Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 17:1 - ପବିତ୍ର ବାଇବଲ (CL) NT (BSI)

1 ତାହାପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତ ମଧ୍ୟରୁ ଜଣେ ମୋ’ ନିକଟକୁ ଆସି କହିଲେ, “ଆସ! ଏକାଧିଖ ନଦୀ ନିକଟରେ ନିର୍ମିତ ବେଶ୍ୟା ସଦୃଶ ସେହି ମହାନଗରୀ କି ଶାସ୍ତି ପାଇବ, ତାହା ଦେଖାଇବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହାବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,

Gade chapit la Kopi

ଓଡିଆ ବାଇବେଲ

1 ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,

Gade chapit la Kopi

ପବିତ୍ର ବାଇବଲ

1 ସାତଦୂତଙ୍କ ମଧ୍ୟରୁ ଯେଉଁମାନେ ସାତୋଟି ପାତ୍ର ଧାରଣ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମୋ’ ନିକଟକୁ ଆସି ମୋତେ କହିଲେ, “ଆସ ପ୍ରସିଦ୍ଧ ବେଶ୍ୟାକୁ କ’ଣ ଦଣ୍ଡ ଦିଆଯିବ, ତାହା ମୁଁ ତୁମ୍ଭକୁ ଦେଖାଇବି। ସେ ବହୁତ ଜଳରାଶି ଉପରେ ବସିଛି।

Gade chapit la Kopi




ପ୍ରକାଶିତ 17:1
20 Referans Kwoze  

ତାଙ୍କର ବିଚାର ଯଥାର୍ଥ ଓ ନ୍ୟାୟୋଚିତ। ଭ୍ରଷ୍ଟାଚାର ଦ୍ୱାରା ପୃଥିବୀକୁ କଳୁଷିତ କରୁଥିବା ବେଶ୍ୟା ପ୍ରତି ସେ ବିହିତ ଦଣ୍ଡ ବିଧାନ କରିଛନ୍ତି। ଈଶ୍ୱରଙ୍କ ସେବକମାନଙ୍କୁ ହତ୍ୟା କରି ଥିବାରୁ ତାକୁ ସେ ଶାସ୍ତି ଦେଇଛନ୍ତି।”


ମହାନଗରୀ ତିନି ଖଣ୍ଡରେ ବିଭକ୍ତ ହେଲା, ପୃଥିବୀର ସମସ୍ତ ନଗର ଧ୍ୱଂସ ପାଇଗଲା। ଈଶ୍ୱର ମହାନଗର ବାବିଲନ୍‌ଙ୍କୁ ଭୁଲି ନ ଥିଲେ। ସେ ତାଙ୍କ ପାନପାତ୍ରରୁ ତାଙ୍କର ପ୍ରଚଣ୍ଡ କ୍ରୋଧରୂପ ସୁରା ତାକୁ ପାନ କରାଇଲେ।


ସପ୍ତ ଅନ୍ତିମ ମହାମାରୀପୂର୍ଣ୍ଣ ସପ୍ତ ପାତ୍ର ଧରିଥିବା ସପ୍ତ ଦୂତଙ୍କ, ମଧ୍ୟରୁ ଜଣେ ମୋ’ ନିକଟକୁ ଆସି କହିଲେ, “ଆସ, ମେଷଶାବକଙ୍କ ପତ୍ନୀ ନବବଧୂଙ୍କୁ ଦେଖିବ।”


ଅନନ୍ତର ମୁଁ ଆକାଶରେ ଆଉ ଏକ ବିଚିତ୍ର ରହସ୍ୟଜନକ ଦୃଶ୍ୟ ଦେଖିଲି। ସାତ ଜଣ ସ୍ୱର୍ଗଦୂତ ପ୍ରତ୍ୟେକେ ଗୋଟିଏ ଗୋଟିଏ ମହାମାରୀ ଧରି ଆବିର୍ଭୂତ ହେଲେ। ଏହି ମହାମାରୀଗୁଡ଼ିକ ଥିଲା, ଈଶ୍ୱରଙ୍କ କ୍ରୋଧର ଚରମ ଅଭିବ୍ୟକ୍ତି।


ମୋ’ ସହିତ କଥା କହୁଥିବା ଦୂତଙ୍କ ହାତରେ ନଗରୀ, ପ୍ରାଚୀର ଓ ଦ୍ୱାରଗୁଡ଼ିକ ମାପିବା ନିମନ୍ତେ ଏକ ସୁବର୍ଣ୍ଣ ମାପ କାଠି ଥିଲା।


ଏହି ସମୟରେ ମୁଁ ଆଉ ଗୋଟିଏ ଦୃଶ୍ୟ ଦେଖିଲି। ସ୍ୱର୍ଗରେ ଗୋଟିଏ ଦ୍ୱାର ଖୋଲି ଯାଇଥିଲା ଏବଂ ତୂରୀ ଧ୍ୱନି ପରି ଏକ କଣ୍ଠସ୍ୱରରୁ ମୋତେ ନିର୍ଦ୍ଦେଶ ମିଳିଲା; “ଏଠାକୁ ଉଠି ଆସ। ଏହାପରେ ଯାହାସବୁ ଘଟିବାକୁ ଯାଉଛି, ତାହା ମୁଁ ତୁମକୁ ଦେଖାଇବି।”


ସେମାନେ ପରସ୍ପରକୁ କହିଲେ, “ପଥ ମଧ୍ୟରେ ସେ ଆମ ସହିତ କଥାବାର୍ତ୍ତା କରୁଥିବା ସମୟରେ ଓ ଧର୍ମଶାସ୍ତ୍ର ବୁଝାଉଥିବା ସମୟରେ ଆମ ମନରେ ନିଆଁ ଜଳିବା ପରି ଆମେ ଅନୁଭବ କରୁ ନ ଥିଲୁ କି?”


ହଠାତ୍ ଦୁଇ ଜଣ ବ୍ୟକ୍ତି ସେଠାରେ ତାଙ୍କ ସହିତ କଥାବାର୍ତ୍ତା କରୁଥିବା ଦେଖାଗଲା। ସେମାନେ ଥିଲେ ମୋଶା ଓ ଏଲିୟ।


ଯାହା ସବୁ ଅତି ଶୀଘ୍ର ଘଟିବାକୁ ଯାଉଛି, ଈଶ୍ୱର ଯୀଶୁ ଖ୍ରୀଷ୍ଟଙ୍କ ନିକଟରେ ପ୍ରକାଶ କରିଥିବା ତାହାର ଏକ ବିବରଣୀ ଏହି ପୁସ୍ତକରେ ଲିପିବଦ୍ଧ ହୋଇଛି। ସେହି ସମସ୍ତ ବିଷୟ ତାଙ୍କର ଦାସମାନଙ୍କୁ ଜଣାଇବା ନିମନ୍ତେ ଖ୍ରୀଷ୍ଟ ଜଣେ ସ୍ୱର୍ଗଦୂତଙ୍କୁ ପ୍ରେରଣ କରି ତାଙ୍କ ଦାସ ଯୋହନଙ୍କୁ ତାହା ଅବଗତ କରାଇଲେ।


ତାହାପରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବା ଦେଖିଲି। ସେ ମହାକ୍ଷମତାପନ୍ନ ଥିଲେ ଓ ତାଙ୍କର କାନ୍ତି ସମଗ୍ର ପୃଥିବୀକୁ ଉଜ୍ଜ୍ୱଳ କରୁଥିଲା।


ଅନନ୍ତର ସ୍ୱର୍ଗଦୂତ ମୋତେ କହିଲେ, “ଲେଖି ରଖ, ଯେଉଁମାନେ ମେଷଶାବକଙ୍କର ବିବାହଭୋଜିକୁ ନିମନ୍ତ୍ରିତ ହୋଇଛନ୍ତି, ସେମାନେ ଭାଗ୍ୟବାନ।” ସେ ଆହୁରି ମଧ୍ୟ କହିଲେ, “ଏହା ଈଶ୍ୱରଙ୍କର ବାଣୀ - ନିରାଟ ସତ୍ୟ।”


Swiv nou:

Piblisite


Piblisite