ମୁଁ ଦେଖିଲି, ଜଣେ ସ୍ତ୍ରୀ ଲୋକ ଗୋଟିଏ ଲାଲ ରଙ୍ଗର ପଶୁ ଉପରେ ବସିଛି। ପଶୁଟିର ସର୍ବାଙ୍ଗ ଶରୀରରେ ଈଶ୍ୱରନିନ୍ଦାସୂଚକ ନାମଟିଏ ଲେଖାଯାଇଛି ଓ ତା’ର ସାତଟି ମସ୍ତକ ଓ ଦଶଟି ଶୃଙ୍ଗ ଅଛି।


Swiv nou:

Piblisite


Piblisite