Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 17:12 - ପବିତ୍ର ବାଇବଲ (CL) NT (BSI)

12 “ତୁମେ ଦେଖିଥିବା ଦଶଟି ଶୃଙ୍ଗ, ଦଶଟି ରାଜାଙ୍କର ପ୍ରତୀକ, ସେମାନେ ଏ ପର୍ଯ୍ୟନ୍ତ ରାଜତ୍ୱ କରି ନାହାଁନ୍ତି। କିନ୍ତୁ ପଶୁ ସଙ୍ଗରେ ରାଜତ୍ୱ କରିବା ନିମନ୍ତେ ଗୋଟିଏ ଘଣ୍ଟା ପାଇଁ ସେମାନଙ୍କୁ କ୍ଷମତା ଦିଆଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆହୁରି ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ।

Gade chapit la Kopi

ଓଡିଆ ବାଇବେଲ

12 ଆହୁରି ଯେଉଁ ଦଶ ଶିଙ୍ଗ ଦେଖିଲ, ଏହି ସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାଁନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆହୁରି ଯେଉଁ ଦଶ ଶୃଙ୍ଗ ଦେଖିଲ, ଏହିସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ।

Gade chapit la Kopi

ପବିତ୍ର ବାଇବଲ

12 “ତୁମ୍ଭେ ଯେଉଁ ଦଶଶିଙ୍ଗ ଦେଖିଲ, ତାହା ଦଶ ଜଣ ରାଜା। ଏହି ଦଶ ଜଣ ରାଜା ଏ ପର୍ଯ୍ୟନ୍ତ ରାଜ ଭଳି ରାଜ୍ୟ ପାଇ ନାହାନ୍ତି। କିନ୍ତୁ ସେମାନେ ସେହି ପଶୁ ସହିତ ଗୋଟିଏ ଘଣ୍ଟା ପର୍ଯ୍ୟନ୍ତ ଶାସନ କରିବା ପାଇଁ କ୍ଷମତା ପାଇବେ।

Gade chapit la Kopi




ପ୍ରକାଶିତ 17:12
12 Referans Kwoze  

ଆକାଶରେ ଆଉ ଏକ ଅଦ୍ଭୁତ ଦୃଶ୍ୟ ଦେଖାଗଲେ। ଲୋହିତ, ବର୍ଣ୍ଣର ସର୍ପ ପରି ଏକ ବିକଟାଳ ପ୍ରାଣୀ, ତାହାର ସାତଟି ମସ୍ତକ, ଦଶଟି ଶୃଙ୍ଗ ଓ ପ୍ରତି ମସ୍ତକରେ ଗୋଟିଏ ମୁକୁଟ ଥିଲା।


ତାହାପରେ ମୁଁ ଦେଖିଲି, ଗୋଟିଏ ପଶୁ ସମୁଦ୍ର ଭିତରୁ ଉଠି ଆସୁଛି। ତାହାର ଦଶଟି ଶୃଙ୍ଗ ଓ ସାତଟି ମସ୍ତକ। ପ୍ରତ୍ୟେକ ଶୃଙ୍ଗରେ ଗୋଟିଏ ଗୋଟିଏ ମୁକୁଟ ଥିଲା ଓ ପ୍ରତ୍ୟେକ ମସ୍ତକରେ ଗୋଟିଏ ଗୋଟିଏ ଈଶ୍ୱର ନିନ୍ଦାସୂଚକ ନାମ ଲେଖାଯାଇଥିଲା।


ତୁମେ ଦେଖିଥିବା ସାତଟି ଶୃଙ୍ଗ ଓ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ; ସେମାନେ ତାହାଠାରୁ ତାହାର ସବୁ ଛଡ଼ାଇ ନେଇ ତାକୁ ଉଲଗ୍ନ କରି ଛାଡ଼ିଦେବେ। ସେମାନେ ତାହାର ମାଂସ ଭକ୍ଷଣ କରି, ତାକୁ ଅଗ୍ନିରେ ପକାଇ ଧ୍ୱଂସ କରିଦେବେ।


ସେମାନେ ମୁଣ୍ଡ ଉପରେ ଧୂଳି ପକାଇ ବିଳାପ କରି କହିଲେ, “କେଡ଼େ ଭୟଙ୍କର! ନଗରୀର ଏ କେଡ଼େ ଦାରୁଣ ଦୁର୍ଦ୍ଦଶା! ସମୁଦ୍ରରେ ଯାତ୍ରା କରୁଥିବା ଜାହାଜମାନେ ତାହାରି ଧନରେ ସମୃଦ୍ଧ ହୋଇଥିଲେ! କିନ୍ତୁ ଘଣ୍ଟାକ ମଧ୍ୟରେ ସେ ସର୍ବସ୍ୱାନ୍ତ ହୋଇଛି!”


କିନ୍ତୁ ଗୋଟିଏ ଘଣ୍ଟା ମଧ୍ୟରେ ସେ ଏହି ସମସ୍ତ ସମ୍ପଦ ହରାଇଲା।” ଜାହାଜମାନଙ୍କର କାପ୍ତାନ, ଯାତ୍ରୀ, ନାବିକ ଓ ସମୁଦ୍ର ବ୍ୟବସାୟୀମାନେ ବହୁ ଦୂରରେ ଠିଆହେଲେ


ତା’ର ଦୁଃଖକଷ୍ଟରେ ଅଂଶୀ ହେବାକୁ ଭୟ କରି ସେମାନେ ତା’ଠାରୁ ବହୁ ଦୂରରେ ଠିଆହୋଇ ରହିବେ ଏବଂ ହାୟ, ହାୟ କରି କହିବେ: “କି ଭୟଙ୍କର! କି ନିଦାରୁଣ! ତୁ କଅଣ ସେହି ପରାକ୍ରାନ୍ତ ମହାନଗରୀ ବାବିଲନ୍! ମାତ୍ର ଗୋଟିଏ ଘଣ୍ଟା ଭିତରେ ଏହିପରି ଶାସ୍ତି ପାଇଗଲୁ!”


ତାହାପରେ କେହି ମୋତେ କହିଲେ, “ଅନେକ ଦେଶ, ଜାତି, ଭାଷାଭାଷୀ ଓ ରାଜାମାନଙ୍କ ସମ୍ପର୍କରେ ଈଶ୍ୱରଙ୍କ ବାର୍ତ୍ତା ତୁମେ ଯାଇ ପୁନର୍ବାର ଘୋଷଣା କର।”


Swiv nou:

Piblisite


Piblisite