Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 14:6 - ପବିତ୍ର ବାଇବଲ (CL) NT (BSI)

6 ତା’ପରେ ମୁଁ ପୁଣି ଦେଖିଲି, ଆଉ ଜଣେ ସ୍ୱର୍ଗଦୂତ ଆକାଶରେ ଅତି ଉଚ୍ଚରେ ଉଡ଼ି ଉଡ଼ି, ପୃଥିବୀର ସମସ୍ତ ଜାତି, ଗୋଷ୍ଠୀ, ଭାଷାଭାଷୀ ଓ ରାଷ୍ଟ୍ରର ଲୋକମାନଙ୍କ ନିକଟରେ ଈଶ୍ୱରଙ୍କ ସେହି ଚିରନ୍ତନ ଶୁଭବାର୍ତ୍ତା ନିକଟରେ ଈଶ୍ୱରଙ୍କ ସେହି ଚିରନ୍ତନ ଶୁଭବାର୍ତ୍ତା ଘୋଷଣା କରୁଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀ ନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚ ସ୍ଵରରେ କହିଲେ,

Gade chapit la Kopi

ଓଡିଆ ବାଇବେଲ

6 ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ,

Gade chapit la Kopi

ପବିତ୍ର ବାଇବଲ

6 ତା'ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତ ଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦେବା ପାଇଁ ସେହି ସ୍ୱର୍ଗଦୂତଙ୍କ ପାଖରେ ଏକ ଅନନ୍ତକାଳୀନ ସୁସମାଗ୍ଭର ଥିଲା।

Gade chapit la Kopi




ପ୍ରକାଶିତ 14:6
30 Referans Kwoze  

ପୁଣି ସେ କହିଲେ, “ସମଗ୍ର ଜଗତକୁ ଯାଇ ମୋର ଏହି ଶୁଭବାର୍ତ୍ତା ସମସ୍ତଙ୍କ ନିକଟରେ ପ୍ରଚାର କର।


ତା’ପରେ ମୁଁ ଚାହିଁ ଦେଖିଲି, ଆକାଶର ବହୁ ଉଚ୍ଚରେ ଗୋଟିଏ ଉକ୍ର୍ରୋଶ ପକ୍ଷୀ ଉଡ଼ି ଉଡ଼ି ଉଚ୍ଚ ସ୍ୱରରେ କହୁଛି, “ହାୟ! କି ଭୟଙ୍କର! ଅନ୍ୟ ତିନି ଜଣ ଦୂତ ତୂରୀ ବଜାଇବା ସମୟରେ ପୃଥ୍ୱୀବାସୀଙ୍କ ଅବସ୍ଥା କେଡ଼େ ସାଙ୍ଘାତିକ ନ ହେବ!”


ମୋର ଆଦେଶାନୁଯାୟୀ ତୁମ୍ଭେମାନେ ଧୈର୍ଯ୍ୟଶୀଳ ହୋଇ ରହିଛ, ତେଣୁ ପୃଥିବୀବାସୀ ଜନସମୂହକୁ ପରୀକ୍ଷା କରିବା ପାଇଁ ସମଗ୍ର ଜଗତରେ ଯେଉଁ ଦୁର୍ଦ୍ଦଶା ଉପସ୍ଥିତ ହେବାକୁ ଯାଉଛି, ସେଥିରୁ ମୁଁ ତୁମ୍ଭମାନଙ୍କୁ ନିରାପଦରେ ରଖିବି।


ଆସ, ଈଶ୍ୱରଙ୍କୁ ଗୌରବାନ୍ୱିତ କରିବା। ମୁଁ ପ୍ରଚାର କରୁଥିବା ଯୀଶୁ ଖ୍ରୀଷ୍ଟଙ୍କ ସମ୍ପର୍କରେ ଶୁଭ ବାର୍ତ୍ତା ଓ ଯୁଗ ଯୁଗ ଧରି ଗୁପ୍ତ ରହିଥିବା ନିଗୂଢ଼ ସତ୍ୟ ଅନୁଯାୟୀ ତୁମ୍ଭମାନଙ୍କ ବିଶ୍ୱାସକୁ ଅଟଳ ରଖିବା ପାଇଁ ଈଶ୍ୱର ସମର୍ଥ।


ଆମର ଯେଉଁ ପ୍ରଭୁ ସ୍ୱୟଂ ଯୀଶୁ ଖ୍ରୀଷ୍ଟ ଓ ପିତା ଈଶ୍ୱର ଆମକୁ ପ୍ରେମ କରି ତାଙ୍କର ଅନୁଗ୍ରହ ଦ୍ୱାରା ଆମକୁ ଅଦମ୍ୟ ସାହସ ଓ ଦୃଢ଼ ଭରସା ଦାନ କରିଛନ୍ତି,


ଈଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କରିବାକୁ ସେ ଅନୁମତି ପାଇଲା ଓ ପ୍ରତ୍ୟେକ ଗୋଷ୍ଠୀ, ରାଷ୍ଟ୍ର ଓ ଭାଷାଭାଷୀ ଓ ଜାତି ଉପରେ ତାକୁ କ୍ଷମତା ଦିଆଗଲା।


ଯେ ନିଜର ପ୍ରାଣବଳି ଦ୍ୱାରା ମେମଷମାନଙ୍କର ‘ପ୍ରଧାନ ମେଷପାଳକ’ ହୋଇଛନ୍ତି, ଆମ୍ଭମାନଙ୍କର ସେହି ପ୍ରଭୁ ଯୀଶୁଙ୍କୁ ଈଶ୍ୱର ମୃତ୍ୟରୁ ପୁନରୂତ୍ଥିତ କରିଛନ୍ତି। ସେହି ଯୀଶୁଙ୍କୁ ପ୍ରାଣବଳିର ରକ୍ତରେ ଏକ ଚିରସଥାୟୀ ଚୁକ୍ତି ମୁଦ୍ରାଙ୍କିତ ହୋଇଛି। ଶାନ୍ତିଦାତା ଈଶ୍ୱର ତାଙ୍କର ଇଚ୍ଛା ପାଳନ କରିବା ପାଇଁ ତୁମମାନଙ୍କର ପ୍ରୟୋଜନ ଅନୁସାରେ ସମସ୍ତ ଉତ୍ତମ ବିଷୟ ଦାନ କରନ୍ତୁ ଏବଂ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ଜୀବନରେ ତାଙ୍କର ସନ୍ତୋଷଜନକ କାର୍ଯ୍ୟ ସାଧନ କରନ୍ତୁ। ଯୁଗେ ଯୁଗେ ଖ୍ରୀଷ୍ଟଙ୍କର ମହିମା ହୋଉ। ଆମେନ୍।


ତୁମ୍ଭେମାନେ ଏକ ଦୃଢ଼ ଓ ନିଶ୍ଚିତ ମୂଳଦୁଆ ଉପରେ ସଂସ୍ଥାପିତ ହୋଇ ରହିଥାଅ ଓ ସୁସମାଚାର ଶୁଣିବା ସମୟରେ ଯେଉଁ ଭରସା ଲାଭ କରିଥିଲ, ସେଥିରୁ ବିଚଳିତ ହେବା ପାଇଁ ନିଜକୁ ପ୍ରଶ୍ରୟ ଦିଅ ନାହିଁ। ସେହି ସୁସମାଚାର ହିଁ ପୃଥିବୀର ପ୍ରତ୍ୟେକଙ୍କ ନିକଟରେ ପ୍ରଚାରିତ ହେଉଛି ଓ ମୁଁ ପାଉଲ, ତାହାର ଜଣେ ବିଶ୍ୱସ୍ତ ଦାସ।


ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାର ସମୟରେ କହୁଛି, ତାହା ଦିବାଲୋରେ ପ୍ରକାଶ କର ଏବଂ ଯାହା ନିଭୃତରେଶୁଣିଛ, ତାହା ଘର ଉପରୁ ଘୋଷଣା କର।


ତାହାପରେ କେହି ମୋତେ କହିଲେ, “ଅନେକ ଦେଶ, ଜାତି, ଭାଷାଭାଷୀ ଓ ରାଜାମାନଙ୍କ ସମ୍ପର୍କରେ ଈଶ୍ୱରଙ୍କ ବାର୍ତ୍ତା ତୁମେ ଯାଇ ପୁନର୍ବାର ଘୋଷଣା କର।”


କିନ୍ତୁ ଈଶ୍ୱରଙ୍କ ବାକ୍ୟ ଚିରସ୍ଥାୟୀ।” ଏହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଥିଲା।


ସେମାନେ ଗୋଟିଏ ନୂଆ ଗୀତ ଗାଇଥିଲେ: “ପାଣ୍ଡୁଲିପି ଗ୍ରହଣ କରି ତାହାର ମୋହର ଭାଙ୍ଗିବାକୁ ତୁମେ ହିଁ ଯୋଗ୍ୟ: କାରଣ ତୁମେ ନିହତ ହୋଇଥିଲ ଏବଂ ତୁମ ମୃତ୍ୟୁ ଦ୍ୱାରା, ସମସ୍ତ ଗୋଷ୍ଠୀ, ଭାଷାବାଦୀ, ରାଷ୍ଟ୍ର ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଛ।


ଯେତେବେଳେ ସପ୍ତମ ଦୂତ ତୂରୀ ବଜାଇବେ, ଈଶ୍ୱର ତାଙ୍କର ସେବକ ଭାବବାଦୀଙ୍କ ନିକଟରେ ଯେଉଁ ଗୁପ୍ତ ସଙ୍କଳ୍ପ ପ୍ରକାଶ କରିଥିଲେ, ତାହା ସମ୍ପାଦନ କରିବେ।”


Swiv nou:

Piblisite


Piblisite