Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 13:5 - ପବିତ୍ର ବାଇବଲ (CL) NT (BSI)

5 ପଶୁଟି ବଡ଼ାଇ କରି କଥା କହୁଥିଲା ଓ ଈଶ୍ୱରନିନ୍ଦା କରୁଥିଲା, ତଥାପି ବୟାଳିଶ ମାସ ପର୍ଯ୍ୟନ୍ତ ଆଧିପତ୍ୟ କରିବା ପାଇଁ ତାକୁ ଅନୁମତି ମିଳିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତାହାକୁ ଅହଂକାର ଓ ଈଶ୍ଵରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା।

Gade chapit la Kopi

ଓଡିଆ ବାଇବେଲ

5 ସେହି ପଶୁକୁ ଅହଂକାର ଓ ଈଶ୍ୱରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେହି ପଶୁକୁ ଅହଙ୍କାର ଓ ଈଶ୍ବରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା।

Gade chapit la Kopi

ପବିତ୍ର ବାଇବଲ

5 ସେହି ପଶୁକୁ ଗର୍ବ କରିବା ପାଇଁ ଓ ଖରାପ କଥା କହିବା ପାଇଁ ଅନୁମତି ଦିଆଗଲା। ତାକୁ ବୟାଳିଶ୍ ମାସ ପର୍ଯ୍ୟନ୍ତ ତା'ର କ୍ଷମତା ପ୍ରୟୋଗ କରିବା ପାଇଁ ଅନୁମତି ଦିଆଗଲା।

Gade chapit la Kopi




ପ୍ରକାଶିତ 13:5
17 Referans Kwoze  

ଏବଂ ସେହି ନାରୀ ମରୁ ପ୍ରାନ୍ତରକୁ ପଳାୟନ କଲା। ସେଠାରେ ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ଯାଏ ତା’ର ରହିବା ପାଇଁ ଈଶ୍ୱର ବ୍ୟବସ୍ଥା କରି ଦେଇଥିଲେ।


ତା’ର ଆକ୍ରମଣରୁ ରକ୍ଷା ପାଇବା ପାଇଁ ସ୍ତ୍ରୀ ଲୋକଟିକୁ ଦୁଇଟି ଇଗଲ୍ ପକ୍ଷୀର ଡ଼େଣା ପ୍ରଦତ୍ତ ହେଲା। ତା’ ସାହାଯ୍ୟରେ ସେ ମରୁଭୂମିରେ ନିଜ ବାସ ସ୍ଥାନକୁ ଉଡ଼ିଯାଇ, ସେଠାରେ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ନିରାପଦରେ ରହିବାକୁ ସମର୍ଥ ହେଲା।


ସେହି ଦୁରାତ୍ମା ମନୁଷ୍ୟର ତଥାକଥିତ ସମସ୍ତ ଆରାଧ୍ୟ ଦେବତା ଓ ଉପାସ୍ୟ ବସ୍ତୁର ବିରୁଦ୍ଧାଚରଣ କରିବ ଓ ନିଜକୁ ସମସ୍ତଙ୍କ ଉଦ୍ଧ୍ୱର୍ରେ ରଖିବାକୁ ପ୍ରୟାସ କରିବ। ଏପରି କି ସେ ଈଶ୍ୱରଙ୍କ ମନ୍ଦିରରେ ଉପବେଶନ କରି ନିଜେ ଈଶ୍ୱର ବୋଲି ଦାବୀ କରିବ।


ଈଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କରିବାକୁ ସେ ଅନୁମତି ପାଇଲା ଓ ପ୍ରତ୍ୟେକ ଗୋଷ୍ଠୀ, ରାଷ୍ଟ୍ର ଓ ଭାଷାଭାଷୀ ଓ ଜାତି ଉପରେ ତାକୁ କ୍ଷମତା ଦିଆଗଲା।


ସେମାନେ ବାର୍ତ୍ତା ଘୋଷଣା ଶେଷ କରିବା ପରେ ପାତାଳପୁରୀରୁ ଏକ ପଶୁ ଉଠି ଆସି ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ।


ଏହିପରି କହି ତୁମ୍ଭମାନଙ୍କୁ କେହି କୌଣସି ପ୍ରକାରେ ପ୍ରତାରଣା ନ କରୁ। ଈଶ୍ୱରଙ୍କ ବିରୁଦ୍ଧରେ ଅନ୍ତିମ ବିଦ୍ରୋହ ନ ଘଟିବା ପର୍ଯ୍ୟନ୍ତ ଓ ସେହି ନରକଗାମୀ “ପାପାତ୍ମା” ଆତ୍ମପ୍ରକାଶ ନ କରିବା ପର୍ଯ୍ୟନ୍ତ ସେହି ଦିନ ଆସିବ ନାହିଁ।


ତା’ପରେ ସେହି ପାପାତ୍ମା ଆବିର୍ଭୂତ ହେବ; କିନ୍ତୁ ଯେତେବେଳେ ପ୍ରଭୁ ଯୀଶୁ ଆସିବେ, ସେ ତାଙ୍କ ମୁଖରେ ନିଶ୍ୱାସରେ ତାକୁ ସଂହାର କରିବେ, ପୁଣି ତାଙ୍କର ଜାଜ୍ୱଲ୍ୟମାନ ଉପସ୍ଥିତିରେ ସେ ଧ୍ୱଂସ ପାଇବ।


Swiv nou:

Piblisite


Piblisite