Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 14:18 - ପବିତ୍ର ବାଇବଲ (CL) NT (BSI)

18 ତାହାପରେ ବେଦୀର ଅଗ୍ନି ଦାୟିତ୍ୱରେ ଥିବା ଜଣେ ଦୂତ ଦାଆ ଧରିଥିବା ଦ୍ୱିତୀୟ ଦୂତକୁ ଚିକ୍ରାର କରି କହିଲେ, “ଦାଆ ଲଗାଇ ପୃଥିବୀର ଦ୍ରାକ୍ଷାକ୍ଷେତ୍ରରୁ ଦ୍ରାକ୍ଷାସବୁ କାଟି ପକାଅ; ସେଗୁଡ଼ିକ ପାଚି ଯାଇଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତାପ୍ରାପ୍ତ; ଯାହାଙ୍କ ହସ୍ତରେ ସୁତୀକ୍ଷ୍ମ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚ ସ୍ଵରରେ ଡାକି କହିଲେ, ତୁମ୍ଭର ସୁତୀକ୍ଷ୍ମ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ତାସବୁ ସଂଗ୍ରହ କର, କାରଣ ସେଥିରେ ଦ୍ରାକ୍ଷାଫଳସବୁ ପରିପକ୍ଵ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପାଚି ଯାଇଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପରିପକ୍ୱ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

18 ତା'ପରେ ଆଉ ଜଣେ ସ୍ୱର୍ଗଦୂତ ବେଦୀରୁ ଆସିଲେ। ସେହି ଦୂତଙ୍କର ଅଗ୍ନି ଉପରେ କ୍ଷମତା ଥିଲା। ସେ ଧାରୁଆ ଦାଆ ଧରିଥିବା ଦୂତଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, “ପୃଥିବୀର ଅଙ୍ଗୁର ପେନ୍ଥାଗୁଡ଼ିକ ଦାଆ ବ୍ୟବହାର କରି କାଟି ପକାଅ, କାରଣ ଦ୍ରାକ୍ଷା ପାଚିଗଲାଣି।”

Gade chapit la Kopi




ପ୍ରକାଶିତ 14:18
7 Referans Kwoze  

ତାହାପରେ ଚତୁର୍ଥ ଦୂତ ତାଙ୍କର ପାତ୍ରରେ ଥିବା ଦ୍ରବ୍ୟକୁ ସୂର୍ଯ୍ୟ ଉପରେ ଢ଼ାଳି ଦେଲେ। ଫଳରେ ସୂର୍ଯ୍ୟତାପ ଅତି ପ୍ରଚଣ୍ଡ ହୋଇ ଲୋକମାନଙ୍କୁ ଜାଳିପୋଡ଼ି ଦେଲା।


ଶସ୍ୟ ପାଚି ଅମଳ ସମୟ ଉପସ୍ଥିତ ହେଲେ, ସେ ଦାଆ ଧରି କାଟେ।”


ଆଉ ଜଣେ ସ୍ୱର୍ଗଦୂତ ଗୋଟିଏ ସୁବର୍ଣ୍ଣ ଧୂପାଧାର ନେଇ ବେଦୀ ସମ୍ମୁଖରେ ଆସି ଠିଆ ହେଲେ। ସିଂହାସନ ସମ୍ମୁଖରେ ଥିବା ସୁବର୍ଣ୍ଣ ବେଦୀ ଉପରେ, ଈଶ୍ୱରଭକ୍ତମାନଙ୍କର ପ୍ରାର୍ଥନାରୂପ ଧୂପ ସହିତ ମିଶାଇ ଉତ୍ସର୍ଗ କରିବା ପାଇଁ, ତାଙ୍କୁ ପ୍ରଚୁର ପରିମାଣରେ ଧୂପ ଦିଆଗଲା।


ତା’ପରେ ମୁଁ ଦେବାରୁ ଗୋଟିଏ କଣ୍ଠସ୍ୱର ଶୁଣିଲି, “ପ୍ରଭୁ ସର୍ବଶକ୍ତିମାନ ଈଶ୍ୱର! ତୁମର ବିଚାର ଯଥାର୍ଥ ଓ ନ୍ୟାୟସଙ୍ଗତ।”


Swiv nou:

Piblisite


Piblisite