Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 16:14 - ପବିତ୍ର ବାଇବଲ (CL) NT (BSI)

14 ସେହି ପାପାତ୍ମାମାନେ ଅଲୌକିକ କାର୍ଯ୍ୟ ସାଧନ କରିପାରନ୍ତି। ସେମାନେ ସର୍ବଶକ୍ତିମାନ ଈଶ୍ୱରଙ୍କ ଦିବସରେ ଯୁଦ୍ଧ କରିବା ପାଇଁ ପୃଥିବୀର ରାଜାମାନଙ୍କୁ ଏକତ୍ରିତ କରାଇବାକୁ ବାହାରି ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ଵରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରି ଯାଆନ୍ତି।

Gade chapit la Kopi

ଓଡିଆ ବାଇବେଲ

14 ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ୱରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ବରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି।

Gade chapit la Kopi

ପବିତ୍ର ବାଇବଲ

14 ସେମାନେ ଭୂତର ଆତ୍ମା ଓ ସେମାନଙ୍କର ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାର କ୍ଷମତା ଥିଲା। ସେମାନେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ମହାଦିନର ଯୁଦ୍ଧ ପାଇଁ ପୃଥିବୀର ସବୁ ରାଜାମାନଙ୍କୁ ଏକତ୍ର କରିବା ନିମନ୍ତେ ସେମାନଙ୍କ ପାଖକୁ ଯାଆନ୍ତି।

Gade chapit la Kopi




ପ୍ରକାଶିତ 16:14
33 Referans Kwoze  

ସେମାନେ ମେଷଶାବକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ; କିନ୍ତୁ ମେଷଶାବକ ତାଙ୍କର ଆହୂତ, ମନୋନୀତ, ଅନୁଗତ ଓ ବିଶ୍ୱସ୍ତ ଲୋକମାନଙ୍କ ସାହାଯ୍ୟରେ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା।”


ପବିତ୍ରଆତ୍ମା ସ୍ପଷ୍ଟ ଭାବରେ କହୁଛନ୍ତି ଯେ, ପ୍ରତାରକ ପାପାତ୍ମାମାନଙ୍କ କୁଶିକ୍ଷାରେ ପଡ଼ି ଦିନେ ଆମ ମଣ୍ଡଳୀର କେହି କେହି ଖ୍ରୀଷ୍ଟବିଶ୍ୱାସରୁ ବିଚ୍ୟୁତ ହେବେ।


ଏବଂ ଗୋଗ୍ ଓ ମାଗୋଗ୍ ପରି ପୃଥିବୀର ଚାରିଆଡ଼େ ସମୁଦ୍ରର ବାଲୁକାରାଶି ସଦୃଶ ବିକ୍ଷିପ୍ତ ହୋଇ ରହିଥିବା ଜାତିମାନଙ୍କର ଅଗଣିତ ଜନତାକୁ ଶୟତାନ ପ୍ରବଞ୍ଚନା କରି ଯୁଦ୍ଧ ପାଇଁ ଏକଜୁଟ କରାଇବ।


ଆମେ ଜାଣୁ, ସମଗ୍ର ଜଗତରେ ଶୟତାନ ତା’ର ଅଧିପତ୍ୟ ବିସ୍ତାର କରିଥିଲେ ସୁଦ୍ଧା, ଆମେ ଈଶ୍ୱରଙ୍କର।


ଏହିପରି ଜ୍ଞାନ ଈଶ୍ୱରଙ୍କଠାରୁ ଆସେ ନାହିଁ; ତାହା ଜାଗତିକ, ଶରୀରିକ, ପୈଶାଚିକ।


ପ୍ରେତାତ୍ମାମାନେ ଯଥା ସମୟରେ ପୃଥିବୀର ରାଜାମାନଙ୍କୁ ଯେଉଁ ରଣାଙ୍ଗନରେ ଏକତ୍ରିତ କରାଇଲେ, ଏବ୍ରୀ ଭାଷାରେ ତାହାର ନାମ ଆର୍ମାଗେଡ଼୍ଡ଼ନ୍।


ସେହି ସର୍ପ ହେଉଛି, ସପ୍ତମ ଜଗତକୁ ପ୍ରତାରଣା କରିଥିବା ଦ୍ୟାବଳ ଆଦିମ ସର୍ପ, ଶୟତାନ; ତା’ର ଦଳବଳ ସହ ସ୍ୱର୍ଗରୁ ନିକ୍ଷିପ୍ତ ହୋଇ ପୃଥିବୀ ପୃଷ୍ଠରେ ଆସି ପଡ଼ିଲା।


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନର ସନ୍ତାନ; ତାହାର ଇଚ୍ଛା ଅନୁସାରେ କାର୍ଯ୍ୟ କରିବାକୁ ଲାଳାୟିତ। ସୃଷ୍ଟିର ଆରମ୍ଭରୁ ସେ ଥିଲା ନରହନ୍ତା। ସେ କେବେ ସତ୍ୟର ପକ୍ଷପାତୀ ନ ଥିଲା କାରଣ ତା’ଠାରେ ଲେଶମାତ୍ର ସତ୍ୟ ନାହିଁ। ମିଥ୍ୟା କହିବା ତା’ ପକ୍ଷରେ ସ୍ୱାଭାବିକ। କାରଣ ସେ ନିଜେ ମିଥ୍ୟାବାଦୀ ଓ ସକଳ ମିଥ୍ୟାର ଜନକ।


ସେହି ଦୂରାତ୍ମା ଶୟତାନର ଶକ୍ତିରେ ପରାକ୍ରମଶାଳୀ ହୋଇ ଆସିବ ଏବଂ ଅନେକ ପ୍ରକାର ଅଲୌକିକ କାର୍ଯ୍ୟ ସାଧନର ଛଳନା କରିବ।


ଶଠ ମସୀହ ଓ ଶଠ ଭାବବାଦୀମାନେ ଦେଖାଦେବେ। ସମ୍ଭବ ହେଲେ ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କୁ ମଧ୍ୟ ଠକିବା ପାଇଁ ସେମାନେ ଅଲୌକିକ କାର୍ଯ୍ୟ କରିବେ ଓ ଅଦ୍ଭୁତ ସଙ୍କେତ ସବୁ ଦେଖାଇବେ।


କାରଣ ନିଜକୁ ମସୀହ ବା ଭାବବାଦୀ ବୋଲାଉଥିବା ପ୍ରଚାରକମାନେ ସେତେବେଳେ ଦେଖାଦେବେ। ସେମାନେ ଅଲୌକିକ ଓ ବିସ୍ମୟଜନକ କାର୍ଯ୍ୟ ଦେଖାଇ ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କୁ ଭଣ୍ଡାଇବେ।


ମୋର ଆଦେଶାନୁଯାୟୀ ତୁମ୍ଭେମାନେ ଧୈର୍ଯ୍ୟଶୀଳ ହୋଇ ରହିଛ, ତେଣୁ ପୃଥିବୀବାସୀ ଜନସମୂହକୁ ପରୀକ୍ଷା କରିବା ପାଇଁ ସମଗ୍ର ଜଗତରେ ଯେଉଁ ଦୁର୍ଦ୍ଦଶା ଉପସ୍ଥିତ ହେବାକୁ ଯାଉଛି, ସେଥିରୁ ମୁଁ ତୁମ୍ଭମାନଙ୍କୁ ନିରାପଦରେ ରଖିବି।


ତୁମ୍ଭେମାନେ ଈଶ୍ୱରବିଶ୍ୱାସୀ ବୋଲି ପୃଥିବୀରେ ସର୍ବତ୍ର ପରିଚିତ। ଏଥିପାଇଁ ତୁମ ସମସ୍ତଙ୍କ ନିମନ୍ତେ ପ୍ରଭୁ ଯୀଶୁଙ୍କ ନାମରେ ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଛି।


ତା’ପରେ ମୁଁ ଦେବାରୁ ଗୋଟିଏ କଣ୍ଠସ୍ୱର ଶୁଣିଲି, “ପ୍ରଭୁ ସର୍ବଶକ୍ତିମାନ ଈଶ୍ୱର! ତୁମର ବିଚାର ଯଥାର୍ଥ ଓ ନ୍ୟାୟସଙ୍ଗତ।”


ପଶୁର ଗୋଟିଏ ମସ୍ତକ ଗୁରୁତର ଆଘାତ ପାଇଥିବା ପରି ମନେ ହେଉଥିଲା। କିନ୍ତୁ କ୍ଷତ ସ୍ଥାନଟି ଭଲ ହୋଇଯାଇଥିଲା ଏବଂ ପୃଥ୍ୱୀବାସୀ ସମସ୍ତେ ବିସ୍ମୟାଭିଭୂତ ହୋଇ ପଶୁର ଅନୁସରଣ କଲେ।


ସେମାନଙ୍କ କ୍ରୋଧର ଭୟଙ୍କର ଦିବସ ଉପସ୍ଥିତ। କିଏ ତାହା ପ୍ରତିରୋଧ କରିପାରିବ?”


ସେହି ସମୟରେ ସମଗ୍ର ରୋମ ରାଜ୍ୟରେ ଜନଗଣନା କରିବା ପାଇଁ ସମ୍ରାଟ ଅଗଷ୍ଟସ୍ ଆଦେଶ ଜାରି କଲେ।


ଈଶ୍ୱରଙ୍କ ରାଜ୍ୟ ବିଷୟରେ ଶୁଭବାର୍ତ୍ତା ସମଗ୍ର ମାନବ ଜାତି ପାଇଁ ସତ୍ୟ ସାକ୍ଷ୍ୟ ରୂପେ ସାରା ଜଗତରେ ପ୍ରଚାରିତ ହେବ। ତା’ପରେ ଯାଇ ଯୁଗାବସାନ ଘଟବ।”


Swiv nou:

Piblisite


Piblisite